Posted inଖେଳ

୧୧ ବର୍ଷ ପ୍ରତୀକ୍ଷାର ଅବସାନ

ବ୍ରିଜଟାଉନ୍‌ (ବାର୍ବାଡୋସ),୩୦ା୬: ଦୀର୍ଘ ୧୧ ବର୍ଷ ପ୍ରତୀକ୍ଷାର ଅବସାନ ଘଟିଛି।୨୦୧୩ପରେ ଭାରତ ହାସଲ କରିଛି ଆଇସିସି ଟ୍ରଫି। ବ୍ରିଜଟାଉନ୍‌ର କେନ୍‌ସିଙ୍ଗଟନ ଓଭାଲ ଗ୍ରାଉଣ୍ଡରେ ଦକ୍ଷିଣ ଆଫ୍ରିକାକୁ ୭ ରନରେ ହରାଇ ଭାରତ ଜିତିଛି ଟି୨୦ କ୍ରିକେଟ ବିଶ୍ୱକପ। ବିରାଟ କୋହଲିଙ୍କ ପରାକ୍ରମ, ଯଶପ୍ରୀତ୍‌ ବୁମ୍‌ରା, ହାର୍ଦ୍ଦିକ ପାଣ୍ଡ୍ୟା ଓ ଅର୍ଶଦୀପ ସିଂଙ୍କ ଦକ୍ଷତା ଆଗରେ ହାର ମାନିଲା ଦକ୍ଷିଣ ଆଫ୍ରିକା।

ଭାରତ କ୍ରମାଗତ ୯ ମ୍ୟାଚରେ ଅପରାଜେୟ ରହିଲା। ୮ ମ୍ୟାଚରେ ବିଜୟୀ ହୋଇଥିବାବେଳେ କାନାଡ଼ା ବିପକ୍ଷ ମ୍ୟାଚ ବର୍ଷା ଯୋଗୁ ବାତିଲ ହୋଇଥିଲା। ଗର୍ବିତ ଅଧିନାୟକ ରୋହିତ ଶର୍ମାଙ୍କ ପାଇଁ ଏହାଥିଲା ଟି୨୦ ଅନ୍ତର୍ଜାତୀୟରେ ୫୦ତମ ବିଜୟ। ଏହାକୁ ସ୍ମରଣୀୟ କରିଛନ୍ତି ହିଟ୍‌ମ୍ୟାନ। ଜଣେ ଅଧିନାୟକ ଭାବେ ସର୍ବାଧିକ ବିଜୟ ରେକର୍ଡର ଅଧିକାରୀ ହୋଇଛନ୍ତି। ପାକିସ୍ତାନର ବାବର ଆଜମ ୪୮ଟି ମ୍ୟାଚ ଜିତି ଦ୍ୱିତୀୟ ସ୍ଥାନରେ ରହିଛନ୍ତି। ଏହାକୁ ମିଶାଇ ଭାରତ ୨ ଥର ଟି୨୦ ବିଶ୍ୱକପ ଚାମ୍ପିୟନ ହୋଇଛି। ପୂର୍ବରୁ ୨୦୦୭ରେ ମହେନ୍ଦ୍ର ସିଂ ଧୋନୀଙ୍କ ଦଳ ପିନ୍ଧିଥିଲା ବିଜୟ ମୁକୁଟ। ଏଥିସହ ଭାରତ ସର୍ବାଧିକ ବିଶ୍ୱକପ ଜିତିବାରେ ଓ୍ବେଷ୍ଟଇଣ୍ଡିଜ (୨୦୧୨ ଓ ୨୦୧୬) ଏବଂ ଇଂଲଣ୍ଡ (୨୦୧୦ ଓ ୨୦୨୨) ସହ ସମକକ୍ଷ ହୋଇଛି। ୨୦୧୩ରେ ଭାରତ ଆଇସିସି ଚାମ୍ପିୟନ୍ସ ଟ୍ରଫି ଜିତିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

ମୁହାଁମୁହିଁ ଧକ୍କା ହେଲା ବୋଲେରୋ-କାର୍, ରାସ୍ତାରେ ଦେଖାଗଲା…

ବଲାଙ୍ଗିର,୨୧/୧୨ (ସୁନିଲ ମହାନ୍ତି): ବଲାଙ୍ଗିର ସହର ସଦର ବ୍ଳକ ଛକ ନିକଟରେ ଏକ ବୋଲେରୋ ଓ କାର୍ ମୁହାଁ ମୁହଁ ଧକ୍କା ହୋଇଥଲା । ଦୁଇ...

ଆଶେସ ଟାଇଟଲ ବଜାୟ ରଖିଲା ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୧ା୧୨: ସ୍ଥାନୀୟ ଆଡିଲେଡ୍‌ ଓଭାଲଠାରେ ଚାଲିଥିବା ତୃତୀୟ ଆଶେସ ଟେଷ୍ଟରେ ଇଂଲଣ୍ଡକୁ ୮୨ ରନରେ ହରାଇ ଦେଇଛି ଅଷ୍ଟ୍ରେଲିଆ। ଆଉ ଦୁଇଟି ମ୍ୟାଚ ଖେଳାଯିବାକୁ ବାକି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri