ସୁଶାନ୍ତଙ୍କୁ ଓଭର୍‌ଡୋଜ ଔଷଧ ଖାଇବାକୁ ଦେଉଥିଲେ ରିୟା

ବଲିଉଡ ଅଭିନେତା ସୁଶାନ୍ତ ସିଂହ ରାଜପୁତ ମୃତ୍ୟୁ ପ୍ରସଙ୍ଗ ନୂଆ ମୋଡ ଆସିଛି। ଘଟଣାର ଯାଞ୍ଚ୍‌ ଏବେ ସିବିଆଇ ହାତକୁ ଯାଇଛି। ସୁଶାନ୍ତଙ୍କୁ ଗର୍ଲଫ୍ରେଣ୍ଡ୍‌ ଓଭର୍‌ଡୋଜ ଔଷଧ ଖାଇବାକୁ ଦେଉଥିଲେ ବୋଲି ବିହାର ସରକାରଙ୍କ ପକ୍ଷରୁ ଅଭିଯୋଗ କରାଯାଇଛି। ଏନେଇ ସୁପ୍ରିମକୋର୍ଟ ଏକ ପିଟିସନ ଦାଖଲ କରାଯାଇଛି। ରିୟା ଏବଂ ତାଙ୍କ ପରିବାର ଟଙ୍କା ଲୋଭରେ ସୁଶାନ୍ତଙ୍କୁ ନିଜ ଆଡକୁ ଟାଣିବାକୁ ଚେଷ୍ଟା କରୁତତ୍ଲେ ବୋଲି ଅଭିଯୋଗ ହୋଇଛି। ସୂଚନାଯୋଗ୍ୟ, ସୁଶାନ୍ତଙ୍କ ପିତା ପାଟଣା ରାଜୀବନଗର ଥାନାରେ ସୁଶାନ୍ତଙ୍କ ଗର୍ଲଫ୍ରେଣ୍ଡ ରିୟା ଚକ୍ରବର୍ତ୍ତୀଙ୍କ ବିରୋଧରେ ଏକ ମାମଲା ରୁଜୁ କରିଥିଲେ। ସେ କହିଥିଲେ ଯେ, ସୁଶାନ୍ତଙ୍କୁ ପ୍ରେମ ଜାଲରେ ଫସାଇ ରିୟା ଚକ୍ରବର୍ତ୍ତୀ ତାଙ୍କଠାରୁ ଟଙ୍କା ଆଦାୟ କରିବା ଓ ଆତ୍ମହତ୍ୟା ପାଇଁ ତାଙ୍କୁ ଉସୁକାଇଥିଲେ। ୨୦୧୯ରେ ରିୟାଙ୍କୁ ଭେଟିବା ପୂର୍ବରୁ ସୁଶାନ୍ତ ସମ୍ପୂର୍ଣ୍ଣ ସ୍ବାଭାବିକ ଥିଲେ। ତା’ପରେ କ’ଣ ବଦଳିଗଲା ଯେ ସେ ରିୟାଙ୍କୁ ଭେଟିବାର କିଛି ମାସ ମଧ୍ୟରେ ମାନସିକ ରୋଗୀ ହୋଇଗଲେ? ସୁଶାନ୍ତଙ୍କ ମାନସିକ ରୋଗୀ ହେବାର କାରଣ କ’ଣ ଥିଲା ତାହା ଅନୁସନ୍ଧାନ କରାଯିବା ଉଚିତ୍‌ ବୋଲି ପିତା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନରେ ଯୁଦ୍ଧ ମଧ୍ୟରେ ଇସ୍ରାଏଲରେ ନିର୍ବାଚନ ଘୋଷଣା, ୫୩ ବର୍ଷ ମଧ୍ୟରେ ପ୍ରଥମ ଥର ପୂର୍ଣ୍ଣ କାର୍ଯ୍ୟକାଳ ଶେଷ କଲେ ସରକାର

ଜେରୁଜେଲମ,୧୩।୭: ଇସ୍ରାଏଲର ପରବର୍ତ୍ତୀ ସାଧାରଣ ନିର୍ବାଚନ ପାଇଁ ତାରିଖ ସ୍ଥିର କରାଯାଇଛି; ଭୋଟିଂ ୨୭ ଅକ୍ଟୋବର, ୨୦୨୬ ରେ ହେବ। ଉଲ୍ଲେଖନୀୟ ଯେ, ଏହା ୩୮ ବର୍ଷ…

ଦକ୍ଷିଣ ଚାଇନା ସାଗର ଉପରେ ବେଜିଂର ଦାବିକୁ ଇୟୁ, ୧୪ ରାଷ୍ଟ୍ରର ପ୍ରତ୍ୟାଖ୍ୟାନ

ମାନିଲା,୧୩ା୭: ଦକ୍ଷିଣ ଚାଇନା ସାଗର ଉପରେ ବେଜିଂର ଦାବିକୁ ଆମେରିକା, ବ୍ରିଟେନ୍‌ ସମେତ ୧୪ ଦେଶ ପ୍ରତ୍ୟାଖ୍ୟାନ କରିଛନ୍ତି। ୨୦୧୬ର ଏକ ଅନ୍ତର୍ଜାତୀୟ ରାୟ ଅନୁଯାୟୀ ଦକ୍ଷିଣ ଚାଇନା…

୧୫ ମୃତଦେହକୁ ଭାରତ ଆଣିବା ପ୍ରକ୍ରିୟା ଆରମ୍ଭ

ଭିଏଟନାମ, ୧୩ା୭: ଭିଏଟନାମ ‘ଫୁ କ୍ୱାକ୍‌’ ଦ୍ୱୀପ ନିକଟରେ ଗତକାଲି ଘଟିଥିବା ଦୁଖଦ ସ୍ପିଡ୍‌ବୋଟ୍‌ ଦୁର୍ଘଟଣା ପରେ ଆଜି ପରବର୍ତ୍ତୀ ପ୍ରକ୍ରିୟାକୁ ଜୋରଦାର କରିଦିଆଯାଇଛି। ଭାରତୀୟ ଦୂତାବାସର ସୂଚନା…

ବାଂଲାଦେଶରେ ପ୍ରଳୟଙ୍କରୀ ବନ୍ୟା : ୪୪ ମୃତ

ଢାକା, ୧୩ା୭:ବାଂଲାଦେଶରେ ମୌସୁମୀଜନିତ ପ୍ରବଳ ବର୍ଷା ଓ ବନ୍ୟା ଯୋଗୁ ସ୍ଥିତି ସଙ୍ଗିନ ହୋଇପଡ଼ିଛି। ଗତ ଏକ ସପ୍ତାହ ମଧ୍ୟରେ ବନ୍ୟା ଓ ଭୂସ୍ଖଳନଜନିତ ବିଭିନ୍ନ ଦୁର୍ଘଟଣାରେ…

ଇଣ୍ଡିଆ ବ୍ଲକ୍‌ରେ ଯୋଗଦେବନି ଡିଏମ୍‌କେ

ଚେନ୍ନାଇ,୧୩ା୭:ପାର୍ଲାମେଣ୍ଟର ଆଗାମୀ ମୌସୁମୀ ଅଧିବେଶନରେ ଭାଜପା ନେତୃତ୍ୱାଧୀନ ଏନ୍‌ଡିଏକୁ ଦୃଢ଼ ବିରୋଧ କରିବା ପାଇଁ ଇଣ୍ଡିଆ ବ୍ଲକ୍‌ରେ ଏମ୍‌.କେ. ଷ୍ଟାଲିନ୍‌ଙ୍କ ଡିଏମ୍‌କେ ଏବଂ ତାମିଲନାଡୁ ମୁଖ୍ୟମନ୍ତ୍ରୀ ବିଜୟଙ୍କ…

ନେପାଳରେ ପୁଣି ଜେନ୍‌ ଜି ବିକ୍ଷୋଭ

କାଠମାଣ୍ଡୁ,୧୩ା୭: ନେପାଳ ସରକାର କୌଣସି ଥଇଥାନ ଯୋଜନା ନ କରି ଜବରଦଖଲକାରୀଙ୍କୁ ଉଚ୍ଛେଦ କରୁଥିବାରୁ ଏହାର ପ୍ରତିବାଦରେ ରାଜଧାନୀ କାଠମାଣ୍ଡୁରେ ରବିବାର ଜୋର୍‌ଦାର ବିକ୍ଷୋଭ ହୋଇଛି। ଶତାଧିକ…

ନରଓ୍ବେକୁ ହରାଇ ସେମିଫାଇନାଲରେ ଇଂଲଣ୍ଡ

ମାୟାମି,୧୨ା୭: ଜୁଡେ ବେଲିଂଘମଙ୍କ ଡବଲ ଗୋଲ ବଳରେ ଚଳିତ ଫିଫା ବିଶ୍ୱକପ୍‌ର ତୃତୀୟ କ୍ୱାର୍ଟର ଫାଇନାଲ ମ୍ୟାଚ୍‌ରେ ଇଂଲଣ୍ଡ ୨-୧ ଗୋଲରେ ନରଓ୍ବେକୁ ପରାସ୍ତ କରି ସେମିଫାଇନାଲ…

ଉପ ମୁଖ୍ୟମନ୍ତ୍ରୀଙ୍କୁ କଡ଼ା ଟାର୍ଗେଟ କଲା ବିଜେଡି

ବରଗଡ଼,୧୨।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଏକ ପାୱାର ସବ୍‌ଷ୍ଟେଶନ ଉଦ୍‌ଘାଟନ କରିବା ପାଇଁ ରବିବାର ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଆସିଥିଲେ। ତେବେ ଗତ ସାଧାରଣ ନିର୍ବାଚନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri