ଚାଣକ୍ୟ ହସ୍ପିଟାଲ ସିଲ୍‌

କଟକ,୭ା୭(ଶିଳ୍ପା ପ୍ରିୟଦର୍ଶିନୀ)କଟକ ରାଣୀହାଟ ଅଞ୍ଚଳରେ ଥିବା ଚାଣକ୍ୟ ହସ୍ପିଟାଲକୁ ଶନିବାର ସିଲ୍‌ କରାଯାଇଛି। ଜାତୀୟ ମାନବାଧିକାର କମିଶନ୍‌(ଏନ୍‌ଏଚ୍‌ଆର୍‌ସି)ଙ୍କ ନିର୍ଦ୍ଦେଶକ୍ରମେ ଜିଲା ସ୍ବାସ୍ଥ୍ୟ ବିଭାଗ ଓ ଜିଲା ପ୍ରଶାସନ ପକ୍ଷରୁ ଉକ୍ତ ହସ୍ପିଟାଲରେ ଚଢ଼ାଉ କରି ବିଭିନ୍ନ କାଗଜପତ୍ର ଯାଞ୍ଚ କରାଯାଇଥିଲା। ଯାଞ୍ଚ ସମୟରେ ଉକ୍ତ ହସ୍ପିଟାଲର ରେଜିଷ୍ଟ୍ରେଶନ ଅବଧି ୨୦୧୫ରୁ ଶେଷ ହୋଇଥିବାବେଳେ ଅଗ୍ନି ନିରାପତ୍ତା ସାର୍ଟିଫିକେଟ୍‌ ନ ଥିବା ଜଣାପଡିଥିଲା। ତେଣୁ ଉକ୍ତ ହସ୍ପିଟାଲକୁ ସିଲ୍‌ କରାଯାଇଛି। ଏନେଇ କଟକର ଅତିରିକ୍ତ ଜିଲା ଚିକିତ୍ସା ଅଧିକାରୀ ଡା. ଚିନ୍ତାମଣି ମିଶ୍ର କହିଛନ୍ତି, ଉକ୍ତ ହସ୍ପିଟାଲର ରେଜିଷ୍ଟ୍ରେଶନ ଅବଧି ଶେଷ ହୋଇଛି। ଏଥିସହ ଅଗ୍ନି ନିରାପତ୍ତା ସାର୍ଟିଫିକେଟ୍‌ ନାହିଁ। ସେହିପରି ଅତିରିକ୍ତ ଜିଲାପାଳ ଦିବ୍ୟଲୋଚନ ମହାନ୍ତ କହିଛନ୍ତି, ଅଗ୍ନି ନିରାପତ୍ତା ସାର୍ଟିଫିକେଟ୍‌ ନ ଥିବା ଓ ବିନା ରେଜିଷ୍ଟ୍ରେଶନରେ କଟକ ସହରରେ ଅନେକ ହସ୍ପିଟାଲରେ ରୋଗୀ ଚିକିତ୍ସା କରାଯାଉଛି। ଏହାକୁ ଚିହ୍ନଟ କରିବା ପାଇଁ ଏକ କମିଟି ଗଠନ କରାଯାଇଛି। ଏଭଳି ହସ୍ପିଟାଲ ସମ୍ପର୍କରେ ଯଦି କୌଣସି ଖବର ମିଳେ ତୁରନ୍ତ ସେଠାରେ ଚଢ଼ାଉ କରାଯିବ। ଅପରପକ୍ଷରେ ଚାଣକ୍ୟ ହସ୍ପିଟାଲ କର୍ତ୍ତୃପକ୍ଷ ପ୍ରଦୀପ୍ତ କୁମାର ବରାଳ କହିଛନ୍ତି, ଅଗ୍ନି ନିରାପତ୍ତା ପ୍ରମାଣପତ୍ର ପାଇଁ ଆବେଦନ କରିଛୁ। ହେଲେ ଏହା ମିଳିବାରେ ବିଳମ୍ବ ହୋଇଛି। ଶନିବାର ଅଗ୍ନି ନିରାପତ୍ତା ଟିମ୍‌ ହସ୍ପିଟାଲକୁ ଆସି ଯାଞ୍ଚ କରିବାକୁ ଥିବାବେଳେ ଏହା ପୂର୍ବରୁ ପ୍ରଶାସନର ଟିମ୍‌ ଚଢ଼ାଉ କରିଥିଲା। ଏହି ଚଢ଼ାଉରେ ଜିଲା ସ୍ବାସ୍ଥ୍ୟ ବିଭାଗ ଓ ଜିଲା ପ୍ରଶାସନର ଅଧିକାରୀ, ଜୋନ୍‌ ଏସିପି ଗିରିଶ ଚକ୍ରବର୍ତ୍ତୀଙ୍କ ସମେତ ପୋଲିସ କର୍ମଚାରୀ ସାମିଲ ହୋଇଥିଲେ।
ସୂଚନାଯୋଗ୍ୟ, ଯାଜପୁର ଜିଲା ମଙ୍ଗଳପୁର ଥାନା ଅନ୍ତର୍ଗତ ବାବଲପୁରର କିଶୋର ଚନ୍ଦ୍ର ଦାଶ(୪୭) ସାମାନ୍ୟ ଦୁର୍ଘଟଣାର ଶିକାର ହୋଇ ଚାଣକ୍ୟ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ଚିକିତ୍ସା ଅବହେଳାରୁ ସେଠାରେ ତାଙ୍କର ମୃତ୍ୟୁ ଘଟିଥିବା ପରିବାର ଲୋକେ ଅଭିଯୋଗ କରିଥିଲେ। ଅପରପକ୍ଷରେ ଏହି ହସ୍ପିଟାଲ ବିନା ରେଜିଷ୍ଟ୍ରେଶନରେ ଚାଲୁଥିବା ଜଣାପଡ଼ିଥିଲା। ହାଇକୋର୍ଟ ଆଇନଜୀବୀ ନିଶିକାନ୍ତ ମିଶ୍ର ଓ ଶ୍ରୀ ଅଖଣ୍ଡ ମିଳିତ ଭାବେ ଏନ୍‌ଏଚ୍‌ଆର୍‌ସିରେ ଏନେଇ ମାମଲା ଦାଏର କରିଥିଲେ। ଏହି ଅଭିଯୋଗକୁ ଏନ୍‌ଏଚ୍‌ଆର୍‌ସି ଗୁରୁତର ସହିତ ବିଚାର କରି ଉକ୍ତ ହସ୍ପିଟାଲ ସହ ବିନା ଲାଇସେନ୍ସରେ ଚାଲିଥିବା ଅନ୍ୟ ହସ୍ପିଟାଲ ବନ୍ଦ ପାଇଁ ନିର୍ଦ୍ଦେଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଧୁ ମିଳନ ନାମରେ ବଳ କଷିଲେ ଯୁବ ଗୋଷ୍ଠୀ: ସାମିଲ ହେଲେ ଶହ ଶହ…

ଗଞ୍ଜାମ,୩।୪(ବିଦ୍ୟାଧର ସାହୁ ): ୧୬ ନଂ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ମା’ ଏଲେମା ମନ୍ଦିର ପ୍ରାଙ୍ଗଣରେ ଗଞ୍ଜାମ ସହରର ଏକ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଶୁକ୍ରବାର…

ଉତ୍ସବମୁଖର ଦାରିଙ୍ଗବାଡି: ଉତ୍ସାହ ସହ ପାଳନହେଲା ଗୁଡ ଫ୍ରାଇଡେ, ଯୀଶୁଖ୍ରୀଷ୍ଟଙ୍କ ଯାତନାର ଦୃଶ୍ୟ…

ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଗୁଡ୍‌ ଫ୍ରାଇଡେ ପାଇଁ କନ୍ଧମାଳ ଜିଲା  ଉତ୍ସବ ମୁଖର ହୋଇଥିବା ବେଳେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ପର୍ବ ବଡ଼ ଧୁମଧାମରେ…

ମାମୁଁ ଘରକୁ ଆସି ଗତକାଲିଠୁ ଥିଲେ ନିଖୋଜ: ଆଜି କେନାଲରୁ ମିଳିଲା ମୃତଦେହ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ପଟ୍ଟାମୁଣ୍ଡାଇ ୩।୪(କଳ୍ପତରୁ ନାୟକ) କେନ୍ଦ୍ରାପଡା ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗୁରୁବାର ପୂର୍ବାହ୍ନରୁ ନିଖୋଜ ଥିବା ଜଣେ ୭ ବର୍ଷୀୟ ନାବାଳିକା ସ୍କୁଲ…

ଇସ୍ରାଏଲକୁ ‘ପଙ୍ଗୁ’ କରିଦେଲା ଇରାନ: IDF ‘ଗୁପ୍ତଚର’ଙ୍କୁ ତାଲିମ ଦେଇଥିବା କାରଖାନାକୁ ଉଡ଼ାଇ ଦେଲା

ତେହରାନ,୩।୪: ଇରାନ ପୁଣିଥରେ ଇସ୍ରାଏଲର ଏକ ଉଚ୍ଚ-ପ୍ରଯୁକ୍ତି ପ୍ରତିରକ୍ଷା କେନ୍ଦ୍ର ଉପରେ ଏକ ସଠିକ ବାଲିଷ୍ଟିକ କ୍ଷେପଣାସ୍ତ୍ର ଆକ୍ରମଣ କରିଛି। ଏଥର, ଟାର୍ଗେଟ ଥିଲା ପେଟାହ ଟିକଭା…

ଆମେରିକାକୁ ଇରାନର ଖୋଲା ଧମକ, କହିଲା ‘ଆମେ ଆମେରିକାକୁ ପ୍ରସ୍ତର ଯୁଗଠାରୁ ବି ପୂର୍ବ ଯୁଗକୁ ଫେରାଇ ଦେବୁ’

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଏବେ ଆହୁରି ବିପଦପୂର୍ଣ୍ଣ ପର୍ଯ୍ୟାୟରେ ପ୍ରବେଶ କରିଛି। ଏହି ମୁକାବିଲା ଆଉ କେବଳ ଦୁଇଟି ରାଷ୍ଟ୍ର…

ରାଜ୍ୟ ସଭାର ଉପନେତା ପଦରୁ ହଟାଯିବା ପରେ କମିଯିବ କି ରାଘବ ଚଢାଙ୍କ ଦରମା? ଜାଣନ୍ତୁ କ’ଣ ରହିଛି ନିୟମ

ନୂଆଦିଲ୍ଲୀ,୩।୪: ରାଜ୍ୟ ସଭାରେ ଉପନେତା ପଦରୁ ରାଘବ ଚଢାଙ୍କୁ ହଟାଇବା ପରେ ରାଜନୈତିକ ବିତର୍କ ଆରମ୍ଭ ହୋଇଛି। ଅଶୋକ ମିତ୍ତଲ ଏବେ ଏହି ଭୂମିକା ଗ୍ରହଣ କରିବେ।…

ସ୍ତ୍ରୀଙ୍କ ସହ ଯାଇଥିଲେ ଶ୍ୱଶୁର ଘର: ଘରେ ବୁଲିଲା କଳାକନା

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଜଗନ୍ନାଥ ମନ୍ଦିର ସାହିରେ ରହୁଥିବା ରାଜମିସ୍ତ୍ରୀ ପିଣ୍ଟୁ ସାହୁଙ୍କ ଘର ତାଲା ଭାଙ୍ଗି ଦୁର୍ୱୃତ୍ତମାନେ କଳାକନା…

ଶପଥ ନେଲେ ନବନିର୍ବାଚିତ ବାର ଆସୋସିଏଶନ କର୍ମକର୍ତ୍ତା, ଜାଣନ୍ତୁ ସେମାନେ କିଏ…

ଭଞ୍ଜନଗର,୩।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନର ନବ ନିର୍ବାଚିତ କର୍ମକର୍ତ୍ତାମାନେ ଶୁକ୍ରବାର ଶପଥ ନେଇଛନ୍ତି। ନିର୍ବାଚନ ଅଧିକାରୀ ଲଡ଼ୁ କିଶୋର ଅଳତିଆ ନବନିର୍ବାଚିତ କର୍ମକର୍ତ୍ତାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri