ଏସ୍‌ଆର୍‌ସିଙ୍କ ପୂଜା ଗାଇଡ୍‌ଲାଇନ୍‌କୁ ଚ୍ୟାଲେଞ୍ଜ

କଟକ ଅଫିସ,୧୨। ୯: ରାଜ୍ୟ ସରକାରଙ୍କ ସ୍ବତନ୍ତ୍ର ରିଲିଫ୍‌ କମିଶନର(ଏସ୍‌ଆର୍‌ସି)ଙ୍କ ପୂଜା ଗାଇଡ୍‌ଲାଇନକୁ ଚ୍ୟାଲେଞ୍ଜ କରି ଶୁକ୍ରବାର ହାଇକୋର୍ଟରେ ଏକ ମାମଲା ରୁଜୁ ହୋଇଛି। ବାଲୁବଜାର ପୂଜା କମିଟି ପକ୍ଷରୁ ଏହି ମାମଲା ରୁଜୁ ହୋଇଥିବାବେଳେ ଏଥିରେ ସହରର ଅନ୍ୟ ୨୪ଟି ପୂଜା କମିଟି ଓ ଭୁବନେଶ୍ୱରର ବିଭିନ୍ନ ପୂଜା କମିଟି ପକ୍ଷଭୁକ୍ତ ହୋଇଛନ୍ତି। ଗାଇଡ୍‌ଲାଇନରେ ଉଲ୍ଲେଖ ଥିବା କିଛି ନିର୍ଦ୍ଦିଷ୍ଟ ନିୟମକୁ ଏଥିରେ ପ୍ରତିବାଦ କରାଯାଇଛି।
ମା’ ଦୁର୍ଗାଙ୍କ ପୂଜା ତନ୍ତ୍ର ଓ ମନ୍ତ୍ରରେ ଆଧାରିତ। ପାଣିକଖାରୁ ବଳି ନ ଦିଆଗଲେ ପୂଜା ସମ୍ପୂର୍ଣ୍ଣ ନୁହେଁ। ଏଭଳି ସ୍ଥଳେ ତିନି ପାର୍ଶ୍ୱକୁ ଆବଦ୍ଧ କରି ପୂଜା କରିବା ସମ୍ଭବ ନୁହେଁ ବୋଲି ଆବେଦନକାରୀଙ୍କ ପକ୍ଷରୁ କୁହାଯାଇଛି। ସୂଚନାଥାଉ କି, ପୂଜା ପେଣ୍ଡାଲ ୩ ପାର୍ଶ୍ୱରୁ ଆବଦ୍ଧ କରିବାକୁ ଏସ୍‌ଆରସିଙ୍କ ପକ୍ଷରୁ ପ୍ରଦତ୍ତ ଗାଇଡ୍‌ଲାଇନରେ ଉଲ୍ଲେଖ କରାଯାଇଛି। ୪ଫୁଟ୍‌ର ମୂର୍ତ୍ତି ନିର୍ମାଣକୁ ନେଇ ଅନ୍ୟଏକ ପ୍ରତିବାଦ ହୋଇଛି। ବିଭିନ୍ନ ପୂଜାମଣ୍ଡପରେ ମୃଣ୍ମୟୀ ପ୍ରତିମା ପ୍ରାୟ ୭ଫୁଟ୍‌ର। ଏଥିପାଇଁ ସ୍ବତନ୍ତ୍ର ଛାଞ୍ଚ ମଧ୍ୟ ରହିଛି। ମା’ଙ୍କ ଆସ୍ଥାନ ମଧ୍ୟ ସମାନ ଉଚ୍ଚତାର ହୋଇଥାଏ। ଏଣୁ ୪ ଫୁଟ୍‌ର ଛାଞ୍ଚ ଓ ଆସ୍ଥାନ ନିର୍ମାଣ କରିବା ଏବେ ସହଜ ନୁହେଁ ବୋଲି ଆବେଦନକାରୀ କହିଛନ୍ତି। ୪ଫୁଟ୍‌ ବଦଳରେ ୭ଫୁଟ୍‌ର ମୃଣ୍ମୟୀ ପ୍ରତିମା ନିର୍ମାଣ ପାଇଁ ଅନୁମତି ଦେବାକୁ ଏମାନେ ଆବେଦନ କରିଛନ୍ତି। ସେହିପରି ବିସର୍ଜନ ପାଇଁ ଚେଚିସ୍‌ କିମ୍ବା ଟ୍ରାକ୍ଟରର ଅନୁମତି ଦିଆଯାଉ ବୋଲି ଆବେଦନକାରୀ କୋର୍ଟଙ୍କୁ ପ୍ରାର୍ଥନା କରିଛନ୍ତି। ପୂଜା କମିଟି କେହି କର୍ମକର୍ତ୍ତା ନ ଯାଇ ମଧ୍ୟ ବିସର୍ଜନ ହେବ ବୋଲି ଆବେଦନକାରୀ ପ୍ରତିଶ୍ରୁତି ଦେଇଛନ୍ତି। ଆବେଦନକାରୀ ଏହି ମାମଲାରେ ଗୃହ ବିଭାଗ ସଚିବ, ଆଇନ ବିଭାଗ ସଚିବ, ସ୍ବତନ୍ତ୍ର ରିଲିଫ କମିଶନର, ପୋଲିସ କମିଶନର, କଟକ ଓ ଭୁବନେଶ୍ୱର ଡିସିପି, କଟକ ଜିଲାପାଳଙ୍କୁ ପକ୍ଷଭୁକ୍ତ କରିଛନ୍ତି। ବାଲୁବଜାର ପୂଜା କମିଟି ସଭାପତି ତଥା ଆଇନଜୀବୀ ସୂର୍ଯ୍ୟକାନ୍ତ ସାଙ୍ଗନାରିଆ, ସମ୍ପାଦକ ରାଜେନ୍ଦ୍ର ସାମଲ, ଅନ୍ୟତମ ସମ୍ପାଦକ ରମେଶ ଚନ୍ଦ୍ର ବେହେରା ଏହି ମାମଲା ରୁଜୁ କରିଛନ୍ତି। ଆଇନଜୀବୀ ସୂର୍ଯ୍ୟକାନ୍ତ ସାଙ୍ଗନାରିଆ ମାମଲା ପରିଚାଳନା ଦାୟିତ୍ୱରେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶପଥ ନେଇ ନିଜ ନିଜର ଦାୟିତ୍ୱ ଗ୍ରହଣ କଲେ ଓକିଲ ସଂଘର ନବନିର୍ବାଚିତ କର୍ମକର୍ତ୍ତା

ପୁରୁଷୋତ୍ତମପୁର,୪ା୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଓକିଲ ସଂଘର ନବନିର୍ବାଚିତ କର୍ମକର୍ତ୍ତାମାନେ ଶନିବାର ଶପଥ ନେଇ ନିଜନିଜର ଦାୟିତ୍ୱ ଗ୍ରହଣ କରିଛନ୍ତି। ଓକିଲ ସଂଘ କକ୍ଷରେ ଆୟୋଜିତ…

ମଧ୍ୟସ୍ଥତା କରୁ କରୁ ବଢିଲାଣି ପାକିସ୍ତାନର ଅଡୁଆ, UAE ମାଗିଲାଣି ୩.୫ ବିଲିୟନ ଡଲାର

ଇସଲାମାବାଦ,୪।୪: ଇରାନ ଏବଂ ଆମେରିକା ମଧ୍ୟରେ ବିବାଦର ଅନ୍ତ ଘଟାଇବା ପାଇଁ ପାକିସ୍ତାନ ମଧ୍ୟସ୍ଥତା କରିବାକୁ ଚେଷ୍ଟା କରିଥିଲା। ତଥାପି, ପାକିସ୍ତାନ – ଯାହା ନିଜେ ଆର୍ଥିକ…

ଛାତ୍ରୀଛାତ୍ର-ଶିକ୍ଷକଙ୍କ ମଧ୍ୟରେ ସୁସମ୍ପର୍କ ଗଢ଼ିବାକୁ ପ୍ରୟାସ

ମୋହନା,୪।୪( ମନ୍ମଥ ମିଶ୍ର ): ଗଜପତି ଜିଲା ମୋହନାରେ ଥିବା ପିଏମଶ୍ରୀ ଏସ୍‌ଏସ୍‌ଡି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ସତ୍ୟ ରଞ୍ଜନ କରଙ୍କ ତତ୍ୱାବଧାନରେ ପ୍ରବେଶ…

ଜଙ୍ଗଲରୁ ଜବତ ହେଲା ମଣିଷ ଖପୁରୀ ସହ ହାଡ଼, ମହିଳାଙ୍କ ଲୁଗା ପାଖରେ….

ପାଟଣା,୪।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଦାମାହୁଦା ପଞ୍ଚାୟତ ଅନ୍ତର୍ଗତ ସୁନାପଶି ଗ୍ରାମ ହୁଡ଼ିର ଜଙ୍ଗଲରୁ ଶନିବାର ପାଟଣା ପୋଲିସ ମଣିଷର ଖପୁରି ଓ…

କୋରାପୁଟରେ ମୋକିମ୍‌: ଦଳକୁ ମଜଭୁତ କରିବାକୁ କସରତ: ବିଜେଡି,କଂଗ୍ରେସ ଛାଡ଼ି…

କୋରାପୁଟ,୪।୪(ଅମିତାଭ ବେହେରା): ପୂର୍ବତନ ବିଧାୟକ ତଥା ଓଡ଼ିିଶା ଜନତା କଂଗ୍ରେସର ସଭାପତି ମହମ୍ମଦ ମୋକିମ୍‌ ଶନିବାର କୋରାପୁଟ ଗସ୍ତରେ ଯାଇଛନ୍ତି। ସେମିଲିଗୁଡାରେ ଆୟୋଜିତ ଏକ ମିଶ୍ରଣ ପର୍ବ…

ହର୍ମୁଜରେ ଅପମାନ ପରେ, ଇରାନ ଆମେରିକାକୁ ଦେଲା ନୂଆ ଅଲ୍ଟିମେଟମ; ବାବ ଅଲ-ମାଣ୍ଡେବ ଉପରେ ମଧ୍ୟ ରହିଛି ବିପଦ

ତେହରାନ,୪।୪: ଇରାନରୁ ଏକ ସଙ୍କେତ ଆସିଛି ଯାହା ସମଗ୍ର ବିଶ୍ୱରେ ଚିନ୍ତାକୁ ବୃଦ୍ଧି କରିଛି। ହର୍ମୁଜ ପ୍ରଣାଳୀକୁ ଘେରି ରହିଥିବା ଉତ୍ତେଜନା ପୂର୍ବରୁ ଏକ ଗୁରୁତ୍ୱପୂର୍ଣ୍ଣ ସ୍ତରରେ…

ଷ୍ଟୋଭ ନିଆଁରୁ ହୁତୁହୁତୁ ହୋଇ ଜଳିଗଲା ସି-ଫୁଡ ଟ୍ରକ, ଡ୍ରାଇଭର…..

ବାଲେଶ୍ୱର,୪ା୪( ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ନଂ ଜାତୀୟ ରାଜପଥର ଖନ୍ତାପଡ଼ା ଥାନା ଅନ୍ତର୍ଗତ ଶେରଗଡ଼ ଢ଼ାବା ନିକଟରେ ଜଳିଲା ଟ୍ରକ । ଶନିବାର ଏକ ସି ଫୁଡ…

ବାପା-ଝିଅ ଯାଉଥିବା ବେଳେ ରାସ୍ତା ମଝିରେ ହଠାତ୍‌  ଜଳିଲା ବାଇକ୍‌ 

କେନ୍ଦୁଝର,୪।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ସଦର ଥାନା ଅନ୍ତର୍ଗତ ପଦ୍ମପୁର ଗ୍ରାମ ନିକଟରେ ଏକ ଚଳନ୍ତା ବାଇକ୍‌ରେ ନିଆଁ ଲାଗିବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri