Posted inଖେଳ

Champions Trophy 2025 : ଟସ୍‌ ଜିତିଲେ ମ୍ୟାଚ୍‌ ହାରିବ ଟିମ୍‌ ଇଣ୍ଡିଆ! ସାଂଘାତିକ କଥା କହିଦେଲେ ଖେଳ ବିଶେଷଜ୍ଞ

ଦୁବାଇ,୭।୩: ଭାରତ-ନ୍ୟୁଜିଲାଣ୍ଡ ମ୍ୟାଚରେ ଚାମ୍ପିୟନ୍ସ ଟ୍ରଫିର ଫାଇନାଲ ଫାଇଟ ଖେଳାଯିବ । ଦୁବାଇ ଇଣ୍ଟରନାଶନଲ କ୍ରିକେଟ ଷ୍ଟାଡିୟମରେ ଏହି ଫାଇନାଲ ମୁକାବିଲା ଅନୁଷ୍ଠିତ ହେବାକୁ ଯାଉଛି । ଚାମ୍ପିଅନ୍ସ ଟ୍ରଫିର ଫାଇନାଲରେ ଭାରତ ଏବଂ ନ୍ୟୁଜିଲାଣ୍ଡ ଦଳ ମୁହାଁମୁହିଁ ହେବେ। ପ୍ରଥମ ସେମିଫାଇନାଲରେ ଟିମ ଇଣ୍ଡିଆର ଚମତ୍କାର ବିଜୟ ପରେ ବୁଧବାର ଦ୍ୱିତୀୟ ସେମିଫାଇନାଲରେ ନ୍ୟୁଜିଲ୍ୟାଣ୍ଡ ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରି ଟାଇଟଲ ମୁକାବିଲା ପାଇଁ ଯୋଗ୍ୟତା ଅର୍ଜନ କରିଛି। ନ୍ୟୁଜିଲାଣ୍ଡର ବିଜୟ ଟିମ ଇଣ୍ଡିଆ ପାଇଁ ଖରାପ ଖବର ଏବଂ ଏହାର କାରଣ ହେଉଛି ବିଗତ ଦିନର ଇତିହାସ, ଯାହାକି ଭାରତୀୟ ପ୍ରଶଂସକଙ୍କ ଚିନ୍ତା ବଢ଼ାଇପାରେ। ତେବେ ଭାରତ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯିବାକୁ ଥିବା ଫାଇନାଲ ଲଢେଇରେ ଟସ କେତେ ମହତ୍ତ୍ୱପୂର୍ଣ୍ଣ ହୋଇପାରେ ଜାଣିବା ସେ ବାବଦରେ…

ନ୍ୟୁଜିଲାଣ୍ଡ ଦଳ ଦକ୍ଷିଣ ଆଫ୍ରିକାକୁ ୫୦ ରନରେ ମାତ୍‌ ଦେଇ ଫାଇନାଲ ପ୍ରବେଶ କରିଛି । ଯାହା ଭାରତ ପାଇଁ କାଳ ସାଜିପାରେ । ସେମିଫାଇନାଲ ବିଜୟ ପରେ କିୱି ଅଧିନାୟକ ମିଚେଲ ସେଣ୍ଟନରଙ୍କୁ ଟସ ଜିତିବାକୁ ନେଇ ପ୍ରଶ୍ନ କରାଯାଇଥିଲା । ବ୍ଲାକଯାପ ଅଧିନାୟକ ସେଣ୍ଟନର ପ୍ରକାଶ କରିଥିଲେ ଯେ, ଫାଇନାଲରେ ସେମାନେ ଟସ ଜିତିବା ଉପରେ ଗୁରୁତ୍ତ୍ୱ ଦେବେ ଓ ପରିସ୍ଥିତି ଅନୁଯାୟୀ ସେମାନେ ବ୍ୟାଟିଂ କିମ୍ବା ବୋଲିଂ ନିଷ୍ପତ୍ତି ନେବେ । ଫଳରେ ଭାରତ ଉପରେ ଚାପ ସୃଷ୍ଟି କରାଯାଇ ଚାନ୍ସ ଜିତି ହେବ ।

Champions Trophy 2025 News: ସେପଟେ ଭାରତୀୟ ଅଧିନାୟକ ରୋହିତ ଶର୍ମା ଚାମ୍ପିୟନ୍ସ ଟ୍ରଫିରେ ଗୋଟିଏ ଥର ବି ଟସ ଜିତି ନାହାନ୍ତି । ଲଗାତାର ଭାବରେ ସେ ୧୧ ତମ ଟସ ହାରିଛନ୍ତି । ଫଳରେ ସମସ୍ତଙ୍କ ନଜର ରୋହିତଙ୍କ ଉପରେ ହେବ।

ସେହିପରି ଟସ ନ ଜିତିବା ମଧ୍ୟ ରୋହିତଙ୍କ ପାଇଁ କେହି କେହି ଆର୍ଶିବାଦ କହୁଛନ୍ତି । କାରଣ ରୋହିତ ପ୍ରତିପକ୍ଷ ଅଧିନାୟକଙ୍କ ନିଷ୍ପତ୍ତି ଅନୁସାରେ ହିଁ ନିଜକୁ ଖାପ ଖୁଆଇ ଚାଲିଛନ୍ତି। ଫଳରେ ଏଭଳି ଚାନ୍ସ ଓ ସମୀକ୍ଷକଙ୍କ ପାଇଁ ଏହା ଶୁଭ ସଂକେତ ।

Champions Trophy 2025 News: ଚାମ୍ପିଅନ୍ସ ଟ୍ରଫି ଫାଇନାଲ ପାଇଁ ସମ୍ଭାବ୍ୟ ଭାରତ ଏକାଦଶ: ରୋହିତ ଶର୍ମା (ଅଧିନାୟକ), ଶୁଭମନ ଗିଲ, ବିରାଟ କୋହଲି, ଶ୍ରେୟସ ଆୟର, ଅକ୍ଷର ପଟେଲ, କେଏଲ ରାହୁଲ (ୱିକେଟକିପର), ହାର୍ଦ୍ଦିକ ପାଣ୍ଡ୍ୟା, ରବିନ୍ଦ୍ର ଜାଡେଜା, ମହମ୍ମଦ ଶାମି, କୁଲଦୀପ ଯାଦବ, ବରୁଣ ଚକ୍ରବର୍ତ୍ତୀ ।


Enter your email to get our daily news in your inbox.

All Right Reserved By Dharitri.Com

ମେଘାନ ଓ ପିଲାଙ୍କ ସହ ବ୍ରିଟେନ ଫେରିବେ ପ୍ରିନ୍ସ ହ୍ୟାରୀ

ଲଣ୍ଡନ,୨୧।୮: ପ୍ରିନ୍ସ ହ୍ୟାରୀ ଏବଂ ତାଙ୍କ ପତ୍ନୀ ମେଘାନ ମାର୍କେଲ ଚଳିତ ମାସ ଶେଷ ଆଡ଼କୁ ସେମାନଙ୍କ ଦୁଇ ସନ୍ତାନଙ୍କ ସହ ବ୍ରିଟେନକୁ ଫେରିବାକୁ ନିଷ୍ପତ୍ତି ନେଇଛନ୍ତି।…

କିମ୍ସ ଡାକ୍ତରଙ୍କୁ ବଡ଼ ସଫଳତା: ୧୦ ମାସ ଶିଶୁର ଖାଦ୍ୟ ନଳୀରୁ ବାହାରିଲା ପିନ୍‌

ଭୁବନେଶ୍ୱର, ୨୧ା୮:ରାଉରକେଲାର ଜଣେ ୧୦ ମାସର ଶିଶୁ ଭୁଲ୍‌ବଶତଃ ଏକ ଧାତବ ପିନ୍‌ ଗିଳିଦେବା ପରେ ତାହା ଖାଦ୍ୟନଳୀରେ ଅଟକିଯାଇଥିଲା। ଭୁବନେଶ୍ୱରସ୍ଥିତ କିମ୍ସ ହସ୍ପିଟାଲରେ ଡାକ୍ତରମାନେ ଆଡ୍‌ଭାନ୍ସ…

ହୋମୱାର୍କ ପାଇଁ ଚାପୁଡ଼ା ମାରିଲେ କ୍ଲାସ୍ ଟିଚର: ଅଚେତ ହୋଇ ଟଳି ପଡ଼ିଲା ୬ ବର୍ଷର ଶିଶୁ, ଡାକ୍ତରଖାନାରେ ମୃତ୍ୟୁ

ବିଶାଖାପାଟଣା, ୨୦।୮: ଆନ୍ଧ୍ରପ୍ରଦେଶର ବିଶାଖାପାଟଣାସ୍ଥିତ ଏକ ଘରୋଇ ସ୍କୁଲରେ ଜଣେ ୬ ବର୍ଷର କୋମଳମତି ଶିଶୁର ସନ୍ଦେହଜନକ ମୃତ୍ୟୁ ଘଟିଛି। ହୋମୱାର୍କ ପୂରା କରି ନ ଥିବା…

ସୁଡ଼ଙ୍ଗ ଭିତରେ ୨ ଟ୍ରକ୍‌ ମୁହାଁମୁହିଁ ଧକ୍କା: ୪ମୃତ, ୭ ଆହତ

ଚଣ୍ଡିଗଡ଼, ୨୦।୮: କିରାତପୁର-ମନାଲି ଜାତୀୟ ରାଜପଥ ଦାଓ୍ବାଡ଼ା ସୁଡ଼ଙ୍ଗ ଭିତରେ ଦୁଇଟି ଟ୍ରକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏହି ଦୁର୍ଘଟଣାରେ ୪ଜଣଙ୍କ ମୃତ୍ୟୁ ହୋଇଛି ଏବଂ…

ଶୁକ୍ରବାରଠୁ ସପ୍ତାହେ ଯାଏ ବର୍ଷା, ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୨୦ା୮(ବନ୍ଦନା ସେଠୀ) – ରାଜ୍ୟରେ ଏବେ ବର୍ଷା ଓ ବନ୍ୟା ଦୁର୍ଦ୍ଦଶା ଜାରି ରହିଥିବା ବେଳେ ଆସୁଛି ଆଉ ଏକ ଲଘୁଚାପ। ତିନିଦିନ ହେବ ଶୁଖିଲା…

ଇନଷ୍ଟାଗ୍ରାମରୁ ପ୍ରେମ ସମ୍ପର୍କ ଯୋଡ଼ି ଅପହରଣ କରି ନେଇଥିଲେ, ଭୁବନେଶ୍ୱରରୁ ନାବାଳିକାଙ୍କୁ ଉଦ୍ଧାର, ଅଭିଯୁକ୍ତଙ୍କୁ ଗିରଫ କରି…

ଦିଗପହଣ୍ଡି,୨୦।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁରୁ ଜଣେ ୧୫ ବର୍ଷୀୟା ନାବାଳିକାଙ୍କୁ ଅପହରଣ କରାଯାଇଥିବା ନେଇ କେ.ନୂଆଗାଁ ଥାନାରେ ଅଭିଯୋଗ…

ସିମ୍‌ କାର୍ଡକୁ ନେଇ ନୂଆ ନିୟମ! ଆଉ ୪ଦିନ ପରେ ଏମାନଙ୍କର କଟିଯିବ କନେକ୍ସନ…

ନୂଆଦିଲ୍ଲୀ,୨୦ା୮: ଭାରତରେ ଜଣେ ବ୍ୟକ୍ତିଙ୍କ ନାମରେ ଥିବା ମୋବାଇଲ୍ କନେକ୍ସନ୍‌ର ସୀମାକୁ ସରକାର କଡ଼ାକଡ଼ି ଭାବେ ଲାଗୁ କରିବାକୁ ଯାଉଛନ୍ତି। ଅଗଷ୍ଟ ୨୪ ରୁ ଟେଲିକମ୍ ଅପରେଟରମାନଙ୍କୁ…

କିଭ୍‌ରେ ବଡ଼ଧରଣର ଆକ୍ରମଣ: ୧୬ ମୃତ, ଜେଲେନସ୍କି କହିଲେ…

କିଭ୍‌, ୨୦।୮: ରୁଷିଆ ଗୁରୁବାର ୟୁକ୍ରେନ୍‌ର ରାଜଧାନୀ କିଭ୍‌ ଏବଂ ଏହାର ଆଖପାଖ ଅଞ୍ଚଳରେ ଭୀଷଣ କ୍ଷେପଣାସ୍ତ୍ର ଏବଂ ଡ୍ରୋନ ଆକ୍ରମଣ କରିଛି। ଘଣ୍ଟା ଘଣ୍ଟା ଧରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri