Posted inଜାତୀୟ

ଇସି ଅରୁଣ ଗୋଏଲ୍‌ଙ୍କ ନିଯୁକ୍ତିକୁ ଚ୍ୟାଲେଞ୍ଜ

ନୂଆଦିଲ୍ଲୀ, ୧୭ା୪(ପି.ଟି.): ନିର୍ବାଚନ କମିଶନର (ଇସି) ଭାବେ ଅରୁଣ ଗୋଏଲଙ୍କ ନିଯୁକ୍ତିକୁ ଆସୋସିଏଶନ ଫର୍‌ ଡେମୋକ୍ରାଟିକ୍‌ ରିଫର୍ମସ(ଏଡିଆର୍‌) ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ କରିଛି। ନିର୍ବାଚନ କମିଶନର ଆନୁଷ୍ଠାନିକ ଅଖଣ୍ଡତା ଓ ନିରପେକ୍ଷତାର ଉଲ୍ଲଂଘନ କରାଯାଇ ମନମୁଖି ଭାବେ ଗୋଏଲଙ୍କୁ ନିର୍ବାଚନ କମିଶନ ନିଯୁକ୍ତ କରାଯାଇଥିବା ଏଡିଆର୍‌ ଅଭିଯୋଗ କରିଛି। ନିର୍ବାଚନ ଆୟୋଗର ସଦସ୍ୟମାନଙ୍କୁ ନିଯୁକ୍ତି ଲାଗି ଏକ ନିରପେକ୍ଷ ଓ ସ୍ବାଧୀନ କମିଟି ଗଠନ କରିବାକୁ ଏନ୍‌ଜିଓ ପକ୍ଷରୁ ଦାବି କରାଯାଇଛି। କେନ୍ଦ୍ର ସରକାର ଏବଂ ନିର୍ବାଚନ କମିଶନ ସେମାନଙ୍କ ନିଜସ୍ବ ସୁବିଧା ପାଇଁ ନିଯୁକ୍ତି ପ୍ରକ୍ରିୟାରେ କାଟଛାଣ୍ଟ କରୁଥିବା ଏଡିଆର୍‌ ଏହାର ଆବେଦନରେ ଦର୍ଶାଇଛି। ଗତବର୍ଷ ନଭେମ୍ବରରେ ଅରୁଣ ଗୋଏଲଙ୍କୁ ନିର୍ବାଚନ କମିଶନ ଭାବେ ନିଯୁକ୍ତି ଦିଆଯାଇଥିବାବେଳେ ଜନସ୍ବାର୍ଥ ଦୃଷ୍ଟିରୁ ଏହାକୁ ଚ୍ୟାଲେଞ୍ଜ କରି ଏକ ରିଟ୍‌ ପିଟିଶନ ଦାଏର ହୋଇଛି। ନିର୍ବାଚନରେ ସ୍ବଚ୍ଛତା ଲାଗି ଏକ ଚୟନ କମିଟିର ସୁପାରିସ କ୍ରମେ ରାଷ୍ଟ୍ରପତି ମୁଖ୍ୟ ନିର୍ବାଚନ କମିଶନର ଏବଂ ନିର୍ବାଚନ କମିଶନରମାନଙ୍କୁ ନିଯୁକ୍ତି ଦେବେ ବୋଲି ମାର୍ଚ୍ଚ ୨ରେ ସୁପ୍ରିମକୋର୍ଟ ରାୟ ଦେଇଥିଲେ। ଚୟନ କମିଟିରେ ପ୍ରଧାନମନ୍ତ୍ରୀ, ଲୋକ ସଭାର ବିରୋଧୀ ଦଳ ନେତା ଏବଂ ସିଜେଆଇ ସଦସ୍ୟ ରହିବେ ବୋଲି ସର୍ବୋଚ୍ଚ ନ୍ୟାୟାଳୟ କହିଥିଲେ। ପ୍ରଶାସନିକ ଅଧିକାରୀ ଗୋଏଲଙ୍କୁ ନିର୍ବାଚନ କମିଶନ ଭାବେ ନିଯୁକ୍ତି ଦିଆଯିବା ପ୍ରସ୍ତାବ ସମ୍ପର୍କରେ ସେ ଅବଗତ ନ ଥିଲେ ନଭେମ୍ବର ୧୮ରେ ସ୍ବେଚ୍ଛାକୃତ ଅବସର ନେବା ଲାଗି ଆବେଦନ କଲେ କିପରି ବୋଲି ସୁପ୍ରିମକୋର୍ଟ ଆଶ୍ଚର୍ଯ୍ୟ ପ୍ରକାଶ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

JSSC CGL ପରୀକ୍ଷା ବାତିଲ: ଶେଷରେ ଛାତ୍ରଙ୍କ ଆଗରେ ନଇଁଲେ ମୁଖ୍ୟମନ୍ତ୍ରୀ

ରାଞ୍ଚି,୧୭।୮: ରାଞ୍ଚିରେ ଛାତ୍ର ବିରୋଧ ମଧ୍ୟରେ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, କ୍ୟାବିନେଟ JSSC-CGL ପରୀକ୍ଷା ବାତିଲ କରିବାକୁ…

ଘାଟିରେ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ: ବୁଲାଣିରେ ଘଟିଲା…

ଦାରିଙ୍ଗବାଡି, ୧୭।୮(ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ଜିଲା ସିମା ଗାଜଲବାଡି ଘାଟିରେ ଏକ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି। ତେବେ ଏହି ଦୁର୍ଘଟଣାରେ କାହାର କିଛି କ୍ଷତି…

ଭାରତ-ଆମେରିକା ମଧ୍ୟରେ ବଡ଼ ଡିଲ୍‌: ଟେନ୍‌ସନ୍‌ରେ ଚାଇନା

ନୂଆଦିଲ୍ଲୀ,୧୭।୮:ଇରାନ ସହିତ ସଂଘର୍ଷ ମଧ୍ୟରେ ଭାରତ ପୁଣି ଥରେ ଦୁଇଟି MQ-9 ସି ଗାର୍ଡିଆନ ଡ୍ରୋନ ଲିଜ କରିବା ପାଇଁ ଆମେରିକା ସହିତ ଏକ ଚୁକ୍ତି ସ୍ବାକ୍ଷର…

BJPରେ ସ୍ମୃତି ଇରାନୀଙ୍କୁ ବଡ଼ ଦାୟିତ୍ୱ: ସଂଗଠନକୁ ଫେରି କହିଲେ ଏହି ବଡ଼ କଥା, ରାଜନୀତିରେ ଚହଳ

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନ ସୋମବାର ତାଙ୍କ ନୂଆ ଟିମର ଘୋଷଣା କରିଛନ୍ତି। ଏହି ଟିମରେ ଦଳକୁ ଆହୁରି…

ଭାଜପାର ନୂଆ ଟିମରେ ଓଡ଼ିଶାରୁ ୨: ସୋସିଆଲ ମିଡିଆରେ ଧର୍ମେନ୍ଦ୍ର ପ୍ରଧାନ କହିଲେ…

ନୂଆଦିଲ୍ଲୀ, ୧୭।୮: ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ନୂଆ ଟିମ ଘୋଷଣା କରିଛନ୍ତି। ସ୍ମୃତି ଇରାନୀଙ୍କୁ ସାଧାରଣ ସମ୍ପାଦକ ଏବଂ ବସୁନ୍ଧରା ରାଜେଙ୍କୁ ଉପାଧ୍ୟକ୍ଷ ଭାବେ ନିଯୁକ୍ତ…

ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଗର୍ଜିଲା ଓଡ଼ିଶା କୃଷକ ସଭା

ଦିଗପହଣ୍ଡି,୧୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିମାନଙ୍କରେ ଚଳିତବର୍ଷ ଧାନ ମଣ୍ଡିରେ ଚାଷୀମାନଙ୍କ ନାଁ ରେଜିଷ୍ଟ୍ରେଶନ ପାଇଁ ଚାଷୀ…

ଭାଜପାର ନୂଆ ଟିମରୁ ଅମିତ ମାଲବ୍ୟ ବାଦ୍‌, ସୋସିଆଲ ମିଡିଆରେ ଲେଖିଲେ ଏଭଳି କଥା

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ନୂଆ ଟିମରେ ଅମିତ ମାଲବ୍ୟଙ୍କୁ ସ୍ଥାନ ମିଳିନାହିଁ। ତାଙ୍କ ସ୍ଥାନରେ ଛତିଶଗଡ଼ର ଦୀପକ…

୨୦୨୭ ବିଜୟର ସ୍କ୍ରିପ୍ଟ ପ୍ରସ୍ତୁତ କଲାଣି ଭାଜପା: ଚକ୍ରବ୍ୟୁହରେ ଫସିବେ ବିରୋଧୀ

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା) ସୋମବାର ନୂଆ ଟିମ୍‌ ଘୋଷଣା କରିଛି। ଏଥିରେ ଉତ୍ତର ପ୍ରଦେଶର ୮ ଜଣ ନେତା ପଦବୀ ପାଇଛନ୍ତି। ଏହା ମାଧ୍ୟମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri