Posted inଖେଳ

ଚାମ୍ପିୟନ୍ସ ଲିଗ୍‌: ଫ୍ରାପାର୍ଟ ପ୍ରଥମ ମହିଳା ରେଫରି

ନିଅନ୍‌ (ସୁଇଜରଲାଣ୍ଡ), ୨ା୧୨ (ଏପି)-ଷ୍ଟିଫାନି ଫ୍ରାପାର୍ଟ ପ୍ରଥମ ମହିଳା ରେଫରି ଭାବେ ପୁରୁଷ ଚାମ୍ପିୟନ୍ସ ଲିଗ୍‌ର ଏକ ମ୍ୟାଚ ପରିଚାଳନା କରିବାକୁ ଯାଉଛନ୍ତି। ୟୁନିୟନ ଅଫ୍‌ ୟୁରୋପିଆନ୍‌ ଫୁଟ୍‌ବଲ ଆସୋସିଏଶନ୍ସ (ୟୁଫା) ତରଫରୁ ମଙ୍ଗଳବାର ତାଙ୍କୁ ନିଯୁକ୍ତି ଦିଆଯାଇଛି। ଏହି ଫ୍ରେଞ୍ଚ୍‌ ଅଫିସିଆଲ ଜଣକ ବୁଧବାର ଜୁଭେଣ୍ଟସ ଏବଂ ଡାଇନାମୋ କିଭ୍ସ ମଧ୍ୟରେ ହେବାକୁଥିବା ମ୍ୟାଚ ପରିଚାଳନା କରିବେ। ମହିଳା ପୁଟ୍‌ବଲରେ ଫ୍ରାପାର୍ଟଙ୍କୁ ଜଣେ ଟପ୍‌ ରେଫରି ବିବେଚନା କରାଯାଏ। ବିଶ୍ୱ ଫୁଟ୍‌ବଲ ପରିଚାଳନା ସଂସ୍ଥା(ଫିଫା) ମହିଳା ବିଶ୍ୱକପ୍‌ ୨୦୧୯ ଫାଇନାଲ ପାଇଁ ତାଙ୍କୁ ରେଫରି ଦାୟିତ୍ୱ ପ୍ରଦାନ କରିଥିଲ ା। ମ୍ୟାଚବେଳେ ଏକ ଭିଡିଓ ରିଭ୍ୟୁ ପରେ ସେ ଏକ ପେନାଲ୍ଟି ଦେଇଥିଲେ। ମୋଗାନ ରାପିନୋ ଗୋଲ୍‌ ସ୍କୋର କରିବାରୁ ନେଦରଲାଣ୍ଡ୍ସ ବିପକ୍ଷରେ ଯୁକ୍ତରାଷ୍ଟ୍ର ଆମେରିକା ୨-୦ ଗୋଲରେ ବିଜୟ ଲାଭ କରିଥିଲା। ଟୁର୍ନାମେଣ୍ଟର କିଛି ସପ୍ତାହ ପୂର୍ବରୁ ଫ୍ରାପାର୍ଟ ପ୍ରଥମ ମହିଳା ରେଫରି ଭାବେ ଫ୍ରେଞ୍ଚ୍‌ ପୁରୁଷ ଟପ୍‌ ଟିଇର ଲିଗ୍‌ର ଏକ ମ୍ୟାଚ ପରିଚାଳନା କରିଥିଲେ। ୟୁଫା ପାଇଁ ସେ ପ୍ରଥମ ପୁରୁଷ ଗେମ୍‌ ପରିଚାଳନା କରିଥିଲେ ୨୦୧୯ ସୁପର କପ୍‌ରେ। ଲିଭରପୁଲ୍‌ ଓ ଚେଲ୍‌୍‌ସି ମଧ୍ୟରେ ଏହି ମ୍ୟାଚ ଖେଳାଯାଇଥିଲା। ଅକ୍ଟୋବରରେ ସେ ପ୍ରଥମଥର ଏକ ୟୁରୋପା ଲିଗ୍‌ ମ୍ୟାଚରେ ରେଫରି ଦାୟିତ୍ୱ ତୁଲାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଅଧିନାୟକ ଆୟରଙ୍କ ବଡ଼ ବୟାନ: ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ କହିଲେ….

ନୂଆଦିଲ୍ଲୀ,୨୩।୭: ଭାରତୀୟ ଦଳ ବର୍ତ୍ତମାନ ଟି-୨୦ ଫର୍ମାଟରେ ଏକ ପରିବର୍ତ୍ତନଶୀଳ ପର୍ଯ୍ୟାୟ ଦେଇ ଗତି କରୁଛି ଏବଂ ନୂତନ ଅଧିନାୟକ ଶ୍ରେୟସ ଆୟରଙ୍କ ନେତୃତ୍ୱରେ ଆରମ୍ଭ ଆଶା…

ICC ODI Rankingରେ ଭାରତୀୟ ବ୍ୟାଟ୍ସମ୍ୟାନ୍‌ଙ୍କ ଦବ୍‌ଦବା: ଟପ୍‌-୪ରେ ୩ ଭାରତୀୟ, ଜାଣନ୍ତୁ କେଉଁ ସ୍ଥାନରେ ରୋହିତ-ବିରାଟ

ନୂଆଦିଲ୍ଲୀ,୨୩।୭: ICC ଦ୍ୱାରା ବୁଧବାର ନୂତନ ରାଙ୍କିଙ୍ଗ ଜାରି କରାଯାଇଛି। ଦିନିକିଆ ବ୍ୟାଟିଂ ରାଙ୍କିଙ୍ଗ୍‌ରେ ଭାରତୀୟ ବ୍ୟାଟ୍ସମ୍ୟାନମାନଙ୍କ ଦବଦବା ଜାରି ରହିଥିବାବେଳେ କ୍ୟାପଟେନ ଶୁବମନ ଗିଲ୍‌ ନମ୍ବର-୧…

ଟିମ୍‌ ଇଣ୍ଡିଆରେ ମିଳିଲାନି ସୁଯୋଗ, ଏବେ ଏହି ଟିମ୍‌ ପାଇଁ ଖେଳିବେ କୁଲଦୀପ ଯାଦବ 

ନୂଆଦିଲ୍ଲୀ,୨୨।୭: ଭାରତୀୟ କ୍ରିକେଟ ଦଳର ତାରକା ସ୍ପିନର କୁଲଦୀପ ଯାଦବଙ୍କୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଇଂଲଣ୍ଡ ବିପକ୍ଷ ସୀମିତ ଓଭର ସିରିଜରେ ଭାରତୀୟ…

BCCIର ବଡ଼ ଘୋଷଣା: ଏଣିକି ଏମିତି କଲେ ବୋଲରଙ୍କୁ…ନୂଆ ନିୟମ ଜାରି

ନୂଆଦିଲ୍ଲୀ,୨୨।୭: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ୨୦୨୬-୨୭ ଘରୋଇ କ୍ରିକେଟ ସିଜନ ପୂର୍ବରୁ ଖେଳର ନିୟମରେ ଅନେକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରିଛି। ନୂତନ ନିୟମଗୁଡ଼ିକର ପ୍ରଭାବ…

ବିପଦରେ ବୈଭବ ସୂର୍ଯ୍ୟବଂଶୀଙ୍କ ସ୍ଥାନ! ଜିମ୍ବାୱେ ମ୍ୟାଚରେ ବିଫଳ ହେଲେ…

ନୂଆଦିଲ୍ଲୀ,୨୨।୭: ବୈଭବ ସୂର୍ଯ୍ୟବଂଶୀ ୧୫ ବର୍ଷ ବୟସରେ ନିଜର ଝଡ଼ ବ୍ୟାଟିଂ ବଳରେ ଟିମ ଇଣ୍ଡିଆରେ ସ୍ଥାନ ପାଇଛନ୍ତି। ସେ ଇଂଲଣ୍ଡ ବିପକ୍ଷ ଟି-ଟେଣ୍ଟି ଅନ୍ତର୍ଜାତୀୟ (T20I)…

ଅଧିନାୟଙ୍କ ବଡ଼ ଦାବି , ଜିମ୍ବାଓ୍ବେ ପାଖରେ ସିରିଜ୍‌ ଜିତିବାର ସୁଯୋଗ ରହିଛି

ହରାରେ,୨୧ା୭: ଆସନ୍ତା ଗୁରୁବାର ଭାରତ ଓ ଜିମ୍ବାଓ୍ବେ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ। ଜିମ୍ବାଓ୍ବେ ଅଧିନାୟକ ଶିକନ୍ଦର ରାଜାଙ୍କ ମତରେ…

ଚାମ୍ପିୟନ ସ୍ପେନ୍‌ ଦଳକୁ ଭବ୍ୟ ସ୍ବାଗତ

ମାଡ୍ରିଡ୍‌,୨୧ା୭: ସ୍ପେନ୍‌ର ବିଶ୍ୱ ଚାମ୍ପିୟନ ଫୁଟବଲ ଦଳ ମଙ୍ଗଳବାର ସ୍ବଦେଶ ଫେରିଛି। ଦଳକୁ ସ୍ବାଗତ କରିବା ପାଇଁ ପାଖାପାଖି ୨୦ ଲକ୍ଷ ପ୍ରଶଂସକ ମାଡ୍ରିଡ୍‌ ରାସ୍ତାରେ ଏକତ୍ରିତ…

୬୪୭ ଦିନ ପରେ ଟିମ୍‌ ଇଣ୍ଡିଆକୁ ଫେରିବେ ଏହି ଘାତକ ଖେଳାଳି: ବଢୁଛି ଚର୍ଚ୍ଚା

ନୂଆଦିଲ୍ଲୀ,୨୧।୭: ଇଂଲଣ୍ଡ ବିପକ୍ଷ ନିରାଶାକୁ ପଛରେ ପକାଇ, ଭାରତୀୟ କ୍ରିକେଟ ଦଳ ଏବେ ଜିମ୍ବାୱେ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳିବାକୁ ପ୍ରସ୍ତୁତ। ଶ୍ରେୟସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri