Posted inଖେଳ

Champions Trophy: ତୃତୀୟ ଥର ପାଇଁ ଟାଇଟଲ ହାସଲ ଲକ୍ଷ୍ୟରେ ଭାରତ

ଦୁବାଇ,୮ା୩: ରବିବାର ଚାମ୍ପିୟନ୍ସ ଟ୍ରଫିର ଫାଇନାଲ ମୁକାବିଲା। ଏଥିରେ ଭାରତ ଓ ନ୍ୟୁଜିଲାଣ୍ଡ ପରସ୍ପରକୁ ଭେଟିବେ। ୨୦୧୩ ସଂସ୍କରଣରେ ଚାମ୍ପିୟନ ହୋଇଥିବା ଭାରତ ଏଥର ତୃତୀୟ ଥର ପାଇଁ ଟାଇଟଲ ହାସଲ କରିବାକୁ ଲକ୍ଷ୍ୟ ରଖିଛି। ଭାରତ ୨୦୦୨ ସଂସ୍କରଣରେ ଶ୍ରୀଲଙ୍କା ସହିତ ମିଳିତ ଚାମ୍ପିୟନ ହୋଇଥିଲା। ଅନ୍ୟପକ୍ଷରେ ନ୍ୟୁଜିଲାଣ୍ଡ ଦ୍ୱିତୀୟ ଥର ପାଇଁ ଏହି ଆଇସିସି ଟୁର୍ନାମେଣ୍ଟ ଜିତିବାକୁ ଲକ୍ଷ୍ୟ ରଖିଛି। ନ୍ୟୁଜିଲାଣ୍ଡ ୨୦୦୦ ସଂସ୍କରଣରେ ଚାମ୍ପିୟନ ହୋଇଥିଲା। ସଂଯୋଗର ବିଷୟ ଯେ, ନ୍ୟୁଜିଲାଣ୍ଡ ସେଥର ଫାଇନାଲରେ ଭାରତକୁ ହରାଇଥିଲା।

ଏପର୍ଯ୍ୟନ୍ତ ଆଇସିସି ଟୁର୍ନାମେଣ୍ଟରେ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ୧୬ଟି ମ୍ୟାଚ ଖେଳାଯାଇଛି। ଏଥିରୁ ନ୍ୟୁଜିଲାଣ୍ଡ ୧୦ ମ୍ୟାଚ ଜିତିଥିବା ବେଳେ ଭାରତକୁ ୬ ମ୍ୟାଚରେ ଜିତାପଟ ମିଳିଛି। ଆଇସିସି ଟୁର୍ନାମେଣ୍ଟର ନକ୍‌ଆଉଟ ପର୍ଯ୍ୟାୟରେ ମଧ୍ୟ ନ୍ୟୁଜିଲାଣ୍ଡର ପଲା ଭାରି ରହିଛି। ଦୁଇ ଦଳ ନକ୍‌ଆଉଟ ପର୍ଯ୍ୟାୟରେ ୪ ଥର ମୁହାଁମୁହିଁ ହୋଇଛନ୍ତି, ଯେଉଁଥିରୁ ନ୍ୟୁଜିଲାଣ୍ଡ ୩ ଥର ବାଜି ମାରିଥିବା ବେଳେ ଭାରତ କେବଳ ଥରେ ବିଜୟ ସ୍ବାଦ ଚାଖିଛି। ଅନ୍ତିମ ଥର ୨୦୨୩ ବିଶ୍ୱକପ ସେମିଫାଇନାଲରେ ଦୁଇ ଦଳ ପରସ୍ପରକୁ ଭେଟିଥିଲେ। ଏହି ହାଇ ସ୍କୋରିଂ ମ୍ୟାଚରେ ଭାରତ ବିଜୟୀ ହୋଇଥିଲା। ଏଥିପୂର୍ବରୁ ୨୦୨୧ ଆଇସିସି ଓ୍ବାଲର୍‌ଡ ଟେଷ୍ଟ ଚାମ୍ପିୟନଶିପ ଫାଇନାଲ, ୨୦୧୯ ଦିନିକିଆ ବିଶ୍ୱକପ ସେମିଫାଇନାଲ ଓ ୨୦୦୦ ଆଇସିସି ନକ୍‌ଆଉଟ ଟୁର୍ନାମେଣ୍ଟର ଫାଇନାଲରେ ନ୍ୟୁଜିଲାଣ୍ଡଠାରୁ ଭାରତ ପରାଜିତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ରାହୁଲ ଗାନ୍ଧୀ , ପପୁ ଯାଦବଙ୍କ ନାମରେ ରୁଜୁ ହେଲା ମାମଲା, କାହିଁକି ଜାଣନ୍ତୁ…

ବାରାଣସୀ,୧ା୮: ପାର୍ଲାମେଣ୍ଟରେ ବିରୋଧୀ ଦଳ ଏମ୍‌ପିମାନଙ୍କ ବିକ୍ଷୋଭ ବେଳେ ସନାତନ ଧର୍ମକୁ ଅପମାନିତ କରାଯିବା ସହ ଧର୍ମୀୟ ଭାବାବେଗକୁ ଆଘାତ ପହଞ୍ଚାଇଥିବା ଅଭିଯୋଗରେ ବାରାଣସୀ ପୋଲିସ ଶନିବାର…

ବାଇକ୍‌ରେ ଘରକୁ ଯାଉଥିବା ବେଳେ ମୁହାଁମୁହିଁ ଧକ୍କା: ସ୍ପେଶାଲ ବ୍ରାଞ୍ଚ ଏଏସ୍‌ଆଇ ମନୋଜ ପାଢ଼ୀଙ୍କ ମୃତ୍ୟୁ, ପୋଲିସ ମହଲରେ…

ପାରଳାଖେମୁଣ୍ଡି,୧।୮ (ଗିରିଧାରୀ ପରିଛା): ଗଜପତି ଜିଲା ସ୍ପେଶାଲ ବ୍ରାଞ୍ଚରେ କାର୍ଯ୍ୟରତ ଏଏସ୍‌ଆଇ ମନୋଜ କୁମାର ପାଢ଼ୀଙ୍କର ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଏହି…

ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଇତିହାସରେ ରଚିଲେ ପାରା ଆଥଲେଟ୍‌

ଗ୍ଲାସଗୋ,୧ା୮: ଭାରତୀୟ ପାରା ଆଥଲେଟ୍‌ମାନେ ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ସେମାନଙ୍କ ଶ୍ରେଷ୍ଠ ପ୍ରଦର୍ଶନ କରିଛନ୍ତି। ୨୮ ଜଣିଆ ଭାରତୀୟ ପାରା ସ୍ପୋଟର୍‌ସ ଦଳ ୭ ପଦକ ଜିତିଛି,…

କେଜ୍‌ରିଓ୍ବାଲଙ୍କ ବଡ଼ ଘୋଷଣା, ୪ରେ ବାହାରିବେ ପଦଯାତ୍ରା

ନୂଆଦିଲ୍ଲୀ,୧ା୮: ଖାଣ୍ଟି ପେଟ୍ରୋଲ ଏବଂ ଇ୨୦ (୨୦% ଇଥାନଲ ମିଶ୍ରିତ ପେଟ୍ରୋଲ) ମଧ୍ୟରୁ ଗ୍ରାହକ ଗୋଟିଏକୁ ବାଛିବା ନିମନ୍ତେ ପେଟ୍ରୋଲ ପମ୍ପଗୁଡ଼ିକରେ ସରକାର ବିକଳ୍ପ ବ୍ୟବସ୍ଥା ରଖିବାକୁ…

ଘାସ, ଲତାରେ ଲୁଚିଗଲାଣି ୨ ମହଲା ପାଠାଗାର

ବଉଳା,୧ା୮(ଦୁର୍ଗାପ୍ରସାଦ ଆୟଚ): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ହାଟଡ଼ିହୀ ପଞ୍ଚାୟତ ମଠଡାହିଠାରେ ନିର୍ମିତ ବ୍ଲକ୍‌ସ୍ତରୀୟ ପାଠାଗାର ଜରାଜୀର୍ଣ୍ଣ ଅବସ୍ଥାରେ ରହିଛି। ରକ୍ଷଣାବେକ୍ଷଣ ଅଭାବରୁ ଘାସ, ଲତାରେ ୨…

୭ ବର୍ଷର ଛାତ୍ରୀଙ୍କୁ ବଳାତ୍କାର, ଶିକ୍ଷକଙ୍କୁ ମିଳିଲା ଏହି ଦଣ୍ଡ, ଜାଣନ୍ତୁ…

କେନ୍ଦୁଝର,୧।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଜଣେ ୭ ବର୍ଷୀୟା ଛାତ୍ରୀଙ୍କୁ ବଳାତ୍କାର ମାମଲାରେ କୋଚିଂ ସେଣ୍ଟରର ଜଣେ ଶିକ୍ଷକଙ୍କୁ କଠୋର ଦଣ୍ଡାଦେଶ ଦେଇଛନ୍ତି ପୋସ୍କୋ ଅଦାଲତ । ଅତିରିକ୍ତ…

ବୈତରଣୀ ନଦୀର ବନ୍ୟା ଜଳରେ ହାତୀପଲଙ୍କ ଜଳକ୍ରୀଡ଼ା: ଦେଖିବା ପାଇଁ ଲୋକଙ୍କ ପ୍ରବଳ ଭିଡ଼

ପାଟଣା,୧।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ କିଆପଡା ନିକଟସ୍ଥ ବୈତରଣୀ ନଦୀର ବନ୍ୟା ଜଳରେ ହାତୀପଲଙ୍କ ଜଳକ୍ରୀଡ଼ାର ଏକ ମନୋରମ ଓ ରୋମାଞ୍ଚକର…

କାହିଁକି ହକି ଦଳର ଜର୍ସି ରଙ୍ଗ ବଦଳାଗଲା, ପ୍ରଶ୍ନ ଉଠାଇଲା ଖାର୍ଗେ

ନୂଆଦିଲ୍ଲୀ,୧ା୮: ଭାରତୀୟ ହକି ଦଳର ଜର୍ସିର ରଙ୍ଗ ଗେରୁଆ କରାଯିବା ଘଟଣାକୁ ନେଇ ଏବେ ବିବାଦ ଦେଖାଦେଇଛି। ସରକାରଙ୍କ ଏହି ନିଷ୍ପତ୍ତି ଉପରେ କଂଗ୍ରେସ ସଭାପତି ମଲିକାର୍ଜୁନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri