Posted inଜାତୀୟ

ସୋସିଆଲ ମିଡ଼ିଆରେ ମିଥ୍ୟା ଖବର ଚିହ୍ନଟ ପାଇଁ ସଂଶୋଧିତ ଆଇଟି ନିୟମକୁ ଚ୍ୟାଲେଞ୍ଜ: କେନ୍ଦ୍ରକୁ ହାଇକୋର୍ଟଙ୍କ ଜବାବ ତଲବ…

ମୁମ୍ବାଇ,୧୧।୪ : ସୋସିଆଲ ମିଡିଆରେ ମିଥ୍ୟା ଖବର ଚିହ୍ନଟ ପାଇଁ ଆଇଟି ନିୟମରେ କେନ୍ଦ୍ର ସରକାର କରିଥିବା ସଂଶୋଧନକୁ ବମ୍ବେ ହାଇକୋର୍ଟରେ ଚ୍ୟାଲେଞ୍ଜ କରାଯାଇଛି। ହାସ୍ୟ ଅଭିନେତା କୁନାଲ କାମରାଙ୍କ ଦ୍ୱାରା ଦାଖଲ ହୋଇଥିବା ଆବେଦନର ଶୁଣାଣି ବେଳେ ହାଇକୋର୍ଟ ଏହି ମାମଲାରେ ଏକ ସତ୍ୟପାଠ ଦାଖଲ କରିବାକୁ କେନ୍ଦ୍ରକୁ କହିଛନ୍ତି।

ଜଷ୍ଟିସ ଗୌତମ ପଟେଲ ଏବଂ ଜଷ୍ଟିସ ନୀଲା ଗୋଖଲେଙ୍କ ନେତୃତ୍ୱରେ ଗଠିତ ଏକ ବେଞ୍ଚ କହିଛନ୍ତି ଯେ ଆଇଟି ନିୟମକୁ କାହିଁକି ସଂଶୋଧନ କରିବା ଆବଶ୍ୟକ ତାହା ସରକାର ସତ୍ୟପାଠରେ ସ୍ପଷ୍ଟ କରିବା ଉଚିତ। ଏପ୍ରିଲ ୧୯ ପର୍ଯ୍ୟନ୍ତ କେନ୍ଦ୍ରକୁ ଏକ ସତ୍ୟପାଠ ଦାଖଲ କରିବାକୁ ସମୟ ଦେଇ କୋର୍ଟ ଏହି ସଂଶୋଧନ ପଛରେ କୌଣସି ପ୍ରକୃତ ପୃଷ୍ଠଭୂମି କିମ୍ବା କାରଣ ଅଛି କି ନାହିଁ ବୋଲି ପ୍ରଶ୍ନ କରିଛନ୍ତି। ଏହି ସଂଶୋଧନ ଯୋଗୁ ଆବେଦନକାରୀ ଏକ ପ୍ରକାର ପ୍ରଭାବ ଆଶା କରୁଛନ୍ତି। ଏପ୍ରିଲ ୨୧ ରେ ଏହାର ପରବର୍ତ୍ତୀ ଶୁଣାଣି ହେବ ବୋଲି କୋର୍ଟ କହିଛନ୍ତି।

ଏହି ଆବେଦନରେ କାମରା ନିଜକୁ ଜଣେ ରାଜନୈତିକ ବ୍ୟଙ୍ଗାତ୍ମକ ବ୍ୟକ୍ତି ଭାବରେ ବର୍ଣ୍ଣନା କରିଛନ୍ତି । ସେ ସୋସିଆଲ ମିଡିଆ ପ୍ଲାଟଫର୍ମ ଉପରେ ନତିର୍ଭର କରନ୍ତି ଏବଂ ତାଙ୍କ ବିଷୟବସ୍ତୁ ଶେୟାର କରିଥାନ୍ତି। କାମରାଙ୍କ ଅନୁଯାୟୀ, ସଂଶୋଧିତ ନିୟମଗୁଡିକ ତାଙ୍କ ବିଷୟବସ୍ତୁକୁ ଅବାଧ ଭାବରେ ଅବରୋଧ କରିପାରେ କିମ୍ବା ତାଙ୍କର ସୋସିଆଲ ମିଡିଆ ଆକାଉଣ୍ଟକୁ ବାତିଲ କିମ୍ବା ନିଷ୍କ୍ରିୟ କରିପାରେ, ଯାହାଦ୍ୱାରା ତାଙ୍କୁ ବୃତ୍ତିଗତ ଭାବରେ କ୍ଷତି ପହଞ୍ଚିବାର ଆଶଙ୍କା ରହିଛି।
ଏହି ଆବେଦନରେ କାମରା ସଂଶୋଧିତ ନିୟମକୁ ଅସାମ୍ବିଧାନିକ ଘୋଷଣା କରିବାକୁ ଏବଂ ଏହି ସଂଶୋଧିତ ନିୟମ ଅନୁଯାୟୀ କୌଣସି ବ୍ୟକ୍ତିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ ନ କରିବାକୁ କୋର୍ଟଙ୍କୁ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?