Posted inଜାତୀୟ

ଭାଜପାରେ ସାମିଲ ହେବା ଉପରେ ଆସିଲା ଚମ୍ପାଇ ସୋରେନଙ୍କ ପ୍ରଥମ ପ୍ରତିକ୍ରିୟା, ମୋଦି, ଶାହାଙ୍କୁ ନେଇ କହିଦେଲେ ଏମିତି

ନୂଆଦିଲ୍ଲୀ,୨୭।୮: ଝାଡଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ଚମ୍ପାଇ ସୋରେନ ଭାଜପାରେ ଯୋଗଦେବାକୁ ଯାଉଛନ୍ତି। ସେ ଆଜି ଏହି ବିଷୟରେ ନୀରବତା ଭାଙ୍ଗିଛନ୍ତି। ଚମ୍ପାଇ ସୋରେନ କହିଛନ୍ତି ଯେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଅମିତ ଶାହାଙ୍କ ଉପରେ ତାଙ୍କର ବିଶ୍ୱାସ ରହିଛି। ମୁଁ ଭାଜପାରେ ଯୋଗଦେବାକୁ ନିଷ୍ପତ୍ତି ନେଇଛି। ଆଉ ଏକ ନୂତନ ଅଧ୍ୟାୟ ଆରମ୍ଭ କରିବାକୁ ଯାଉଛି।

ଚମ୍ପାଇ କହିଛନ୍ତି , ମୁଁ ଅବସର ନେବାକୁ ଚିନ୍ତା କରୁଥିଲି, କିନ୍ତୁ ଜନସାଧାରଣଙ୍କ ଚାହିଦା ହେତୁ ମୁଁ ରାଜନୀତିରେ ଅଛି। ନିଜର ସଂଗଠନ ତିଆରି ପାଇଁ ସମୟ ଲାଗିଥାଏ। ମୁଁ ମୋର ମତ ପୂର୍ବରୁ ପ୍ରକାଶ କରିଥିଲି।

ଚମ୍ପାଇଙ୍କ ଭାଜପାରେ ସାମିଲ ହେବା ଶାସକ ଝାଡଖଣ୍ଡ ମୁକ୍ତି ମୋର୍ଚ୍ଚା (ଜେଏମଏମ) ପାଇଁ ଏକ ବଡ ଝକା ବୋଲି ବିବେଚନା କରାଯାଉଛି। ଏଥି ସହିତ ଚମ୍ପାଇ ସୋରେନଙ୍କୁ ଏକ ବଡ ଆଦିବାସୀ ନେତା ଭାବରେ ଦଳରେ ସାମିଲ କରିବାକୁ ଭାଜପା ଉତ୍ସାହିତ ଅଛି।

ପ୍ରାୟ ଏକ ମାସ ଧରି ଚାଲିଥିବା କଳ୍ପନାଜଳ୍ପନାର ଅନ୍ତ ଘଟାଇ ଚମ୍ପାଇ ସୋରେନ ସୋମବାର (୨୬ଅଗଷ୍ଟ) କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ତଥା ଭାଜପା ନେତା ଅମିତ ଶାହାଙ୍କୁ ଦିଲ୍ଲୀରେ ଭେଟିଥିଲେ। ଏହି ସମୟରେ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମା ମଧ୍ୟ ଉପସ୍ଥିତ ଥିଲେ।

ବୈଠକ ସମୟର ଏକ ଫଟୋ ଶେୟାର କରି ହିମନ୍ତ କହିଥିଲେ, ଆମ ଦେଶର ଭେଟେରାନ ଆଦିବାସୀ ନେତା ଚମ୍ପାଇ ସୋରେନ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଜୀଙ୍କୁ କିଛି ସମୟ ପୂର୍ବରୁ ଭେଟିଥିଲେ। ସେ ଅଗଷ୍ଟ ୩୦ରେ ରାଞ୍ଚିରେ ଆନୁଷ୍ଠାନିକ ଭାବେ ଭାଜପାରେ ଯୋଗଦେବେ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଆହତ ବୃଦ୍ଧଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଆଜି ମୃତଦେହ ଜବତ କରି…

ଦିଗପହଣ୍ଡି,୧୨ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ଅନଙ୍ଗପୁର ଗ୍ରାମ ନିକଟ ମୁଖ୍ୟରାସ୍ତାରେ ଏକ ବାଇକ୍‌ ଧକ୍କାରେ ସାନଖେମୁଣ୍ଡି ବ୍ଲକ ଗୌତମୀ ଗ୍ରାମର…

ଭଦ୍ରକରୁ ଅପହରଣ କରି ୫ ଲକ୍ଷ ଟଙ୍କାର ମୁଣ୍ଡ ଜାମିନ ରଖିଥିଲେ ଅପହରଣକାରୀ, ଆଉ ତା’ ପରେ…

ହାଟଡିହୀ,୧୨ା୯(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ପୋଲିସ ପାଇଁ ଅପହରଣର ଶିକାର ହୋଇଥିବା ୩ ଜଣଙ୍କ ଜୀବନ ବଞ୍ଚିଯାଇଛି। ପୋଲିସର ହସ୍ତକ୍ଷେପ ପରେ ଅପହରଣ ଶିକାର ହୋଇ ୫…

କାର୍‌ରେ ଚାଲାଣ ହେଉଥିଲା ଗଞ୍ଜେଇ, ଯାଞ୍ଚ ସମୟରେ ମହାରାଷ୍ଟ୍ରର ୨ ଅଭିଯୁକ୍ତଙ୍କୁ ଧରି…

ଦାରିଙ୍ଗବାଡ଼ି,୧୨ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ସିମନବାଡ଼ି ପଞ୍ଚାୟତ ଟୋଲଗେଟ ନିକଟରେ ପୋଲିସ ବ୍ଲକିଂ କରି ଯାଞ୍ଚ କରିବା ସମୟରେ ଗୋଟିଏ କାର୍‌ରୁ ୪୨ କେଜି…

ରାସ୍ତାରେ ଯାଉଯାଉ ବାଇକ୍‌ ସହ କଚାଡ଼ି ହୋଇପଡ଼ିଗଲେ ଯୁବକ, ୮ ଘଣ୍ଟା ପରେ…

ଦିଗପହଣ୍ଡି,୧୨ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାସିଗୁଡ଼ା -ଛଣମେରି ଗ୍ରାମ ମଧ୍ୟବର୍ତ୍ତୀ ମୁଖ୍ୟରାସ୍ତା ୟରେ ଶନିବାର ମଧ୍ୟାହ୍ନରେ ସଡ଼କ ଦୁର୍ଘଟଣାରେ ଗୁରୁତର ହୋଇଥିବା ଜଣେ…

ଗ୍ରାମ ସଭାପତିଙ୍କୁ ହତ୍ୟା ମାମଲା: ଆଜୀବନ କାରାଦଣ୍ଡ ଭୋଗିବେ ଦ୍ୱିତୀୟ ଅଭିଯୁକ୍ତ

ଭଞ୍ଜନଗର,୧୨ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଦଣ୍ଡିପଦର ଗ୍ରାମରେ ୨୦୧୬ରେ ଗ୍ରାମ ସଭାପତି ପରୀକ୍ଷିତ ପ୍ରଧାନଙ୍କୁ ହତ୍ୟା କରାଯାଇଥିଲା। ଉକ୍ତ ମାମଲାର ରାୟ ଶୁକ୍ରବାର ପ୍ରକାଶ…

ବ୍ରିକ୍ସ ସମ୍ମିଳନୀରେ କୋରାପୁଟ କଫି ଚାଖିବେ ବିଶ୍ୱ ପ୍ରତିନିଧି, ବଢ଼ିଲା ଓଡ଼ିଶାର ଗୌରବ

କୋରାପୁଟ,୧୨ା୯(ଅମିତାଭ ବେହେରା): କୋରାପୁଟର ପାହାଡ଼ିଆ ଅଞ୍ଚଳରେ ଆଦିବାସୀ ଚାଷୀଙ୍କ ଦ୍ୱାରା ଉତ୍ପାଦିତ ସୁଗନ୍ଧିତ କଫି ଏବେ ବିଶ୍ୱ ମଞ୍ଚରେ ପହଞ୍ଚିଛି। ନୂଆଦିଲ୍ଲୀରେ ଚାଲିଥିବା ୧୮ତମ ବ୍ରିକ୍ସ ଶିଖର…

ଅଷ୍ଟ୍ରେଲିଆରେ ଇତିହାସ ରଚିଲା ପ୍ରବାସୀ ଓଡ଼ିଆଙ୍କ କାର୍ଯ୍ୟକ୍ରମ ‘ଝିଲ୍‌ମିଲ୍‌ ରାତି’, ସବ୍ୟସାଚୀ-ଅର୍ଚ୍ଚିତା ଯୋଗ ଦେଇ…

ସିଡ୍‌ନୀ: ପ୍ରଥମଥର ପାଇଁ ଓଡ଼ିଆ ସିନେ କଳାକାରମାନଙ୍କୁ ନେଇ ସିଡ୍‌ନୀ-ମେଲବୋର୍ନ ସହରରେ ଏକ ମେଗା ସାଂସ୍କୃତିକ କାର୍ଯ୍ୟକ୍ରମ ‘ଝିଲ୍‌ମିଲ୍‌ ରାତି’ ସଫଳତାର ସହ ଆୟୋଜିତ ହୋଇଯାଇଛି। ଏହି…

ଲୁଟେରାଙ୍କଠାରୁ ନଗଦ ଟଙ୍କା-ବାଇକ୍‌ ସହ ଛୁରି ଜବତ, ପୁଣି ଜଣେ ଯୁବକ ଧରାପଡ଼ି…

ଝରିଗାଁ,୧୨ା୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ପୋଲିସକୁ ମିଳିଛି ବଡ଼ ସଫଳତା। ଝରିଗାଁ ଥାନା ଅଞ୍ଚଳରେ ଗତ ଜୁନ୍‌ ମାସରେ ଲକ୍ଷାଧିକ ଟଙ୍କା ସହ ସୁନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?