ଚକ୍ରଧାରୀ ହେବେ ଓଡ଼ିଶା ହାଇକୋର୍ଟ ମୁଖ୍ୟ ବିଚାରପତି

କଟକ,୩ା୧୧(କାର୍ତ୍ତିକ ସାହୁ): ଓଡ଼ିଶା ହାଇକୋର୍ଟର ନୂତନ ମୁଖ୍ୟ ବିଚାରପତି ଭାବେ ଜଷ୍ଟିସ୍‌ ଚକ୍ରଧାରୀ ଶରଣ ସିଂ ନିଯୁକ୍ତ ହେବେ। ସୁପ୍ରିମ୍‌କୋର୍ଟ ପ୍ରଧାନ ବିଚାରପତି ଡି.ୱାଇ. ଚନ୍ଦ୍ରଚୁଡ଼, ବିଚାରପତି ସଞ୍ଜୟ କିଶାନ କାଉଲ୍‌, ବିଚାରପତି ସଞ୍ଜୀବ ଖାନ୍ନାଙ୍କୁ ନେଇ ଗଠିତ କଲେଜିୟମ୍‌ ଜଷ୍ଟିସ୍‌ ଚକ୍ରଧାରୀ ଶରଣ ସିଂଙ୍କୁ ଓଡ଼ିଶା ହାଇକୋର୍ଟର ନୂତନ ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି ଦେବାକୁ ଗୁରୁବାର ସୁପାରିସ କରିଛନ୍ତି। ଜଷ୍ଟିସ ସିଂ ଏହି ପଦ ପାଇଁ ଯୋଗ୍ୟ ବୋଲି କଲେଜିୟମ ହୃଦ୍‌ବୋଧ କରିବା ପରେ ଏପରି ପଦକ୍ଷେପ ନିଆଯାଇଥିବା ଜଣାଯାଇଛି।
ପ୍ରକାଶ ଯେ, ଜଷ୍ଟିସ୍‌ ଶରଣ ସିଂ ୧୯୬୩ ଜାନୁୟାରୀ ୨୦ ତାରିଖରେ ଜନ୍ମ ଗ୍ରହଣ କରିଥିଲେ। ସେ ଦିଲ୍ଲୀ ବିଶ୍ୱବିଦ୍ୟାଳୟ (କ୍ୟାମ୍ପସ୍‌ ସେଣ୍ଟର୍‌)ରୁ ଏଲ୍‌ଏଲ୍‌ବି ପାଠ୍ୟକ୍ରମ ଶେଷ କରିବା ପରେ ୧୯୯୦ରେ ପାଟଣା ହାଇକୋର୍ଟରେ ଓକିଲାତି ଜୀବନ ଆରମ୍ଭ କରିଥିଲେ। ସାମ୍ବିଧାନିକ, ସର୍ଭିସ୍‌, ଆର୍ବିଟ୍ରେଶନ୍‌ ଓ ଫୌଜଦାରି, ଶ୍ରମ ବିବାଦ ଆଦି ମାମଲା ବେଶ୍‌ ସଫଳତାର ସହ ପରିଚାଳନା କରିଥିଲେ। ତାଙ୍କୁ ୧୯୯୮ରେ ବିହାରର ଅତିରିକ୍ତ ଆଡ୍‌ଭୋକେଟ୍‌ ଜେନେରାଲ୍‌ ଭାବେ ନିଯୁକ୍ତି ମିଳିଥିଲା। ୨୦୦୬ରେ ପ୍ରଶିକ୍ଷଣ ନେଇ ସେ ପାଟଣା ହାଇକୋର୍ଟରେ ମିଡିଏଟର୍‌ ଭାବେ ଯୋଗ ଦେଇଥିଲେ। ୨୦୧୦ ସେପ୍ଟେମ୍ବର ୧୮ ତାରିଖରେ ତାଙ୍କୁ ବରିଷ୍ଠ ଆଇନଜୀବୀର ମାନ୍ୟତା ମିଳିଥିଲା। ୨୦୧୨ ଏପ୍ରିଲ୍‌ ୫ ତାରିଖରେ ପାଟଣା ହାଇକୋର୍ଟର ବିଚାରପତି ଭାବେ ସେ ନିଯୁକ୍ତି ପାଇଥିଲେ। ପାଟଣା ହାଇକୋର୍ଟର ବିଚାରପତି ଭାବେ ସେ ୧୧ ବର୍ଷ ମଧ୍ୟରେ ୧,୨୪୬ ରିପୋଟେଡ୍‌ ଜଜ୍‌ମେଣ୍ଟ କରିଥିଲେ। ସେ ଗତ ଫେବୃୟାରୀ ୬ ତାରିଖରୁ ପାଟଣା ହାଇକୋର୍ଟର କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଭାବେ ମଧ୍ୟ ଦାୟିତ୍ୱ ଗ୍ରହଣ କରିଥିଲେ।
ଉଲ୍ଲେଖଯୋଗ୍ୟ ଯେ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଶୁଭାଶିଷ ତାଳପତ୍ରଙ୍କ ଅବସର ପରେ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ପଦବୀ ଖାଲି ପଡ଼ିଥିଲା। ସେବେଠାରୁ ଓଡ଼ିଶା ହାଇକୋର୍ଟର ବରିଷ୍ଠ ବିଚାରପତି ଡ. ବିଦ୍ୟୁତ୍‌ ରଞ୍ଜନ ଷଡଙ୍ଗୀ କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଭାବେ ଦାୟିତ୍ୱ ତୁଲାଇ ଆସୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ମହୋତ୍ସବ ଅନୁଷ୍ଠିତ

କଲ୍ୟାଣସିଂହପୁର, ୨/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

କଙ୍କାଳ ଜବତ, ନିଖୋଜ ମହିଳାଙ୍କ କଙ୍କାଳ ବୋଲି ଅନୁମାନ

ରିଆମାଳ,୨|୧୦(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଗୁଣ୍ଡିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନଡଙ୍ଗାଘାଟର ମୁଣ୍ଡା ସାହି ଗୋହିରା ନାଳ ପାଖରୁ ରିଆମାଳ ଥାନା ପୁଲିସ ଏକ…

ଅନ୍ତରବା ଛକରେ ଦୁର୍ଘଟଣା, ୩ ଗୁରୁତର, ୨ ଆହତ

ମୋହନା, ୨।୧୦ (ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତରବା ଛକରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟି ୩ ଜଣ ଗୁରୁତର ଓ ୨…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?