Posted inଜାତୀୟ

ପଞ୍ଚାୟତ ନିର୍ବାଚନରେ କେନ୍ଦ୍ରୀୟ ବାହିନୀ ନିୟୋଜନ ପାଇଁ ହାଇକୋର୍ଟଙ୍କ ଆଦେଶକୁ ବିରୋଧ: ସୁପ୍ରିମକୋର୍ଟରେ ରାଜ୍ୟ ନିର୍ବାଚନ ଆୟୋଗ…

କୋଲକାତା,୧୭।୬ : ପଶ୍ଚିମବଙ୍ଗ ରାଜ୍ୟ ନିର୍ବାଚନ ଆୟୋଗ କୋଲକାତା ହାଇକୋର୍ଟଙ୍କ ନିଷ୍ପତ୍ତିକୁ ଚ୍ୟାଲେଞ୍ଜ କରି ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। କୋଲକାତା ହାଇକୋର୍ଟ ତାଙ୍କ ରାୟରେ ପଞ୍ଚାୟତ ନିର୍ବାଚନ ସମୟରେ କେତେକ ଜିଲାରେ କେନ୍ଦ୍ରୀୟ ବାହିନୀ ନିଯୁକ୍ତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଅନ୍ୟପକ୍ଷରେ ପଶ୍ଚିମବଙ୍ଗ ରାଜ୍ୟପାଳ ସିଭି ଆନନ୍ଦ ବୋଷ ପଞ୍ଚାୟତ ନିର୍ବାଚନ ସହ ଜଡିତ ଆଲୋଚନା ପାଇଁ ଶନିବାର ରାଜ୍ୟ ନିର୍ବାଚନ ଆୟୋଗ କମିଶନର ରାଜୀବ ସିହ୍ନାଙ୍କୁ ରାଜ ଭବନକୁ ଡକାଇଛନ୍ତି।

ପଞ୍ଚାୟତ ନିର୍ବାଚନରେ ହିଂସା ଖବର କ୍ରମାଗତ ଭାବେ ସାମ୍ନାକୁ ଆସୁଛି। ଏଭଳି ପରିସ୍ଥିତିରେ କଂଗ୍ରେସ ନେତା ଆଧୀର ରଞ୍ଜନ ଚୌଧୁରୀ ଏବଂ ଭାଜପା ନେତା ସୁଭେନ୍ଦୁ ଆଧିକାରୀ କୋଲକାତା ହାଇକୋର୍ଟରେ ଏକ ପିଟିଶନ ଦାଖଲ କରି ପଞ୍ଚାୟତ ନିର୍ବାଚନ ସମୟରେ ଆଇନ ଶୃଙ୍ଖଳା ରକ୍ଷା ପାଇଁ କେନ୍ଦ୍ରୀୟ ବାହିନୀର ମୁତୟନ ଏବଂ ନାମାଙ୍କନ ତାରିଖ ବୃଦ୍ଧି କରିବାକୁ ଦାବି କରିଛନ୍ତି। ଏହା ଉପରେ ହାଇକୋର୍ଟ ତାଙ୍କ ଆଦେଶରେ କହିଥିଲେ ରାଜ୍ୟ ନିର୍ବାଚନ ଆୟୋଗ ରାଜ୍ୟ ପୋଲିସ ସହିତ ପାରାମିଲିଟାରୀ ଫୋର୍ସ ମୁତୟନ କରିବା ଉଚିତ। ତେବେ ଏହାର ଚୂଡାନ୍ତ ନିଷ୍ପତ୍ତି ରାଜ୍ୟ ନିର୍ବାଚନ ଆୟୋଗଙ୍କର ହେବ । ରାଜ୍ୟ ସରକାରଙ୍କ ପରାମର୍ଶ ପରେ ହିଁ ଏ ବାବଦରେ ନିଷ୍ପତ୍ତି ନେବାକୁ ରାଜ୍ୟ ନିର୍ବାଚନ ଆୟୋଗ ସକ୍ଷମ ହେବ। କୋର୍ଟ କହିଥିଲେ ରାଜ୍ୟ ନିର୍ବାଚନ ଆୟୋଗ ସମସ୍ତ ସମ୍ବେଦନଶୀଳ ଜିଲା ପାଇଁ କେନ୍ଦ୍ରୀୟ ବାହିନୀ ଦାବି କରିବେ ଏବଂ ଏହାର ମୂଲ୍ୟ କେନ୍ଦ୍ର ସରକାର ବହନ କରିବେ।

କଲିକତା ହାଇକୋର୍ଟଙ୍କ ନିଷ୍ପତ୍ତି ବିରୋଧରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ହାଇକୋର୍ଟରେ ଏକ ସମୀକ୍ଷା ଆବେଦନ କରିଛନ୍ତି। ମମତା ବାନାର୍ଜୀ ହାଇକୋର୍ଟଙ୍କ ନିଷ୍ପତ୍ତିର ପୁନର୍ବିଚାର କରିବାକୁ ଦାବି କରିଛନ୍ତି। ଅପରପକ୍ଷରେ ା ହାଇକୋର୍ଟଙ୍କ ନିଷ୍ପତ୍ତି ବିରୋଧରେ ରାଜ୍ୟ ନିର୍ବାଚନ ଆୟୋଗ ସୁପ୍ରିମକୋର୍ଟରେ ପହଞ୍ଚିଛନ୍ତି। କଂଗ୍ରେସ ନେତା ଅବୁ ହାସିମ ଖାନ ମଧ୍ୟ ସୁପ୍ରିମକୋର୍ଟରେ ଏକ ସଚେତନତା (କୈଭିଏଟ)ଦାଖଲ କରିଛନ୍ତି। ପଶ୍ଚିମବଙ୍ଗରେ ପଞ୍ଚାୟତ ନିର୍ବାଚନ ସମୟରେ ହିଂସା ଘଟଣା ଘଟୁଛି। ଅଭିଯୋଗ ହୋଇଛି ପ୍ରାର୍ଥୀଙ୍କୁ ନାମାଙ୍କନ ଦାଖଲ କରିବାକୁ ଦିଆଯାଉ ନାହିଁ। ବିଭିନ୍ନ ସ୍ଥାନରେ ୩୦ରୁ ଅଧିକ ହିଂସାତ୍ମକ ସଂଘର୍ଷରେ ପାଞ୍ଚ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ୯୦ରୁ ଅଧିକ ଲୋକ ଆହତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଏକ ଲଘୁଚାପ ସମ୍ଭାବନା: ୨୧ ଜିଲାକୁ ଝଡ଼ବର୍ଷା ସତର୍କତା

ଭୁବନେଶ୍ୱର, ୨୧ା୮(ବନ୍ଦନା ସେଠୀ) – ୪ଦିନ ହେବ ରାଜ୍ୟରେ ବର୍ଷା ନ ଥିବାବେଳେ ଖରା ଓ ଗୁଳୁଗୁଳି ଜାରି ରହିଛି। ଏପରିସ୍ଥିତିରେ ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ…

କିଏ ସେ ଅଭିନେତ୍ରୀ, ଯାହାଙ୍କୁ ୬୨ ବର୍ଷ ବୟସରେ ଦ୍ୱିତୀୟ ବିବାହ କରିବାକୁ ଯୋଜନା କରୁଛନ୍ତି ଗୋବିନ୍ଦା? ସ୍ତ୍ରୀଙ୍କ ଖୁଲାସା ପରେ…

ମୁମ୍ବାଇ: ଆଜିକାଲି ନିଜର କର୍ମ ଜୀବନକୁ ନେଇ କମ୍‌ ବରଂ ବ୍ୟକ୍ତିଗତ ଜୀବନକୁ ନେଇ ଅଧିକ ଚର୍ଚ୍ଚାରେ ରହୁଛନ୍ତି ବଲିଉଡ ସୁପରଷ୍ଟାର ଗୋବିନ୍ଦା। ୬୨ ବର୍ଷ ବୟସରେ…

ଦୁଇଟି ସନ୍ତାନର ବାପା ହେବା ପରେ ଶେଷରେ ପ୍ରେମିକାଙ୍କ ହାତ ଧରିଲେ ଅର୍ଜୁନ ରାମପାଲ, ଛୁଟୁଛି ଶୁଭେଚ୍ଛାର ସୁଅ

ମୁମ୍ବାଇ: ବିବାହ କରି ଚର୍ଚ୍ଚାକୁ ଆସିଛନ୍ତି ଆଉଜଣେ ଅଭିନେତା । ସେ ହେଲେ ବଲିଉଡ ଅଭିନେତା ଅର୍ଜୁନ ରାମପାଲ। ପ୍ରେମିକା ତଥା ସାଉଥ ଆଫ୍ରିକାନ ମଡେଲ ଫ୍ୟାଶନ…

ଏମ୍‌ପିଙ୍କ ପୁଅ ଗାଡ଼ି ଧକ୍କାରେ ଚାଲିଗଲା ଓଡ଼ିଆ ଯୁବତୀଙ୍କ ଜୀବନ

ହାଇଦ୍ରାବାଦ,୨୧।୮: ହାଇଦ୍ରାବାଦରେ ଏମ୍‌ପିଙ୍କ ପୁଅ ଗାଡ଼ି ଧକ୍କାରେ ଜଣେ ଓଡ଼ିଆ ଯୁବତୀଙ୍କ ମୃତ୍ୟୁ ଘଟିଛି। ରାସ୍ତା ପାର୍‌ ବେଳେ ଏମ୍‌ପି ପୁଅଙ୍କ ଏକ ବିଳାସପୂର୍ଣ୍ଣ କାର୍‌ ଯୁବତୀଙ୍କୁ…

ରାସନ କାର୍ଡ ପାଖରେ ନଥିଲେ ବି ମିଳିବ ରାସନ! ଜାଣନ୍ତୁ ସରକାରଙ୍କ ପୂରା ନିୟମ…

ନୂଆଦିଲ୍ଲୀ,୨୧ା୮: ସରକାର ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ଏବଂ ଅସହାୟ ଲୋକଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଯୋଜନା ଚଳାନ୍ତି। ଯଦି ଆପଣ ମଧ୍ୟ ସରକାରୀ ରାସନରୁ ଉପକୃତ ହେଉଛନ୍ତି, ତେବେ…

ନିଯୁକ୍ତି ମେଳାରେ ୧୩୭ ପ୍ରାର୍ଥୀ ଚୟନ

କୋରାପୁଟ,୨୧ା୮(ଅମିତାଭ ବେହେରା): ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ (ସିୟୁଓ) ପକ୍ଷରୁ ବୋର୍ଡ ଅଫ ପ୍ରାକ୍ଟିକାଲ ଟ୍ରେନିଂ (ଇଷ୍ଟର୍ଣ୍ଣ ରିଜିଅନ) ସହଯୋଗରେ ସୁନାବେଡ଼ାସ୍ଥିତ ବିଶ୍ୱବିଦ୍ୟାଳୟ ପରିସରରେ ସ୍ନାତକ ଛାତ୍ରୀଛାତ୍ରଙ୍କ ପାଇଁ…

ପ୍ରଶାସନିକ ଉଦାସୀନତା: ରାସ୍ତାରେ ଆଣ୍ଠୁଏ କାଦୁଅ, ଯାତାୟାତରେ ସମସ୍ୟା ନେଇ…

ଜମନକିରା,୨୧ା୮(ରବୀନ୍ଦ୍ର ପ୍ରସାଦ ଦାନୀ): ଗ୍ରାମାଞ୍ଚଳରେ ଯାତାୟାତ ସୁବିଧା ପାଇଁ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ ପ୍ରଶାସନିକ ଉଦାସୀନତା ଓ ଦୂରଦୃଷ୍ଟିହୀନ କାର୍ଯ୍ୟ ଯୋଗୁ…

ବରିଷ୍ଠ IPS ସ୍ତରରେ ଅଦଳବଦଳ: ଜାଣନ୍ତୁ କାହାକୁ କେଉଁ ଦାୟିତ୍ୱ

ଭୁବନେଶ୍ୱର,୨୧।୮: ରାଜ୍ୟ ସରକାର ବରିଷ୍ଠ IPS ସ୍ତରରେ ଅଦଳବଦଳ କରିଛନ୍ତି। ପୋଲିସ ପ୍ରଶାସନକୁ ଅଧିକ ସୁଦୃଢ଼ ଓ ସକ୍ରିୟ କରିବା ଲକ୍ଷ୍ୟରେ ବରିଷ୍ଠ IPS ଅଧିକାରୀମାନଙ୍କୁ ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri