Posted inଖେଳ

Champions Trophy: ରୋହିତ-ବିରାଟ ଖେଳିବେ ହେଲେ ଖେଳିବେନି…

ନୂଆଦିଲ୍ଲୀ,୭।୨: ଜାରି ରହିଛି ଭାରତ-ଇଂଲଣ୍ଡ ଦିନିକିଆ ସିରିଜ । ପ୍ରଥମ ମ୍ୟାଚରେ ଇଂଲଣ୍ଡକୁ ଅତି ସହଜରେ ହରାଇ ସିରିଜ୍ରେ ୧-୦ରେ ଆଗୁଆ ହୋଇଯାଇଛି । ଫେବ୍ରୁଆରୀ ୯ରେ କଟକର ବାରବାଟୀ ଷ୍ଟାଡିୟମରେ ଖେଳାଯିବ ଦ୍ବିତୀୟ ଦିନିକିଆ ମୁକାବିଲା । ଏହା ପରେ ଖେଳାଯିବ ଚାମ୍ପିୟନ୍ସ ଟ୍ରଫି ମୁକାବିଲା । ଚାମ୍ପିୟନ୍ସ ଟ୍ରଫି ଟୁର୍ଣ୍ଣାମେଣ୍ଟ ପାଇଁ ଘୋଷଣା ହୋଇସାରିଛି ଭାରତୀୟ ଦଳ । ରୋହିତ ଶର୍ମାଙ୍କୁ ନେତୃତ୍ୱରେ ପଡିଆକୁ ଓହ୍ଲାଇବ ଟିମ ଇଣ୍ଡିଆ । ଏଥିପାଇଁ ୧୫ ଜଣିଆ ଦଳ ଘୋଷଣା କରିଥିଲା BCCI । ଏଥର ଦମଦାର ଟିମ ପଡିଆକୁ ଓହ୍ଲାଇବ ।

ରୋହିତ ଶର୍ମାଙ୍କ ନେତୃତ୍ବରେ ପଡିଆକୁ ଓହ୍ଲାଇବ ଟିମ ଇଣ୍ଡିଆ । ସେହିଭଳି ଶୁଭମନ ଗିଲଙ୍କୁ ଉପଅଧିନାୟକ ଭାବେ ଦଳରେ ସାମିଲ କରାଯାଇଛି । ଆସନ୍ତା ଫେବୃଆରୀ ୧୯ରୁ ଆରମ୍ଭ ହେବାକୁ ଯାଉଛି ଚାମ୍ପିୟନ୍ସ ଟ୍ରଫି ଟୁର୍ଣ୍ଣାମେଣ୍ଟ । ସବୁଠୁ ବଡ କଥା ହେଉଛି ମହମ୍ମଦ ସିରାଜଙ୍କ ଭଳି ବୋଲରଙ୍କୁ ଦଳରୁ ବାଦ ଦିଆଯାଇଛି ।

ଦୀର୍ଘ ଦିନ ଧରି ଆହତ କାରଣରୁ ଦଳରୁ ବାଦ ପଡିଥିବା ମହମ୍ମଦ ଶାମିଙ୍କୁ ମିଳିଛି ସୁଯୋଗ । ଚାମ୍ପିୟନ୍ସ ଟ୍ରଫି ଟୁର୍ଣ୍ଣାମେଣ୍ଟରେ ଏଥର କମାଲ କରିବେ ବୁମରାହ ଓ ଶାମି ଯୋଡି । ଆଉ ପେସ ବାହିନୀରେ ଉଭୟଙ୍କୁ ସହଯୋଗ କରିବେ ଅର୍ଶଦୀପ ସିଂହ । ସେହିଭଳି ଅଲରାଉଣ୍ଡର ଭାବେ ହାର୍ଦ୍ଦିକ ପାଣ୍ଡ୍ୟା ବି ରହିଛନ୍ତି । ମୋଟ ୪ ଜଣ ଅଲରାଉଣ୍ଡରଙ୍କୁ ଦଳରେ ସାମିଲ କରାଯାଇଛି । ଦୁଇ ଜଣ ବ୍ୟାଟିଂ ଅଲରାଉଣ୍ଡର ରହିଥିବା ବେଳେ ଆଉ ଦୁଇ ଜଣ ବୋଲିଂ ଅଲରାଉଣ୍ଡରଙ୍କୁ ମିଳିଛି ସୁଯୋଗ । ଆସନ୍ତା ଫେବ୍ରୁଆରୀ ୧୯ ତାରିଖରୁ ଚାମ୍ପିୟନ୍ସ ଟ୍ରଫି ଆରମ୍ଭ ହେବାକୁ ଥିବା ବେଳେ ଟିମ ଇଣ୍ଡିଆ କେଉଁ ୧୧ ଜଣଙ୍କୁ ନେଇ ପଡିଆକୁ ଓହ୍ଲାଇବ ତାହା ଉପରେ ସମସ୍ତଙ୍କ ନଜର । ସମ୍ଭାବ୍ୟ ପ୍ଲେଇଂ ଇଲେଭେନ ଉପରେ ନଜର ପକାନ୍ତୁ ।

କୋହଲିଙ୍କ ଉପରୁ ହଟିଛି ସସପେନ୍ସ । ଚର୍ଚ୍ଚା ହେଉଥିଲା କୋହଲିଙ୍କୁ ସୁଯୋଗ ମିଳିବନି । କିନ୍ତୁ ବିସିସିଆଇ ପୁଣି କୋହଲିଙ୍କ ଉପରେ ଭରସା କରିଛି । ଶ୍ରେୟସ ଆୟରଙ୍କୁ ସୁଯୋଗ ମିଳିଥିବା ବେଳେ ମିଡିଲ ଅର୍ଡରରେ ପ୍ରମୁଖ ଭୂମିକା ତୁଲାଇବେ ସେ । ଉଭୟ କୋହଲି ଓ ଆୟରଙ୍କ ଉପରେ ଦଳ ବିଶେଷ ଭାବେ ର୍ନିଭର କରିବ । ସେହିଭଳି ଦଳରେ ଦୁଇ ଜଣ ଓ୍ବିକେଟ କିପରଙ୍କୁ ସାମିଲ କରାଯାଇଛି । ଲୋକେସ ରାହୁଲ ଏବଂ ଋଷଭ ପନ୍ତଙ୍କୁ ମିଳିଛି ସୁଯୋଗ । ତେବେ ରାହୁଲଙ୍କୁ ପ୍ଲେଇଂ ଇଲେଭେନରେ ସାମିଲ କରାଯାଇପାରେ । କାରଣ ଦିନିକିଆରେ ଋଷଭ ପନ୍ତ ଏଯାଏ ନିଜକୁ ପ୍ରମାଣିତ କରିପାରିନାହାନ୍ତି ।

ସମ୍ଭାବ୍ୟ ଏକାଦଶ: ରୋହିତ ଶର୍ମା (ଅଧିନାୟକ), ଶୁଭମନ ଗିଲ (ଉପଅଧିନାୟକ), ବିରାଟ କୋହଲି, ଶ୍ରେୟସ ଆୟର, ଲୋକେସ ରାହୁଲ, ହାର୍ଦ୍ଦିକ ପାଣ୍ଡ୍ୟା, ଅକ୍ଷର ପଟେଲ, କୁଲଦୀପ ଯାଦବ, ଅର୍ଶଦୀପ ସିଂହ, ଜସପ୍ରୀତ ବୁମରାହ ଓ ମହମ୍ମଦ ଶାମି


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କୁ ପିଟିପିଟି ମାରିଲେ ପୁଅ: ଘରୋଇ ଝଗଡା ହେଲା କାଳ

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଧିନ ବ୍ରାହ୍ମଣଗାଁ ଗ୍ରାମପଞ୍ଚାୟତ ତାଳବନ୍ଦ ବୁରୁଡି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳିକୁ ନେଇ…

ଶୋକାକୁଳ ପରିବେଶରେ ଅବକାରୀ ବିଭାଗର ଅଧିକାରୀଙ୍କୁ ଶେଷ ବିଦାୟ: ବଜ୍ରପାତରେ…

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଶ୍ରାନିକେତା ଗାଁର ଯୁବ ସରକାରୀ ଅଧିକାରୀ ବୌଦ୍ଧ ଜିଲାରେ ରବିବାର ବଜ୍ରପାତରେ ମୃତ୍ୟୁବରଣ କରିଥିଲେ। ସୋମବାର ତାଙ୍କ…

ଦୀପାବଳି ପୂର୍ବରୁ ମାଲାମାଲ ହେବେ ଚାଷୀ! ଆସିବାକୁ ଯାଉଛି…

ନୂଆଦିଲ୍ଲୀ, ୨୧।୯: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (PM-KISAN) ଯୋଜନାର ୨୪ତମ କିସ୍ତିକୁ ଦେଶର କୋଟି କୋଟି ଚାଷୀ ଅପେକ୍ଷା କରିଛନ୍ତି। ଏହି ଯୋଜନାର ୨୩ତମ କିସ୍ତି…

ପିଲାଙ୍କୁ ଖଡ଼ି ଧରି ପାଠ ପଢ଼ାଇଲେ ସରପଞ୍ଚ: ସବୁଠି ହେଉଛି ଚର୍ଚ୍ଚା

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତର ନାଏବ ସରପଞ୍ଚ ଦୀପକ ପ୍ରଧାନଗତ କିଛି ଦିନ ହେଲା ସରପଞ୍ଚ ଦାୟିତ୍ୱ ସମ୍ଭାଳିବା ପରେ ପ୍ରଥମଥର ପାଇଁ…

ପୋଲିସ ଯାଞ୍ଚ୍‌ ନାଁରେ ଲୋକଙ୍କୁ ହଇରାଣ: ଥାନା ଏଏସଆଇଙ୍କ ଦାଦାଗିରି

ରିଷିଡା,୨୧।୯(ସୁଶାନ୍ତ ମଲ୍ଲିକ): ଗତକିଛି ଦିନ ହେଲା ମ.ରାମପୁର ଥାନା ଅଧିନ ବିଭିନ୍ନ ଅଞ୍ଚଳରେ ସନ୍ଧ୍ୟା ସମୟରେ ପୋଲିସ ଯାଞ୍ଚ୍‌ ନାଁରେ ଜନୈକ ଏଏସଆଇ ଦାଦାଗିରି ଚଲାଇଥିବା ଅଭିଯୋଗ…

୧୭-୧ରେ ହାରିଲା ଇଣ୍ଡୋନେସିଆ, ଦୀପିକା, ଋତୁଜା, ନବନୀତଙ୍କ ହ୍ୟାଟ୍ରିକ ଗୋଲ୍‌

କାକାମିଗାହାରା,୨୧।୯: ଏସିଆନ ଗେମ୍ସ ମହିଳା ହକି ପ୍ରତିଯୋଗିତାରେ ପୁଲ୍‌ ‘ବି’ର ଏକ ମ୍ୟାଚ୍‌ରେ ଭାରତ ୧୭-୧ ଗୋଲ୍‌ରେ ଇଣ୍ଡୋନେସିଆକୁ ହରାଇ ଦେଇଛି। ସୋମବାର ଖେଲାଯାଇଥିବା ଏହି ଏକତରଫା…

ବୈଶିଙ୍ଗାରେ ଲଜ୍ଜା: ଶିଶୁ କନ୍ୟାକୁ ଜଙ୍ଗଲକୁ ନେଇ ଯୌନ ନିର୍ଯାତନା

ବୈଶିଙ୍ଗା,୨୧।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଞ୍ଚଳରେ ଜଣେ ୬ ବର୍ଷୀୟା ଶିଶୁ କନ୍ୟାଙ୍କୁ ୧୩ ବର୍ଷିୟ ସମ୍ପର୍କୀୟ ନାବାଳକ ଭାଇ ଯୌନ ନିର୍ଯାତନା ଦେଇଥିବା…

IPL 2027 ପୂର୍ବରୁ CSKର ବଡ଼ ଘୋଷଣା: ନୂଆ ହେଡ କୋଚ ହେଲେ…

ଚେନ୍ନାଇ,୨୧।୯: ଇଣ୍ଡିଆନ ପ୍ରିମିୟର ଲିଗ (IPL) 2027 ପୂର୍ବରୁ ଚେନ୍ନାଇ ସୁପର କିଙ୍ଗ୍ସ (CSK) ଏକ ବଡ଼ ଘୋଷଣା କରିଛି। ଭାରତର ପୂର୍ବତନ ତାରକା ଦ୍ରୁତ ବୋଲର୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?