Posted inଜାତୀୟ

ରାହୁଲଙ୍କ ସଂସଦ ସଦସ୍ୟତା ପୁନଃ ପ୍ରଦାନକୁ ଚ୍ୟାଲେଞ୍ଜ…

ନୂଆଦିଲ୍ଲୀ,୫।୯ : ରାହୁଲ ଗାନ୍ଧୀଙ୍କ ସଂସଦର ସଦସ୍ୟତା ପୁନଃ ପ୍ରଦାନକୁ ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ କରାଯାଇଛି। ଆଡଭୋକେଟ ଅଶୋକ ପାଣ୍ଡେଙ୍କ ଦ୍ୱାରା ଦାଖଲ ହୋଇଥିବା ଏହି ଆବେଦନରେ କୁହାଯାଇଛି ଥରେ ଲୋକ ପ୍ରତିନିଧୀ ଅଧିନିୟମ ୧୯୫୧ର ଧାରା ୮(୩) ଅନୁଯାୟୀ ସଂସଦର ଜଣେ ସଦସ୍ୟ କିମ୍ବା ବିଧାନସଭା ସଦସ୍ୟଙ୍କ ବିରୋଧରେ ମାମଲା ରୁଜୁ ହେଲେ ସେ ଏକ ଅଦାଲତ ଅଯୋଗ୍ୟ ରହିବେ ଯେପର୍ଯ୍ୟନ୍ତ ଏକ ବଡ କୋର୍ଟ ତାଙ୍କୁ ନିର୍ଦ୍ଦୋଷରେ ଖଲାସ ନ କରନ୍ତି। ୱାୟାନଡ ଆସନରେ ପୁନଃ ନିର୍ବାଚନ କରିବାକୁ କୋର୍ଟ ନିର୍ବାଚନ ଆୟୋଗଙ୍କୁ ନିର୍ଦ୍ଦେଶ ଦେବା ଉଚିତ ବୋଲି ଆବେଦନରେ ଦର୍ଶାଯାଇଛି।

ଅଗଷ୍ଟ ୪ ରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ମୋଦି ଉପନାମ ମନ୍ତବ୍ୟ ମାମଲାରେ ଏକ ବଡ଼ ଆଶ୍ୱସ୍ତି ମିଳିଥିଲା। ତାଙ୍କ ଦଣ୍ଡାଦେଶ ଶୁଣାଇବାକୁ ସୁପ୍ରିମକୋର୍ଟ ମଧ୍ୟବର୍ତ୍ତୀକାଳୀନ ନିର୍ଦ୍ଦେଶ ଦେଇଛନ୍ତି। ଏହି ନିଷ୍ପତ୍ତି ପରେ ଅଗଷ୍ଟ ୭ ରେ ଲୋକସଭା ସଚିବାଳୟ ମଧ୍ୟ ରାହୁଲ ଗାନ୍ଧୀଙ୍କ ଲୋକସଭା ସଦସ୍ୟତା ଫେରାଇ ଆଣିଥିଲା।

୨୦୧୯ ରେ ରାହୁଲ ଗାନ୍ଧୀ ମୋଦି ଉପନାମ ସମ୍ପର୍କରେ ଏକ ମନ୍ତବ୍ୟ ଦେଇଥିଲେ, ଯେଉଁଥିପାଇଁ ତାଙ୍କ ବିରୋଧରେ ମାନହାନି ମକଦ୍ଦମା ଦାୟର କରାଯାଇଥିଲା। ଏହି ମାମଲାରେ ସୁରଟ କୋର୍ଟ ରାହୁଲ ଗାନ୍ଧୀଙ୍କୁ ଦୋଷୀ ସାବ୍ୟସ୍ତ କରି ତାଙ୍କୁ ଦୁଇ ବର୍ଷ କାରାଦଣ୍ଡରେ ଦଣ୍ଡିତ କରିଥିଲେ। ଦୁଇ ବର୍ଷ କାରାଦଣ୍ଡରେ ଦଣ୍ଡିତ ଯୋଗୁ ଲୋକ ପ୍ରତିନିଧୀ ଅଧିନିୟମ ଅନୁଯାୟୀ ୨୪ ମାର୍ଚ୍ଚ ୨୦୨୩ରେ ସଂସଦର ତାଙ୍କ ସଦସ୍ୟତା ଅଯୋଗ୍ୟ କରାଯାଇଥିଲା।

ଗୁଜରାଟ ହାଇକୋର୍ଟରେ ଏହି ଦଣ୍ଡ ବିରୋଧରେ ରାହୁଲ ଗାନ୍ଧୀ ଆବେଦନ କରିଥିଲେ ମଧ୍ୟ ଗୁଜୁରାଟ ହାଇକୋର୍ଟ ରାହୁଲ ଗାନ୍ଧୀଙ୍କ ଦଣ୍ଡକୁ ମଧ୍ୟ କାଏମ ରଖିଥିଲେ। ଏହା ପରେ ରାହୁଲ ଗାନ୍ଧୀ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ସୁପ୍ରିମକୋର୍ଟ ରାହୁଲ ଗାନ୍ଧୀଙ୍କ ଦଣ୍ଡାଦେଶ ଉପରେ ରୋକ ଲଗାଇଥିଲେ। ଏହା ପରେ ରାହୁଲ ଗାନ୍ଧୀଙ୍କ ସଂସଦ ସଦସ୍ୟତା ପୁନଃ ସ୍ଥାପିତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri