Posted inଖେଳ

ପ୍ରଥମ ମ୍ୟାଚ୍‌ରେ ହାରିଲା ଆୟୋଜକ ପାକିସ୍ତାନ

କରାଚୀ, ୧୯।୨: ନ୍ୟାଶନାଲ ଷ୍ଟାଡିୟମରେ ବୁଧବାର ଅନୁଷ୍ଠିତ ଆଇସିସି ଚାମ୍ପିୟନ୍ସ ଟ୍ରଫିର ଉଦ୍‌ଘାଟନୀ ମ୍ୟାଚରେ ନ୍ୟୁଜିଲାଣ୍ଡ ୬୦ ରନରେ ପାକିସ୍ତାନକୁ ପରାସ୍ତ କରିଛି। ଓ୍ବିଲ୍‌ ୟଙ୍ଗ୍‌ ଓ ଟମ୍‌ ଲଥାମଙ୍କ ଶତକ ସହାୟତାରେ ନ୍ୟୁଜିଲାଣ୍ଡ ୫୦ ଓଭରରେ ୫ ଉଇକେଟ ହରାଇ ୩୨୦ ରନ କରିଥିଲା।

୩୨୧ ବିଜୟ ଲକ୍ଷ୍ୟରେ ପାକିସ୍ତାନ ୪୭.୨ ଓଭରରେ ୨୬୦ ରନକରି ଅଲ୍‌ଆଉଟ ହୋଇ ଯାଇଥିଲା। ଖୁସଦିଲ ଶାହା (୬୯) ଓ ବାବର ଆଜମ (୬୪)ଙ୍କ ଅର୍ଦ୍ଧଶତକ ଏବଂ ସଲମାନ ଆଘାଙ୍କ ଦ୍ରୁତ ୪୨ ରନ ପାକିସ୍ତାନ ବିଜୟ ପାଇଁ ପର୍ଯ୍ୟାପ୍ତ ହୋଇ ନ ଥିଲା।

ନ୍ୟୁଜିଲାଣ୍ଡ ପକ୍ଷରୁ ଓ୍ବିଲିୟମ ଓ’ରୌର୍କ ଏବଂ ଅଧିନାୟକ ମିଚେଲ ସାଣ୍ଟନର ୩ଟି ଲେଖାଏ ଉଇକେଟ ନେଇଥିଲେ। ମ୍ୟାଟ୍‌ ହେନରିଙ୍କୁ ୨ଟି ଉଇକେଟ ମିଳିଥିଲା। ବିଜୟ ଫଳରେ ନ୍ୟୁଜିଲାଣ୍ଡ ୨ ପଏଣ୍ଟ ସହ ଗ୍ରୁପ୍‌ ‘ଏ’ ଟେବୁଲର ଶୀର୍ଷରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

କେରଳରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ରକ୍‌କୁ ପିଟିଲା କାର୍‌; ୮ ଛାତ୍ରଙ୍କ ମୃତ୍ୟୁ

ତ୍ରିଶୂର ,୫।୯: କେରଳର ତ୍ରିଶୂର ଜିଲାରେ ଶୁକ୍ରବାର ବିଳମ୍ବିତ ରାତିରେ ଘଟିଛି ଭୟଙ୍କର ସଡ଼କ ଦୁର୍ଘଟଣା। ଏକ ଟ୍ରକ୍‌କୁ କାର୍‌ ଧକ୍କା ଦେବା ଫଳରେ କାର୍‌ରେ ଥିବା…

‘ମୋ ପତ୍ନୀ ମଧ୍ୟ…’, ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏମିତି କାହିଁକି କହିଲେ ପୂର୍ବତନ ଭାରତୀୟ କ୍ରିକେଟର, ବଢିଲା ଚର୍ଚ୍ଚା

ନୂଆଦିଲ୍ଲୀ,୫।୯: ମାତ୍ର ୧୫ ବର୍ଷ ବୟସରେ କ୍ରିକେଟ ଜଗତରେ ନିଜର ଗଭୀର ଛାପ ଛାଡ଼ିଛନ୍ତି ବୈଭବ ସୂର୍ଯ୍ୟବଂଶୀ। ଏହି ଯୁବ କ୍ରିକେଟରଙ୍କ ପ୍ରତିଭାକୁ ନେଇ ଏବେ ପୂର୍ବତନ…

ବୈଭବ ସୂର୍ଯ୍ୟବଂଶୀଙ୍କ ସହ ଓପନିଂ କରିବେ ସଞ୍ଜୁ? ବୋଲରଙ୍କ ମୁଣ୍ଡବିନ୍ଧାର କାରଣ ସାଜିବେ ଏହି ଯୋଡ଼ି

ନୂଆଦିଲ୍ଲୀ,୪।୮: ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ୍‌ ଶେଷ ହେବା ପରେ ଏବେ ପୁଣି ଥରେ ଟି-୨୦ ଫର୍ମାଟ୍‌ରେ ମଇଦାନକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଛି ଭାରତୀୟ ଦଳ। ଏହି…

୨୦୨୯ରେ ବିଜୟ ହେବେ PM ପ୍ରାର୍ଥୀ? TVK ଦଳର ବଡ଼ ଦାବି, କଂଗ୍ରେସ ଶିବିରରେ ହଇଚଇ!

ଚେନ୍ନାଇ,୪।୯: ୨୦୨୯ ସାଧାରଣ ନିର୍ବାଚନରେ ପ୍ରଧାନମନ୍ତ୍ରୀ ପଦ ଲାଗି ପ୍ରାର୍ଥୀ ଚୟନକୁ ନେଇ ତାମିଲନାଡୁର ଶାସକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’ (TVK) ଏବଂ ସହଯୋଗୀ ଦଳ…

ପ୍ରଥମ ଥର ଭାରତ-ଜାପାନ ଖେଳିବେ ଟି୨୦ମ୍ୟାଚ

ନୂଆଦିଲ୍ଲୀ, ୪ା୯: ଏସିଆନ ଗେମ୍ସ ପୂର୍ବରୁ ସେପ୍ଟେମ୍ବର ୨୨ରେ ଭାରତୀୟ ପୁରୁଷ କ୍ରିକେଟ ଦଳ ଜାପାନ ବିପକ୍ଷରେ ପ୍ରଥମ ଥର ଏକ ଅନ୍ତର୍ଜାତୀୟ ଟି୨୦ ମ୍ୟାଚ ଖେଳିବ।…

ଭକ୍ତିରେ ବୁଡିଲେ ବିରାଟ କୋହଲି, ଜନ୍ମାଷ୍ଟମୀରେ…

ନୂଆଦିଲ୍ଲୀ,୪।୯: ଜନ୍ମାଷ୍ଟମୀ ଅବସରରେ, ବିରାଟ କୋହଲିଙ୍କୁ ମଧ୍ୟ ଭକ୍ତିର ଭାବନାରେ ବୁଡ଼ ପକାଇଥିବାର ଦେଖାଯାଇଥିଲା। ସେ ପ୍ରଶଂସକମାନଙ୍କୁ ତାଙ୍କର ଶୁଭେଚ୍ଛା ଜଣାଇଥିଲେ। ଏହି ସମୟରେ, ‘କିଙ୍ଗ କୋହଲି’…

‘ବସ-ଉଠ’ ହେଲେ ଅଭିଷେକ ଶର୍ମା, ଜନ୍ମଦିନରେ ସ୍ବତନ୍ତ୍ର ଭିଡିଓ ଶେୟାର କରି…

ନୂଆଦିଲ୍ଲୀ,୪।୯: ଭାରତୀୟ କ୍ରିକେଟର ଅଭିଷେକ ଶର୍ମା ଆଜି ତାଙ୍କର ୨୬ତମ ଜନ୍ମଦିନ ପାଳନ କରୁଛନ୍ତି। ୪ ସେପ୍ଟେମ୍ବର ୨୦୦୦ରେ ଜନ୍ମଗ୍ରହଣ କରିଥିବା ଅଭିଷେକ ଟି-୨୦ ଦଳର ଜଣେ…

ବଡ଼ ଘୋଷଣା କଲା BCCI, ଟିମ ଇଣ୍ଡିଆ ପ୍ରଥମ ଥର ପାଇଁ…

ନୂଆଦିଲ୍ଲୀ,୪।୯: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଶୁକ୍ରବାର ବଡ଼ ଘୋଷଣା କରିଛି। ଏସିଆନ ଗେମ୍ସରେ ନିଜ ଅଭିଯାନ ଆରମ୍ଭ କରିବା ପୂର୍ବରୁ ଭାରତୀୟ ପୁରୁଷ କ୍ରିକେଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri