ସରକାରୀ ସାହାଯ୍ୟ ଅପେକ୍ଷାରେ ଚାମର

ଉମରକୋଟ,୨୦ା୩(ସ୍ବ.ପ୍ର.): ଉମରକୋଟ ବ୍ଲକ ବୁର୍ଜା ପଞ୍ଚାୟତ ଅଧୀନ ପୂଜାରିଗୁଡା ଗ୍ରାମର ଚାମର ଭତ୍ରା ସରକାରୀ ସହାୟତାକୁ ଅପେକ୍ଷା କରି ରହିଛନ୍ତି। ଚାମର (୬୩) କିଛି ବର୍ଷ ପୂର୍ବେ ଦୁଇ ପୁଅଙ୍କୁ ହରାଇଛନ୍ତି। ଏବେ ତାଙ୍କ ପରିବାରରେ ସ୍ତ୍ରୀ, ଦୁଇ ବୋହୁ, ୫ ନାତୁଣୀନାତି ଅଛନ୍ତି। ଚାମର ଦିନ ମଜୁର ଲାଗି ପରିବାର ୮ ପ୍ରାଣୀଙ୍କ ଭଲମନ୍ଦ ବୁଝୁଥିଲେ। ବର୍ଷେ ପୂର୍ବେ ଏକ ଦୁର୍ଘଟଣାରେ ସେ ଗୁରୁତର ହୋଇଥିଲେ। ସେବେଠାରୁ ତାଙ୍କ ଅଣ୍ଟାଠାରୁ ପାଦ ପର୍ଯ୍ୟନ୍ତ କିଛି କାମ କରୁନାହିଁ। ଘୋଷାରି ହୋଇ ଚଳପ୍ରଚଳ କରୁଛନ୍ତି। ସରକାରୀ ସାହାଯ୍ୟ ଭାବେ କେବଳ ଖାଦ୍ୟ ସୁରକ୍ଷା ଯୋଜନାରେ ଯାହା ଚାଉଳ ମିଳୁଛି। ଚାଉଳ ବ୍ୟତୀତ ଦୁଇ ବୋହୂଙ୍କ ଲାଗି ବିଧବା ଭତ୍ତା, ସ୍ତ୍ରୀ ନଚେତ ତାଙ୍କୁ ବାର୍ଦ୍ଧକ୍ୟ ଭତ୍ତା କି ବିକଳାଙ୍ଗ ଭତ୍ତା ଏପରିକି ତିନି ଚକିଆ ସାଇକେଲ କିଛି ବି ମିଳୁନାହିଁ। ପରିବାର ଭାଗ୍ୟରେ ଆବାସ କି ବିଜୁ ପକ୍କା ଘର ଖଣ୍ଡିଏ ମଧ୍ୟ ନାହିଁ। ବର୍ଷା ହେଲେ ଚାମରଙ୍କ ଘରୁ ପାଣି ଗଳୁଛି। ତେଣୁ ସେ ଘୋଷାରି ହେଉଥିଲେ ମଧ୍ୟ ପରିବାର କାମ କରିବାକୁ ଚେଷ୍ଟା କରୁଛନ୍ତି। ଚାମର ପିନ୍ଧିବାକୁ ଖଣ୍ଡେ ପାଉ ନ ଥିବାରୁ ଜରି ବସ୍ତାର ପ୍ୟାଣ୍ଟ ନିଜେ ତିଆରି କରି ପିନ୍ଧୁଛନ୍ତି। ସରକାରଙ୍କ ପକ୍ଷରୁ କୌଣସି ସାହାଯ୍ୟ ମିଳଲେ ଚାମରଙ୍କ କଷ୍ଟ ଦୂର ହେବ ବୋଲି ଗ୍ରାମବାସୀ କହିଛନ୍ତି। ଏ ନେଇ ଉମରକୋଟ ବିଡ଼ିଓ ଡା. ହିମାଞ୍ଚଳ ମାଝୀଙ୍କୁ ଯୋଗାଯୋଗ କରିବାରୁ ସୋମବାର ଅଧିକାରୀଙ୍କୁ ତାଙ୍କ ଘରକୁ ପଠେଇବେ। ଉକ୍ତ ପରିବାର କିପରି ସରକାରଙ୍କ ଯୋଜନାରେ ଅନ୍ତର୍ଭୁକ୍ତ ହେବେ ସେ ଦିଗରେ ଧ୍ୟାନ ଦେବେ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri