ପଜିଟିଭ ଚିହ୍ନଟ ପରେ ସଂକ୍ରମିତଙ୍କ ଗାଁ ୫ଦିନ ଶଟ୍‌ଡାଉନ

ଜୁନାଗଡ,୨୭।୭(ଡି.ଏନ୍‌.ଏ)-କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ମହିଚଲା ପଞ୍ଚାୟତ ଅନ୍ତର୍ଗତ ଚକୁଳି ଗ୍ରାମରେ ୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ଆକ୍ରାନ୍ତଙ୍କ ମଧ୍ୟରେ ଜଣେ କୋଭିଡ ଯୋଦ୍ଧା ଓ ତାଙ୍କ ପରିବାରର ଅନ୍ୟ ତିନି ଜଣ ସଦସ୍ୟ ରହିଥିଲେ। ପରେ ସେମାନଙ୍କୁ ଭବାନୀପାଟଣା ବାନ୍ଦୋପଲାସ୍ଥିତ କୋଭିଡ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା। ଅନ୍ୟପକ୍ଷରେ ସଂକ୍ରମଣ ବଢିବା ଆଶଙ୍କା କରି ସ୍ଥାନୀୟ ସରପଞ୍ଚ ଅଜୟ କୁମାର ବେହେରା ଆସନ୍ତା ୩୧ ତାରିଖ ଶୁକ୍ରବାର ରାତି ୧୦ଟା ଯାଏ ଚକୁଳି ଗ୍ରାମକୁ ଶଟ୍‌ଡାଉନ୍‌ ଘୋଷଣା କରିଛନ୍ତି। ଏହି ସମୟରେ ଘରୁ କେହି ବାହାରକୁ ନ ବାହାରି କୋଭିଡ ନିୟମ ମାନିବାକୁ ଗ୍ରାମବାସୀଙ୍କୁ ପ୍ରଚାର ଗାଡି ମାଧ୍ୟମରେ ସୂଚନା ଦିଆଯାଇଛି। ସେହିପରି ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିମାନଙ୍କୁ ଚିହ୍ନଟ କରାଯାଇ ସେମାନଙ୍କ ସ୍ବାବ ନମୁନା ପରୀକ୍ଷା ପାଇଁ ନିଆଯାଇଥିବା ସରପଞ୍ଚ ବେହେରାଙ୍କଠୁ ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷାରେ ଉଜୁଡ଼ିଲା କପାଚାଷ: ଚାଷଜମି ଜଳମଗ୍ନ

ଅମରପାଲି,୮ା୭(ପୀତାମ୍ବର ସାହୁ):ଲଘୁଚାପଜନିତ ଲଗାଣ ବର୍ଷା ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର କପାଚାଷୀଙ୍କ ପାଇଁ ବଡ଼ ବିପର୍ଯ୍ୟୟ ଆଣିଛି। ଜୁନରେ ବର୍ଷା ନ ଥିବା ବେଳେ ଜୁଲାଇ ଆରମ୍ଭରେ…

ଭଙ୍ଗା ଦଦରା ଘରେ ବିତୁଛି ଦିନ: ଆବାସ ଯୋଜନାରୁ ବଞ୍ଚିତ ଦମ୍ପତି

ଲୋଇସିଂହା,୮।୭(ସୁଶାନ୍ତ ବାରିକ):ସମାଜର ତଳ ସ୍ତରର ଲୋକଙ୍କୁ ସରକାରୀ ଯୋଜନାରେ ପ୍ରାଥମିକତା ଦେବାକୁ ସରକାର ଗୁରୁତ୍ୱାରୋପ କରୁଛନ୍ତି। କିନ୍ତୁ ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା…

ପ୍ରଧାନଶିକ୍ଷକ ମାଗିଲେ ଫେବର, DWOଙ୍କୁ ଗୁହାରି କଲେ ୩ ମହିଳା କର୍ମଚାରୀ

ଭବାନୀପାଟଣା, ୭।୭ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ମଦନପୁର ସରକାରୀ ଏସଏସଡି  ସ୍କୁଲର ପ୍ରଧାନ ଶିକ୍ଷକଙ୍କ ନାମରେ ଏକ ସାଂଘାତିକ ଅଭିଯୋଗ ସାମ୍ନାକୁ ଆସିଛି। ସ୍କୁଲର…

ଉତ୍କଳ ଆଲୁମିନା CSR ପ୍ରତାରଣା ଅଭିଯୋଗ: ଥୁଆମୂଳ ରାମପୁର ବ୍ଲକ କାର୍ଯ୍ୟାଳୟ ଘେରାଉ କଲେ ଶତାଧିକ ଖଣି ପ୍ରଭାବିତ ଅଞ୍ଚଳବାସୀ

ଥୁଆମୂଳ ରାମପୁର, ୭।୭ (ଦୁର୍ଗା କୀର୍ତ୍ତି): ଉତ୍କଳ ଆଲୁମିନା କମ୍ପାନୀର ସାମାଜିକ ଦାୟିତ୍ୱବୋଧ (CSR) କାର୍ଯ୍ୟକ୍ରମରେ ବ୍ୟାପକ ଅନିୟମିତତା ଓ ପ୍ରତିଶ୍ରୁତି ଖିଲାପ ପ୍ରତିବାଦରେ ଆଜି କଳାହାଣ୍ଡି…

ବୋର୍ଡ଼ା ଅଞ୍ଚଳରେ ଚାଞ୍ଚଲ୍ୟ: ଘରେ ଶୋଇଥିବା ବେଳେ କଳାକାନା ବୁଲାଇଲେ ଚୋର, ଲକ୍ଷାଧିକ ଟଙ୍କା ସହ ସୁନା-ରୁପା ଅଳଙ୍କାର ଲୁଟ୍‌

ଭବାନୀପାଟଣା,୭।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ବୋର୍ଡ଼ା ଫାଣ୍ଡି ଅନ୍ତର୍ଗତ କରଲାପିଠା ଗ୍ରାମରେ ଏକ ବଡ଼ଧରଣର ଚୋରି ଘଟଣା ସାମ୍ନାକୁ ଆସିଛି। ସୋମବାର ବିଳମ୍ବିତ ରାତି ପ୍ରାୟ…

ପୁରୀ-କୋରାପୁଟ ସ୍ପେସିଆଲ୍‌ ଟ୍ରେନକୁ କେସିଙ୍ଗାରେ ସ୍ବାଗତ: ରହଣି ସମୟ ପରିବର୍ତ୍ତନ ପାଇଁ ଦାବି

କେସିଙ୍ଗା, ୭।୭( ତୁମେଶ୍ୱର ସାହୁ): ଶ୍ରୀକ୍ଷେତ୍ର ପୁରୀ-ଶାବର କ୍ଷେତ୍ର କୋରାପୁଟ ସ୍ପେସିଆଲ୍‌ ଏକ୍ସପ୍ରେସ ଟ୍ରେନ (ନଂ .୧୮୪୦୮)କୁ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନ ବୈଷ୍ଣବ ଓ ମୁଖ୍ୟମନ୍ତ୍ରୀ ମୋହନ…

୭୭ ବନ ମହୋତ୍ସବ ପାଳିତ:ବିଭିନ୍ନ କିସମର ବୃକ୍ଷରୋପଣ

କର୍ଲାମୁଣ୍ଡା,୭।୭(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ କୁଶୁର୍ଲା ଅମର ଯୁକ୍ତତିନି ମହାବିଦ୍ୟାଳୟ ଓ କେସିଙ୍ଗା ବନ ବିଭଗ ମିଳିତ ଉଦ୍ୟମରେ ମହାବିଦ୍ୟାଳୟ ପରିସରରେ ସୋମବାର ୭୭ତମ…

ଇନ୍ଦ୍ରାବତୀ ଜଳ ଭଣ୍ଡାରରୁ ମିଳିଲା ୨୭ କେଜିର ଭାକୁର

ଭବାନୀପାଟଣା,୬।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ଇନ୍ଦ୍ରାବତୀ ବତୀ ଜଳ ଭଣ୍ଡାର କେବଳ ଜଳସେଚନ କି ବିଦ୍ୟୁତ ଉତ୍ପାଦନ ପାଇଁ ନୁହେଁ ବରଂ ମାଛ ଉତ୍ପାଦନ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri