ଚମ୍ପୁଆ ବନ୍ଦ, ସୀମାନ୍ତରେ ଉତ୍ତେଜନା

ଚମ୍ପୁଆ/କେନ୍ଦୁଝର,୩।୧୧(ମହେଶ୍ୱର ଦାସ/ ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଚମ୍ପୁଆ ଓ ଝାଡ଼ଖଣ୍ଡ ମଧ୍ୟରେ ଲାଇଫ୍‌ଲାଇନ ସାଜିଥିବା ବୈତରଣୀ କୂଳରେ ଅବସ୍ଥିତ ନୀଳକଣ୍ଠେଶ୍ୱର ମନ୍ଦିରର ଶିବଲିଙ୍ଗକଶୁକ୍ରବାର ଦୁର୍ବୃତ୍ତ ଭାଙ୍ଗିଦେଇଛନ୍ତି। ଘଟଣାକୁ ନେଇ ରାତିଠାରୁ ଝାଡ଼ଖଣ୍ଡ ଅଞ୍ଚଳ ଜୟନ୍ତିଗଡ଼ଠାରେ ଉତ୍ତେଜନା ଲାଗି ରହିଛି।ହିନ୍ଦୁବାଦୀମାନେ ଘଟଣାକୁ ଦୃଢ଼ ବିରୋଧକରି ପ୍ରତିବାଦ କରୁଛନ୍ତି। ଏହାର ପ୍ରଭାବ ଚମ୍ପୁଆରେ ପଡ଼ିଛି। ଲୋକେ ଶନିବାର ଚମ୍ପୁଆ ବନ୍ଦ କରିବା ସହ ଟାୟାର ଜାଳି ଜାତୀୟ ରାଜପଥ ଅବରୋଧ କରିଛନ୍ତି।
ସୂଚନା ଅନୁଯାୟୀ, ଚମ୍ପୁଆ ନିକଟବର୍ତ୍ତୀ କଙ୍ଗିରା ମୁହାଣଠାରେ ଥିବା ନୀଳକଣ୍ଠେଶ୍ୱର ମନ୍ଦିରରେ ମୟୂରଭଞ୍ଜ, ଝାଡ଼ଖଣ୍ଡ ଓ ଚମ୍ପୁଆ ଅଞ୍ଚଳର ଲୋକମାନେ ପୂଜାର୍ଚ୍ଚନା କରିଆସୁଛନ୍ତି। ଶୁକ୍ରବାର ସନ୍ଧ୍ୟାରେ ଜୟନ୍ତିଗଡ଼ ଅଞ୍ଚଳର ଶ୍ରଦ୍ଧାଳୁ କାଳୀପୂଜା ଅବସରରେ ଦୀପ ପ୍ରଦାନ କରିବାକୁ ଯାଇଥିଲେ। ପ୍ରାଚୀନ ଶିବଲିଙ୍ଗଟି ଭଗ୍ନ ଅବସ୍ଥାରେ ପଡ଼ିଥିବା ଦେଖିଥିଲେ। ଖବର ପ୍ରଚାରହେବା ପରେ ହିନ୍ଦୁବାଦୀମାନେ ଝାଡ଼ଖଣ୍ଡର ଜୟନ୍ତିଗଡ଼ଠାରେ ଟାୟାର ଜାଳି ରାସ୍ତା ଅବରୋଧ କରିଥିଲେ। ପୋଲିସ ପକ୍ଷରୁ ପଦକ୍ଷେପ ନିଆଯାଇ ଖଣିଜ ପରିବହନ କରୁଥିବା ଯାନବାହନ ଚଳାଚଳକୁ ସ୍ବାଭାବିକ କରାଯାଇଥିଲା। ଶନିବାର ମଧ୍ୟ ଜୟନ୍ତିଗଡ଼ଠାରେ ରାସ୍ତାରୋକୋ କରାଯାଇଥିବା ବେଳେ ଚମ୍ପୁଆରେ ସମରୂପ ଟାୟାର ଜାଳି ରାସ୍ତାରୋକୋ କରାଯାଇଥିଲା। ବ୍ୟବସାୟୀ ସଂଘ ପକ୍ଷରୁ ଦୋକାନ ବଜାର ବନ୍ଦକରିି ଚମ୍ପୁଆ ବନ୍ଦ କରାଯାଇଥିଲା। ଫଳରେ ଯାନବାହନ ଚଳାଚଳ ବାଧାପ୍ରାପ୍ତ ହୋଇଛି। ସମ୍ବେଦନଶୀଳ ଘଟଣାକୁ ନେଇ ପୋଲିସ ପକ୍ଷରୁ ଫ୍ଲାଗ୍‌ମାର୍ଚ୍ଚ କରାଯିବା ସହ ସମସ୍ତ ଛକରେ ପୋଲିସ ମୁତୟନ ହୋଇଥିବା ଦେଖିବାକୁ ମିଳିଛି। ଭାରପ୍ରାପ୍ତ ଆଇଆଇସି ଦେବକୀ ନାଏକଙ୍କ ତତ୍ତ୍ୱାବଧାନରେ ବିଭିନ୍ନ ସ୍ଥାନରେ ପାଟ୍ରୋଲିଂକୁ କଡ଼ାକଡ଼ି କରାଯାଇଛି। ଅପ୍ରୀତିକର ପରିସ୍ଥିତିକୁ ଏଡ଼ାଇବା ପାଇଁ ରାସ୍ତା ଅବରୋଧ ସ୍ଥାନରେ ଫୋର୍ସ ସଜାଗ ରହିଛନ୍ତି। କେନ୍ଦୁଝର ଏସ୍‌ପି ନୀତିନ କୁଶଲକର ଘଟଣାସ୍ଥଳରେ ପହଞ୍ଚତ୍ ପରିସ୍ଥିତି ଉପରେ ନଜର ରଖିଛନ୍ତି। ଉଭୟ ରାଜ୍ୟ ପୋଲିସ ସଜାଗ ରହିଥିବା ବେଳେ ଘଟଣାର ତଦନ୍ତ ଆରମ୍ଭକରି ଦୁର୍ବୃତ୍ତଙ୍କୁ ଧରିବାକୁ ଉଦ୍ୟମ କରାଯାଉଥିବା ପୋଲିସ ପକ୍ଷରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?