Posted inଖେଳ

Champions Trophy 2025: ଯୁଦ୍ଧ ପୂର୍ବରୁ ପରାଜୟ ସ୍ବୀକାର କଲା ପାକିସ୍ତାନ! ଅଧିନାୟକ କହିଲେ, ଆମେ ଚାପରେ…

ଇସଲାମାବାଦ୍‌,୧୯।୨: ଆଜିଠାରୁ ଚାମ୍ପିଅନ୍ସ ଟ୍ରଫି ଟୁର୍ନାମେଣ୍ଟ ଆରମ୍ଭ ହେଉଛି। ଏହି ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ରେ ଆୟୋଜକ ପାକିସ୍ତାନ ଏବଂ ନ୍ୟୁଜିଲାଣ୍ଡ ଦଳ ପରସ୍ପର ମୁହାଁମୁହିଁ ହେବେ। ଏହା ପୂର୍ବରୁ ପାକିସ୍ତାନ ଅଧିନାୟକ ମହମ୍ମଦ ରିଜୱାନ ଚାମ୍ପିଅନ୍ସ ଟ୍ରଫିରେ ତାଙ୍କ ଦଳର ସମ୍ଭାବନା ବିଷୟରେ କହିଛନ୍ତି। ପାକିସ୍ତାନ ଦଳ ଚାପରେ ଭାଙ୍ଗିଯାଏ, ଏହି ଦୁର୍ବଳତା ଉପରେ କାମ କରିବାକୁ ପଡିବ ବୋଲି ରିଜଓ୍ବାନ ମତ ରଖିଛନ୍ତି।
ଜଣେ ସାମ୍ବାଦିକଙ୍କ ପ୍ରଶ୍ନର ଉତ୍ତରରେ ରିଜୱାନ କହିଛନ୍ତି, ଯଦି ୧୦ ବର୍ଷର ଆମର ରେକର୍ଡକୁ ଦେଖାଯାଏ, ତେବେ ଦେଖିବେ ଯେ ଚାପରେ ଆମ ଦଳ ଭାଙ୍ଗିଯାଏ, କିନ୍ତୁ ଏବେ ଉନ୍ନତି କରିବାର ସମୟ ଆସିଛି। ଯଦିଓ ଆମ ଦଳ ଭଲ ପ୍ରଦର୍ଶନ କରିଛି, ଆମେ ବଡ଼ ମ୍ୟାଚ ଜିତିଛୁ, ଚାମ୍ପିଅନ୍ସ ଟ୍ରଫି ଜିତିଛୁ ଏବଂ ଟେଷ୍ଟ ରାଙ୍କିଙ୍ଗରେ ନମ୍ବର ୧ ଦଳ ମଧ୍ୟ ହୋଇଛୁ, କିନ୍ତୁ ଚାପରେ ଭୁଶୁଡ଼ି ପଡ଼ିବାର ଆମର ଅଭ୍ୟାସକୁ ସଂଶୋଧନ କରିବାକୁ ପଡିବ। ମୁଁ ଆଶା କରୁଛି ଆମେ ଏହାକୁ ପୁନରାବୃତ୍ତି କରିବୁ ନାହିଁ। ନିକଟରେ ପାକିସ୍ତାନକୁ ନ୍ୟୁଜିଲାଣ୍ଡ ବିପକ୍ଷରେ ଟ୍ରାଏ ସିରିଜ ଫାଇନାଲରେ ପରାଜୟର ସାମ୍ନା କରିବାକୁ ପଡିଥିଲା। ଫେବୃଆରୀ ୨୩ରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ମହାମୁକାବିଲା ଖେଳାଯିବ। ଏହା ଉପରେ ସମସ୍ତଙ୍କ ନଜର ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭଞ୍ଜନଗରରେ ପରିବେଶ ଆଇନ୍ ସଚେତନତା ଶିବିର, ସାମିଲ ହେଲେ….

ଭଞ୍ଜନଗର,୩୧/୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ ହଲ୍‌ରେ ବୁଧବାର “Protect Today, Secure Tomorrow” ଶୀର୍ଷକ ଅଧୀନରେ ଏକ ପରିବେଶ...

ଭିଜିଲାନ୍ସ ଜାଲରେ ଛେଣ୍ଡିପଦା ଅତିରିକ୍ତ ତହସିଲଦାର, ୯ ହଜାର ଟଙ୍କା ପାଇଁ…

ଅନୁଗୋଳ,୩୧ା୧୨: ଜମି ମ୍ୟୁଟେସନ କେସ୍‌ ପାଇଁ ଲାଞ୍ଚ ନେବା ଅତିରିକ୍ତ ତହସିଲଦାରଙ୍କୁ ମହଙ୍ଗା ପଡ଼ିଛି। ବୁଧବାର ଅନୁଗୋଳ ଜିଲା ଛେଣ୍ଡିପଦା ତହସିଲର ଅତିରିକ୍ତ ତହସିଲଦାର ପ୍ରକାଶ...

ଉଷୁ କପ ପ୍ରତିଯୋଗିତାରେ ବଲାଙ୍ଗୀରକୁ ୩ ପଦକ, ଜିଲା ପ୍ରଶାସନ ପକ୍ଷରୁ ଖେଳାଳୀଙ୍କୁ ସମ୍ବର୍ଦ୍ଧନା

ବଲାଙ୍ଗୀର,୩୧/୧୨ -( ସୁନିଲ କୁମାର ମହାନ୍ତି): ଦ୍ବିତୀୟ ତମ ଜାତୀୟ ଫେଡେରେସନ ଉଷୁ କପ ପ୍ରତିଯୋଗିତା ଛତିଶଗଡ଼ ଠାରେ ଅନୁଷ୍ଠିତ ହୋଇଥିଲା । ଏହି ପ୍ରତିଯୋଗୀତା...

ବାଇକ୍‌କୁ ଧକ୍କାଦେଲା ବାଇକ୍‌, ମହିଳାଙ୍କ ମୁଣ୍ଡରୁ ପ୍ରବଳ ରକ୍ତସ୍ରାବ

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ): ୧୬ ନଂ ଜାତୀୟ ରାଜପଥ ଶନିମନ୍ଦିର ଛକଠାରେ ପୁଣି ଏକ ଦୁର୍ଘଟଣା ଘଟିଛି। ବିପଦସଙ୍କୁଳ ଛକ କୁହାଯାଉଥିବା ଏହି ଛକଠାରେ ବୁଧବାର ଅପରାହ୍ନରେ...

ଆଶ୍ଚର୍ଯ୍ୟ…ଚଳନ୍ତା ଯାତ୍ରୀବାହୀ ବସରୁ ଛିଡିପଡ଼ିଲା ଚକା, ଅଳ୍ପକେ ବର୍ତ୍ତିଲେ ୪୦ରୁ ଉର୍ଦ୍ଧ୍ବ ପର୍ଯ୍ୟଟକ  

ଦିଗପହଣ୍ଡି,୩୧|୧୨(ଅଶେଷ ନାଥ ମିଶ୍ର): ଏକ  ବଡ ଧରଣର ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଗଲା ଯାତ୍ରୀବାହୀ ବସ୍ ।ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟରାଜପଥର  ଗଣିଆନାଳ ଛକ...

ହାତରେ ମଦ ବୋତଲ ଧରି ବୁଲୁଛନ୍ତି ତେନ୍ଦୁଲକରଙ୍କ ଝିଅ ସାରା, ଭିଡିଓ ଭାଇରାଲ୍

ଗୋଆ,୩୧ା୧୨: କ୍ରିକେଟ୍ ଦୁନିଆର ମହାନ ଖେଳାଳି ସଚିନ ତେନ୍ଦୁଲକରଙ୍କ ଝିଅ ସାରା ତେନ୍ଦୁଲକର ଏବେ ଚର୍ଚ୍ଚାରେ। ନିକଟରେ ସାରାଙ୍କର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ୍...

ନୂଆବର୍ଷରୁ ଶନିଙ୍କ ସାଢେ ସାତ ଚାଲି ଆରମ୍ଭ; ଏହି ୩ ରାଶିର ଖରାପ ଟାଇମ ଷ୍ଟାର୍ଟ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହରାଜ ଶନିଙ୍କୁ କର୍ମଫଳ ଦାତା ଓ ନ୍ୟାୟ ପ୍ରଦାତା ଗ୍ରହ ଭାବେ ଗଣନା କରଯାଇଥାଏ । ଶନି ଯେତେବେଳେ ଗୋଟିଏ ରାଶିରେ ଦୀର୍ଘ...

କେମିତି ରହିବ ମୋଦି-ଟ୍ରମ୍ପଙ୍କ ୨୦୨୬? ଭବିଷ୍ୟବାଣୀରେ ଜଣାପଡିଲା ସତ!

୨୦୨୫ ବର୍ଷ ଶେଷ ହେବାକୁ ଯାଉଛି। ୨୦୨୬ ଏବେ ପାଖେଇ ଆସୁଛି। ୨୦୨୬ ବର୍ଷ ଲୋକଙ୍କ ପାଇଁ କିପରି ହେବ ସେ ବିଷୟରେ ଜ୍ୟୋତିଷମାନେ ଭବିଷ୍ୟବାଣୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri