ନୂଆ ରୂପରେ ଚକରା ଘାଟି: ବନ ବିଭାଗ ୱାଚ ଟାୱାର, କ୍ୱାର୍ଟର ଉଦଘାଟିତ

ଭଞ୍ଜନଗର,୨୭।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ମୁଜାଗଡ ରେଞ୍ଜ ଅଧିନରେ ଥିବା ବାପାଙ୍ଗି ମନ୍ଦିର ନିକଟରେ ସୋମବାର ଏକ ୱାଚ ଟାୱାର ଉଦଘାଟିତ ହୋଇଯାଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ତାହାକୁ ଉଦଘାଟନ କରିଥିଲେ। ଏହି ଅବସରରେ ସେ ଆଲୋଚନା ସମୟରେ କହିଥିଲେ ଯେ, ଉକ୍ତ ୱାଚ ଟାୱାର ଉଦଘାଟନ ପରେ ଏଠାକୁ ଆସୁଥିବା ପର୍ଯ୍ୟଟକମାନେ ପ୍ରକୃତିକୁ ଉପଭୋଗ କରିପାରିବେ। ରାଜ୍ୟ ସରକାର ବିପୁଳ ଅର୍ଥ ଖର୍ଚ୍ଚ କରି ବନ ବିଭାଗକୁ ଆଧୁନିକୀକରଣ କରିବା ସହ ଭିତ୍ତିଭୂମି ସୁଦୃଢ କରୁଛନ୍ତି। ଜଙ୍ଗଲ ସୁରକ୍ଷା ପାଇଁ ନୂତନ ନିଯୁକ୍ତି ଦିଆଯାଉଛି।
ଏହାପରେ ବିଧାୟକ ନାୟକ ଭଞ୍ଜନଗରଠାରେ ହୋଇଥିବା ଏସିଏଫ କ୍ୱାର୍ଟରକୁ ମଧ୍ୟ ଉଦଘାଟନ କରିଥିଲେ। ଏଥିସହ ସକାଳେ ଭଞ୍ଜନଗର ଚକରା ଘାଟି ପରିଦର୍ଶନ କରିବାକୁ ଯାଇଥିଲେ ବିଧାୟକ। ପ୍ରାୟ ୬ କୋଟିରୁ ଊଦ୍ଧର୍‌ବ ଟଙ୍କା ବ୍ୟୟରେ ଚକରା ଘାଟି ଆଧୁନିକୀକରଣ କାର୍ଯ୍ୟ ଚାଲିଛି। କାର୍ଯ୍ୟ ଅଗ୍ରଗତି ନେଇ ସମୀକ୍ଷା କରିଥିଲେ। ଖୁବଶୀଘ୍ର ଚକରା ଘାଟି ଉଦଘାଟିତ ହେବାର କାର୍ଯ୍ୟକ୍ରମ ରହିଛି।

ବିଧାୟକଙ୍କ ଗସ୍ତ ସମୟରେ ଡିଏଫଓ ହିମାଂଶୁ ଶେଖର ମହାନ୍ତି, ଏସିଏଫ ବିବେକ ଦାସ, ବିମଳ କୁମାର ପ୍ରଧାନ, ରେଞ୍ଜର ବିମ୍ବାଧର ସାହୁ, ଏମପି ପ୍ରତିନିଧି ସନ୍ତୋଷ ତିଆଡି, ଜିଲା ପରିଷଦ ଏମପି ପ୍ରତିନିଧି ଶିବଶଙ୍କର ପ୍ରଧାନ, ଭଞ୍ଜନଗର ଠାକୁରାଣୀ ଯାତ୍ରା କମିଟି କାର୍ଯ୍ୟକାରୀ ସଭାପତି ବିଷ୍ଟୁ ପ୍ରସାଦ ପ୍ରଧାନ, ସରକାରୀ ଓକିଲ ଧବଳେଶ୍ୱର ମାଝୀ, ଧୋବା ଗୌଡ,
ବୁବୁନି ମହାନ୍ତି, ଲକ୍ଷ୍ମୀ ପଣ୍ଡା ପ୍ରମୁଖ ଉପସ୍ଥିତ ଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଜଙ୍ଗଲରେ ପଡ଼ିଛି ହାତୀର ମୃତଦେହ, ମୃତ୍ୟୁର କାରଣ ଅସ୍ପଷ୍ଟ

ଜଳେଶ୍ୱର,୨୦ା୯(ନବୀନ ସାହୁ): ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ଅନ୍ତର୍ଗତ ବରଡିହା ବନଖଣ୍ଡ କଳମା ପଞ୍ଚାୟତର ଆମ୍ବତୁମ୍ବା ଜଙ୍ଗଲରୁ ଏକ ମାଈହାତୀର ମୃତଦେହ ଉଦ୍ଧାର କରାଯାଇଛି। ପ୍ରାପ୍ତ ସୂଚନା…

ଜନସାଧାରଣଙ୍କ ଅଭିଯୋଗ ଶୁଣିଲେ ଏସ୍‌ପି, ଅନ୍ଧବିଶ୍ୱାସଠାରୁ ଦୂରେଇ ରହିବା ନେଇ…

ଗଞ୍ଜାମ,୨୦ା୯(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ପୋଲିସ ପକ୍ଷରୁ ଫାଣ୍ଡି ପରିସରରେ ଆମ ପୋଲିସ ସମିତି ବୈଠକ ରବିବାର ଅନୁଷ୍ଠିତ ହୋଇଥିଲା। ଛତ୍ରପୁର…

ମାଉଜର ଦେଖାଇ ଫାଇନାନ୍ସ କମ୍ପାନୀ କର୍ମଚାରୀଙ୍କଠାରୁ ଲକ୍ଷାଧିକ ଟଙ୍କା ଝାମ୍ପିନେଲେ ୪ ଦୁର୍ବୃତ୍ତ

ନନ୍ଦପୁର,୨୦ା୯(ତୁଷାରକାନ୍ତ ମହାନ୍ତି): ପାର୍ବଣ ପୂର୍ବରୁ କୋରାପୁଟ ଜିଲାର ବିଭିନ୍ନ ସ୍ଥାନରେ ଚୋରି ଡକାୟତି ରାହାଜାନି ଘଟଣା ଦିନକୁ ଦିନ ବୃଦ୍ଧି ପାଉଛି। ନନ୍ଦପୁର ଥାନା କ୍ଷେତ୍ର ପାଲିବା…

ଶ୍ରୀଗୁଣ୍ଡିଚା ମନ୍ଦିର ପରିଦର୍ଶନ ସହ ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟର ସମୀକ୍ଷା କଲେ ମୁଖ୍ୟ ପ୍ରଶାସକ

ପୁରୀ,୨୦ା୯(ଅଜିତ୍‌ କୁମାର ମହାନ୍ତି): ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟସ୍ଥିତ ସମ୍ମିଳନୀ କକ୍ଷରେ ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ କୁମାର ପାଢ଼ୀଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଛି। ଏଥିରେ…

ଲଟାବୁଦାରେ ଭର୍ତ୍ତି ହୋଇଛି ଗାଁ ଶ୍ମଶାନ, ସଫେଇ ପାଇଁ ଏକାଠି ହେଲେ ଯୁବବର୍ଗ, ଅଧାପନ୍ତରିଆ ହୋଇଥିବା…

ଦାରିଙ୍ଗବାଡ଼ି,୨୦ା୯(ଅରୁଣ ସାହୁ): ସରକାରଙ୍କ ପକ୍ଷରୁ ଶ୍ମଶାନ ଗୃହ ନିର୍ମାଣ ପାଇଁ ଲକ୍ଷଲକ୍ଷ ଟଙ୍କା ଅନୁଦାନ ଖର୍ଚ୍ଚ କରାଯାଇ ସ୍ବଚ୍ଛତା ଓ ସୌନ୍ଦର୍ଯ୍ୟ ପାଇଁ ପଦକ୍ଷେପ ନିଆଯାଉଛି। କିନ୍ତୁ…

ପାରିବାରିକ କଳହର କରୁଣ ପରିଣତି: ସ୍ତ୍ରୀଙ୍କୁ ହତ୍ୟାପରେ, ସ୍ୱାମୀଙ୍କ ଆତ୍ମହତ୍ୟା

ପରଜଙ୍ଗ, ୨୦/୯ (ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଅଧୀନ ଦଦରାଘାଟି ଫାଣ୍ଡି ଅଞ୍ଚଳର ଆଖୁଆପାଳ ପଞ୍ଚାୟତ ଅନ୍ତର୍ଗତ ୩ ନମ୍ବର କଲୋନୀରେ ପାରିବାରିକ କଳହକୁ…

ରେଙ୍ଗାଲିରେ ଏନକାଉଣ୍ଟର: କୋଡିନ୍‌ କଫ୍‌ସିରପ୍‌ ଚାଲାଣକାରୀଙ୍କୁ….

ସମ୍ବଲପୁର, ୨୦।୯ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ନିଶା କାରବାର ବିରୋଧରେ ପୋଲିସର ବଡ଼ଧରଣର କାର୍ଯ୍ୟାନୁଷ୍ଠାନ ଦେଖିବାକୁ ମିଳିଛି। ‘ନିଶାମୁକ୍ତ ଓଡ଼ିଶା ଅଭିଯାନ’ ଅନ୍ତର୍ଗତ ରେଙ୍ଗାଲି ଥାନା…

ସିମନବାଡ଼ି ସବ୍‌ଷ୍ଟେସନ କାର୍ଯ୍ୟ ଶେଷକୁ ବିତିଲା ଦୀର୍ଘଦିନ : ଲୋକଙ୍କୁ ମିଳୁନି ସେବା, ବିଭାଗର ଅହେତୁକ ବିଳମ୍ବକୁ ନେଇ ବଢ଼ୁଛି ଅସନ୍ତୋଷ

ଦାରିଙ୍ଗବାଡ଼ି, ୨୦/୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ଦୀର୍ଘଦିନ ହେଲା ୩୩/୧୧ କେଭି ବିଦ୍ୟୁତ ସବ୍‌ଷ୍ଟେସନ ସ୍ଥାପନ କାର୍ଯ୍ୟ ଶେଷ ହୋଇସାରିଛି। ହେଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?