Posted inଖେଳ

ମୁମ୍ବାଇ ଇଣ୍ଡିଆନ୍ସ ଚାମ୍ପିୟନ

ମୁମ୍ବାଇ,୨୬।୩: ମୁମ୍ବାଇର ବ୍ରାବୋର୍ନ ଷ୍ଟାଡିୟମରେ ଖେଳାଯାଉଥିବା ମହିଳା ପ୍ରିମିୟର ଲିଗର ପ୍ରଥମ ସିଜନର ଫାଇନାଲ ମ୍ୟାଚ୍‌ରେ ମୁମ୍ବାଇ ଇଣ୍ଡିଆନ୍ସ ୭ ଉଇକେଟରେ ବିଜୟୀ ହୋଇଛି। ଫଳରେ ପ୍ରିମିୟର ଲିଗର ପ୍ରଥମ ସିଜନରେ ମୁମ୍ବାଇ ଇଣ୍ଡିଆନ୍ସ ଚାମ୍ପିୟନ ହୋଇଛି।

ଦିଲ୍ଲୀ କ୍ୟାପିଟାଲ୍ସ ଅଧିନାୟକ ମେଗ ଲାନିଙ୍ଗ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଥିଲେ। ହେଲେ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇ ଦିଲ୍ଲୀ ୨୦ ଓଭରରେ ୯ ଉଇକେଟ ହରାଇ ୧୩୧ ରନ୍‌ ସଂଗ୍ରହ କରିଥିଲା। ଦଳ ପକ୍ଷରୁ ମେଗ ଲାନିଙ୍ଗ ୨୫, ଶିଖା ପାଣ୍ଡେ ୨୭ ଏବଂ ରାଧା ଯାଦବ ୨୭ ରନ କରି ଅପରାଜିତ ରହିଥିଲେ। ଜବାବରେ ମୁମ୍ବାଇ ଇଣ୍ଡିଆନ୍ସ ୧୯ .୩ ଓଭର ଖେଳି ୩ ଉଇକେଟ ହରାଇ ବିଜୟୀ ହୋଇଛି। ପୂରା ଲିଗ୍‌ରେ ପ୍ରଭାବୀ ବ୍ୟାଟିଂ କରି ଆସିଥିବା ବ୍ରଣ୍ଟ ୫୫ ବଲ୍‌ରୁ ୬୦ (୭ ଚୌକା) ରନରେ ଅପରାଜିତ ରହି ଦଳର ବିଜୟରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିଥିଲେ। ଅଧିନାୟିକା ହରମନପ୍ରୀତ କୌର ୩୭ ରନ ସ୍କୋର କରିଥିଲେ। ଦିଲ୍ଲୀ ବୋଲରଙ୍କ ମଧ୍ୟରେ ରାଧା ଯାଦବ ଓ ଜେସ୍‌ ଜୋନାସେନ ଗୋଟିଏ ଲେଖାଏ ଉଇକେଟ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଖଣ୍ଡେ ପାନ ପାଇଁ ବୃଦ୍ଧାଙ୍କୁ ଠେଙ୍ଗାରେ ପିଟିପିଟି ହତ୍ୟା କଲେ ଯୁବକ

ମୋରଡ଼ା,୧୩ା୯(ସ୍ମାରକ ମାଜୀ): ଖଣ୍ଡେ ପାନ ପାଇଁ ଘଟିଛି ହତ୍ୟାକାଣ୍ଡ। ଠେଙ୍ଗାରେ ପିଟିପିଟି ବୃଦ୍ଧାଙ୍କୁ ହତ୍ୟା କରିଛନ୍ତି ଜଣେ ଯୁବକ। ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି…

ସୋସିଆଲ ମିଡିଆରେ ଚର୍ଚ୍ଚା; କିଶୋର କୁମାରଙ୍କ ଗୀତ ଗାଇଲେ ପ୍ରଧାନମନ୍ତ୍ରୀ, ସବୁ କହିଲେ….

ନୂଆଦିଲ୍ଲୀ,୧୩।୯: ଭାରତରେ ଆୟୋଜିତ ବ୍ରିକ୍ସ ଶିଖର ସମ୍ମିଳନୀର ଗାଲା ଡିନରରେ ମାଲେସିଆ ପ୍ରଧାନମନ୍ତ୍ରୀ ଅନୱାର ଇବ୍ରାହିମଙ୍କ ଏକ ଭିନ୍ନ ରୂପ ଦେଖିବାକୁ ମିଳିଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ବିଭିନ୍ନ ଦାବି ନେଇ ଗୁଡ଼ାରି ବନ୍ଦ ଡାକରା, ଜିଲାପାଳଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କରି…

ଗୁଡ଼ାରି,୧୩ା୯(ପ୍ରମୋଦ କୁମାର ପତି): ବିଭିନ୍ନ ଦାବି ପୂରଣ ନେଇ ଆସନ୍ତା ୨୨ ତାରିଖରେ ଗୁଡାରି ବନ୍ଦ ଡାକରା ଦିଆଯାଇଛି। ଏନେଇ ରବିବାର ବିଡିଓଙ୍କ ଅନୁପସ୍ଥିତିରେ ଜିପିଡିଓ ଶିବପ୍ରସାଦ…

ଛୋଲେ-ଭଟୁରେ ତିଆରି କଲେ ପ୍ରିୟଙ୍କା ଗାନ୍ଧୀ, ସୋସିଆଲ ମିଡିଆରେ ଫଟୋ ସେୟାର କରି ରାହୁଲ କହିଲେ…

ନୂଆଦିଲ୍ଲୀ,୧୩।୯: କଂଗ୍ରେସ ନେତା ତଥା ଲୋକସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ରବିବାର ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ଛୋଲେ-ଭଟୁରେର ଏକ ଫଟୋ ସେୟାର କରିଛନ୍ତି…

ଭୋପାଳ-ଦିଲ୍ଲୀ ଏୟାର ଇଣ୍ଡିଆ ବିମାନର ଜରୁରୀ ଅବତରଣ, ଟଳିଲା ବଡ଼ ବିପଦ

ଭୋପାଳ/ନୂଆଦିଲ୍ଲୀ: ଭୋପାଳରୁ ଦିଲ୍ଲୀ ଯାଉଥିବା ଏୟାର ଇଣ୍ଡିଆର ବିମାନ (AI-୧୮୮୬) ଜୟପୁର ବିମାନବନ୍ଦରରେ ଜରୁରୀକାଳିନ ଅବତରଣ କରିଛି। ଉଡ଼ାଣ ସମୟରେ ବିମାନଟିକୁ ଜୟପୁରକୁ ଡାଇଭର୍ଟ କରାଯାଇ ସୁରକ୍ଷିତ…

ଆକାଶ ଆନନ୍ଦଙ୍କ ଉପରେ ପୁଣି ବର୍ଷିଲେ ମାୟାବତୀ, ମୁଁ ଅସୁସ୍ଥ…..

ଲକ୍ଷ୍ନୌ,୧୩।୯: ବହୁଜନ ସମାଜ ପାର୍ଟି (ବିଏସ୍‌ପି) ସୁପ୍ରିମୋ ମାୟାବତୀ ରବିବାର ଗଣମାଧ୍ୟମ ସହ ଆଲୋଚନା କରି ଆକାଶ ଆନନ୍ଦଙ୍କୁ ନେଇ ପୁଣି ବଡ଼ ଅଭିଯୋଗ ଆଣିଛନ୍ତି ।…

ଦିନ ଦ୍ୱିପ୍ରହରରେ ବିଚ୍‌ ରାସ୍ତାରେ ସ୍ତ୍ରୀଙ୍କ ବେକ କାଟି ହତ୍ୟା କଲେ ସ୍ବାମୀ

ବାରିପଦା,୧୩ା୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ବାରିପଦା ଟାଉନ ଥାନା ଅନ୍ତର୍ଗତ ବାଗଡିହା ଛକ ନିକଟରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି। ସ୍ବାମୀ ତାଙ୍କ ସ୍ତ୍ରୀଙ୍କ ବେକକୁ ଏକ…

ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ: ୧୦୦ ଶଯ୍ୟା ବିଶିଷ୍ଟ ଛାତ୍ରୀ ନିବାସ ଉଦ୍‌ଘାଟନ କରି ବିଧାୟକ କହିଲେ…

ଭଞ୍ଜନଗର,୧୩ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ ଜିଲୁଣ୍ଡିପଲ୍ଲୀସ୍ଥିତ ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ଶନିବାର ବିଦ୍ୟାଳୟ ପରିସରରେ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?