Posted inଜାତୀୟ

ନିର୍ବାଚନ କମିଶନର ଅରୁଣ ଗୋଏଲଙ୍କ ନିଯୁକ୍ତିକୁ ଚ୍ୟାଲେଞ୍ଜ ଆବେଦନ ଖାରଜ

ନୂଆଦିଲ୍ଲୀ,୪।୮ : ପ୍ରଶାସନିକ ଅଧିକାରୀ ଅରୁଣ ଗୋଏଲଙ୍କୁ ନିର୍ବାଚନ କମିଶନର ଭାବେ ନିଯୁକ୍ତିକୁ ଚ୍ୟାଲେଞ୍ଜ କରି ଦାଏର ପିଟିଶନକୁ ସୁପ୍ରିମକୋର୍ଟ ଶୁକ୍ରବାର ଖାରଜ କରିଦେଇଛନ୍ତି। ସୁର୍ବୋଚ୍ଚ ଅଦାଲତଙ୍କ ସାମ୍ବିଧାନିକ ବେଞ୍ଚ୍‌ ତାଙ୍କର ମାର୍ଚ୍ଚ ୨ ରାୟରେ ଏହି ପ୍ରସଙ୍ଗରେ ଅନୁଧ୍ୟାନ କରିସାରିଥିବା ଜଷ୍ଟିସ ସଞ୍ଜୀବ ଖାନ୍ନା ଏବଂ ଏସ୍‌.ଭି.ଏନ୍‌. ଭଟ୍ଟଙ୍କ ଖଣ୍ଡପୀଠ କହିଛନ୍ତି। ଆସୋସିଏଶନ ଅଫ୍‌ ଡେମୋକ୍ରାଟିକ୍‌ ରିଫର୍ମସ (ଏଡିଆର୍‌) ପକ୍ଷରୁ ଗୋଏଲ୍‌ଙ୍କ ନିଯୁକ୍ତିକୁ ଚ୍ୟାଲେଞ୍ଜ କରାଯାଇଥିଲା। ନିର୍ବାଚନ କମିଶନର ନିଯୁକ୍ତିରେ ଉପଯୁକ୍ତ ପ୍ରକ୍ରିୟା ଅବଲମ୍ବନ କରାଯାଇ ନ ଥିବାରୁ ଏହା ମନମାନି ବୋଲି ଏନ୍‌ଜିଓ ତରଫରୁ ବରିଷ୍ଠ ଆଇନଜୀବୀ ପ୍ରଶାନ୍ତ ଭୂଷଣ ଯୁକ୍ତି ବାଢ଼ିଥିଲେ। ପୂର୍ବରୁ ସାମ୍ବିଧାନିକ ବେଞ୍ଚ୍‌ ଉକ୍ତ ମାମଲାକୁ ଅନୁଧ୍ୟାନ କରି ଖାରଜ ଲାଗି ମନା କରିଦେଇଥିବାରୁ ଏନ୍‌ଜିଓକୁ ପୁଣିଥରେ ଏହା ଉପରେ ଆବେଦନ କରିପାରିବ ନାହିଁ ବୋଲି କେନ୍ଦ୍ର ତରଫରୁ ସଲିସିଟର ଜେନେରାଲ ତୁଷାର ମେହେଟ୍ଟା କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଘର ଭାଙ୍ଗିଦେଇଛି ପ୍ରଶାସନ, ହସ୍ପିଟାଲରେ ମୃତଦେହ

ବଲାଙ୍ଗୀର,୯।୮(ବୀରେନ୍ଦ୍ର କୁମାର ଝାଙ୍କର): ଲୋୟର ସୁକ୍‌ତେଲ ପ୍ରକଳ୍ପ ପ୍ରଭାବିତ ଲୋଇସିଂହା ବ୍ଲକର ତବଲବାଞ୍ଜି ଗାଁରେ ବିସ୍ଥାପନର ଏକ କରୁଣ ଚିତ୍ର ଲୋକଲୋଚନକୁ ଆସିଛି। ଦୁର୍ଘଟଣାରେ ଗୁରୁତର ଆହତ…

ସୃଷ୍ଟି ହେଲା ଲଘୁଚାପ, ୧୪ ଯାଏ ପ୍ରବଳ ବର୍ଷା; ଏସବୁ ଜିଲାକୁ ଜାରି ହେଲା ୟେଲୋ ଓ୍ବାର୍ନିଂ

ଭୁବନେଶ୍ବର,୮ା୮(ବନ୍ଦନା ସେଠୀ) – ଦକ୍ଷିଣ-ପଶ୍ଚିମବଙ୍ଗ ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା ଉପରେ ଥିବା ଘୂର୍ଣ୍ଣିବଳୟ ଶନିବାର ସକାଳ ୮ଟା ୩୦ ବେଳକୁ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି।…

ଦାବିପତ୍ର ଦେବାକୁ ୨୫ କି.ମି. ପଦଯାତ୍ରା କଲେ ଚାଷୀ

ଗୋଲାମୁଣ୍ଡା,୮ା୮ (ବଟକୃଷ୍ଣ ପଣ୍ଡା): ଶସ୍ୟବୀମା ପଞ୍ଜିକରଣଠାରୁ ଆରମ୍ଭ କରି ସାର ଯୋଗାଣ ପର୍ଯ୍ୟନ୍ତ ବିଭିନ୍ନ ସମସ୍ୟାର ସମାଧାନ ଦାବିରେ ରାସ୍ତାକୁ ଓହ୍ଲାଇଛନ୍ତି ଗୋଲାମୁଣ୍ଡା ବ୍ଲକର ଚାଷୀ। କଳାହାଣ୍ଡି…

ଏହି ଦେଶରୁ ବିଦା ହେଲେଣି ୩ ହଜାରରୁ ଊର୍ଦ୍ଧ୍ୱ ଭାରତୀୟ, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୮ା୮: କାନାଡା ଚଳିତ ବର୍ଷର ପ୍ରଥମ ୬ ମାସ ମଧ୍ୟରେ ୩,୩୨୩ ଜଣ ଭାରତୀୟଙ୍କୁ ବିଦା କରିଛି, ଯାହାକି ଗତବର୍ଷ ବହିଷ୍କୃତ ହୋଇଥିବା ସଂଖ୍ୟା ତୁଳନାରେ ଅଧିକ।…

ନାବାଳିକାଙ୍କୁ ଅପହରଣ କରି ନେଇ ସମ୍ପର୍କୀୟଙ୍କ ଘରେ ରଖିଥିଲେ, ଅଭିଯୁକ୍ତ ନାବାଳକ ଅଟକ

ଦିଗପହଣ୍ଡି,୮|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧୀନ ଏକ ଗାଁରୁ ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ଅପହରଣ କରାଯାଇଥିବା ଅଭିଯୋଗ ହୋଇଥିଲା। ଏନେଇ ନାବାଳିକାଙ୍କ…

ତାମିଲନାଡୁରେ ଟ୍ରେନରୁ ଖସି ଓଡ଼ିଆ ଦାଦନ ଶ୍ରମିକ ମୃତ, ସହାୟତା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବ୍ରହ୍ମପୁର ଏମ୍.ପି

ଦିଗପହଣ୍ଡି,୮।୮(ଅଶେଷ ନାଥ ମିଶ୍ର): ତାମିଲନାଡୁରେ ଟ୍ରେନରୁ ଖସି ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ପଞ୍ଚାୟତ ସାହିର ଜଣେ ଓଡ଼ିଆ ଦାଦନ ଶ୍ରମିକଙ୍କର ମୃତ୍ୟୁ ଘଟିଛି।…

ବରଗଡ଼ ଜିଲା ଯୋଜନା କମିଟି ସଦସ୍ୟ ନିର୍ବାଚନ: ସମସ୍ତ ୧୫ ଆସନ ପୋଛିନେଲା ବିଜେଡି

ବରଗଡ଼,୮।୮(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଯୋଜନା କମିଟି ସଦସ୍ୟ ନିର୍ବାଚନରେ ବିଜେଡି ବାଜିମାତ କରିଛି। ଜିଲା ଯୋଜନା କମିଟିର ସମସ୍ତ ୧୫ଟି ଆସନକୁ ବିଜେଡି ପୋଛି ନେଇଛି…

ତାମିଲନାଡୁରେ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ

କର୍ଲାମୁଣ୍ଡା,୮ା୮(ପ୍ରଦୀପ କୁମାର ସାହୁ): ଦାଦନ ଖଟିବାକୁ ଯାଇଥିବା ଜଣେ ଶ୍ରମିକଙ୍କ ଅକାଳ ମୃତ୍ୟୁ ଘଟିଛି। ସେ ହେଲେ କର୍ଲାମୁଣ୍ଡା ବ୍ଲକ ଗଜବାହାଲ ପଞ୍ଚାୟତ ଅବୁଜବାହାଲ ଗ୍ରାମର ସୀମାଞ୍ଚଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri