Posted inଖେଳ

ଚାମ୍ପିୟନ୍ସ ଟ୍ରଫି ବିବାଦ: ଆଇସିସିର ସ୍ପଷ୍ଟୀକରଣ ଲୋଡ଼ିଲା ପିସିବି

ଲାହୋର,୧୮ା୧୧(ପି.ଟି.): ଆଇସିସି ଚାମ୍ପିୟନ୍ସ ଟ୍ରଫିରେ ପାକିସ୍ତାନ ନ ଯିବା ପାଇଁ ଭାରତ ଘୋଷଣା କରି ସାରିଥିବା ବେଳେ ଆଇସିସିର ସ୍ପଷ୍ଟୀକରଣ ଲୋଡିଛି ପାକିସ୍ତାନ କ୍ରିକେଟ ବୋର୍ଡ(ପିସିବି)। ସୋମବାର ପିସିବି ମୁଖ୍ୟ ମୋହସିନ୍‌ ନକ୍‌ଭୀ ଏହା ଉପରେ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ଭାରତ କାହିଁକି ଆସିବାକୁ ଚାହୁଁନାହିଁ ଏହାର କୌଣସି ସ୍ପଷ୍ଟ କାରଣ ଆମକୁ ମିଳିନାହିଁ। ତେଣୁ ଆମେ ଆଇସିସି ନିକଟରୁ ଉତ୍ତର ଅପେକ୍ଷାରେ ରହିଛୁ। ଏଯାଏ ଆଇସିସି ପକ୍ଷରୁ କୌଣସି ସ୍ପଷ୍ଟ ଉତ୍ତର ମିଳିପାରି ନାହିଁ। ପାକିସ୍ତାନରେ ଖେଳିବାକୁ ଭାରତ ମନା କରିଥିବା ବେଳେ ହାଇବ୍ରିଡ ମଡେଲରେ ଟୁର୍ନାମେଣ୍ଟ ପାଇଁ ଦାବି କରି ଆସିଛି।

ପିସିବି ହାଇବ୍ରିଡ ମଡେଲର ଅନୁରୋଧକୁ ପ୍ରତ୍ୟାଖ୍ୟାନ କରିବା ସହ ଭାରତ କାହିଁକି ଆସିବ ନାହିଁ ତା’ର କାରଣ ଦର୍ଶାଇବା ପାଇଁ ଆଇସିସି ନିକଟରେ ଦାବି କରିଛି। ଉଲ୍ଲେଖଯୋଗ୍ୟ ଯେ, ୨୦୦୮ ମୁମ୍ବାଇ ବିସ୍ଫୋରଣ ପରଠାରୁ ପାକିସ୍ତାନ ସହ କୌଣସି ଦ୍ୱିପାକ୍ଷିକ ସିରିଜ୍‌ ଖେଳିନାହିଁ ଭାରତ। ଜୟ ଶାହା ଆଇସିସିର ପରବର୍ତ୍ତୀ ମୁଖ୍ୟ ହେବାକୁ ଯାଉଥିବା ବେଳେ ଭାରତ ଏହାର ଫାଇଦା ନେବାକୁ ଚେଷ୍ଟା କରୁଛି ବୋଲି ନକ୍‌ଭୀ କହିଛନ୍ତି। ତେବେ କେବଳ ବିସିସିଆଇ ନୁହେଁ, ବିଶ୍ୱର ଅନ୍ୟ କ୍ରିକେଟ ବୋର୍ଡକୁ ନେଇ ଆଇସିସି ଗଠିତ ବୋଲି ଭାରତ ମନେରଖିବା ଉଚିତ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରିଜ ଉପରୁ ୪୦ ଫୁଟ ତଳକୁ ଡେଇଁ ଆତ୍ମହତ୍ୟା କଲେ ବ୍ୟକ୍ତି

ପାଟଣା,୬ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ମୁଖ୍ୟାଳୟ ବୈତରଣୀ ନଦୀ ବ୍ରିଜ୍‌ ଉପରୁ ୪୦ଫୁଟ ତଳକୁ ଶନିବାର ୨ଟା ବେଳେ ଡେଇଁ ଜଣେ ୫୫ ବର୍ଷୀୟ…

ରାଜରାସ୍ତାରେ ଯୁବତୀଙ୍କ ବେକରେ ଖଣ୍ଡା ଲଗାଇଲେ ଯୁବକ, ମୋତେ ବାହା ନ ହେଲେ ହାଣିଦେବି କହି…

ଡେରାବିଶ,୬ା୬(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ କଲେଜ ପରିସରରେ ଶନିବାର ଏକ ଅଭାବନୀୟ ଘଟଣା କ୍ରମରେ ପ୍ରେମ ପ୍ରତାରଣାର କରୁଣ ପରିଣତି ଦେଖିବାକୁ ମିଳିଛି। ଯୁକ୍ତ…

ସୂର୍ଯ୍ୟକୁମାରଙ୍କୁ ବଦଳାଇ ଶ୍ରେୟସ ଆୟରଙ୍କୁ କାହିଁକି କରାଗଲା ଅଧିନାୟକ ପ୍ରକୃତ କାରଣ କହିଲେ ଅଜିତ ଅଗରକର

ନୂଆଦିଲ୍ଲୀ,୬।୬: ଶନିବାର ଯେତେବେଳେ ବିସିସିଆଇ ସଚିବ ଦେବଜିତ ସାଇକିଆ ଆୟରଲ୍ୟାଣ୍ଡ ଏବଂ ଇଂଲଣ୍ଡ ଗସ୍ତ ପାଇଁ ଭାରତର ଟି-୨୦ ଦଳ ଘୋଷଣା କରିଥିଲେ, ସେତେବେଳେ ତାଲିକାରୁ ଅଧିନାୟକ…

ଦୁଇ ଦୋକାନରୁ ଚୋରି, ଚାରିଆଡ଼େ ପଡ଼ିଛି ରକ୍ତର ଛିଟା

ଆଳି,୬ା୬(ବନମାଳୀ ସେନାପତି): କେନ୍ଦ୍ରାପଡ଼ା ଜିଲା ଆଳି ଥାନାଠାରୁ ମାତ୍ର ଦୁଇଶହ ମିଟର ଦୂରରେ ଥିବା ମହାବୀର ବଜାରର ଦୁଇଟି ଦୋକାନରୁ ଚୋରି ହୋଇଛି। ମହାବୀର ବଜାରରେ ଥିବା…

ବକ୍ସ ଅଫିସରେ ଧମାକା କଲା ‘ପେଡ୍ଡି’: କ୍ଷମା ମାଗିଲେ ନିର୍ଦ୍ଦେଶକ

ତେଲୁଗୁ ସ୍ପୋଟର୍‌ସ ଆକ୍ସନ ଡ୍ରାମା ‘ପେଡ୍ଡି’ ରିଲିଜ ହେବାର ମାତ୍ର ଦୁଇ ଦିନ ମଧ୍ୟରେ ଭାରତୀୟ ବକ୍ସ ଅଫିସରେ ଧମାକା କରିଛି। ରାମ ଚରଣ ଏବଂ ଜାହ୍ନବୀ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ଟିମ ଇଣ୍ଡିଆରେ କାହିଁକି ମିଳିଲା ସୁଯୋଗ? ଏମିତି କହିଲେ ଅଗରକର

ନୂଆଦିଲ୍ଲୀ,୬।୬: ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ ଏବେ ତାଙ୍କର ଅନ୍ତର୍ଜାତୀୟ ଡେବ୍ୟୁ କରିବାକୁ ପ୍ରସ୍ତୁତ ଏବଂ ସେ ସଚିନ ତେନ୍ଦୁଲକରଙ୍କ ରେକର୍ଡ ଭାଙ୍ଗିବେ ବୋଲି ଚର୍ଚ୍ଚା ଯୋର…

ଆମ୍ବ ଗୋଟାଇବାକୁ ଯାଇଥିଲେ ବୃଦ୍ଧା, କଚାଡ଼ି କଚାଡ଼ି ମାରିଲା ଦନ୍ତା

ଆନନ୍ଦପୁର/ବଞ୍ଚୋ,୬ା୬(ସୁଶାନ୍ତ କୁମାର ସାହୁ/ପ୍ରଦୋଷ କୁମାର ବିଶ୍ୱାଳ): ନିଜ ଆମ୍ବତୋଟାରେ ଶନିବାର ସକାଳୁ ଆମ୍ବ ଗୋଟାଇବାକୁ ଆସିଥିବା ବେଳେ ଦନ୍ତାହାତୀ ହାବୁଡ଼ରେ ପଡ଼ିଥିଲେ ବୃଦ୍ଧା। ଆନନ୍ଦପୁର ଥାନା ଫକୀରପୁର…

ଜଳାଶୟ ମାଟି କାମକୁ ନେଇ କଂଗ୍ରେସ – ବିଜେଡି ମୁହାଁମୁହିଁ: ପୌର ପରିଷଦ ଅଧ୍ୟକ୍ଷା, କାଉନସିଲର ପହଞ୍ଚିବା ପରେ ହଙ୍ଗାମା

ବଲାଙ୍ଗୀର, ୬।୬( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର କରଙ୍ଗାକଟା ଓ ନରସିଂହ ବନ୍ଧ ଆଡିରେ ଶନିବାର ସକାଳେ କଂଗ୍ରେସ ଓ ବିଜେଡି ମୁହାଁମୁହିଁ ହୋଇଛନ୍ତି। ବିଜେଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri