Posted inଖେଳ

ଚ୍ୟାଲେଞ୍ଜ୍‌ କପ୍‌ ଭଲିବଲ: ସେମିରେ ଭାରତ

ଭୁବନେଶ୍ୱର, ୨୪।୬, (ତପନ ସ୍ବାଇଁ): ଭାରତୀୟ ସିନିୟର ମହିଳା ଭଲିବଲ ଦଳ ଇଣ୍ଡୋନେସିଆର ଇଷ୍ଟ ଜାଭାସ୍ଥିତ ଗ୍ରେସିକ୍‌ଠାରେ ଚାଲିଥିବା ୪ର୍ଥ ଏଭିସି ମହିଳା ଚ୍ୟାଲେଞ୍ଜ୍‌ କପ୍‌ର ସେମିଫାଇନାଲରେ ପ୍ରବେଶ କରିଛି। ପ୍ରିଲିମିନାରୀ ରାଉଣ୍ଡରେ ଅଷ୍ଟ୍ରେଲିଆକୁ ହରାଇଥିବା ଭାରତ ପରବର୍ତ୍ତୀ ୨ଟି ଗ୍ରୁପ୍‌ ମ୍ୟାଚରେ ଫିଲିପାଇନ୍ସ ଓ ଆୟୋଜକ ଇଣ୍ଡୋନେସିଆଠାରୁ ହାରି ଯାଇଥିଲା। ତେବେ ନିଜ ଗ୍ରୁପ୍‌ରେ ଦ୍ୱିତୀୟ ଶ୍ରେଷ୍ଠ ଦଳଭାବେ ଭାରତ ସେମିଫାଇନାଲ ଖେଳିବାକୁ ଯୋଗ୍ୟ ବିବେଚିତ ହୋଇଛି। ସେମିରେ ଭାରତ ଶନିବାର ଭିଏତନାମକୁ ଭେଟିବ। ଏହି ଲିଗ୍‌ ଓ ନକ୍‌ଆଉଟ ଭିତ୍ତିକ ଟୁର୍ନାମେଣ୍ଟରେ ଅଷ୍ଟ୍ରେଲିଆ, ଚାଇନିଜ ତାଇପେ, ହଂକଂ, ଇଣ୍ଡୋନେସିଆ, ଭାରତ, ଇରାନ, ମକାଉ, ମଙ୍ଗୋଲିଆ, ଫିଲିପାଇନ୍ସ, ଭିଏତନାମ ଓ ଉଜ୍‌ବେକିସ୍ତାନ ଆଦି ୧୧ଟି ଦଳ ଅଂଶଗ୍ରହଣ କରିଛନ୍ତି। ପ୍ରିଲିମିନାରୀ ରାଉଣ୍ଡରେ ଭାରତ ଗ୍ରୁପ୍‌ ‘ସି’ରେ ଅଷ୍ଟ୍ରେଲିଆକୁ ହରାଇବାପରେ ଗ୍ରୁପ୍‌ ‘ଇ’ରେ ଇଣ୍ଡୋନେସିଆ ଓ ଫିଲିପାଇନ୍ସ ସହିତ ଖେଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ଗୃହ ନିର୍ମାଣ ଦାବି

କୋରାପୁଟ,୬ା୮(ଅମିତାଭ ବେହେରା): କୋରାପୁଟ ଜିଲାର ନନ୍ଦପୁର ବ୍ଲକ ଅନ୍ତର୍ଗତ ମାଳିବେଲଗାଁ ପଞ୍ଚାୟତର ଛେଲିଆମୁଣ୍ଡା ଗ୍ରାମରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଗୃହ ନିର୍ମାଣ କରିବା ପାଇଁ…

ଅମିତ ଶାହାଙ୍କୁ ଭେଟି ବଡ଼ ଦାବି କଲେଣି ତିନି ବିଦ୍ରୋହୀ ମୁସଲିମ ଟିଏମସି ଏମପି

ନୂଆଦିଲ୍ଲୀ,୬।୮: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଦଳ (TMC) ବିରୋଧରେ ବିଦ୍ରୋହ କରିଥିବା ତିନି ଜଣ ଏମପି ଆବୁ ତାହିର ଖାନ, ୟୁସୁଫ ପଠାନ ଏବଂ ଖଲିଲୁର…

ରିଷିଡା ଡାକ୍ତରଖାନାରେ ସ୍ୱାସ୍ଥ୍ୟସେବା ବିପର୍ଯ୍ୟସ୍ତ; ଛୁଟିରେ ଡାକ୍ତର, ରୋଗୀ ହନ୍ତସନ୍ତ

ରିଷିଡା, ୬।୮(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକର ରିଷିଡା ସ୍ଥିତ ସରକାରୀ ଡାକ୍ତରଖାନାରେ କାର୍ଯ୍ୟରତ ଡାକ୍ତର ଆଜକୁ ପ୍ରାୟ ୨ମାସ ହେଲା ଛୁଟିରେ ରହିଛନ୍ତି । ଫଳରେ ରୋଗୀ…

ଗିଲଙ୍କୁ ନେଇ ବଢିଲା ଟିମ ଇଣ୍ଡିଆର ଟେନସନ! ଶ୍ରୀଲଙ୍କା ଟେଷ୍ଟ ସିରିଜ ପୂର୍ବରୁ…

ନୂଆଦିଲ୍ଲୀ,୬।୮: ଶୁବମନ ଗିଲଙ୍କ ନେତୃତ୍ୱରେ ଟିମ ଇଣ୍ଡିଆ ଅଗଷ୍ଟ ୧୫ରୁ ଶ୍ରୀଲଙ୍କାରେ ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଖେଳିବାକୁ ଯାଉଛି। ଏହା ପୂର୍ବରୁ, ‘ମେନ ଇନ…

ଧାମନଗରରେ ସ୍ବାସ୍ଥ୍ୟ ସମୀକ୍ଷା କଲେ ସ୍ବାସ୍ଥ୍ୟ ମନ୍ତ୍ରୀ, ବନ୍ୟା ବିପନ୍ନଙ୍କ ସହ କଲେ ଆଲୋଚନା

ଧାମନଗର,୬।୮( ସନ୍ତୋଷ କୁମାର ମହାପାତ୍ର): ଚଳିତ ବର୍ଷ ପ୍ରଥମ କରି ବନ୍ୟାରେ ଭଦ୍ରକ ଜିଲା ସମେତ ଧାମନଗର ଅଞ୍ଚଳରେ କ୍ଷୟକ୍ଷତି ହୋଇଥିଲା । ଏହି ବନ୍ୟାରେ ଲୋକଙ୍କ…

ନାବାଳିକା ମୃତ୍ୟୁ ଘଟଣା: ପ୍ରଶାସନିକ ଅବହେଳା ବିରୋଧରେ ଦାବିପତ୍ର ପ୍ରଦାନ କରି…

ଥୁଆମୂଳ ରାମପୁର,୬ା୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମପଞ୍ଚାୟତ ବାର୍ସିକନା ଗ୍ରାମର କାଲୁଆ ମାଝୀଙ୍କ ୧୬ ବର୍ଷୀୟା ଝିଅ ମାଧୁରୀଙ୍କର ସାପ…

CJP ଆସନ୍ତା ମାସରେ ଆରମ୍ଭ କରିବ ଦେଶରେ ବଡ଼ ଅଭିଯାନ; ଜନସାଧାରଣଙ୍କ ସମସ୍ୟା ଶୁଣିବା ପାଇଁ ସେମାନଙ୍କ ପାଖରେ ପହଞ୍ଚିବ

ନୂଆଦିଲ୍ଲୀ,୬।୮: କକ୍ରୋଚ ଜନତା ପାର୍ଟି (CJP) ଆସନ୍ତା ମାସରେ ସାରା ଦେଶରେ ‘କ୍ୟା ବୋଲତି ପବ୍ଲିକ’ (ଜନସାଧାରଣ କ’ଣ କୁହନ୍ତି) ଅଭିଯାନ ଆରମ୍ଭ କରିବାକୁ ଯାଉଛି। ଦଳର…

ଘରେ ଶୋଇଥିବାବେଳେ ପଶିଲେ ହାତୀପଲ, ଭାଙ୍ଗିଲେ ଘର, ଗୋଟିଏ ପରିବାରର ୪ ଜଣଙ୍କୁ…

ବଲାଙ୍ଗୀର,୬ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ମୁରିବାହାଲ ରେଞ୍ଜ ଅନ୍ତର୍ଗତ ସରଗୁଲ ଗାଁରେ ଏବେ ହାତୀ ଆତଙ୍କ ଦେଖାଦେଇଛି। ଗାଁରେ ଏକ ପରିବାର ଘର ଭିତରେ ଶୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri