Posted inଖେଳ

Champions Trophy 2025 Free Live Streaming: ଆଜିଠୁ ‘ମିନି ବିଶ୍ୱକପ୍‌’: ଜାଣନ୍ତୁ କେଉଁଠି ଦେଖିପାରିବେ ମ୍ୟାଚ୍‌

ଦୁବାଇ/କରାଚୀ,୧୯।୨: ଆଇସିସି ଚାମ୍ପିୟନ୍ସ ଟ୍ରଫିର ନବମ ସଂସ୍କରଣ ଆଜିଠାରୁ ଆରମ୍ଭ ହେବାକୁ ଯାଉଛି। ପାକିସ୍ତାନ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଉଦ୍‌ଘାଟନୀ ମ୍ୟାଚ କରାଚୀର ନ୍ୟାଶନାଲ ବ୍ୟାଙ୍କ କ୍ରିକେଟ ଆରେନାରେ ଅନୁଷ୍ଠିତ ହେବ। ଭାରତ ଏହାର ପ୍ରଥମ ମ୍ୟାଚ ୨୦ ତାରିଖରେ ଦୁବାଇରେ ବାଂଲାଦେଶକୁ ଭେଟିବ। ପାକିସ୍ତାନ ଏହି ପ୍ରତିଯୋଗିତାର ଆୟୋଜକ ହୋଇଥିବାବେଳେ ହାଇବ୍ରିଟ ମୋଡ୍‌ରେ ଭାରତ ଏହାର ସମସ୍ତ ମ୍ୟାଚ ଦୁବାଇରେ ଖେଳିବାକୁ ନିଷ୍ପତ୍ତି ହୋଇଛି। ଦୁଇ ପାରମ୍ପରିକ ପ୍ରତିଦ୍ୱନ୍ଦ୍ୱୀ ଭାରତ ଓ ପାକିସ୍ତାନ ମଧ୍ୟରେ ୨୩ ତାରିଖରେ ମୁକାବିଲା ହେବ। ୧୯୯୬ ବିଶ୍ୱକପ ପରେ ପାକିସ୍ତାନ ପ୍ରଥମଥର ପାଇଁ ଏହି ଆଇସିସି ଇଭେଣ୍ଟ ଆୟୋଜନ ଅଧିକାର ପାଇଛି।
ପ୍ରତିଯୋଗିତାରେ ମୋଟ ୮ଟି ଦଳ ଅଂଶଗ୍ରହଣ କରିବେ। ଗ୍ରୁପ୍‌ ‘ଏ’ରେ ଭାରତ, ପାକିସ୍ତାନ, ବାଂଲାଦେଶ ଓ ନ୍ୟୁଜିଲାଣ୍ଡ ରହିଥିବାବେଳେ ଗ୍ରୁପ୍‌ ‘ବି’ରେ ଆଫଗାନିସ୍ତାନ, ଅଷ୍ଟ୍ରେଲିଆ, ଇଂଲଣ୍ଡ ଓ ଦକ୍ଷିଣ ଆଫ୍ରିକା ସ୍ଥାନ ପାଇଛନ୍ତି। ଭାରତ ଉପରେ ସମସ୍ତଙ୍କ ନଜର ରହିବ। ଟି୨୦ କ୍ରିକେଟର ଲୋକପ୍ରିୟତା ବଢ଼ୁଥିବାବେଳେ ୫୦ ଓଭର ବିଶିଷ୍ଟ ଦିନିକିଆ କ୍ରିକେଟକୁ ନେଇ ଅନେକ ସମୟରେ ପ୍ରଶ୍ନ ଉଠିଛି। ଦୀର୍ଘ ୮ ବର୍ଷ ବ୍ୟବଧାନରେ ହେଉଥିବା ଆଇସିସି ଚାମ୍ପିୟନ୍ସ ଟ୍ରଫି ଏଥିପାଇଁ ଅନେକ ଗୁରୁତ୍ୱ ବହନ କରିବ। ଶେଷଥର ପାଇଁ ୨୦୧୭ରେ ହୋଇଥିବା ଚାମ୍ପିୟନ୍ସ ଟ୍ରଫିରେ ପାକିସ୍ତାନ ଚାମ୍ପିୟନ ହୋଇଥିଲା।
ଚାମ୍ପିଅନ୍ସ ଟ୍ରଫି ୨୦୨୫ର ସମସ୍ତ ମ୍ୟାଚ୍‌ର ଲାଇଭ ଷ୍ଟ୍ରିମିଂ JioHotstarରେ ହେବ। କ୍ରିକେଟ ପ୍ରେମୀମାନେ ଏହି ମ୍ୟାଚ୍‌କୁ ସେମାନଙ୍କ ମୋବାଇଲ ଫୋନ୍ରେ JioHotstarରେ ମାଗଣାରେ ଲାଇଭ ଦେଖିପାରିବେ।
ଚାମ୍ପିଅନ୍ସ ଟ୍ରଫି ୨୦୨୫ର ସମସ୍ତ ମ୍ୟାଚ ଷ୍ଟାର ସ୍ପୋର୍ଟସ ନେଟୱାର୍କ ସହିତ Sports 18 One ଏବଂ Sports 18 Sports ରେ ପ୍ରସାରିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?