ପଜିଟିଭ ଚିହ୍ନଟ ପରେ ସଂକ୍ରମିତଙ୍କ ଗାଁ ୫ଦିନ ଶଟ୍‌ଡାଉନ

ଜୁନାଗଡ,୨୭।୭(ଡି.ଏନ୍‌.ଏ)-କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ମହିଚଲା ପଞ୍ଚାୟତ ଅନ୍ତର୍ଗତ ଚକୁଳି ଗ୍ରାମରେ ୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ଆକ୍ରାନ୍ତଙ୍କ ମଧ୍ୟରେ ଜଣେ କୋଭିଡ ଯୋଦ୍ଧା ଓ ତାଙ୍କ ପରିବାରର ଅନ୍ୟ ତିନି ଜଣ ସଦସ୍ୟ ରହିଥିଲେ। ପରେ ସେମାନଙ୍କୁ ଭବାନୀପାଟଣା ବାନ୍ଦୋପଲାସ୍ଥିତ କୋଭିଡ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା। ଅନ୍ୟପକ୍ଷରେ ସଂକ୍ରମଣ ବଢିବା ଆଶଙ୍କା କରି ସ୍ଥାନୀୟ ସରପଞ୍ଚ ଅଜୟ କୁମାର ବେହେରା ଆସନ୍ତା ୩୧ ତାରିଖ ଶୁକ୍ରବାର ରାତି ୧୦ଟା ଯାଏ ଚକୁଳି ଗ୍ରାମକୁ ଶଟ୍‌ଡାଉନ୍‌ ଘୋଷଣା କରିଛନ୍ତି। ଏହି ସମୟରେ ଘରୁ କେହି ବାହାରକୁ ନ ବାହାରି କୋଭିଡ ନିୟମ ମାନିବାକୁ ଗ୍ରାମବାସୀଙ୍କୁ ପ୍ରଚାର ଗାଡି ମାଧ୍ୟମରେ ସୂଚନା ଦିଆଯାଇଛି। ସେହିପରି ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିମାନଙ୍କୁ ଚିହ୍ନଟ କରାଯାଇ ସେମାନଙ୍କ ସ୍ବାବ ନମୁନା ପରୀକ୍ଷା ପାଇଁ ନିଆଯାଇଥିବା ସରପଞ୍ଚ ବେହେରାଙ୍କଠୁ ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

୯ ଦିନ ହେବ ନିଖୋଜ ଥିଲେ ସ୍କୁଲ ପିଅନ: ଆଜି ମିଳିଲା…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ/ଦୂର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା କର୍ଲାପାଟ ଥାନା ନିକଟରେ ଥିବା ଏକ ପୋଖରୀରୁ ଶୁକ୍ରବାର ଜଣେ ପିଅନଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ...

ଅସହାୟଙ୍କୁ ସହାୟତାର ହାତ ବଢାଇଲା ନ୍ୟୁ ଲାଇଫ ମିଶନ

କେସିଙ୍ଗା,୨୫ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କୁର୍ଲୁପଡ଼ା ଗ୍ରାମର ନ୍ୟୁ ଲାଇଫ ମିଶନ ପରିସରରେ ଅନୁଷ୍ଠାନର ପ୍ରତିଷ୍ଠାତା ତଥା ଡାଇରେକ୍ଟର ସିଆନି ହରପାଲ...

ପରିତ୍ୟକ୍ତ ଅବସ୍ଥାରେ ସରକାରୀ ଆୟୁର୍ବେଦିକ ଚିକିତ୍ସାଳୟ, ଅର୍ଥ ମଞ୍ଜୁର ହୋଇଥିଲେ ବି…

କର୍ଲାମୁଣ୍ଡା,୨୫।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡ଼ବରାଠାରେ ପରିତ୍ୟକ୍ତ ଅବସ୍ଥାରେ ରହିଛି ସରକାରୀ ଆୟୁର୍ବେଦିକ ଚିକିତ୍ସାଳୟ। ସରକାର ୧୯୮୮ ମସିହାରେ ଏହି ଚିକିତ୍ସାଳୟ...

ସରକାରୀ ପ୍ରତିଶ୍ରୁତି ପାଣିର ଗାର: ୬ ମାସ ହେଲା ବସୁଧା ପ୍ରକଳ୍ପ ଅଚଳ!

ଥୁଆମୂଳ ରାମପୁର,୨୫।୧୨(ଦୁର୍ଗା କୀର୍ତ୍ତି): ସରକାରଙ୍କ ‘ବସୁଧା’ ଯୋଜନାରେ ଘରକୁ ଘର ପାନୀୟ ଜଳ ଯୋଗାଇ ଦେବା ପ୍ରତିଶ୍ରୁତି ଏବେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri