ଘରକୁ ସ୍ବର୍ଗ କରିବା ପାଇଁ ଏହି ୩ଟି କଥାକୁ ମହତ୍ତ୍ୱ ଦେଇଛନ୍ତି ଚାଣକ୍ୟ, ଜାଣନ୍ତୁ କ’ଣ

ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ନୀତିଶାସ୍ତ୍ରରେ ଜୀବନ ବିଷୟରେ ଅନେକ କିଛି ଉଲ୍ଲେଖ କରିଛନ୍ତି। ଏହାର ଏକ ଶ୍ଳୋକରେ ଘରକୁ ସ୍ବର୍ଗ ପରି କରିବା ପାଇଁ ତିନୋଟି ଜିନିଷର ମହତ୍ତ୍ୱ ରହିଥିବା ବିଷୟରେ କହିଛନ୍ତି।

परोपकरणं येषां जागर्ति हृद्ये सताम् |
नश्यन्ति विपदस्तेषां संपदः स्यु पदे पदे ||

ଏହି ଶ୍ଳୋକରେ ଚାଣକ୍ୟ କହିଛନ୍ତି ଯେ, ଜଣେ ମଣିଷ ପରୋପକାରୀ ହେବା ଉଚିତ୍‌। ଯାହା ହୃଦୟ ଦୟାରେ ପରିପୂର୍ଣ୍ଣ, ସେମାନଙ୍କୁ କଦାପି ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼େ ନାହିଁ। ସେମାନଙ୍କ ପଥରେ ଥିବା ସମସ୍ତ ବାଧା ଆପେ ଆପେ ନଷ୍ଟ ନଷ୍ଟ ହୋଇଯାଏ। ସେମାନେ ତାଙ୍କ ପ୍ରତ୍ୟେକ ପଦକ୍ଷେପରେ ସଫଳ ହୁଅନ୍ତି। ଦୟାଳୁ ବ୍ୟକ୍ତି ଜୀବନରେ ଦୁଃଖ ନ କରି ସୁଖମୟ ଜୀବନଯାପନ କରନ୍ତି।

यदि रामा यदि च रमा अहितनयो विनयगुणोपेतः।
यदि तनये तनयोत्पतिः सुखमिन्द्रे किमाधिक्यम् ।।

ଏହି ଶ୍ଳୋକରେ ଚାଣକ୍ୟ ଉପଯୁକ୍ତ ୩ଟି ଗୁରୁତ୍ୱପୂର୍ଣ୍ଣ କଥା କହିଛନ୍ତି। ସେଗୁଡ଼ିକ ହେଲା ଗୁଣବାନ୍‌ ସ୍ତ୍ରୀ , ପୁଅ ଏବଂ ନାତି ସହିତ ଆବଶ୍ୟକତା ପୂରଣ କରିବା ପାଇଁ ପର୍ଯ୍ୟାପ୍ତ ଅର୍ଥ। ଚାଣକ୍ୟ କହିଛନ୍ତି ଯେ, ଯଦି ଜଣେ ବ୍ୟକ୍ତି ଏହି ତିନୋଟି ଜିନିଷ ପାଆନ୍ତି, ତେବେ ତାଙ୍କ ଘର ତାଙ୍କ ପାଇଁ ସ୍ବର୍ଗ ପରି ହୋଇଯିବ। ତା’ପରେ ସେ ଅନ୍ୟ କୌଣସି ସ୍ବର୍ଗ ପାଇଁ ଇଚ୍ଛା କରିବେ ନାହିଁ ।

आहरनिद्रामय मैथुननानि, समानि चैतानि नृणा पशूनाम।
ज्ञानपं नराणामधिको विशेषो ज्ञानेन हीना: पशुभि: समाना:।।

ଏହି ଶ୍ଳୋକ ମାଧ୍ୟମରେ ଚାଣକ୍ୟ କହିଛନ୍ତି ଯେ, ପୃଥିବୀର ସମସ୍ତ ଜୀବଙ୍କ ପରି ମଣିଷ ମଧ୍ୟ ଖାଦ୍ୟ, ଭୟ, ଶୋଇବା, ଯୌନ ସମ୍ପର୍କ ତୃପ୍ତି ପାଇଁ କାର୍ଯ୍ୟ କରିଥାନ୍ତି। ଯଦି ଏହି ଦୃଷ୍ଟିକୋଣରୁ ଦେଖାଯାଏ,ଭୌତିକ ଗଠନ ବ୍ୟତୀତ ପଶୁ ଏବଂ ମଣିଷ ମଧ୍ୟରେ କୌଣସି ବିଶେଷ ପାର୍ଥକ୍ୟ ନାହିଁ, କିନ୍ତୁ କେବଳ ଆଚରଣ ପ୍ରମାଣ କରେ ଯେ ମଣିଷ ପଶୁମାନଙ୍କଠାରୁ ଶ୍ରେଷ୍ଠ ଅଟେ। ସେଥିମଧ୍ୟରୁ ଧର୍ମକାର୍ଯ୍ୟ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଯାହା ପାଖେ ଧାର୍ମିକ-କର୍ମ-ନୈତିକ ଗୁଣରେ ପରିପୂର୍ଣ୍ଣ, ବାସ୍ତବରେ ସେତେବେଳେତାଙ୍କୁ ମଣିଷ କୁହାଯିବା ଯୋଗ୍ୟ।


Enter your email to get our daily news in your inbox.

All Right Reserved By Dharitri.Com

ମଧ୍ୟାହ୍ନ ଭୋଜନରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ

ଖଜୁରିପଡ଼ା,୧୬ା୨(ବିଦୁର ବେହେରା): ଖଜୁରିପଡ଼ା ଅଞ୍ଚଳରେ ସୋମବାର କିଛି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ଗଡ଼ପଦର୍‌ ସ୍କୁଲ,…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

ତାରିକ ରହମାନଙ୍କ ଶପଥ ଗ୍ରହଣକୁ ମୋଦିଙ୍କୁ ନିମନ୍ତ୍ରଣ ମିଳିବାରୁ, ପାକିସ୍ତାନ ଏକ୍ସପର୍ଟ କହୁଛନ୍ତି, ବହୁତ ବଡ଼ ଭୁଲ କଲା…

ନୂଆଦିଲ୍ଲୀ/ଢାକା/ଇସଲାମାବାଦ,୧୬।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବାଂଲାଦେଶ ପ୍ରଧାନମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବାକୁ ନିମନ୍ତ୍ରଣ କରାଯିବା ପରେ ପାକିସ୍ତାନବାସୀ ଖୁବ ରାଗିଛନ୍ତି। ପାକ ବିଶେଷଜ୍ଞ କମର ଚିମା…

ବିଦାୟୀ ପୂର୍ବରୁ କିନ୍ନର ବାହାରିଲା ବର, ଶ୍ବଶୁର ଘର ଲୋକେ କଲେ….

ଲକ୍ଷ୍ନୌ,୧୬।୨: ଉତ୍ତର ପ୍ରଦେଶର ବାରବାଙ୍କି ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ବିଦାୟୀ ସମୟରେ ବର କିନ୍ନର ବୋଲି ଜଣାପଡିଲା । ଏହାପରେ ହଙ୍ଗାମା…

ପୁଣିଥରେ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ! ବୁଝନ୍ତୁ ସମିକରଣ

ନୂଆଦିଲ୍ଲୀ,୧୬।୨: ଭାରତୀୟ ଦଳ ପୁଣିଥରେ ପାକିସ୍ତାନକୁ ପରାସ୍ତ କରିଛି। ଫେବୃଆରୀ ୧୫ରେ କଲମ୍ବୋର ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିବା ଟି-୨୦ ବିଶ୍ୱକପ ୨୦୨୬ ମ୍ୟାଚରେ ଭାରତ ପାକିସ୍ତାନକୁ ୬୧…

ଇତିହାସ ରଚିଲେ ରସିଦ୍ ଖାନ୍: ବିଶ୍ୱର ପ୍ରଥମ ବୋଲର ଭାବେ କଲେ ଏମିତି ରେକର୍ଡ

ନୂଆଦିଲ୍ଲୀ,୧୬।୨: ଆଫଗାନିସ୍ତାନର ଅଧିନାୟକ ରଶିଦ ଖାନ୍ କ୍ରିକେଟ୍ ଜଗତରେ ଏକ ନୂତନ ମାଇଲଖୁଣ୍ଟ ସ୍ଥାପନ କରିଛନ୍ତି। ସୋମବାର ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଅନୁଷ୍ଠିତ ଆଇସିସି ପୁରୁଷ…

ହିମସ୍ଖଳନ ପରେ ଟ୍ରେନ ଦୁର୍ଘଟଣା, ଅନେକେ ଆହତ

ଗପ୍ପେନଷ୍ଟାଇନ,୧୬।୨: ସୋମବାର ଦକ୍ଷିଣ ସ୍ବିଜରଲ୍ୟାଣ୍ଡରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଗପ୍ପେନଷ୍ଟାଇନ ଗାଁ ନିକଟରେ ହିମସ୍ଖଳନ ପରେ ୮୦ ଜଣ ଲୋକଙ୍କୁ ନେଇ ଯାଉଥିବା ଏକ ଯାତ୍ରୀବାହୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri