ଚକ୍ରଧାରୀ ହେବେ ଓଡ଼ିଶା ହାଇକୋର୍ଟ ମୁଖ୍ୟ ବିଚାରପତି

କଟକ,୩ା୧୧(କାର୍ତ୍ତିକ ସାହୁ): ଓଡ଼ିଶା ହାଇକୋର୍ଟର ନୂତନ ମୁଖ୍ୟ ବିଚାରପତି ଭାବେ ଜଷ୍ଟିସ୍‌ ଚକ୍ରଧାରୀ ଶରଣ ସିଂ ନିଯୁକ୍ତ ହେବେ। ସୁପ୍ରିମ୍‌କୋର୍ଟ ପ୍ରଧାନ ବିଚାରପତି ଡି.ୱାଇ. ଚନ୍ଦ୍ରଚୁଡ଼, ବିଚାରପତି ସଞ୍ଜୟ କିଶାନ କାଉଲ୍‌, ବିଚାରପତି ସଞ୍ଜୀବ ଖାନ୍ନାଙ୍କୁ ନେଇ ଗଠିତ କଲେଜିୟମ୍‌ ଜଷ୍ଟିସ୍‌ ଚକ୍ରଧାରୀ ଶରଣ ସିଂଙ୍କୁ ଓଡ଼ିଶା ହାଇକୋର୍ଟର ନୂତନ ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି ଦେବାକୁ ଗୁରୁବାର ସୁପାରିସ କରିଛନ୍ତି। ଜଷ୍ଟିସ ସିଂ ଏହି ପଦ ପାଇଁ ଯୋଗ୍ୟ ବୋଲି କଲେଜିୟମ ହୃଦ୍‌ବୋଧ କରିବା ପରେ ଏପରି ପଦକ୍ଷେପ ନିଆଯାଇଥିବା ଜଣାଯାଇଛି।
ପ୍ରକାଶ ଯେ, ଜଷ୍ଟିସ୍‌ ଶରଣ ସିଂ ୧୯୬୩ ଜାନୁୟାରୀ ୨୦ ତାରିଖରେ ଜନ୍ମ ଗ୍ରହଣ କରିଥିଲେ। ସେ ଦିଲ୍ଲୀ ବିଶ୍ୱବିଦ୍ୟାଳୟ (କ୍ୟାମ୍ପସ୍‌ ସେଣ୍ଟର୍‌)ରୁ ଏଲ୍‌ଏଲ୍‌ବି ପାଠ୍ୟକ୍ରମ ଶେଷ କରିବା ପରେ ୧୯୯୦ରେ ପାଟଣା ହାଇକୋର୍ଟରେ ଓକିଲାତି ଜୀବନ ଆରମ୍ଭ କରିଥିଲେ। ସାମ୍ବିଧାନିକ, ସର୍ଭିସ୍‌, ଆର୍ବିଟ୍ରେଶନ୍‌ ଓ ଫୌଜଦାରି, ଶ୍ରମ ବିବାଦ ଆଦି ମାମଲା ବେଶ୍‌ ସଫଳତାର ସହ ପରିଚାଳନା କରିଥିଲେ। ତାଙ୍କୁ ୧୯୯୮ରେ ବିହାରର ଅତିରିକ୍ତ ଆଡ୍‌ଭୋକେଟ୍‌ ଜେନେରାଲ୍‌ ଭାବେ ନିଯୁକ୍ତି ମିଳିଥିଲା। ୨୦୦୬ରେ ପ୍ରଶିକ୍ଷଣ ନେଇ ସେ ପାଟଣା ହାଇକୋର୍ଟରେ ମିଡିଏଟର୍‌ ଭାବେ ଯୋଗ ଦେଇଥିଲେ। ୨୦୧୦ ସେପ୍ଟେମ୍ବର ୧୮ ତାରିଖରେ ତାଙ୍କୁ ବରିଷ୍ଠ ଆଇନଜୀବୀର ମାନ୍ୟତା ମିଳିଥିଲା। ୨୦୧୨ ଏପ୍ରିଲ୍‌ ୫ ତାରିଖରେ ପାଟଣା ହାଇକୋର୍ଟର ବିଚାରପତି ଭାବେ ସେ ନିଯୁକ୍ତି ପାଇଥିଲେ। ପାଟଣା ହାଇକୋର୍ଟର ବିଚାରପତି ଭାବେ ସେ ୧୧ ବର୍ଷ ମଧ୍ୟରେ ୧,୨୪୬ ରିପୋଟେଡ୍‌ ଜଜ୍‌ମେଣ୍ଟ କରିଥିଲେ। ସେ ଗତ ଫେବୃୟାରୀ ୬ ତାରିଖରୁ ପାଟଣା ହାଇକୋର୍ଟର କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଭାବେ ମଧ୍ୟ ଦାୟିତ୍ୱ ଗ୍ରହଣ କରିଥିଲେ।
ଉଲ୍ଲେଖଯୋଗ୍ୟ ଯେ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଶୁଭାଶିଷ ତାଳପତ୍ରଙ୍କ ଅବସର ପରେ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ପଦବୀ ଖାଲି ପଡ଼ିଥିଲା। ସେବେଠାରୁ ଓଡ଼ିଶା ହାଇକୋର୍ଟର ବରିଷ୍ଠ ବିଚାରପତି ଡ. ବିଦ୍ୟୁତ୍‌ ରଞ୍ଜନ ଷଡଙ୍ଗୀ କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଭାବେ ଦାୟିତ୍ୱ ତୁଲାଇ ଆସୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨ ରୁବେଲା ଭାଇରସ୍‌ ରୋଗୀ ଚିହ୍ନଟ

ନବରଙ୍ଗପୁର,୮।୫: ନବରଙ୍ଗପୁରରୁ ୨ ରୁବେଲା ଭାଇରସ ରୋଗୀ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତ ୨ ଶିଶୁ ନନ୍ଦାହାଣ୍ଡି ବ୍ଲକ ପୋଡ଼ାଲଗୁଡ଼ା ଗାଁର ବୋଲି ଜଣାପଡିଛି। ୫ଟି ସାମ୍ପଲରୁ...

ପ୍ରେସମିଟ୍‌ରେ କହିଲେ ପାଣ୍ଡିଆନ, ୨୦୨୪ରେ ବିଜେଡି ହାତେଇବ କେତେ ସିଟ୍‌?

ଭୁବନେଶ୍ୱର,୮।୫: ଆଗାମୀ ନିର୍ବାଚନ ପାଇଁ ରାଜଧାନୀ ରାଜନୀତି ସରଗରମ ରହିଛି। ଦୁଇଦିନ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡିଶା ଆସି ଖୋଲା ମଞ୍ଚରେ ବିଜେଡିକୁ ଟାର୍ଗେଟ...

ମଜଭୁତ ହେଉଛି ବିଜେଡି: ମିଶ୍ରଣ ପର୍ବରେ କଂଗ୍ରେସର ଅନେକ କର୍ମୀ ଦଳରେ ସାମିଲ

ଦାରିଙ୍ଗବାଡି, ୮।୫ (ଅରୁଣ ସାହୁ ):କନ୍ଧମାଳ ଜିଲା ଦାରିଙ୍ଗବାଡି ବିଜେଡି କାର୍ଯ୍ୟାଳୟରେ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଉକ୍ତ ବ୍ଲକ କିରିକୁଟି ପଞ୍ଚାୟତ...

ଆଜି ୬ ଘଣ୍ଟା ବନ୍ଦ ରହିବ ଶ୍ରୀଜିଉଙ୍କ ଦର୍ଶନ

ପୁରୀ,୮।୫: ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି। ଏଥିପାଇଁ ୬ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ। ସା ୬ଟାରୁ ରାତି ୧୨ଟା ଯାଏ ସାଧାରଣ ଦର୍ଶନ...

ରାସ୍ତା ପାର୍‌ ହେବାବେଳେ ଘୋଷାଡି ନେଲା ଟ୍ରକ୍‌: ଚାଲିଗଲା ୨ ଜୀବନ

ଭୁବନେଶ୍ୱର,୮।୫:ରାଜଧାନୀ ଭୁବନେଶ୍ୱରରେ ବୁଧବାର ସକାଳୁ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ରାସ୍ତା ପାର୍‌ ବେଳେ ୨ ଜଣଙ୍କୁ ଘୋଷାଡ଼ି ନେଇଛି ଟ୍ରକ। ଫଳରେ ଘଟଣାସ୍ଥଳରେ...

ଏହି କଥା କହି ଭାବପ୍ରବଣ ହୋଇଗଲେ ପାଣ୍ଡିଆନ୍‌

ଭୁବନେଶ୍ୱର,୮।୫: ୫ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ବୁଧବାର ଭୋରରୁ ଏକ ପ୍ରେସ୍‌ମିଟ୍‌ ଡକାଇଛନ୍ତି। ଏହି ପ୍ରେସ୍‌ମିଟ୍‌ରେ ସେ ବିରୋଧୀଙ୍କୁ ଟାର୍ଗେଟ୍‌ କରିଛନ୍ତି।...

ରାତି ନ ପାହୁଣୁ ପ୍ରେସ୍‌ମିଟ୍‌ ଡକାଇଲେ କାର୍ତ୍ତିକ ପାଣ୍ଡିଆନ୍‌: କହିଲେ ଏସବୁ କଥା…

ଭୁବନେଶ୍ୱର,୮।୫: ଆଗାମୀ ନିର୍ବାଚନ ପାଇଁ ରାଜ୍ୟ ରାଜନୀତି ସରଗରମ ରହିଛି। ଗୋଟିଏ ପଟେ ଭାଜପାର ହେଭିଓ୍ବେଟ୍‌ ନେତା ଓଡ଼ିଶାରେ ଘନ ଘନ ପ୍ରଚାର କରୁଥିବାବେଳେ ବିଜେଡି...

ଆଜି ଓଡ଼ିଶା ଆସିବେ ପ୍ରତିରକ୍ଷା ମନ୍ତ୍ରୀ, ଛତିଶଗଡ ମୁଖ୍ୟମନ୍ତ୍ରୀ, ଏହି ସବୁ ଜିଲାରେ କରିବେ ନିର୍ବାଚନୀ ପ୍ରଚାର

ଭୁବନେଶ୍ୱର,୮।୫: ଆଜି ଓଡ଼ିଶା ଆସିବେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ। ଏହି ଗସ୍ତ ସମୟରେ ପ୍ରତିରକ୍ଷା ମନ୍ତ୍ରୀ ଭବାନୀପାଟଣା ଏବଂ ତା’ ପରେ ରାୟଗଡା ଭାଜପା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri