Posted inଜାତୀୟ

ଅଦାଲତ ଅବମାନନା ଆଇନକୁ ଚ୍ୟାଲେଞ୍ଜ

ନୂଆଦିଲ୍ଲୀ, ୨ା୮: ଅଦାଲତ ଅବମାନନା ଆଇନକୁ ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ କରାଯାଇଛି। ସମ୍ବିଧାନ ପ୍ରଦତ୍ତ ବାକ୍‌ ସ୍ବାଧୀନତା ଓ ଅଭିବ୍ୟକ୍ତି ସ୍ବାଧୀନତା ଉପରେ ଉକ୍ତ ଆଇନ ଗୁରୁତର ପ୍ରଭାବ ପକାଉଥିବା ଦର୍ଶାଇ ବରିଷ୍ଠ ସାମ୍ବାଦିକ ଏନ୍‌. ରାମ, ଆଇନଜୀବୀ ପ୍ରଶାନ୍ତ ଭୂଷଣ ଏବଂ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଅରୁଣ ସୌରୀ ଶନିବାର ସର୍ବୋଚ୍ଚ ଅଦାଲତରେ ଏହାକୁ ଚ୍ୟାଲେଞ୍ଜ କରିଛନ୍ତି। ୧୯୭୧ରେ ପ୍ରଣୀତ ଏହି ଆଇନ ଅସାମ୍ବିଧାନିକ ଓ ସମ୍ବିଧାନର ମୌଳିକ ଢାଞ୍ଚାର ବିରୋଧୀ ବୋଲି ସେମାନେ ଉଲ୍ଲେଖ କରିବା ସହ ଏଥିରେ ଥିବା କେତେକ ବ୍ୟବସ୍ଥାକୁ ରଦ୍ଦ କରିବା ପାଇଁ ନିବେଦନ କରିଛନ୍ତି। ଅଦାଲତ ଅବମାନନା ଆଇନର ବିବାଦୀୟ ଉପଧାରା ସମ୍ବିଧାନର ମୌଳିକ ବୈଶିଷ୍ଟ୍ୟ ଏବଂ ପ୍ରସ୍ତାବନାର ମୂଲ୍ୟବୋଧ ସହ ଖାପ ଖାଉ ନ ଥିବାରୁ ଏହା ଅସାମ୍ବିଧାନିକ। ଏହା ଅସ୍ପଷ୍ଟ ଏବଂ ମନମାନି ବୋଲି ଆବେଦନକାରୀ ଦର୍ଶାଇଛନ୍ତି। ଅଦାଲତକୁ ସମାଲୋଚନାକୁ ଅପରାଧୀକରଣ କରାଯିବା ଦ୍ୱାରା ଏହି ବିବାଦୀୟ ଉପଧାରା ସର୍ବସାଧାରଣ ଓ ରାଜନୈତିକ ଦୃଷ୍ଟିରୁ ଗୁରୁତ୍ୱପୂର୍ଣ୍ଣ ସ୍ବର ଉପରେ ଅଙ୍କୁଶ ଲଗାଉଛି।
ସୂଚନାଯୋଗ୍ୟ ଆଇନଜୀବୀ ପ୍ରଶାନ୍ତ ଭୂଷଣ ଦେଶର ପ୍ରଧାନ ବିଚାରପତି ଏବଂ ଆଇନ ବ୍ୟବସ୍ଥା ଉପରେ ଗୁରୁତର ଅଭିଯୋଗ ଆଣିଥିଲେ। ତାଙ୍କ ବିରୋଧରେ ଅଦାଲତ ଅବମାନନାର ଶୁଣାଣି ପୂର୍ବରୁ ଉକ୍ତ ଆଇନକୁ ଚ୍ୟାଲେଞ୍ଜ କରାଯାଇଛି। ପ୍ରଶାନ୍ତ ଭୂଷଣ ମଧ୍ୟ ସର୍ବୋଚ୍ଚ ଅଦାଲତଙ୍କ ରାୟର ପୁନର୍ବିଚାର ପାଇଁ ଆବେଦନ କରିଥିଲେ। ଆଇନଜୀବୀ ମହେକ ମାହେଶ୍ୱରୀଙ୍କ ପିଟିଶନ ଆଧାରରେ କୋର୍ଟ ତାଙ୍କ ବିରୋଧରେ ଅଦାଲତ ଅବମାନନା ମକଦ୍ଦମା ଚଳାଇବା ବେଆଇନ ହୋଇଥିବାରୁ ଏହାକୁ ରଦ୍ଦ କରିବା ପାଇଁ ସେ ଅନୁରାଧ କରିଛନ୍ତି। ଅଦାଲତ ଅବମାନନା ପିଟିଶନ ଦାଏର କରିବା ପାଇଁ ଆଟର୍ନି ଜେନେରାଲଙ୍କ ଅନୁମତି ନେବା ଜରୁରୀ। କିନ୍ତୁ ମହେକ ମାହେଶ୍ୱରୀ ଅନୁମତି ନେଇ ନ ଥିଲେ। ମାମଲାର ପରବର୍ତ୍ତୀ ଶୁଣାଣି ଅଗଷ୍ଟ ୪କୁ ଧାର୍ଯ୍ୟ ହୋଇଛି।
ସୂଚନାଯୋଗ୍ୟ ପୂର୍ବତନ ପ୍ରଧାନ ବିଚାରପତିଙ୍କ ଉପରେ ପ୍ରକାଶିତ ଖବର ଉପରେ ୧୧ ବର୍ଷ ତଳେ ପ୍ରଶାନ୍ତ ଭୂଷଣ ଦେଇଥିବା ମନ୍ତବ୍ୟକୁ ନେଇ ତାଙ୍କ ବିରୋଧରେ ଅନ୍ୟ ଏକ ଅଦାଲତ ଅବମାନନା ମାମଲା ମଧ୍ୟ ବିଚାରାଧୀନ ରହିଛି। ପୂର୍ବତନ ବିଚାରପତି, ଲେଖକ, ପୂର୍ବତନ ପ୍ରଶାସନିକ ଅଧିକାରୀଙ୍କ ସମେତ ୧୩୧ ଜଣ ଉକ୍ତ ମାମଲାକୁ ବାତିଲ କରିବା ପାଇଁ ଚାହୁଁଛନ୍ତି। ଏନ୍‌. ରାମ ଏବଂ ଅରୁଣ ସୌରୀଙ୍କ ବିରୋଧରେ ମଧ୍ୟ ଅତୀତରେ ଅଦାଲତ ଅବମାନନା ମାମଲା ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଅବପାତରେ ପରିଣତ ହେଲା ଲଘୁଚାପ: ଆହୁରି ୪ଦିନ ଭୀଷଣ ବର୍ଷା, ୧୩ ଜିଲାକୁ ଓ୍ବାର୍ନିଂ

ଭୁୁବନେଶ୍ୱର, ୧୩ା୮(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସକ୍ରିୟ ଥିବା ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ଗୁରୁବାର ସକାଳ ୮ଟା ୩୦ରେ ପଶ୍ଚିମବଙ୍ଗ ଉପକୂଳରେ ଅବପାତରେ ପରିଣତ…

ମହିଳା ଜନପ୍ରତିନିଧିଙ୍କୁ ବ୍ଲାକ୍‌ମେଲ କରି ବନ୍ଧା ହେଲେ ଯୁବକ

ଧରାକୋଟ,୧୩ା୮(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଫେକ୍‌ ଆଇଡି ଖୋଲି ଜଣେ ମହିଳା ଜନ ପ୍ରତିନିଧିଙ୍କୁ ବ୍ଲାକମେଲ କରିବା ସହ ଧମକ ଦେବା ଓ ଫଟୋ ଏଡିଟ୍‌ କରି ଭାଇରାଲ…

ଜେଲ ଗଲେ ମୁଖ୍ୟ ଜିଲା କୃଷି ଅଧିକାରୀ

ବ୍ରହ୍ମପୁର,୧୩ା୮(ସୁବାସ ଚନ୍ଦ୍ର ପାଢ଼ୀ): ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନାର ସବ୍‌ସିଡି କରାଇଦେବା ପାଇଁ ୧୫ ହଜାର ଟଙ୍କା ଲାଞ୍ଚ ନେଇ ବ୍ରହ୍ମପୁରର ମୁଖ୍ୟ ଜିଲା କୃଷି ଅଧିକାରୀ…

ନିଷ୍ପତ୍ତିକୁ ବଦଳାଇଲା ବାର କାଉନସିଲ; ସିଜେଆଇଙ୍କୁ ବିରୋଧ କରୁଥିବା ଆଇନ ସ୍ନାତକଙ୍କ ଉପରୁ ହଟାଇଲା ପ୍ରତିବନ୍ଧକ

ନୂଆଦିଲ୍ଲୀ,୧୩।୮: ଗୁରୁବାର (ଅଗଷ୍ଟ ୧୩) , ହାଇଦ୍ରାବାଦର ନ୍ୟାସନାଲ ଏକାଡେମୀ ଅଫ ଲିଗାଲ ଷ୍ଟଡିଜ ଆଣ୍ଡ ରିସର୍ଚ୍ଚ (NALSAR) ର ଛାତ୍ରମାନଙ୍କୁ ଓକିଲ ଭାବରେ ନାମ ଲେଖାରୁ…

ପନ୍ଦର ଦିନ ବିତିଗଲେ ବି ସରିଲାନି ଘାଇ ମରାମତି: ଆନନ୍ଦପୁର ସହର ଭିତରକୁ ପୁଣି ପଶିଲା ବନ୍ୟାଜଳ, ଆତଙ୍କିତ…

ବଞ୍ଚୋ,୧୩।୮(ପ୍ରଦୋଷ ବିଶ୍ୱାଳ): ପନ୍ଦର ଦିନ ବିତିଯାଇଥିଲେ ମଧ୍ୟ ଆନନ୍ଦପୁର ରିଙ୍ଗ ରୋଡ୍‌ର ଘାଇ ମରାମତି କାମ ସମ୍ପୂର୍ଣ୍ଣ ହୋଇପାରି ନାହିଁ। ଏହାରି ମଧ୍ୟରେ ପୁଣି ଥରେ ରିଙ୍ଗ…

ମନ୍ତ୍ରୀଙ୍କ ଅପେକ୍ଷାରେ ଠିଆ ହୋଇଥିଲେ, ହଠାତ ବେହୋସ୍‌ ହେଲେ ଛାତ୍ରୀ

ମୁମ୍ବାଇ,୧୩।୮: ସିଙ୍ଗରାଉଲି ଜିଲାର ଚିତ୍ରାଙ୍ଗୀ ତହସିଲରେ ଜାତିର ଗର୍ବ ଏବଂ ସମ୍ମାନର ପ୍ରତୀକ ସ୍ବରୂପ ଏକ ‘ତ୍ରିରଙ୍ଗା ଯାତ୍ରା’ (ତ୍ରିରଙ୍ଗା ଶୋଭାଯାତ୍ରା) ଆୟୋଜନ କରାଯାଇଥିଲା; କିନ୍ତୁ, ଯେତେବେଳେ…

ବିଦ୍ୟାଳୟ ରାସ୍ତାରେ ଗଛ ପକାଇ ଅବରୋଧ: ରାସ୍ତା ଉପରେ ପାଠ ପଢ଼ିଲେ ଛାତ୍ରଛାତ୍ରୀ, ୪ ଘଣ୍ଟା ପରେ…

ଡୁଙ୍ଗୁରିପାଲି ୧୩।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ନାଇକେନପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ଯିବା ରାସ୍ତାରେ ଜଣେ ବ୍ୟକ୍ତି ଗଛ ପକାଇ ଅବରୋଧ କରିବାର…

ନର୍ସ ମୃତ୍ୟୁ ମାମଲା: ଆକ୍ସନରେ ସରକାର…

କୋଲକାତା, ୧୩।୮: କୋଲକାତାର ପ୍ରମୁଖ ନୀଳରତନ ସରକାରୀ ମେଡିକାଲ କଲେଜ ଏବଂ ହସ୍ପିଟାଲ(ଏନ୍‌ଆର୍‌ଏସ୍‌) ଶୌଚାଳୟରୁ ଜଣେ ୩୦ ବର୍ଷୀୟା ଷ୍ଟାଫ ନର୍ସଙ୍କ ମୃତଦେହ ଉଦ୍ଧାର ହୋଇଛି। ଶୌଚାଳୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri