ମହିଳା ଓ ଶିଶୁ ବିକାଶ ବିଭାଗ ବିଜ୍ଞପ୍ତିକୁ ଚ୍ୟାଲେଞ୍ଜ

କଟକ,୨୨ା୧୧ (କାର୍ତ୍ତିକ ସାହୁ): ଓଡ଼ିଶା ରାଜ୍ୟ ମହିଳା କମିଶନ ସଦସ୍ୟାଙ୍କୁ ମହିଳା ଓ ଶିଶୁ ବିକାଶ ବିଭାଗ ବରଖାସ୍ତ କରିବା ନେଇ ହାଇକୋର୍ଟରେ ରୁଜୁ ମାମଲାର ଶୁଣାଣି ଗୁରୁବାର ହୋଇଛି। ବିଚାରପତି ଏସ୍‌.କେ. ପାଣିଗ୍ରାହୀ ମାମଲାର ଶୁଣାଣି କରି ରାଜ୍ୟ ସରକାରଙ୍କୁ ଜବାବ ଦାଖଲ ପାଇଁ ନୋଟିସ୍‌ ଜାରି କରିଛନ୍ତି। ଆସନ୍ତା ଡିସେମ୍ବର ୧୧ରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ।
ସୂଚନାନୁସାରେ, ଓଡ଼ିଶା ରାଜ୍ୟ ମହିଳା କମିଶନ୍‌ର ୩ ଜଣ ସଦସ୍ୟାଙ୍କୁ ମହିଳା ଓ ଶିଶୁ ବିକାଶ ବିଭାଗ ୨୦୨୪ ନଭେମ୍ବର ୯ ତାରିଖରେ ବରଖାସ୍ତ କରିଛନ୍ତି। ଏହାକୁ ବେଆଇନ ଦର୍ଶାଇ ବବିତା ସ୍ବାଇଁ, ସ୍ବର୍ଣ୍ଣଲତା ସାମଲ ଓ ଅନ୍ୟ ସଦସ୍ୟ ହାଇକୋର୍ଟରେ ପୃଥକ ମାମଲା ଦାଏର କରିଛନ୍ତି। ଉକ୍ତ ବିଜ୍ଞପ୍ତିକୁ ବେଆଇନ ବୋଲି ଦର୍ଶାଯିବା ସହିତ ଏହାକୁ ରଦ୍ଦ କରିବାକୁ ସମସ୍ତ ମାମଲାରେ ନିବେଦନ କରାଯାଇଛି। ଏଥିରେ ଦର୍ଶାଯାଇଛି, ଆବେଦନକାରୀଙ୍କୁ ମହିଳା କମିଶନ ସଦସ୍ୟା ଭାବେ ୨୦୨୩ ଏପ୍ରିଲ ୨୮ରେ ନିଯୁକ୍ତି ଦିଆଯାଇଥିଲା। ଏନେଇ ମହିଳା ଓ ଶିଶୁ ବିକାଶ ବିଭାଗ ତରଫରୁ ପ୍ରକାଶିତ ବିଜ୍ଞପ୍ତିରେ ସଦସ୍ୟଙ୍କ କାର୍ଯ୍ୟକାଳ ୩ ବର୍ଷ ବୋଲି ସ୍ପଷ୍ଟ କରାଯାଇଥିଲା। ୨୦୨୪ ଅକ୍ଟୋବର ୨୮ରେ ମହିଳା ଓ ଶିଶୁବିକାଶ ବିଭାଗ ତରଫରୁ ଆବେଦନକାରୀଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରାଯାଇଥିଲା। ମାମଲା ଫଇସଲା ଓ କ୍ୟାମ୍ପ କୋର୍ଟ ଆୟୋଜନ କ୍ଷେତ୍ରରେ ପ୍ରଦର୍ଶନ ସନ୍ତୋଷଜନକ ନ ଥିବା ନୋଟିସ୍‌ରେ ଦର୍ଶାଯାଇଥିଲା। ୨୯ ତାରିଖରେ ଆବେଦନକାରୀ ଏହାର ଉତ୍ତର ରଖି ଏ ସମ୍ପର୍କିତ ନଥିପତ୍ର ପ୍ରଦାନ ପାଇଁ ଅନୁରୋଧ କରିଥିବାବେଳେ ପୁଣି ସେହିଦିନ ଆଉ ଏକ କାରଣ ଦର୍ଶାଅ ନୋଟିସ ମହିଳା ଓ ଶିଶୁ ବିକାଶ ବିଭାଗ ଜାରି କରିଥିଲା। ନଭେମ୍ବର ୧ରେ ଆବେଦନକାରୀ ଉତ୍ତର ଦାଖଲ କରିଥିଲେ। କିନ୍ତୁ ନଭେମ୍ବର ୯ରେ ଆବେଦନକାରୀ ସଦସ୍ୟାଙ୍କ ବରଖାସ୍ତ ନେଇ ମହିଳା ଓ ଶିଶୁବିକାଶ ବିଭାଗ ବିଜ୍ଞପ୍ତି ପ୍ରକାଶ କରିଥିଲା। ପକ୍ଷ ରଖିବାକୁ ସୁଯୋଗ ନ ଦେଇ ବରଖାସ୍ତ ନିର୍ଦ୍ଦେଶ ଜାରି କରାଯାଇଥିବା ବେଳେ ଏହା ଆଇନ ଅନୁସାରେ ଗ୍ରହଣୀୟ ନୁହେଁ ବୋଲି ଆବେଦନକାରୀ ଦର୍ଶାଇଛନ୍ତି। ସାମ୍ବିଧାନିକ ବ୍ୟବସ୍ଥାର ଉଲ୍ଲଂଘନ କରି ବରଖାସ୍ତ ନିର୍ଦ୍ଦେଶ ପ୍ରଦାନ କରାଯାଇଥିବାରୁ ଏହାକୁ ରଦ୍ଦ କରାଯାଉ ବୋଲି ଆବେଦନକାରୀ ଦର୍ଶାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜିଲାପାଳଙ୍କ ନିର୍ଦ୍ଦେଶ ପରେ ତତ୍ପର ହେଲା ଯୋଗାଣ ବିଭାଗ, ଗୋଟିଏ ଘରୁ ଜବତ ହେଲା ୨୧ ଗ୍ୟାସ ସିଲିଣ୍ଡର

ବରଗଡ଼,୧୫।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରନ୍ଧନ ଗ୍ୟାସର କଳାବଜାର ଚାଲିଥିବା ଅଭିଯୋଗ ହୋଇଛି। ତେବେ ଏଭଳି କଳାବଜାର ଉପରେ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ଜିଲାପାଳ ଆଦିତ୍ୟ ଗୋୟଲ…

କଳିଙ୍ଗା ଘାଟିରେ କୁଆପଥର ବର୍ଷା, କିଛି ସମୟ ପାଇଁ ଠପ୍ ହେଲା ଯାତାୟତ

ଭଞ୍ଜନଗର,୧୫ା୩(ବାବୁଲା ପ୍ରଧାନ): ଗଞ୍ଜାମ କନ୍ଧମାଳ ଜିଲା ସୀମାରେ ଥିବା କଳିଙ୍ଗା ଘାଟି ଅଞ୍ଚଳରେ ରବିବାର ଦିନବେଳା କୁଆପଥର ସହ ପ୍ରବଳ ବର୍ଷା ହୋଇଛି । ପ୍ରାୟ ୨…

ଅବକାରୀ ରେଞ୍ଜ ପକ୍ଷରୁ ଚଢ଼ାଉ; ଦେଶୀରନ୍ଧା ମଦ- ମହୁଲ ଫୁଲ ଜବତ, ୩ ଗିରଫ

ବଞ୍ଚୋ,୧୫ା୩(ପ୍ରଦୋଷ କୁମାର ବିଶ୍ୱାଳ ): ଆନନ୍ଦପୁର ଉପଜିଲାପାଳଙ୍କ ନିର୍ଦ୍ଦେଶକ୍ରମେ ଜିଲା ଅବକାରୀ ଅଧିକ୍ଷକଙ୍କ ତତ୍ତ୍ବାବଧନରେ ଆନନ୍ଦପୁର ଅବକାରୀ ରେଞ୍ଜ ପକ୍ଷରୁ ଚଢ଼ାଉ କରାଯାଇଛି । ଅବକାରୀ ନିରୀକ୍ଷକ…

ଗାଙ୍ଗଦହଣୀରେ ଅଗ୍ନିକାଣ୍ଡ ଘଟି ଗୋଟିଏ ପରିବାର ଛାରଖାର, ଘରେ କେହି ନଥିବା ବେଳେ…

ପୁରୁଷୋତ୍ତମପୁର,୧୫ା୩(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ ଗାଙ୍ଗଦହଣୀ ଗ୍ରାମ ପଞ୍ଚାୟତ ଧୋବା ସାହିରେ ଅଗ୍ନିକାଣ୍ଡ । ରବିବାର ଅଭି ସେଠୀଙ୍କ ଘରେ ନିଆଁ ଲାଗି…

ବିଶ୍ୱର ୬୦୦ କମ୍ପାନୀକୁ ପଛରେ ପକାଇ ବଡ଼ ଡିଲ୍ ହାତେଇଲା ଭାରତର ଏହି ଷ୍ଟାର୍ଟଅପ୍

ନୂଆଦିଲ୍ଲୀ,୧୫ା୩: ଭାରତୀୟ ଯୁବ ଇଞ୍ଜିନିୟରଙ୍କ କମାଲ। କେରଳର ତିରୁବନନ୍ତପୁରମରୁ ଆରମ୍ଭ ହୋଇଥିବା ଷ୍ଟାର୍ଟଅପ୍ ‘ଜେନରୋବୋଟିକ୍ସ’ ସିଙ୍ଗାପୁରରୁ ଏକ ବଡ଼ ସଫଳତା ହାସଲ କରିଛି। ବିଶ୍ୱର ପ୍ରାୟ ୬୦୦ରୁ…

ରାଜ୍ୟସ୍ତରୀୟ ଡୁମାଳ ମହାସଭା ଆରମ୍ଭ, ଯୋଗଦେଲେ ୧୧ଜିଲାର ପ୍ରତିନିଧି

ଭେଡେନ,୧୫।୩(ହୃଷୀକେଶ ଖମାରୀ): ବରଗଡ ଜିଲା ଭେଡେନ ବ୍ଲକ ପପଙ୍ଗାଠାରେ ରବିବାରରୁ ରାଜ୍ୟସ୍ତରୀୟ ଡୁମାଳ ମହାସଭା ଆରମ୍ଭ ହୋଇଥିବା ବେଳେ ସୋମବାର ପର୍ଯ୍ୟନ୍ତ ଏହି ମହାସଭା ଚାଲିବ। ଏହି…

ଓଲଟିଲା ଚାଉଳ ବୋଝେଇ ପିକ୍ଅପ୍ ଭ୍ୟାନ୍, ୩ମୃତ ୬ ଆହତ

ବିଷମକଟକ,୧୫।୩(ପ୍ରସନ୍ନ କୁମାର ପଣ୍ଡା): ରାୟଗଡା ଜିଲା ବିଷମ କଟକ ଥାନା ଅନ୍ତର୍ଗତ ଡୁକୁମ୍ ଗ୍ରାମ ପଞ୍ଚାୟତର କାଚାପାଜୁ ଗ୍ରାମ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା । ରବିବାର ବିଳମ୍ବିତ…

ସ୍ତ୍ରୀଙ୍କ ସହ ଝଗଡ଼ା ପରେ ଚରମ ନିଷ୍ପତ୍ତି ନେଲେ ବ୍ୟକ୍ତି; ଫେସବୁକ ଲାଇଭରେ ସାପକୁ

କୋରାପୁଟ,୧୫।୩: କୋରାପୁଟ ଜିଲା ମାଳିଗୁଡ଼ା ଅଞ୍ଚଳରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ସେହି ଅଞ୍ଚଳର ନବୀନ ମାଳି ନାମକ ଜଣେ ବ୍ୟକ୍ତି ନିଜ ସ୍ତ୍ରୀଙ୍କ ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri