ଚକରା ବିଷୋୟୀ ରାଜ୍ୟସ୍ତରୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ: ଫାଇନାଲରେ ନରେଶ ଏକାଦଶ-ଆୟୋଜକ ମୁକାବିଲା

ଭଞ୍ଜନଗର,୯ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଖେଳପଡ଼ିଆରେ ରାଜ୍ୟସ୍ତରୀୟ ଚକରା ବିଷୋୟୀ ଫୁଟବଲ ଟୁର୍ଣ୍ଣାମେଣ୍ଟ ଚାଲିଛି। ଗୁରୁବାର ଦୁଇଟି ସେମି ଫାଇନାଲ ମ୍ୟାଚ ହୋଇଥିଲା। ଏଥିରେ ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଖେଳାଳିମାନଙ୍କ ସହ ପରିଚିତ ହୋଇଥିଲେ । ଏଥିସହ ବିଧାୟକ ନାୟକ ତାଙ୍କ ଭାଷଣରେ କହିଥିଲେ ଯେ, ଆଗାମୀ ଦିନରେ ଜାତୀୟ ସ୍ତରର ମ୍ୟାଚ ଏଠାରେ କରାଯିବ। ଏଥିପାଇଁ ସବୁ ପ୍ରକାର ସହଯୋଗ ଯୋଗାଇ ଦିଆଯିବ ବୋଲି ସେ କହିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଡିଏଫ୍‌ଓ ହିମାଂଶୁ ଶେଖର ମହାନ୍ତି,ଭାଜପା ଭଞ୍ଜନଗର ସାଂଗଠନିକ ଜିଲା ସଭାପତି ନୀଳ ମାଧବ ପାତ୍ର, ଏମ୍‌ପି ପ୍ରତିନିଧି ଶିବଶଙ୍କର ପ୍ରଧାନ, ରବୀନ୍ଦ୍ର ଗୌଡ଼, କଲେଜ ଅଧ୍ୟକ୍ଷ ରାଜେନ୍ଦ୍ର କୁମାର ଦାସ ପ୍ରମୁଖ ଏହି ଅବସରରେ ଉପସ୍ଥିତ ଥିଲେ। ପ୍ରଥମ ସେମି ଫାଇନାଲ ମ୍ୟାଚ ଭଞ୍ଜନଗର ନରେଶ ଏକାଦଶ ଓ ବଉଦ ମଧ୍ୟରେ ମ୍ୟାଚ ହୋଇଥିଲା। ଏଥିରେ ଭଞ୍ଜନଗର ନରେଶ ଏକାଦଶ ବିଜୟୀ ହୋଇ ପ୍ରଥମ ଦଳ ଭାବେ ଫାଇନାଲରେ ପ୍ରବେଶ କରିଛି। ଦିତୀୟ ସେମି ଫାଇନାଲ ମ୍ୟାଚ ଆୟୋଜକ ଭଞ୍ଜନଗର ଫୁଟବଲ କ୍ଳବ ସହ ଭୁବନେଶ୍ୱର ଫ୍ରେଣ୍ଡସ୍‌ ପାରାଡାଇଜ କ୍ଲବ ମଧ୍ୟରେ ମ୍ୟାଚ୍‌ ହୋଇଥିଲା। ଏଥିରେ ଭଞ୍ଜନଗର ଫୁଟବଲ କ୍ଲବ ବିଜୟୀ ହୋଇ ଦ୍ୱିତୀୟ ଦଳ ଭାବେ ଫାଇନାଲରେ ପ୍ରବେଶ କରିଛି। ମ୍ୟାଚ୍‌ଗୁଡ଼ିକୁ ଜାତୀୟ ରେଫରି ସୁବ୍ରତ କୁମାର ପୁରୋହିତ, ରାଜ୍ୟ ସ୍ତରୀୟ ରେଫରୀ ପି. ରମେଶ, ସଲିଲ କୁମାର ବେହେରା , ବାପୁନା ସିଂ,ବିଚିତ୍ର ଜେନା, ମ୍ୟାଚ୍‌ କମିଶନର ପି ଆନନ୍ଦ ରାଓ ପରିଚାଳନା କରିଥିଲେ। ଶୁକ୍ରବାର ଫାଇନାଲ ମ୍ୟାଚ୍‌ ଦୁଇ ଭଞ୍ଜନଗର ଟିମ୍‌ ମଧ୍ୟରେ ହେବ। ଆସନ୍ତାକାଲି ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରା ମୁଖ୍ୟ ଅତିଥି ଭାବେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ପ୍ରଶାନ୍ତ ମହାନ୍ତି ଧାରା ବିବରଣୀ ପ୍ରଦାନ କରିଥିଲେ।

Dharitri – Odisha’s No.1, Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ନନ୍ଦପୁର ପରେ ପାଡୁଆ ଥାନା ଅଞ୍ଚଳରେ ଚାଞ୍ଚଲ୍ୟ: ଶନିବାର ରାତିରେ ୧ ବୋଲେରୋ ୨ଟି ବାଇକ ଚୋରି

ନନ୍ଦପୁର/ପାଡୁଆ, ୨୨।୩ (ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ପୋଲିସ ଉପଖଣ୍ଡ ଥାନା ଅଞ୍ଚଳରେ ଦିନକୁ ଦିନ ଗାଡ଼ି ଚୋରି ସଂଖ୍ୟା ବଢିବାରେ ଲାଗିଛି।…

ଆରବ ସାଗରରେ ପରମାଣୁ ବୁଡ଼ାଜାହାଜ ମୁତୟନ କଲା ବ୍ରିଟେନ, ସାରା ବିଶ୍ୱର ବଢିଲା ଚିନ୍ତା!

ଲଣ୍ଡନ,୨୨।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ତିନି ସପ୍ତାହ ଧରି ସଂଘର୍ଷ ଜାରି ରହିଛି। ପ୍ରତିଶୋଧ ସ୍ବରୂପ, ଇରାନ ମଧ୍ୟପ୍ରାଚ୍ୟର ଦେଶଗୁଡ଼ିକୁ, ବିଶେଷକରି ୟୁଏଇକୁ ଟାର୍ଗେଟ…

ମା‘ ତାରିଣୀ ମନ୍ଦିରର ବାର୍ଷିକ ଉତ୍ସବ: ଚଳଚଞ୍ଚଳ ପରଜଙ୍ଗ ଗାଁ

ପରଜଙ୍ଗ,୨୨।୩ (ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବଜାର ମଧ୍ୟରେ ମା’ ତାରିଣୀଙ୍କ ମନ୍ଦିର ରହିଛି ।ଏହି ମନ୍ଦିରରେ ୩ ଦିନ ଧରି ହେବାକୁ ଥିବା ୧୨…

୧୩ହଜାର ଟଙ୍କା ଶସ୍ତା ହେଲା ସୁନା; ଏକ୍ସପର୍ଟ କଲେ ବଡ଼ ଭବିଷ୍ୟବାଣୀ, ଆଗକୁ…

ନୂଆଦିଲ୍ଲୀ,୨୨।୩: ଇରାନ, ଇସ୍ରାଏଲ ଏବଂ ଆମେରିକା ସହିତ ସଂଘର୍ଷ ଏବଂ ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି ପାଇବା ଯୋଗୁଁ, ଏହି ସପ୍ତାହରେ ସୁନା ଏବଂ ରୂପା ମୂଲ୍ୟରେ ତୀବ୍ର…

ବିମାନ ଭଡ଼ା ସୀମା ଉଠାଇ ଦେଲା ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ; କାହିଁକି ଏହି ନିଷ୍ପତ୍ତି ନିଆଯାଇଛି ଜାଣନ୍ତୁ

ନୂଆଦିଲ୍ଲୀ,୨୨।୩: ଘରୋଇ ବିମାନ ଯାତ୍ରା ଉପରେ ଲାଗୁ ହୋଇଥିବା ଅସ୍ଥାୟୀ ସୀମା ୨୩ ମାର୍ଚ୍ଚ, ୨୦୨୬ ରୁ ପ୍ରତ୍ୟାହାର କରିବାକୁ ନିଷ୍ପତ୍ତି ନେଇଛି ବେସାମରିକ ବିମାନ ଚଳାଚଳ…

ହରମୁଜ ସଙ୍କଟ ଭିତରେ ଭାରତ ତେଲକୁ ନେଇ ନେଲା ବଡ଼ ନିଷ୍ପତ୍ତି, ମେ ମାସ ଆରମ୍ଭରୁ…

ନୂଆଦିଲ୍ଲୀ,୨୨।୩: ବଢ଼ୁଥିବା ବିଶ୍ୱ ଉତ୍ତେଜନା ଏବଂ ଯୋଗାଣ ସଙ୍କଟ ମଧ୍ୟରେ, ହିନ୍ଦୁସ୍ତାନ ପେଟ୍ରୋଲିୟମ କର୍ପୋରେସନ (HPCL) ଆଙ୍ଗୋଲାରୁ 2 ନିୟୁତ ବ୍ୟାରେଲ ଅଶୋଧିତ ତୈଳ କ୍ରୟ କରିବା…

ବାବର ଆଜମଙ୍କ ଭବିଷ୍ୟତକୁ ନେଇ ଉଠିଲା ପ୍ରଶ୍ନ, ଭିଡ଼ିଓ ଭାଇରାଲ, ୟୁଜର୍ସ କହିଲେ ଢାବା…

ଇସଲାମାବାଦ,୨୨।୩: ବାବର ଆଜମ ବର୍ତ୍ତମାନ କ୍ରିକେଟରୁ ବିରତି ନେଇଛନ୍ତି। ଆଘାତ ଯୋଗୁ ସେ ବାଂଲାଦେଶ ବିପକ୍ଷରେ ଏକଦିବସୀୟ ସିରିଜ ହରାଇଥିଲେ ଏବଂ ଜାତୀୟ ଟି-୨୦ କପ ମଧ୍ୟ…

ମୁନିଗୁଡାରେ ୩ ଘର ଉପରକୁ ମାଡ଼ିଗଲା ଟ୍ୟାଙ୍କର: ପରେ…

ମୁନିଗୁଡା,୨୨।୩(ନନ୍ଦ କିଶୋର ପଟ୍ଟନାୟକ): ମୁନିଗୁଡା ଥାନା ଅନ୍ତର୍ଗତ ମୁନିଖୋଲ କନକ ପରମେଶ୍ୱରୀ ମନ୍ଦିର ନିକଟରେ ରବିବାର ଭୋର ସମୟରେ ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ଏକ ବକ୍ସାଇଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri