୭ ଦିନରେ କାର୍ଯ୍ୟାନୁଷ୍ଠାନ ନ ହେଲେ SP ଅଫିସ ଆଗରେ ଧାରଣା ଦେବି: DGP-IGଙ୍କୁ ଚିଠି ଲେଖି ଚେତାବନୀ ଦେଲେ ଚାମେଲି…

ମହାକାଳପଡ଼ା,୧୮।୬(ପ୍ରତାପ ଚନ୍ଦ୍ର ସ୍ବାଇଁ): ନ୍ୟାୟ ପାଇଁ ଏବେ ପୋଲିସର ବରିଷ୍ଠ ଅଧିକାରୀଙ୍କ ଦ୍ୱାରସ୍ଥ ହୋଇଛନ୍ତି ଚାମେଲି। ବିଡିଓଙ୍କ କାର୍ଯ୍ୟାଳୟରେ ଅସଦାଚରଣ ସହ ଧମକ ଦିଆଯାଇଥିବା ନେଇ ସେ ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ (DGP) ଏବଂ କେନ୍ଦ୍ରାଞ୍ଚଳ IGଙ୍କୁ ଚିଠି ଲେଖି ଗୁହାରି କରିଛନ୍ତି। ପୋଲିସର ନିଷ୍କ୍ରିୟତା ବିରୋଧରେ ସେ ଏହି ପଦକ୍ଷେପ ନେଇଥିବା ଜଣାପଡ଼ିଛି।

ଅଭିଯୋଗ ମୁତାବକ, ବିଡିଓଙ୍କ କାର୍ଯ୍ୟାଳୟ ପରିସରରେ ଚାମେଲିଙ୍କୁ ଅସଦାଚରଣ କରାଯିବା ସହ ଜୀବନରୁ ମାରିଦେବାକୁ ଧମକ ଦିଆଯାଇଥିଲା। ଏହି ଘଟଣାରେ ସେ ବିଡିଓ, ଜଣେ ମହିଳା ପୋଲିସ କର୍ମଚାରୀ ଏବଂ ସ୍ଥାନୀୟ ଥାନା ଅଧିକାରୀ (IIC)ଙ୍କ ସମେତ ମୋଟ ୭ ଜଣଙ୍କ ନାମରେ ସଙ୍ଗୀନ ଅଭିଯୋଗ ଆଣିଛନ୍ତି।

ଚାମେଲିଙ୍କ କହିବା ଅନୁସାରେ, ସେ ୭ ଜଣଙ୍କ ବିରୋଧରେ ଲିଖିତ ଅଭିଯୋଗ କରିଥିଲେ ମଧ୍ୟ ପୋଲିସ କୌଣସି ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିନାହିଁ। ଓଲଟା ପୋଲିସ ସମସ୍ତ ଅଭିଯୁକ୍ତଙ୍କୁ ଛାଡ଼ି ଦେଇଛି ଏବଂ ଏପର୍ଯ୍ୟନ୍ତ ଏନେଇ କୌଣସି ମାମଲା ମଧ୍ୟ ରୁଜୁ କରାଯାଇ ନାହିଁ।

ଚାମେଲିଙ୍କ ଚେତାବନୀ: “ଯଦି ଆସନ୍ତା ୭ ଦିନ ମଧ୍ୟରେ ମୋତେ ନ୍ୟାୟ ନମିଳେ ଏବଂ ଅଭିଯୁକ୍ତଙ୍କ ବିରୋଧରେ ମାମଲା ରୁଜୁ କରାଯାଇ କାର୍ଯ୍ୟାନୁଷ୍ଠାନ ନିଆ ନ ଯାଏ, ତେବେ ମୁଁ ଏସପି (SP) ଅଫିସ ଆଗରେ ପ୍ରତିବାଦରେ ଧାରଣା ଦେବି।”

ଏହି ସମ୍ବେଦନଶୀଳ ମାମଲାରେ ପୋଲିସର ବରିଷ୍ଠ ଅଧିକାରୀମାନେ ହସ୍ତକ୍ଷେପ କରି ଚାମେଲିଙ୍କୁ କେବେ ନ୍ୟାୟ ପ୍ରଦାନ କରୁଛନ୍ତି, ତାହା ଦେଖିବାକୁ ବାକି ରହିଲା।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଜୁକରବର୍ଗଙ୍କୁ ଅଲ୍ଟିମେଟମ ଦେଲେ ସରକାର: କ୍ଷମା ମାଗ ନଚେତ୍‌…

ନୂଆଦିଲ୍ଲୀ,୫।୮: ଫେସବୁକରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଭିଡିଓ ଡିଲିଟ କରିବା ସମ୍ପର୍କରେ ସଂସଦୀୟ କମିଟି କଡ଼ା ଆଭିମୁଖ୍ୟ ଗ୍ରହଣ କରିଛି। ସୂତ୍ର ଅନୁଯାୟୀ, ଯୋଗାଯୋଗ ଏବଂ ସୂଚନା…

ଏଭଳି କାମ କରିବାକୁ ଯାଉଛନ୍ତି ଶେଖ ହାସିନା, ଶୁଣିକି ଛାନିଆ ହେଲା ବାଂଲାଦେଶ, ଭାରତ କହିଲା…

ଢାକା,୫।୮: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ ଏକ ନୂଆ ପଦକ୍ଷେପ ଢାକାରେ ଚହଳ ସୃଷ୍ଟି କରିଛି। ଭାରତରେ ଆଶ୍ରୟ ନେଇଥିବା ଶେଖ ହାସିନା ଦୁଇ ବର୍ଷ…

ବ୍ଲକ୍‌ ଅଫିସରେ ଚାଲିଛି ପିସି କାରବାର: ଡ୍ରେନ୍‌ କାମର ବିଲ୍‌ କରିଦେବା ପାଇଁ…

ଖଡ଼ିଆଳ,୫ା୮ (ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ବ୍ଲକ୍‌ କାର୍ଯ୍ୟାଳୟରେ ପିସି କାରବାର ହେଉଥିବାର ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ଜଣେ ବ୍ୟକ୍ତିଙ୍କଠାରୁ ଅଫିସ କର୍ମଚାରୀ…

୧୮ ବର୍ଷର ଛାତ୍ର ହେଲେ କଲେଜ ପ୍ରଫେସର: ଭାଙ୍ଗିଗଲା ୩୦୬ ବର୍ଷର ପୁରୁଣା ରେକର୍ଡ

ଯେଉଁ ବୟସରେ ଅଧିକାଂଶ ଛାତ୍ର ସେମାନଙ୍କର କଲେଜ ଶିକ୍ଷା ଆରମ୍ଭ କରୁଛନ୍ତି, ସେହି ବୟସରେ ଆମେରିକାର ଜଣେ ଯୁବକ କଲେଜ ପ୍ରଫେସର ଭାବରେ ଛାତ୍ରମାନଙ୍କୁ ପାଠ ପଢ଼ାଉଛନ୍ତି।…

RBIର ବଡ଼ ନିଷ୍ପତ୍ତି, ଅପରିବର୍ତ୍ତିତ ରହିଲା ରେପୋ ରେଟ୍‌; ଋଣଗ୍ରାହକଙ୍କୁ ଆଶ୍ୱସ୍ତି

ନୂଆଦିଲ୍ଲୀ,୫।୮: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI)ର ମୌଦ୍ରିକ ନୀତି କମିଟି (MPC) ବୈଠକ ପରେ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ଆରବିଆଇ ରେପୋ ରେଟ୍‌କୁ ୫.୨୫ ପ୍ରତିଶତରେ…

ଭାଙ୍ଗିଲା କେନାଲ: ଉଜୁଡିଲା ଚାଷୀଙ୍କ ଫସଲ

ରିଷିଡା,୫।୮(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା ଉତେଇ ଜଳସେଚନ ବିଭାଗ ପକ୍ଷରୁ କର୍ଲାମୁଣ୍ଡା ବ୍ଲକ ରାଜପୁର ଗ୍ରାମର ଭୋରପଡା( ଆର ୧) ସବମାଇନର କେନାଲ ବିଭିନ୍ନ ସ୍ଥାନରେ ନୂତନ…

ଜନ୍ତର-ମନ୍ତରରେ ଆନ୍ଦୋଳନ ପଛରେ ପାକିସ୍ତାନର ଷଡ଼ଯନ୍ତ୍ର! ହେଲା ବଡ଼ ପର୍ଦ୍ଦାଫାଶ, ISI ମଡ୍ୟୁଲର ୯ ଲୋକ…

ନୂଆଦିଲ୍ଲୀ,୫।୮: ଅମୃତସର କମିଶନରେଟ ପୋଲିସ ଆଇଏସଆଇ (ISI) ସମର୍ଥିତ ଦୁଇଟି ଆତଙ୍କବାଦୀ ମଡ୍ୟୁଲର ପର୍ଦ୍ଦାଫାଶ କରିଛି ଏବଂ ଏହି ମାମଲାରେ ମୋଟ ୯ ଜଣ ଅଭିଯୁକ୍ତଙ୍କୁ ଗିରଫ…

ଆନାଲଗ ପନିର ବ୍ୟାନ୍‌: ଜାଣନ୍ତୁ ଏହା କ’ଣ

ମୁମ୍ବାଇ,୫।୮: ଜନସ୍ବାସ୍ଥ୍ୟକୁ ପ୍ରାଥମିକତା ଦେଇ ମହାରାଷ୍ଟ୍ର ସରକାର ରାଜ୍ୟ ମଧ୍ୟରେ ଆନାଲଗ ପନିର(ନକଲି କିମ୍ବା ନନ୍‌-ଡାୟରୀ ପନିର) ଉତ୍ପାଦନ, ବିକ୍ରୟ, ରଖିବା, ପରିବହନ ଏବଂ ବଣ୍ଟନ ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri