Posted inଖେଳ

Champions Trophy: ପାକିସ୍ତାନରେ ପହଞ୍ଚିଲା ଅଷ୍ଟ୍ରେଲିଆ ଦଳ

ଲାହୋର,୧୭ା୨: ଆଇସିସି ଚାମ୍ପିୟନ୍ସ ଟ୍ରଫି ଖେଳିବା ଲାଗି ଅଷ୍ଟ୍ରେଲିଆ କ୍ରିକେଟ ଦଳ ସୋମବାର ପାକିସ୍ତାନରେ ପହଞ୍ଚିଛି। ବୁଧବାର କରାଚୀର ଆୟୋଜକ ପାକିସ୍ତାନ ଓ ନ୍ୟୁଜିଲାଣ୍ଡ ମ୍ୟାଚ ସହ ଟୁର୍ନାମେଣ୍ଟ ଆରମ୍ଭ ହେବ। ପାକିସ୍ତାନ ହେଉଛି ଗତଥରର ଚାମ୍ପିୟନ ଦଳ। ୨୦୧୭ରେ୍‌ ୟୁନାଇଟେଡ କିଙ୍ଗଡମ୍‌ (ୟୁକେ)ରେ ଅନୁଷ୍ଠିତ ଏହି ଟୁର୍ନାମେଣ୍ଟର ଫାଇନାଲରେ ଭାରତକୁ ପରାସ୍ତ କରି ପାକିସ୍ତାନ ଟାଇଟଲ ବିଜୟୀ ହୋଇଥିଲା।

ଟୁର୍ନାମେଣ୍ଟରେ ଅଷ୍ଟ୍ରେଲିଆ ଏହାର ପ୍ରଥମ ମ୍ୟାଚ ଫେବୃଆରୀ ୨୨ରେ ଗଦାଫି ଷ୍ଟାଡିୟମରେ ଇଂଲଣ୍ଡ ବିପକ୍ଷରେ ଖେଳିବ। ଅଷ୍ଟ୍ରେଲିଆ ଦଳ ଦୁଇଟି ପୃଥକ୍‌ ପୃଥକ୍‌ ଗ୍ରୁପ୍‌ରେ ଦୁବାଇ ଦେଇ କଲମ୍ବୋରୁ ଆସି ଏଠାରେ ପହଞ୍ଚିଛି। ପ୍ରଥମ ପର୍ଯ୍ୟାୟରେ ଅଧିନାୟକ ଷ୍ଟିଭ ସ୍ମିଥ୍‌, କୋଚ୍‌, ସପୋର୍ଟ ଷ୍ଟାଫ୍‌ ଆସିଛନ୍ତି। ଦ୍ୱିତୀୟ ପର୍ଯ୍ୟାୟରେ ୧୫ ଖେଳାଳି ଏବଂ ଅତିରିକ୍ତ ସପୋର୍ଟ ଷ୍ଟାଫ୍‌ ସମାନ ବାଟ ଦେଇ ଲାହୋରରେ ଓହ୍ଲାଇଛନ୍ତି। ଭାରତ କିନ୍ତୁ ଏହାର ସମସ୍ତ ମ୍ୟାଚ ହାଇବ୍ରିଡ୍‌ ମଡେଲ ଚୁକ୍ତି ଅନୁସାରେ ଦୁବାଇରେ ଖେଳିବ।

ଅଷ୍ଟ୍ରେଲିଆ ଦଳ: ଷ୍ଟିଭ ସ୍ମିଥ୍‌ (ଅଧିନାୟକ), ସିନ୍‌ ଆବଟ, ଆଲେକ୍ସ କାରେ, ବେନ୍‌ ଡ୍ବାରସୁଇସ୍‌, ନାଥାନ ଏଲିସ, ଜେକ୍‌ ଫ୍ରେଜର-ଅମ୍ୟାକ୍‌ଗ୍ରିକ୍‌, ଆରନ ହାର୍ଡି, ଟ୍ରାଭିସ ହେଡ୍‌, ଜୋଶ ଇଂଲିଶ, ସ୍ପେନସର ଜନସନ, ମାର୍ନସ ଲାବୁସେନ, ଗ୍ଲେନ ମକ୍ସଓ୍ବେଲ, ତନଭିର ସାଂଘା, ମାଥ୍ୟୁ ଶର୍ଟ ଓ ଆଡାମ ଜାମ୍ପା।


Enter your email to get our daily news in your inbox.

All Right Reserved By Dharitri.Com

ଟଙ୍କା ଧରି ଘରକୁ ଫେରୁଥିଲେ ଗୁଡ଼ାରି ରେଞ୍ଜର, ରାସ୍ତାରେ ମାଡ଼ିବସିଲା ଭିଜିଲାନ୍ସ

ଗୁଡାରି,୧୨ା୪(ପ୍ରମୋଦ କୁମାର ପତି): ଧରାପଡ଼ିଲେ ଗୁଡ଼ାରି ରେଞ୍ଜର । ଗୁଡାରି ରେଞ୍ଜର ସୁକୁମାର ଦୁଖୁ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଅଟକ ରହିଛନ୍ତି । ତାଙ୍କ ନିକଟରୁ ୨…

ଜଙ୍ଗଲରେ ଲୁଚାଇ ରଖିଥିଲେ ଗଞ୍ଜେଇ, ମାଡ଼ି ବସିଲା ପୋଲିସ

ମୋହନା,୧୨।୪(ମନ୍ମଥ ମିଶ୍ର): ଘଞ୍ଚ ଜଙ୍ଗଲରେ ଲୁଚାଇ ରଖିଥିବା ବିପୁଳ ପରିମାଣର ଗଞ୍ଜେଇକୁ ଅଡ଼ବା ପୋଲିସ ରବିବାର ଜବତ କରିଛି । ଏକ ବିଶେଷ ସୂତ୍ରରୁ ଖବର ପାଇ…

ତାନ୍ତ୍ରିକର ଅମାନବୀୟ କାଣ୍ଡ, ଝଡା ଫୁଙ୍କା କରିବା ବାହାନରେ ମହିଳାଙ୍କୁ ବାରମ୍ବାର ବଳାତ୍କାର

ଲକ୍ଷ୍ନୌ,୧୨ା୪: ଉତ୍ତରପ୍ରଦେଶର ସୋନଭଦ୍ରା ଜିଲାରୁ ଏକ ଅତ୍ୟନ୍ତ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ଝଡାଫୁଙ୍କା ନାଁରେ ଜଣେ ତାନ୍ତ୍ରିକ ଜଣେ ମହିଳାଙ୍କୁ ବଳାତ୍କାର କରିଥିବା ନେଇ…

ଜଳିଗଲା ୩ ଭାଇଙ୍କ ଘର

ବେଲଗୁଣ୍ଠା,୧୨ା୪(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ୍‌ ଅନ୍ତର୍ଗତ ଟିକରପଡା ମିଲ ସାହିରେ ଅଗ୍ନିକାଣ୍ଡ ଘଟି ୩ଭାଇଙ୍କ ୩ ବଖରା ଘର ପୋଡି ପାଉଁଶ ହୋଇଯାଇଛି।…

ଶାନ୍ତି ଆଲୋଚନା ବିଫଳ ହେବା ପରେ ରାଗିଗଲେ ଟ୍ରମ୍ପ! ଇରାନକୁ ଚରମବାଣୀ, ‘ପରମାଣୁ ବୋମା…’

ଓ୍ବାଶିଂଟନ,୧୨ା୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷକୁ ବନ୍ଦ କରିବା ଉଦ୍ଦେଶ୍ୟରେ ପାକିସ୍ତାନର ଇସଲାମାବାଦରେ ଇସ୍ରାଏଲ, ଆମେରିକା ଏବଂ ଇରାନ ମଧ୍ୟରେ ହୋଇଥିବା ଆଲୋଚନା ବୈଠକ ସମ୍ପୁର୍ଣ୍ଣ ଭାବେ ଫେଲ୍…

SBI ଗ୍ରାହକ ହୁଅନ୍ତୁ ସତର୍କ!ଟଙ୍କା ରଖିଥିଲେ ଜାଣି ନିଅନ୍ତୁ…

ଦେଶରେ ସର୍ବବୃହତ ସାର୍ବଜନୀନ ବ୍ୟାଙ୍କ ଭାବରେ ଏସବିଆଇର ଆଦୃତି ରହିଛି । ଅନେକ ଲୋକମାନଙ୍କ ଏହି ବ୍ୟାଙ୍କରେ ବିଭିନ୍ନ ଆକାଉଣ୍ଟ ରହିଛି । ବର୍ତ୍ତମାନ ବ୍ୟାଙ୍କ ଗୋଟିଏ…

ଲକ୍ଷ୍ନୌକୁ ହରାଇଲା ଗୁଜରାଟ

ଲକ୍ଷ୍ନୌ,୧୨ା୪: ପ୍ରସିଦ୍ଧ କ୍ରିଷ୍ଣାଙ୍କ ଦମ୍‌ଦାର ବୋଲିଂ ବଳରେ ଗୁଜରାଟ ଟାଇଟନ୍ସ ୭ ଉଇକେଟରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ(ଏଲ୍‌ଏସ୍‌ଜି)କୁ ପରାସ୍ତ କରିଛି। ଏହା ଗୁଜରାଟର ୪ ମ୍ୟାଚ୍‌ରେ ଦ୍ୱିତୀୟ…

ଜଳିଗଲା ୩ ପରିବାରର ଗୁହାଳ ଘର, ୨ ବଳଦ ଜୀବନ୍ତ ଦଗ୍ଧ 

ଦିଗପହଣ୍ଡି,୧୨।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ବୋରିପଦର ଗ୍ରାମରେ ଅଗ୍ନିକାଣ୍ଡ । ରବିବାର ଅପରାହ୍ନରେ ନିଆଁ ଲାଗି ୩ଟି ପରିବାରର ଗୁହାଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri