Posted inଜାତୀୟ

ଆଜି ଶପଥ ନେବେ ଚମ୍ପାଇ

ରାଞ୍ଚି, ୨।୨ ଶୁକ୍ରବାର ଝାଡ଼ଖଣ୍ଡର ନୂତନ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା (ଜେଏମ୍‌ଏମ୍‌)ର ବିଧାୟକ ଦଳ ନେତା ଚମ୍ପାଇ ସୋରେନ। ରାଜ୍ୟପାଳ ସି. ପି. ରାଧାକ୍ରିଷ୍ଣନ ଚମ୍ପାଇଙ୍କୁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବା ପାଇଁ ନିମନ୍ତ୍ରଣ କରିଛନ୍ତି। ଏହା ସହ ୧୦ ଦିନ ମଧ୍ୟରେ ବିଧାନସଭାରେ ନିଜ ସଂଖ୍ୟାଗରିଷ୍ଠତା ପ୍ରମାଣ କରିବାକୁ ଚମ୍ପାଇଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟପାଳ।

ଗୁରୁବାର ସାରେ ଚମ୍ପାଇଙ୍କ ନେତୃତ୍ୱରେ କଂଗ୍ରେସ, ଜେଏମ୍‌ଏମ୍‌ ଓ ଆର୍‌ଜେଡିର ବିଧାୟକମାନେ ଝାଡ଼ଖଣ୍ଡ ରାଜ୍ୟପାଳ ସି. ପି. ରାଧାକ୍ରିଷ୍ଣନଙ୍କୁ ଭେଟିଥିଲେ। ୪୩ ବିଧାୟକଙ୍କ ସମର୍ଥନ ତାଙ୍କ ସହ ରହିଥିବାନେଇ ରାଜ୍ୟପାଳଙ୍କୁ ଜଣାଇଥିଲେ ଚମ୍ପାଇ। ଏହା ପୂର୍ବରୁ ଚମ୍ପାଇଙ୍କ ନିକଟରେ ୪୩ ବିଧାୟକଙ୍କ ସମର୍ଥନ ରହିଥିବା ନେଇ ଜେଏମ୍‌ଏମ୍‌ ପକ୍ଷରୁ ଏକ ଭିଡିଓ ବାର୍ତ୍ତା ଜାରି କରାଯାଇଥିଲା।

ତେବେ ଗୁରୁବାର ରାତିରେ ରାଜ୍ୟପାଳଙ୍କ ଦ୍ୱାରା ନୂତନ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବରେ ବିଳମ୍ବ ହେବା ଆଶଙ୍କା କରି ଚମ୍ପାଇଙ୍କୁ ସମର୍ଥନ କରୁଥିବା ସମସ୍ତ ବିଧାୟକ ଏକ ବସ ଯୋଗେ ରାଞ୍ଚି ବିମାନବନ୍ଦରକୁ ଯାଇଥିଲେ। ସମସ୍ତ ବିଧାୟକ ଭାଜପା ଦ୍ୱାରା ଘୋଡ଼ାବେପାର କରାଯିବା ଭୟରେ ସ୍ବତନ୍ତ୍ର ବିମାନ ଯୋଗେ ହାଇଦ୍ରାବାଦକୁ ଯିବା ନେଇ ଚର୍ଚ୍ଚା ଜୋର ଧରିଥିଲା। ଖରାପ ପାଗ ଯୋଗୁଁ ଦୃଶ୍ୟମାନ କ୍ଷମତା କମ ଥିବାରୁ ବିଧାୟକମାନେ ବିମାନବନ୍ଦରରୁ ଫେରି ଆସିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚାଇନା ଅନୁପ୍ରବେଶ ଚିନ୍ତାଜନକ: ଅରୁଣାଚଳ ଏମ୍‌ପି

ଇଟାନଗର, ୨୩।୮ (ପି.ଟି.): ଅରୁଣାଚଳ ପ୍ରଦେଶର ବହୁ ଅଞ୍ଚଳ ଚାଇନା ଅକ୍ତିଆର କରିଥିବା ନେଇ ବାରମ୍ୱାର ରିପୋର୍ଟମାନ ପ୍ରକାଶ ପାଉଛି। କିନ୍ତୁ ଭାରତୀୟ ସେନା ଏହି ବିଷୟକୁ…

‘ନାରୀ ଶକ୍ତି ହେଉଛି ଦେଶର ଶକ୍ତି’, ମଞ୍ଚରେ ଏମିତି କହି ରାହୁଲ…

ନୂଆଦିଲ୍ଲୀ,୨୨ା୮: କଂଗ୍ରେସ ନେତା ତଥା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ମହାରାଷ୍ଟ୍ରର ପୁଣେରେ ‘ସ୍କୁଲ୍‌ସ ଇକୋ’ କାର୍ଯ୍ୟକ୍ରମରେ ଭାଷଣ ଦେବା ଅବସରରେ ନାରୀମାନଙ୍କୁ…

ହାଫିଜ ସୟିଦଙ୍କୁ ସମନ ଜାରି କରିବ NIA

ଜମ୍ମୁ-କଶ୍ମୀର,୨୨।୮: ୨୦୨୫ ପହଲଗାମ ଆକ୍ରମଣ ଘଟଣାରେ ଜାତୀୟ ତଦନ୍ତକାରୀ ସଂସ୍ଥା(NIA) ପକ୍ଷରୁ ପାକିସ୍ତାନୀ ଆତଙ୍କବାଦୀ ହାଫିଜ ସୟିଦଙ୍କୁ ସମନ ଜାରି କରାଯିବ। ବୈଦେଶିକ ମନ୍ତ୍ରଣାଳୟ ଜରିଆରେ ପାକିସ୍ତାନକୁ…

୪ ବର୍ଷରୁ କମ ବୟସର ପିଲାମାନଙ୍କୁ ଦିଆଯିବ ନାହିଁ ଏହି ଥଣ୍ଡା-କାଶ ଔଷଧ: କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୨।୮: କେନ୍ଦ୍ର ସରକାର ଛୋଟ ପିଲାମାନଙ୍କ ସ୍ବାସ୍ଥ୍ୟ ସୁରକ୍ଷା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି। ସରକାର ୪ ବର୍ଷରୁ କମ ବୟସର ପିଲାମାନଙ୍କ ପାଇଁ ଉଦ୍ଦିଷ୍ଟ…

ଏହି ୫୨ ନେତା ପିନ୍ଧିବେ ୧୦ ଲକ୍ଷ ଟଙ୍କାର ଜ୍ୟାକେଟ୍‌: ପଛରେ ରହିଛି ଏମିତି କାରଣ

ଲକ୍ଷ୍ନୌ,୨୨।୮: ଉତ୍ତର ପ୍ରଦେଶରେ ରାଜନୈତିକ ନେତାଙ୍କ ସୁରକ୍ଷା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନିଆଯାଇଛି। ରାଜ୍ୟର ୫୨ ନେତାଙ୍କୁ ବୁଲେଟପ୍ରୁଫ ଜ୍ୟାକେଟ ଯୋଗାଇ ଦିଆଯାଇଛି। ଏହି ସୁରକ୍ଷା…

ଏକକାଳୀନ ଫାଟିଲା ଅନେକ ସ୍ମାର୍ଟ ମିଟର, ଦୁଇ ଶିଶୁଙ୍କ ସହ ଜଳିଗଲେ ୪ ଜଣ

ସୁଲତାନପୁର,୨୨।୮: ଉତ୍ତର ପ୍ରଦେଶ ସୁଲତାନପୁରର ଆବାସ ବିକାଶ କଲୋନୀର ପାଣି ଟାଙ୍କି ନିକଟରେ, ସାତଟି ପୃଥକ ଘରେ ସ୍ଥାପିତ ସ୍ମାର୍ଟ ମିଟର, ଏକାସଙ୍ଗେ ବିସ୍ଫୋରଣ ହେବାରୁ ଗୋଟିଏ…

ବିଜୟ ସରକାର ଏହି ପିଲାମାନଙ୍କୁ ଦେବେ ବଡ଼ ଉପହାର; ଅଳଙ୍କାର ବ୍ୟବସାୟୀମାନଙ୍କୁ ଦିଆଯାଇଛି ଅର୍ଡର

ଚେନ୍ନାଇ,୨୨।୮: ମୁଖ୍ୟମନ୍ତ୍ରୀ ବିଜୟ ତାମିଲନାଡୁ ସମ୍ପର୍କରେ ଏକ ବଡ଼ ଘୋଷଣା କରିଛନ୍ତି। ସେ ନବଜାତ ଶିଶୁଙ୍କ ପାଇଁ ‘ଥାଇମାମାନ ସୁନା ମୁଦି ଯୋଜନା’ ଆରମ୍ଭ କରିଛନ୍ତି। ଗୁରୁତ୍ୱପୂର୍ଣ୍ଣ…

‘ବନ୍ଦେ ମାତରମ୍‌’କୁ ନେଇ ଏମିତି କହିଲେ ଧର୍ମେନ୍ଦ୍ର, ଉଠିଲାଣି ରାଜନୈତିକ ଝଡ଼

ନୂଆଦିଲ୍ଲୀ,୨୨।୮: ବନ୍ଦେ ମାତରମ ଉପରେ କଂଗ୍ରେସ କାର୍ଯ୍ୟକାରିଣୀ (CWC) ପ୍ରସ୍ତାବ ଉପରେ ପ୍ରତିକ୍ରିୟା ଦେଇ, ଭାଜପା ସାଂସଦ ଧର୍ମେନ୍ଦ୍ର ପ୍ରଧାନ ଶନିବାର (୨୨ ଅଗଷ୍ଟ) ଓଡ଼ିଶାର ତାଳଚେରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri