ଚମାଖଣ୍ଡି ବିଭବ କେନ୍ଦ୍ରକୁ ବୁଲି ଦେଖିଲେ ୫ଟି ରାଜ୍ୟର ପ୍ରତିନିଧି ଦଳ

ଛତ୍ରପୁର, ୨୧ା୧୨(ଦିଲ୍ଲୀପ ସାମଲ): ଝାଡ଼ଖଣ୍ଡ, ବିହାର, ଗୁଜରାଟ, ୟୁପି ଓ ମଧ୍ୟପ୍ରଦେଶ ର ପ୍ରତିନିଧୀ ଦଳ ଶନିବାର ଗଂଜାମ ଜିଲା ଚମାଖଣ୍ଡି ଗ୍ରାମ ପଂଚାୟତ ଅନ୍ତର୍ଗତ ଯଜ୍ଞଶାଳ ଗ୍ରାମରେ ଥିବା ବିଭବକେନ୍ଦ୍ରକୁ ପରିଦର୍ଶନ କରଛନ୍ତି। ସେଠାରେ ହେଉଥିବା ବିଭିନ୍ନ କାର୍ଯ୍ୟ ର ତଦାରଖ କରିଥିଲେ। କେନ୍ଦ୍ରରେ କିଭଳି ଭାବେ ମାଟିରେ ମିଶୁଥିବା ଅର୍ବଜନା ଓ ମାଟିରେ ନ ମିଶି ପାରୁଥିବା ଅବର୍ଜନା ଯଥା: ବିଭିନ୍ନ କିସମର ପ୍ଲାଷ୍ଟିକ, ପଲିଥିନ, ଜରି, ଭଙ୍ଗା ଟିଣ, ଭଙ୍ଗାରୁଜା କାଚ ଇତ୍ୟାଦିର କିଭଳି ଭାବେ ସ୍ୱୟଂ ସହାୟିକା ଗୋଷ୍ଠୀର ମହିଳା ସଦସ୍ୟଙ୍କ ଦ୍ୱାରା ସୁପରିଚାଳନା କରାଯାଉଛି ଏବଂ ଖତ ତିଆରି କରାଯାଉଛି ତାହାକୁ ବୁଲି ଦେଖିଥିଲେ। ସମସ୍ତ ପ୍ରକ୍ରିୟା ବିଶଦ ଭାବେ ବୁଝିଥିଲେ।

ଏଥିସହିତ ଚମାଖଣ୍ଡି ପଂଚାୟତର ଥିବା ଗୋଷ୍ଠୀ ଶୌଚାଳୟ ଦେଖିଥିଲେ। ଏହାପରେ ଶ୍ରୀରାମଚନ୍ଦ୍ରପୁର ପଂଚାୟତର ଏ ତୋଟାପଲ୍ଲୀ ଗ୍ରାମ ପରିଦର୍ଶନ କରିଥିଲେ। ସେଠାରେ ଆବର୍ଜନା ପାଣିର ସୁପରିଚାଳନା କରାଯାଉଛି ତାହା ଦେଖିଲେ ଏବଂ ବ୍ୟକ୍ତିଗତ ଶୌଚାଳୟ, ଗ୍ରାମର ଡ୍ରେନ ବ୍ୟବସ୍ଥା, ଗୃହରୁ ବାହାରୁଥିବା ଆବର୍ଜନାର ସୁପରିଚାଳନା ନିମନ୍ତେ ଦିଆଯାଉଥିବା ଅଳିଆ ଡବା(ଡଷ୍ଟବିନ) ବିଷୟରେ ପଚାରି ବୁଝିଥିଲେ।

ଏହି ପରିଦର୍ଶନ ଝାରଖଣ୍ଡ, ବିହାର, ଗୁଜରାଟ, ୟୁପି ଓ ମଧ୍ୟପ୍ରଦେଶ ରାଜ୍ୟ ମିଶନ ଡାଇରେକ୍ଟର , ଗଂଜାମ ଜିଲ୍ଲା ପରିଷଦର ସିଡିଓ ମଧୁସ୍ମିତା, ଓରମାସ ର ଡେପୁଟି ସିଇଓ , ଜଳ ଓପରିମଳ ର ଜିଲ୍ଲା ସଂଯୋଜିକା ନମିତା ପ୍ରଧାନ, ଛତ୍ରପୁର ବ୍ଲକର ଭାରପ୍ରାପ୍ତ ବିଡିଓ ଜୟଶ୍ରୀ ନାୟକ , ଚମାଖଣ୍ଡି ସରପଞ୍ଚ ସିଏଚ. ମନୋଜ କୁମାର ରେଡ୍ଡୀ, ପିଇଓ ଦଣ୍ଡପାଣି ପ୍ରଧାନ, ଓଡିଶା ଜିଭିକା ମିସନର ଛତ୍ରପୁର ବ୍ଲକ ପ୍ରକଳ୍ପ ସଂଯୋଜିକା ମାନିନୀ ଜେନା ଙ୍କ ଅନ୍ୟାନ୍ୟ ଅଧହିକାରୀ ଓ ମହିଳା ସ୍ୱୟଂ ସହାୟିକା ଗୋଷ୍ଠୀର ମା ମାନେ ।

ସୂଚନା ଯୋଗ୍ୟ ଗତ ୧୯ ତାରିଖ ରେ ଗୋପାଳପୁରରେ ଅନୁଷ୍ଠିତ ଦୁଇ ଦିନିଆ ପ୍ଲାଷ୍ଟିକ ବର୍ଜ୍ୟବସ୍ତୁ ସମ୍ପର୍କିତ ଆଞ୍ଚଳିକ କର୍ମଶାଳାରେ ଯୋଗ ଦାନ ନିମନ୍ତେ ଝାଡ଼ଖଣ୍ଡ, ବିହାର, ଗୁଜରାଟ, ୟୁପି ଓ ମଧ୍ୟପ୍ରଦେଶ ର ପ୍ରତିନିଧୀ ଦଳ ଆସିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଆଖି ବୁଜିଛନ୍ତି ଗୁରୁ, ହେଲେ ଆଦର୍ଶକୁ ଭୁଲିନାହାନ୍ତି ଶିଷ୍ୟ: ପ୍ରତିମୂର୍ତ୍ତୀ ଗଢ଼ି ଗୁରୁଦିବସ ପାଳିଲା…

ପୁରୁଷୋତ୍ତମପୁର,୫।୯ (ସବିତା ମିଶ୍ର): ଗୁରୁଙ୍କ ଶରୀର ନ ଥାଇପାରେ, କିନ୍ତୁ ତାଙ୍କ ଆଦର୍ଶ ଆଜି ବି ଜୀବନ୍ତ। ଏହି ବାକ୍ୟକୁ ସତ୍ୟରେ ପରିଣତ କରିଛନ୍ତି ଗଞ୍ଜାମ ଜିଲା…

ଗୁରୁଦିବସରେ ଶିକ୍ଷା,ଶିକ୍ଷକ ଓ ଶିକ୍ଷାୟତନ

ଦିଗପହଣ୍ଡି,୫|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ସ୍ଥିତ ନନ୍ଦିଘୋଷ କଲ୍ୟାଣ ମଣ୍ଡପ ସଭାଗୃହରେ ସ୍ଥାନୀୟ ଗଣ ଅଧିକାର ଓ ଆଇନ ସୁରକ୍ଷା ମଞ୍ଚ…

ବଞ୍ଜାରା ଗ୍ୟାଙ୍ଗର ୫ ମହିଳାଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୫।୯: ନୟାପଲ୍ଲୀ ପୋଲିସ ଶନିବାର ବଞ୍ଜାରା ଲୁଟେରା ଗ୍ୟାଙ୍ଗର ୫ଜଣ ମହିଳାଙ୍କୁ ଧରିବାରେ ସକ୍ଷମ ହୋଇଛି। ଗରଫ ସମସ୍ତ ମହିଳା ମହାରାଷ୍ଟ୍ରର ବୋଲି ସୂଚନା ମିଳିଛି। ପୋଲିସ…

୫ ଦିନ ହେଲା ‘ଆଜି ନୁହେଁ, କାଲି ଦେବୁ’ କହି ଭଣ୍ଡାଉଛନ୍ତି ଗ୍ୟାସ ବିତରକ: ସିଲିଣ୍ଡର ରଖି ଗ୍ରାହକଙ୍କ ରାସ୍ତାରୋକ

ରାଜନଗର, ୫।୯(ଭାସ୍କର ରାଉତରାୟ): ଦୀର୍ଘଦିନ ଧରି ରାଜନଗର ଅଞ୍ଚଳରେ ଗ୍ୟାସ ଯୋଗାଣକୁ ନେଇ ଗ୍ରାହକମାନେ ନାନା ସମସ୍ୟାର ସମ୍ମୁଖୀନ ହେଉଥିବା ଅଭିଯୋଗ ହୋଇଛି। ଗ୍ୟାସ ବିତରକମାନେ ବିଭିନ୍ନ…

ଗୋଛାବାଡ଼ି ଆଶ୍ରମରେ ନନ୍ଦୋତ୍ସବ: ବିଧାୟକ ପ୍ରଦ୍ୟୁମ୍ନ ନାୟକ ଯୋଗଦେଇ ଶ୍ରଦ୍ଧାଳୁଙ୍କୁ…

ଜଗନ୍ନାଥପ୍ରସାଦ,୫ା୯(ବିଭୁ ପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ବ୍ଲକ ଅନ୍ତର୍ଗତ ଗୋଛାବାଡ଼ି ଗ୍ରାମସ୍ଥିତ ଶ୍ରୀ ଗୌରାଙ୍ଗ ରାଧାକୃଷ୍ଣ ଆଶ୍ରମ ପରିସରରେ ପବିତ୍ର ଜନ୍ମାଷ୍ଟମୀ ଓ ନନ୍ଦ ଉତ୍ସବ…

କଳାହାଣ୍ଡି ପୋଲିସର ବଡ଼ ଧରଣର ଚଢ଼ାଉ: ୨୦ କୁଇଣ୍ଟାଲ ଗଞ୍ଜେଇ ଜବତ,୪ ଗିରଫ

ଭବାନୀପାଟଣା,୫।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍. ରାମପୁର ଥାନା ମୋହନଗିରି ଫାଣ୍ଡି ଅନ୍ତର୍ଗତ ଜାମୁଲି ଗ୍ରାମ ନିକଟସ୍ଥ ଜଙ୍ଗଲରେ ବେଆଇନ ଗଞ୍ଜେଇ ରଖାଯାଇଥିବା ଖବର ପାଇ…

ବ୍ଲକସ୍ତରୀୟ ଗୁରୁଦିବସ,ଗୁରୁ ସମ୍ବର୍ଦ୍ଧନା ଉତ୍ସବ: ସୁନ୍ଦର ସମାଜ ଗଠନ ରେ ଶିକ୍ଷକଙ୍କ …

ଦାରିଙ୍ଗବାଡ଼ି, ୫।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିସ୍ଥିତ ରାଣୀଦୁର୍ଗା ରେସିଡେନ୍ସି ପରିସରରେ ଶନିବାର ବ୍ଲକସ୍ତରୀୟ ଗୁରୁଦିବସ ଓ ଗୁରୁ ସମ୍ବର୍ଦ୍ଧନା ଉତ୍ସବ ପାଳିତ ହୋଇଯାଇଛି। ଏଥିରେ…

ସତ୍‌ସଙ୍ଗ ଚାଲିଥିବା ବେଳେ ଖଣ୍ଡାରେ ମରଣାନ୍ତକ ଆକ୍ରମଣ

ବାଙ୍କୀ, ୫।୯ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଥାନା ଅନ୍ତର୍ଗତ ବେଦପୁର ଗାଁରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ବଚସା ଓ ଗଣ୍ଡଗୋଳ ତୀବ୍ରତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri