Posted inଜାତୀୟ

୮ ପର୍ଯ୍ୟାୟ ନିର୍ବାଚନକୁ ଚ୍ୟାଲେଞ୍ଜ

ନୂଆଦିଲ୍ଲୀ, ୨।୩(ପି.ଟି.): ପଶ୍ଚିମବଙ୍ଗରେ ୮ ପର୍ଯ୍ୟାୟରେ ବିଧାନସଭା ନିର୍ବାଚନ କରିବା ଲାଗି ନିର୍ବାଚନ କମିଶନ (ଇସି) ନେଇଥିବା ନିଷ୍ପତ୍ତିକୁ ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ କରାଯାଇଛି। ଇସିଙ୍କ ନିଷ୍ପତ୍ତି ବିରୋଧରେ ଆଇନଜୀବୀ ଏମ୍‌.ଏଲ୍‌. ଶର୍ମା ସୋମବାର ସର୍ବୋଚ୍ଚ ଅଦାଲତରେ ପିଟିଶନ ଦାଏର କରିଛନ୍ତି। ୮ ପର୍ଯ୍ୟାୟରେ ନିର୍ବାଚନ ହେବା ଦ୍ୱାରା ଏହା ସମ୍ବିଧାନର ଅନୁଚ୍ଛେଦ ୧୪ (ସମାନତା ଅଧିକାର) ଏବଂ ଅନୁଚ୍ଛେଦ ୨୧ (ବଞ୍ଚତ୍ବାର ଅଧିକାର)ର ଉଲ୍ଲଂଘନ କରୁଛି। ଏଭଳି ୮ ପର୍ଯ୍ୟାୟ ନିର୍ବାଚନ ବନ୍ଦ କରିବାକୁ ଅଦାଲତ ନିର୍ବାଚନ କମିଶନଙ୍କୁ ନିର୍ଦ୍ଦେଶ ଦେବା ଲାଗି ପିଟିଶନରେ ଅନୁରୋଧ କରାଯାଇଛି।
ପଶ୍ଚିମବଙ୍ଗ ସମେତ ତାମିଲନାଡୁ, କେରଳ, ଆସାମ, ଏବଂ ପୁଡ଼ୁଚେରୀ ବିଧାନସଭା ନିର୍ବାଚନ ଲାଗି ଇସି ଫେବୃୟାରୀ ୨୬ରେ ତାରିଖ ଘୋଷଣା କରିଥିଲେ। ତୃଣମୂଳ କଂଗ୍ରେସ ଶାସିତ ପଶ୍ଚିମବଙ୍ଗରେ ମାର୍ଚ୍ଚ ୨୭ରୁ ଏପ୍ରିଲ ୨୯ ପର୍ଯ୍ୟନ୍ତ ୮ ପର୍ଯ୍ୟାୟରେ ଭୋଟ ହେବ ବୋଲି ଘୋଷଣା କରାଯାଇଥିଲା। କେରଳ, ତାମିଲନାଡୁ ଓ ପୁଡୁଚେରୀରେ ଗୋଟିଏ ପର୍ଯ୍ୟାୟରେ ନିର୍ବାଚନ ହେବାକୁ ଥିବାବେଳେ ଆସାମରେ ୩ ପର୍ଯ୍ୟାୟରେ ହେବ। ପଶ୍ଚିମବଙ୍ଗରେ ନିର୍ବାଚନ ପ୍ରଚାର ବେଳେ ଧର୍ମୀୟ ସ୍ଲୋଗାନ ଦିଆଯାଉଥିବାରୁ ଏହା ବିରୋଧରେ ଏତଲା ଦାଏର ଲାଗି ସିବିଆଇକୁ ନିର୍ଦ୍ଦେଶ ଦେବା ପାଇଁ ଆଇନଜୀବୀ ଶର୍ମା ପିଟିଶନରେ ଅନୁରୋଧ କରିଛନ୍ତି। ଜୟ ଶ୍ରୀରାମ ଏବଂ ଅନ୍ୟାନ୍ୟ ଧର୍ମୀୟ ସ୍ଲୋଗାନ ସଦ୍‌ଭାବନା ନଷ୍ଟ କରୁଛି। ଆଇପିସି ଏବଂ ଜନପ୍ରତିନିଧି ଆଇନରେ ଏହା ଅପରାଧ ବୋଲି ପିଟିଶନରେ ଦର୍ଶାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲ ପ୍ରିନି୍ସପାଲଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ବଞ୍ଚିଗଲା ସମସ୍ତ ସ୍କୁଲ ପିଲା, ଶିକ୍ଷକଙ୍କ ଜୀବନ, କେମିତି ଜାଣନ୍ତୁ…

କାଠମାଣ୍ଡୁ,୩୦ା୮: ନେପାଳରେ ପ୍ରଳୟଙ୍କରୀ ବନ୍ୟା ମାଡ଼ିଆସିବା ବେଳେ ଜଣେ ସ୍କୁଲ ପ୍ରିନି୍ସପାଲଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ୧,୬୪୩ ଜଣ ପିଲାଙ୍କ ଜୀବନ ବଞ୍ଚତ୍ୟାଇଛି। ନୁଓ୍ବାକୋଟ୍‌ ଜିଲା ତ୍ରିଭୁବନ…

ସ୍ବୟଂ ସହାୟିକା ଗୋଷ୍ଠୀ ଟଙ୍କା ଆତ୍ମାସତ କରି ମହିଳା ଗିରଫ, ମୁଖ୍ୟ ଅଭିଯୁକ୍ତ ଫେରାର

ପାରଳାଖେମୁଣ୍ଡି,୩୦ା୮(ଗିରିଧାରୀ ପରିଚ୍ଛା): ସ୍ବୟଂ ସହାୟକ ଗୋଷ୍ଠୀ ଜଟଙ୍କା ଓ ସୁନା ସଂଗ୍ରହ କରି ଆତ୍ମସାତ୍‌ କରିବା ଅଭିଯୋଗରେ ପାରଳାଖେମୁଣ୍ଡି ପୋଲିସ ଜଣଙ୍କୁ ହାଇଦ୍ରାବାଦରୁ ଗିରଫ କରିଛି। ଗିରଫ…

ହକି ବିଶ୍ୱକପ୍‌: ନେଦରଲାଣ୍ଡ୍ସକୁ ହରାଇ ବ୍ରୋଞ୍ଜ ପଦକ ଜିତିଲା ଆର୍ଜେଣ୍ଟିନା

ବେଲଫିଅସ,୩୦ା୮: ଚଳିତ ଏଫ୍‌ଆଇଏଚ୍‌ ପୁରୁଷ ହକି ବିଶ୍ୱକପ୍‌ରେ ଆର୍ଜେଣ୍ଟିନା ବ୍ରୋଞ୍ଜ ପଦକ ହାସଲ କରିଛି। ରବିବାର ଅନୁଷ୍ଠିତ ମ୍ୟାଚ୍‌ରେ ଆର୍ଜେଣ୍ଟିନା ୨-୧ ଗୋଲରେ ହକି ପାଓ୍ବରହାଉସ୍‌ ତଥା…

ଛତ୍ରପୁରରେ ଚାଞ୍ଚଲ୍ୟ: ଚିକିତ୍ସାଳୟରୁ ମୂକ ଶିଶୁକନ୍ୟା ଚୋରି, ସିସିଟିଭି ଯାଞ୍ଚ କରୁଛି ପୋଲିସ

ଛତ୍ରପୁର,୩୦ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗୋଟିଏ ୫ ବର୍ଷର ମୂକ ଶିଶୁକନ୍ୟାକୁ ଜଣେ ବ୍ୟକ୍ତି ଚୋରି…

ଇମ୍ରାନ ମାମଲା: ପାକିସ୍ତାନ କ୍ରିକେଟରଙ୍କୁ ମୁହଁ ନ ଖୋଲିବାକୁ ପିସିବିର ବଡ଼ ତାଗିଦ

କରାଚୀ,୩୦ା୮: ଜେଲରେ ଥିବା ଇମ୍ରାନ ଖାନ୍‌ଙ୍କ ସମ୍ପର୍କରେ ଚଳିତ ଇଂଲଣ୍ଡ ବିପକ୍ଷରେ ଟେଷ୍ଟ ସିରିଜ୍‌ ଖେଳୁଥିବା ପାକିସ୍ତାନ କ୍ରିକେଟ ଦଳର ସଦସ୍ୟଙ୍କୁ କୌଣସି ମତାମତ ନ ଦେବାକୁ…

ଘରେ ପଶି ମୂକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ, ଜେଲ୍‌ ଗଲେ ଯୁବକ

ଦିଗପହଣ୍ଡି,୩୦ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଶନିବାର ମଧ୍ୟାହ୍ନରେ ଘରେ ପଶି ଜଣେ ମାନସିକ ଅନଗ୍ରସର ଓ ମୂକ ଯୁବତୀ(୨୧)ଙ୍କୁ…

ଶାଳକଙ୍କୁ ଏସିଡ୍‌ ଫିଙ୍ଗି ବନ୍ଧା ହେଲେ ଭିଣୋଇ

ବ୍ରହ୍ମପୁର,୩୦ା୮(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଟାଉନ ଥାନା ପୋଲିସ ଏସିଡ ମାଡ ଘଟଣାରେ ଅଭିଯୁକ୍ତଙ୍କୁ ଗିରଫ କରିଛି l ସେ ହେଲେ ପାଟପୁର ଥାନା ପୋଡାମାରି ବଜାର…

ନାବାଳିକା ଛାତ୍ରୀଙ୍କୁ ଅପହରଣ କରିନେଲେ ୨୨ ବର୍ଷୀୟ ଯୁବକ, ଗାଁରେ ଉତ୍ତେଜନା ପରେ…

ହାଟଡିହୀ/ଛେନାପଦୀ,୩୦ା୮(ଶୁଭକାନ୍ତ ନାୟକ/ନିରାକାର): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ନନ୍ଦିପଦା ଥାନା ଅଞ୍ଚଳରେ ଜଣେ ନାବାଳିକା ଦଶମ ଶ୍ରେଣୀ ଛାତ୍ରୀକୁ ଅପହରଣ କରାଯାଇଥିବା ଥାନାରେ ଅଭିଯୋଗ ହୋଇଛି। ଏହାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri