Posted inଖେଳ

Champions Trophy 2025 Free Live Streaming: ଆଜିଠୁ ‘ମିନି ବିଶ୍ୱକପ୍‌’: ଜାଣନ୍ତୁ କେଉଁଠି ଦେଖିପାରିବେ ମ୍ୟାଚ୍‌

ଦୁବାଇ/କରାଚୀ,୧୯।୨: ଆଇସିସି ଚାମ୍ପିୟନ୍ସ ଟ୍ରଫିର ନବମ ସଂସ୍କରଣ ଆଜିଠାରୁ ଆରମ୍ଭ ହେବାକୁ ଯାଉଛି। ପାକିସ୍ତାନ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଉଦ୍‌ଘାଟନୀ ମ୍ୟାଚ କରାଚୀର ନ୍ୟାଶନାଲ ବ୍ୟାଙ୍କ କ୍ରିକେଟ ଆରେନାରେ ଅନୁଷ୍ଠିତ ହେବ। ଭାରତ ଏହାର ପ୍ରଥମ ମ୍ୟାଚ ୨୦ ତାରିଖରେ ଦୁବାଇରେ ବାଂଲାଦେଶକୁ ଭେଟିବ। ପାକିସ୍ତାନ ଏହି ପ୍ରତିଯୋଗିତାର ଆୟୋଜକ ହୋଇଥିବାବେଳେ ହାଇବ୍ରିଟ ମୋଡ୍‌ରେ ଭାରତ ଏହାର ସମସ୍ତ ମ୍ୟାଚ ଦୁବାଇରେ ଖେଳିବାକୁ ନିଷ୍ପତ୍ତି ହୋଇଛି। ଦୁଇ ପାରମ୍ପରିକ ପ୍ରତିଦ୍ୱନ୍ଦ୍ୱୀ ଭାରତ ଓ ପାକିସ୍ତାନ ମଧ୍ୟରେ ୨୩ ତାରିଖରେ ମୁକାବିଲା ହେବ। ୧୯୯୬ ବିଶ୍ୱକପ ପରେ ପାକିସ୍ତାନ ପ୍ରଥମଥର ପାଇଁ ଏହି ଆଇସିସି ଇଭେଣ୍ଟ ଆୟୋଜନ ଅଧିକାର ପାଇଛି।
ପ୍ରତିଯୋଗିତାରେ ମୋଟ ୮ଟି ଦଳ ଅଂଶଗ୍ରହଣ କରିବେ। ଗ୍ରୁପ୍‌ ‘ଏ’ରେ ଭାରତ, ପାକିସ୍ତାନ, ବାଂଲାଦେଶ ଓ ନ୍ୟୁଜିଲାଣ୍ଡ ରହିଥିବାବେଳେ ଗ୍ରୁପ୍‌ ‘ବି’ରେ ଆଫଗାନିସ୍ତାନ, ଅଷ୍ଟ୍ରେଲିଆ, ଇଂଲଣ୍ଡ ଓ ଦକ୍ଷିଣ ଆଫ୍ରିକା ସ୍ଥାନ ପାଇଛନ୍ତି। ଭାରତ ଉପରେ ସମସ୍ତଙ୍କ ନଜର ରହିବ। ଟି୨୦ କ୍ରିକେଟର ଲୋକପ୍ରିୟତା ବଢ଼ୁଥିବାବେଳେ ୫୦ ଓଭର ବିଶିଷ୍ଟ ଦିନିକିଆ କ୍ରିକେଟକୁ ନେଇ ଅନେକ ସମୟରେ ପ୍ରଶ୍ନ ଉଠିଛି। ଦୀର୍ଘ ୮ ବର୍ଷ ବ୍ୟବଧାନରେ ହେଉଥିବା ଆଇସିସି ଚାମ୍ପିୟନ୍ସ ଟ୍ରଫି ଏଥିପାଇଁ ଅନେକ ଗୁରୁତ୍ୱ ବହନ କରିବ। ଶେଷଥର ପାଇଁ ୨୦୧୭ରେ ହୋଇଥିବା ଚାମ୍ପିୟନ୍ସ ଟ୍ରଫିରେ ପାକିସ୍ତାନ ଚାମ୍ପିୟନ ହୋଇଥିଲା।
ଚାମ୍ପିଅନ୍ସ ଟ୍ରଫି ୨୦୨୫ର ସମସ୍ତ ମ୍ୟାଚ୍‌ର ଲାଇଭ ଷ୍ଟ୍ରିମିଂ JioHotstarରେ ହେବ। କ୍ରିକେଟ ପ୍ରେମୀମାନେ ଏହି ମ୍ୟାଚ୍‌କୁ ସେମାନଙ୍କ ମୋବାଇଲ ଫୋନ୍ରେ JioHotstarରେ ମାଗଣାରେ ଲାଇଭ ଦେଖିପାରିବେ।
ଚାମ୍ପିଅନ୍ସ ଟ୍ରଫି ୨୦୨୫ର ସମସ୍ତ ମ୍ୟାଚ ଷ୍ଟାର ସ୍ପୋର୍ଟସ ନେଟୱାର୍କ ସହିତ Sports 18 One ଏବଂ Sports 18 Sports ରେ ପ୍ରସାରିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ମନ୍ଦିର ବୁଲାଣିରେ ଅଘଟଣ, ବାଇକ୍‌କୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ…

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟ୍‌ଲି ଥାନା ଅନ୍ତର୍ଗତ ମେଣ୍ଢାପାଲି ବନଦୁର୍ଗା ମନ୍ଦିର ନିକଟସ୍ଥ ବୁଲାଣିରେ ଏକ ପିକ୍‌ଅପ ଭ୍ୟାନ (ନଂ-ଓଡି ୧୫ଏଡି ୭୮୯୨) ଅନ୍ୟ ଏକ ବାଇକକୁ…

ବୈଦେଶିକ ମୁଦ୍ରାଭଣ୍ଡାରରେ ୧୧ ବିଲିୟନ ଡଲାର ବୃଦ୍ଧି

ନୂଆଦିଲ୍ଲୀ,୫ା୯: ଅଗଷ୍ଟ ୨୮ ସୁଦ୍ଧା ଶେଷ ହୋଇଥିବା ସପ୍ତାହରେ ଭାରତର ବୈଦେଶିକ ମୁଦ୍ରାଭଣ୍ଡାର ପରିମାଣରେ ୧୧.୪୭୫ ବିଲିୟନ ଡଲାର ବୃଦ୍ଧି ଘଟିବା ସହ ମୋଟ ଭଣ୍ଡାର ପରିମାଣ…

୧.୮୫ କୋଟି ଗ୍ରାହକଙ୍କ ସହ ଜିଓ ଓଡ଼ିଶାରେ ଅଗ୍ରଣୀ

ଭୁବନେଶ୍ୱର, ୫ା୯: ସାରା ଦେଶ ସହ ଓଡ଼ିଶାରେ ମଧ୍ୟ ରିଲାଏନ୍ସ ଜିଓ ୫ ସେପ୍ଟେମ୍ବର ୨୦୧୬ରେ ବ୍ୟବସାୟିକ ଟେଲିସେବା ଆରମ୍ଭ କରିଥିଲା। ୧୦ ବର୍ଷ ମଧ୍ୟରେ ଜିଓ…

ସେପ୍ଟେମ୍ବର ୧୫ରୁ ବନ୍ଦ ହୋଇପାରେ ଦୋକାନୀଙ୍କ ୟୁପିଆଇ

ନୂଆଦିଲ୍ଲୀ,୫ା୯: ଅନ୍‌ଲାଇନ ପେମେଣ୍ଟ ବ୍ୟବସ୍ଥାକୁ ନେଇ ଏବେ ଦେଶରେ ୧୦ ଲକ୍ଷ କ୍ଷୁଦ୍ର ବ୍ୟବସାୟୀ ସଙ୍କଟରେ ପଡ଼ିଛନ୍ତି। କାରଣ ସେମାନଙ୍କ କଓ୍ବୋଇସି ପ୍ରକ୍ରିୟା ଏ ପର୍ଯ୍ୟନ୍ତ ଶେଷ…

ନାମ, କାରଣ ଖୋଜୁଛି ଜିଲାପାଳଙ୍କ ମୋବାଇଲ: ଗୁରୁତର ସମସ୍ୟାରେ ବନ୍ୟାଞ୍ଚଳବାସୀ

ଯାଜପୁର,୫ା୯(ହର୍ଷବର୍ଦ୍ଧନ ବେହେରା):ସରକାରୀ ସେବାକୁ ସାଧାରଣ ଲୋକଙ୍କ ପାଖରେ ସହଜରେ ପହଞ୍ଚାଇବା ପାଇଁ ରାଜ୍ୟ ସରକାର ‘ଲୋକଙ୍କ ସରକାର’ କାର୍ଯ୍ୟକ୍ରମ ମାଧ୍ୟମରେ ବ୍ୟାପକ ପ୍ରୟାସ କରୁଛନ୍ତି। ଜିଲା ପ୍ରଶାସନ…

କ୍ରମାଗତ କ୍ଷତି ପରେ ଶେୟାର ବଜାରରେ ସାମାନ୍ୟ ସୁଧାର

ମୁମ୍ବାଇ,୫ା୯: ଚଳିତ ସପ୍ତାହରେ କ୍ରମାଗତ ଭାବେ ୪ଟି କାର୍ଯ୍ୟଦିବସରେ ଶେୟାର ବଜାର କାରବାର ହ୍ରାସ ପାଇ ଆସିଥିଲାବେଳେ ଶୁକ୍ରବାର କାରବାର ପରେ ସାମାନ୍ୟ ସୁଧାର ଆସିଛି। ଏହାଦ୍ୱାରା…

୪୦ ବର୍ଷ ପରେ ଖୋଲେ ଭାଗ୍ୟର ତାଲା! ଏହି ୩ ରାଶିର ଲୋକଙ୍କ ଉପରେ ବର୍ଷେ ଧନ , ଯଶ

ଜୀବନରେ ଅନେକ ସଂଘର୍ଷ କରିବା ପରେ ମଧ୍ୟ ଯଦି ସଫଳତା ମିଳୁନାହିଁ, ତେବେ ଜ୍ୟୋତିଷ ଶାସ୍ତ୍ର ଅନୁସାରେ ଏହା ପଛରେ ଗ୍ରହ ନକ୍ଷତ୍ରର ପ୍ରଭାବ ଥାଇପାରେ। ଜ୍ୟୋତିଷର…

ଜଣେ ଶିକ୍ଷକଙ୍କ କାନ୍ଧରେ ସ୍କୁଲ ଭାର: ୭ ବିଷୟ ସହ ଶାରୀରିକ ଶିକ୍ଷା ଦେଉଛନ୍ତି ସାହିତ୍ୟ ସାର୍‌

ହାଟଡିହୀ,୫।୯(ଶୁଭକାନ୍ତ ନାୟକ):କେନ୍ଦ୍ର ଓ ରାଜ୍ୟ ସରକାର ସମସ୍ତଙ୍କୁ ଶିକ୍ଷା, ଉତ୍ତମ ଶିକ୍ଷାର ନାରା ଦେଉଛନ୍ତି। ମାତ୍ର ବାସ୍ତବ ସ୍ଥିତି କିନ୍ତୁ ଓଲଟା। ଗ୍ରାମାଞ୍ଚଳରେ ସ୍କୁଲରେ ମୌଳିକ ସୁବିଧା,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri