ଚକରା ବିଷୋୟୀ ଫୁଟବଲ ଟୁର୍ଣ୍ଣାମେଣ୍ଟ: ଭୁବନେଶ୍ୱର-ଭଞ୍ଜନଗର କଡ଼ା ଟକ୍କର

ଭଞ୍ଜନଗର,୮ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଖେଳ ପଡ଼ିଆରେ ବୁଧବାରଠାରୁ ରାଜ୍ୟସ୍ତରୀୟ ଚକରା ବିଷୋୟୀ ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦ୍‌ଘାଟିତ ହୋଇଯାଇଛି। ଭଞ୍ଜନଗର ଏନ୍‌ଏସି ଅଧ୍ୟକ୍ଷ ଗୋପବନ୍ଧୁ ମହାପାତ୍ର, ଭାଜପା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ବିଷ୍ଣୁ ପ୍ରସାଦ ପ୍ରଧାନ, କେଏସ୍‌ୟୁ ବି କଲେଜ ପ୍ରଶାସନିକ ଅଧିକାରୀ ବିଭାସ ଦାସ ଅତିଥି ଭାବେ ଯୋଗଦେଇ ଟୁର୍ଣ୍ଣାମେଣ୍ଟକୁ ଉଦ୍‌ଘାଟନ କରିଥିଲେ। ଉଦ୍‌ଘାଟନୀ ମ୍ୟାଚ୍‌ ଭୁବନେଶ୍ୱର ଶିବଶକ୍ତି ସହ ଭଞ୍ଜନଗର ଫୁଟବଲ କ୍ଲବ ମଧ୍ୟରେ ମ୍ୟାଚ୍‌ ହୋଇଥିଲା। ଦିତୀୟ ମ୍ୟାଚ୍‌ ଫୁଲବାଣୀ ବାଣିଶ୍ରୀ କ୍ଲବ ଓ ଭୁବନେଶ୍ୱର ଫ୍ରେଣ୍ଡସ୍‌ ପାରାଡାଇଜ କ୍ଲବ ମଧ୍ୟରେ ମ୍ୟାଚ୍‌ ହେବ। ତୃତୀୟ
ମ୍ୟାଚ୍‌ ଖୋର୍ଦ୍ଧା (ଏଫ୍‌ସି)କୁ ଭଞ୍ଜନଗର ନରେଶ ଫୁଟବଲ କ୍ଲବ ମଧ୍ୟରେ ମ୍ୟାଚ ହେବ। ଚତୁର୍ଥ ମ୍ୟାଚ୍‌ ବଉଦ (ଜିଏମସି) ଓ ଜଗତସିଂହପୁର ମେଦିନୀପୁର ଫୁଟବଲ କ୍ଲବ ମଧ୍ୟରେ ମ୍ୟାଚ ହେବ। ଉକ୍ତ ୪ଟି ମ୍ୟାଚ୍‌ ବିଜେତାଙ୍କ ମଧ୍ୟରେ ଗୁରୁବାର ଦୁଇଟି ସେମି ଫାଇନାଲ ମ୍ୟାଚ ହେବ। ଆସନ୍ତାକାଲି ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ମୁଖ୍ୟ ଅତିଥି ଭାବେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ଗୁରୁବାର ଫାଇନାଲ ମ୍ୟାଚ ହେବ। ଉକ୍ତ ଦିନ ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରାଙ୍କ ସମେତ ବହୁ ଅତିଥି ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ବହୁଦିନ ପରେ ଭଞ୍ଜନଗର କଲେଜ ପଡ଼ିଆରେ ରାଜ୍ୟସ୍ତରୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ ହେଉଛି। ତେଣୁ ଖେଳାଳି ଏବଂ ଦର୍ଶକ ମଧ୍ୟରେ ଉତ୍ସାହ ଭରି ରହିଛି। ପ୍ରଶାନ୍ତ ମହାନ୍ତି ଧାରାବିବରଣୀ ପ୍ରଦାନ କରିଥିଲେ। ମ୍ୟାଚ୍‌ଗୁଡ଼ିକୁ ଜାତୀୟ ରେଫରି ସୁବ୍ରତ କୁମାର ପୁରୋହିତ, ରାଜ୍ୟ ସ୍ତରୀୟ ରେଫରୀ ପି. ରମେଶ, ସଲିଲ କୁମାର ବେହେରା, ବିଚିତ୍ର ଜେନା ପରିଚାଳନା କରୁଛନ୍ତି।

ପ୍ରଥମ ମ୍ୟାଚ ଭଞ୍ଜନଗର ୨-୦ ଗୋଲରେ ବିଜୟୀ ହୋଇ ସେମି ଫାଇନାଲରେ ପ୍ରବେଶ କରିଛି।

Dharitri – Odisha’s Leading and Most Trusted Odia Newspaper

Enter your email to get our daily news in your inbox.

All Right Reserved By Dharitri.Com

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ୨୨ ସେପ୍ଟେମ୍ବର ସୁଦ୍ଧା ଗଭୀର ଅବପାତ ରୂପ ନେବା ଆଶଙ୍କା

ଭୁବନେଶ୍ୱର, ୧୯।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ତାହାର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଶନିବାର…

ଆରମ୍ଭ ହେଲା ଏସିଆନ ଗେମ୍ସ, ମନୁ ଭାକର, ପବନ ଶେରାଓ୍ବତ ନେଲେ ଭାରତର ନେତୃତ୍ୱ

ନାଗୋୟା,୧୯ା୯: ଦିନକର ସାଙ୍ଗଠନିକ ସ୍ଥାନୀୟ ମିଜୁହୋ ପାର୍କ ଆଥଲେଟିକ୍‌ ଷ୍ଟାଡିୟମରେ ରଙ୍ଗାରଙ୍ଗ ହାଇଟେକ୍‌ ଉଦ୍‌ଘାଟନୀ କାର୍ଯ୍ୟକ୍ରମ ସହ ୨୦ତମ ଏସିଆନ ଗେମ୍ସ ଆନୁଷ୍ଠାନିକ ଭାବେ ଆରମ୍ଭ ହୋଇଛି।…

କର୍ଲାମୁଣ୍ଡା ବ୍ଲକ ପାଇଁ ଗୌରବ: ପ୍ରଥମ ମହିଳା ଭାବେ ପିଏଚ୍‌ଡି ଡିଗ୍ରୀ ହାସଲ କଲେ ସୀମନ୍ତିନୀ ସେଠ

ରିଷିଡ଼ା, ୧୯।୯ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ଗ୍ରାମର ସୀମନ୍ତିନୀ ସେଠ ସଂସ୍କୃତ ବିଷୟରେ ଗବେଷଣା କରି ପିଏଚ୍‌ଡି (PhD) ଡିଗ୍ରୀ ହାସଲ…

ବେଙ୍ଗାଲୁରୁରେ କେନ୍ଦୁଝର ଯୁବକଙ୍କ ଅକାଳ ମୃତ୍ୟୁ: MP ଅନନ୍ତ ନାୟକଙ୍କ ହସ୍ତକ୍ଷେପ ପରେ ଗାଁକୁ ଫେରିଲା ପାର୍ଥିବ ଶରୀର

ପାଟଣା,୧୯।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସାହାରପଡ଼ା ବ୍ଲକ ବେଗନା ଗ୍ରାମର ସଞ୍ଜୀବ ସେଠୀଙ୍କ ୩୪ ବର୍ଷୀୟ ପୁଅ ଦୀପେଶ ସେଠୀଙ୍କ ବେଙ୍ଗାଲୁରୁରେ ଅକାଳ ମୃତ୍ୟୁ ଘଟିଛି।…

ପରିବେଶ ସୁରକ୍ଷାରେ ଗଞ୍ଜାମ ଗ୍ରାସିମର ବାଜିମାତ୍: ମିଳିଲା “ପ୍ରଦୂଷଣ ନିୟନ୍ତ୍ରଣ ଉତ୍କର୍ଷତା ପୁରସ୍କାର – ୨୦୨୬”

ଗଞ୍ଜାମ, ୧୯।୯ (ବିଦ୍ୟାଧର ସାହୁ): ଓଡ଼ିଶା ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (ଏସପିସିବି)ର ୪୩ତମ ପ୍ରତିଷ୍ଠା ଦିବସ ଅବସରରେ ଶିଳ୍ପ ବର୍ଗରେ ଗଞ୍ଜାମ ସ୍ଥିତ ଗ୍ରାସିମ୍ କମ୍ପାନୀ…

ମଞ୍ଚସ୍ଥ ହୋଇ ଦର୍ଶକଙ୍କ ମନ ଜିଣିଲା ସାମାଜିକ ନାଟକ ‘ଅବୁଝା ଲୁହ’; ଉଦ୍‌ଘାଟନ କଲେ ଦିଗପହଣ୍ଡି ବିଧାୟକ

ଦିଗପହଣ୍ଡି,୧୯ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଭୀଷ୍ମଗିରି ଗ୍ରାମର ଠାକୁରାଣୀ ଛକଠାରେ ଶ୍ରୀ ଗଣେଶ ପୂଜା ଅବସରରେ ସାମାଜିକ ନାଟକ ‘ଅବୁଝା ଲୁହ’…

‘ଏକ ପେଡ୍‌ ମା’ କେ ନାମ୍‌’: ସିମନବାଡ଼ିରେ ଛାତ୍ରଛାତ୍ରୀଙ୍କ ନିଶାମୁକ୍ତ ସଚେତନତା ପଦଯାତ୍ରା-ବୃକ୍ଷରୋପଣ

ଦାରିଙ୍ଗବାଡ଼ି,୧୯ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିସ୍ଥିତ ପାଦ୍ରୀ ପିଓ ଇଂରାଜୀ ମାଧ୍ୟମିକ ବିଦ୍ୟାଳୟ ପକ୍ଷରୁ ଶନିବାର ଏକ ନିଶାମୁକ୍ତ ସଚେତନତା କାର୍ଯ୍ୟକ୍ରମ ଓ ପଦଯାତ୍ରା…

ଡେଭିିସ କପ୍‌ରେ ଭାରତକୁ ହରାଇଲା କୋରିଆ

ସିଓଲ, ୧୯ା୯: ଏସିଆର ପ୍ରଥମ ଦେଶ ଭାବେ ଡେଭିସ କପ୍‌ ଫାଇନାଲ-୮ରେ ପ୍ରବେଶ ପାଇଁ ମିଳିଥିବା ଏକ ଐତିହାସିକ ସୁଯୋଗକୁ ହରାଇଛି ଭାରତ। ଅନୁଷ୍ଠିତ କ୍ୱାଲିଫାୟର-୨ରେ କୋରିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?