ଚକାଜାମ କଲା ମୋଟର ଚାଳକ ସଂଘ: ବରଗଡ଼ ୧୨ ଘଣ୍ଟିଆ ବନ୍ଦ ଆନ୍ଦୋଳନ

ବରଗଡ଼ ଅଫିସ,୨୭।୭: ମୋଟର ଚାଳକ(ଡ୍ରାଇଭର)ଙ୍କ ପ୍ରତି ସରକାର ଅଣଦେଖା ମନୋଭାବ ପୋଷଣ କରୁଛନ୍ତି । ଏଭଳି ଅଭିଯୋଗ କରି ୯ଦଫା ଦାବି ନେଇ ମଙ୍ଗଳବାର ଓଡ଼ିଶା ମୋଟର ଚାଳକ ସଂଘ, ବରଗଡ଼ ଜିଲା କମିଟି ୧୨ ଘଣ୍ଟିଆ ବନ୍ଦ ଆନ୍ଦୋଳନକୁ ଓହ୍ଲାଇଛି। ବରଗଡ଼ ସହର ସମେତ ଜିଲାର ବିଭିନ୍ନ ଅଞ୍ଚଳରେ ବନ୍ଦର ପ୍ରଭାବ ପରିଲକ୍ଷିତ ହୋଇଛି। ଦୋକାନ ବଜାର ବନ୍ଦ ଥିବାବେଳେ ବରଗଡ଼ ଗାନ୍ଧୀଛକ ସମେତ ବିଭିନ୍ନ ସ୍ଥାନରେ ରାସ୍ତା ଉପରେ ବାଇକ ଆଦି ରଖି ଗାଡି ଚଳାଚଳ ବନ୍ଦ କରି ଦିଆଯାଇଛି। ସେହିପରି ପିକେଟିଂ କରି ସରକାରୀ, ବେସରକାରୀ ଅଫିସ ଗୁଡିକୁ ବନ୍ଦ କରି ଦିଆଯାଉଛି। ଚାଳକଙ୍କ ପାଇଁ କଲ୍ୟାଣ ପାଣ୍ଠି ଗଠନ, ଶ୍ରମ ବିଭାଗ ଦ୍ୱାରା ଚାଳକଙ୍କ ପଞ୍ଜିକରଣ, ପେନସନ ବ୍ୟବସ୍ଥା, କରୋନା ଯୋଦ୍ଧା ମାନ୍ୟତା, କରୋନାରେ ମୃତ ଚାଳକଙ୍କୁ ୫୦ଲକ୍ଷ ଟଙ୍କା ପ୍ରଦାନ, କରୋନା କାଳରେ ରୋଜଗାର ହରାଇଥିବା ୧୦ହଜାର ଟଙ୍କା ଲେଖାଏ ପ୍ରଦାନ କରିବାକୁ ଦାବି କରି ଏହି ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଓଡ଼ିଶା ମୋଟର ଚାଳକ ସଂଘ ବରଗଡ଼ ଜିଲା କମିଟିର ସଭାପତି ନିରୋଜ ପୋଢ ଯାଦବ, ଉପ ସଭାପତି କୁନୁ ସିଂ, ସଂପାଦକ ଯୋଗେନ୍ଦ୍ର ଭୋଇ, କୋଷାଧ୍ୟକ୍ଷ ଲିଙ୍ଗରାଜ ବାଗ, ବରଗଡ଼ ଟାଉନ ସଭାପତି ଜିତୁ ମହାପାତ୍ର ପ୍ରମୁଖ ଏହାର ନେତୃତ୍ୱ ନେଉଛନ୍ତି। ସକାଳ ୬ଟାରୁ ବନ୍ଦ ଆନ୍ଦୋଳନ ଆରମ୍ଭ ହୋଇଥିବା ବେଳେ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଏହା ଚାଲିବ ବୋଲି ମୋଟର ଚାଳକ ସଂଘ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଇଣ୍ଡିଆନ ଆଇଡଲ’ର ଟପ୍‌-୬ରେ ଜ୍ୟୋତିର୍ମୟୀ: ପ୍ରଶଂସା କଲେ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୦ା୭ (ସୌମ୍ୟରଞ୍ଜନ ରାଉତ):ଓଡ଼ିଆ କଣ୍ଠଶିଳ୍ପୀ ଜ୍ୟୋତିର୍ମୟୀ ନାୟକ ଜାତୀୟସ୍ତରର ଲୋକପ୍ରିୟ ସଙ୍ଗୀତ ରିଆଲିଟି ଶୋ’ ‘ଇଣ୍ଡିଆନ ଆଇଡଲ-୧୬’ରେ ଦମ୍‌ଦାର ପରଫର୍ମାନ୍ସ ମାଧ୍ୟମରେ ଟପ୍‌-୬ରେ ସ୍ଥାନ ହାସଲ କରିଛନ୍ତି।…

ତାମିଲନାଡୁ ଗ୍ୟାସ ଦୁର୍ଘଟଣା: ମୃତକଙ୍କ ପରିବାରକୁ ଭେଟିଲା ବିଜେଡି ପ୍ରତିନିଧି ଦଳ, ସରକାରଙ୍କୁ କଡ଼ା ସମାଲୋଚନା

କେନ୍ଦୁଝର, ୯।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ତାମିଲନାଡୁ ଗ୍ୟାସ୍ ଦୁର୍ଘଟଣାରେ ପ୍ରାଣ ହରାଇଥିବା କେନ୍ଦୁଝର ଜିଲ୍ଲାର ୧୫ ଜଣ ଆଦିବାସୀ ଶ୍ରମିକଙ୍କ ପରିବାରକୁ ରାଜ୍ୟ ବିଜୁ ଜନତା ଦଳ…

ଅଡବା ପୋଲିସକୁ ବଡ଼ ସଫଳତା: ୭୨.୫ ଲିଟର ବେଆଇନ ମଦ ଜବତ, ଜଣେ ଗିରଫ

ମୋହନା, ୯।୭(ମନ୍ମଥ ମିଶ୍ର): ଗଜପତି ଜିଲା ଅଡବା ଥାନା ପୋଲିସକୁ ବେଆଇନ ମଦ କାରବାର ବିରୋଧରେ ଏକ ବଡ଼ ସଫଳତା ମିଳିଛି। ଥାନା ଅନ୍ତର୍ଗତ ପଟୁମା ଗାଁରେ…

ମମତାଙ୍କୁ ଝଟକା ଦେଇଥିବା ୩ ନେତାଙ୍କୁ BJP ଦେଲା ବଡ଼ ଉପହାର

କୋଲକାତା,୯।୭: ପଶ୍ଚିମବଙ୍ଗରେ ହେବାକୁ ଥିବା ରାଜ୍ୟ ସଭା ଉପନିର୍ବାଚନ ପାଇଁ BJP ପ୍ରାର୍ଥୀଙ୍କ ତାଲିକା ପ୍ରକାଶ କରିଛି। ଦଳ ସୁସ୍ମିତା ଦେବ, ସୁଖେନ୍ଦୁ ଶେଖର ରାୟ ଏବଂ…

ମୁଖ୍ୟମନ୍ତ୍ରୀଙ୍କୁ ନିଜ ଜିଲାରେ ବଦନାମ କରୁଛନ୍ତି ତାଙ୍କ ଦଳର ଲୋକ: ବିଜେଡି ବିଧାୟକ

ହାଟଡିହୀ, ୯।୭(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ରାଜନୀତି ଏବେ ଏକ ରୋଚକ ମୋଡ଼ରେ ପହଞ୍ଚିଛି। ‘ବୈତରଣୀ ବଞ୍ଚାଅ ଅଭିଯାନ’ ପ୍ରସଙ୍ଗକୁ ନେଇ ଆନନ୍ଦପୁରରୁ…

ମହିଳା କର୍ମଚାରୀଙ୍କୁ ଅଶ୍ଲୀଳ ଇଙ୍ଗିତ କରିବା ପଡ଼ିଲା ମହଙ୍ଗା: ବଦଳିଲେ ବିବାଦୀୟ ପ୍ରଧାନ ଶିକ୍ଷକ, ଥାନାରେ ଏତଲା

ଭବାନୀପାଟଣା, ୯।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ମଦନପୁର ସରକାରୀ ଏସଏସଡି (SSD) ସ୍କୁଲର ପ୍ରଧାନଶିକ୍ଷକ ଶାନ୍ତନୁ କୁମାର ମେହେରଙ୍କୁ ମହିଳା କର୍ମଚାରୀଙ୍କୁ ଅଶ୍ଲୀଳ ଇଙ୍ଗିତ କରିବା…

କେମିତି ପାତାଳଗଙ୍ଗା ନଦୀରେ ଭାସିଗଲା ହଜାର ହଜାର LPG ସିଲିଣ୍ଡର, ଜାଣନ୍ତୁ ଏହା ପଛର ବଡ଼ କାରଣ

ମୁମ୍ବାଇ,୯।୭: ମହାରାଷ୍ଟ୍ରରେ ନିରନ୍ତର ମୁଷଳଧାରାରେ ବର୍ଷା ଏବେ ଦୈନନ୍ଦିନ ଜୀବନ ଏବଂ ଶିଳ୍ପ ପ୍ରତିଷ୍ଠାନ ଉଭୟ ଉପରେ ଖୁବ୍‌ ପ୍ରଭାବ ପକାଇଛି। ଚାଭନେ (ପାନଭେଲ ତାଲୁକା, ରାୟଗଡ…

ବେଆଇନ ବିସ୍ଫୋରକ ବିରୋଧରେ ଗଞ୍ଜାମ ପୋଲିସର ସ୍ୱତନ୍ତ୍ର ଅଭିଯାନ: ୧୮ ମାମଲା ରୁଜୁ, ୨୪ ଗିରଫ

ଛତ୍ରପୁର,୯।୭ (ଦିଲ୍ଲୀପ ସାମଲ): ଜନସାଧାରଣଙ୍କ ସୁରକ୍ଷା ନିଶ୍ଚିତ କରିବା ଏବଂ ବିସ୍ଫୋରକ ପଦାର୍ଥର ବେଆଇନ ମହଜୁଦ, ପରିବହନ ଓ ଦୁରୁପଯୋଗକୁ ରୋକିବା ଲକ୍ଷ୍ୟରେ ଗଞ୍ଜାମ ପୋଲିସ ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri