ମଣିଷକୁ ଭିତରୁ ଭାଙ୍ଗି ଦିଏ ଏହି ୪ ଦୁଃଖ, ସଳଖି ଛିଡ଼ା ହେବା ହୋଇପଡେ କଷ୍ଟକର; ଜାଣନ୍ତୁ..

ନୀତିଶାସ୍ତ୍ରରେ ମନୁଷ୍ୟ ଜୀବନ ସହ ଜଡ଼ିତ ଅନେକ ପ୍ରଶ୍ନର ଉତ୍ତର ଦେଇଛନ୍ତି ଆଚାର୍ଯ୍ୟ ଚାଣକ୍ୟ। ଧନ, ମାନ-ସମ୍ମାନ, ସୁଖଶାନ୍ତି ଏବଂ ବୈବାହିକ ଜୀବନକୁ ନେଇ ଅନେକ କଥା ସେଥିରେ ଉଲ୍ଲେଖ ରହିଛି। ଉକ୍ତ ନୀତିଗୁଡ଼ିକୁ ଆପଣାଇଲେ ସଫଳତା ପାଇବା ସହଜ।

ଚାଣକ୍ୟ କୁହନ୍ତି, ପ୍ରତିଟି ମଣିଷର ଜୀବନରେ ସୁଖଦୁଃଖ ଲାଗି ରହିଥାଏ। ହେଲେ ଅନେକ ସମୟରେ ଏଭଳି ମୂହୁର୍ତ୍ତ ଆସେ ଯାହା ମଣିଷକୁ ଭିତରୁ ଭାଙ୍ଗିଦିଏ। ଜାଣନ୍ତୁ ସେଗୁଡ଼ିକ କ’ଣ..

-ଜୀବନସାଥୀଙ୍କଠାରୁ ଅଲଗା ହେବା:
ଚାଣକ୍ୟ କୁହନ୍ତି, କୌଣସି ବ୍ୟକ୍ତି ନିଜର ଜୀବନସାଥୀଙ୍କଠାରୁ ଅଲଗା ହେବାକୁ ଚାହାନ୍ତି ନାହିଁ। ଏଥିଯୋଗୁ ବିଚ୍ଛେଦ ସହିବା କଷ୍ଟକର। ଯେତେ ଭୁଲିବାକୁ ଚେଷ୍ଟା କଲେ ହେଁ ଏହା ଭିତରୁ କଷ୍ଟ ଦିଏ। ମନକୁ ଗଭୀର ଆଘାତ ପହଞ୍ଚିଥାଏ।

-କରଜର ବୋଝ:
ଚାଣକ୍ୟ କୁହନ୍ତି, କରଜ ପାଇଁ ମଣିଷ ଭିତରୁ ଭାଙ୍ଗିପଡ଼ନ୍ତି। କାରଣ କରଜ ନେଇଥିବା ମଣିଷ ଅପରାଧବୋଧ କରି ବଞ୍ଚିଥାଏ। ଏହାକୁ ସୁଝି ନ ପାରିଲେ ଭିତରୁ ଭାଙ୍ଗି ପଡ଼ିଥାଏ।

-ନିଜ ଲୋକଙ୍କଠାରୁ ଅପମାନ:
ନୀତିଶାସ୍ତ୍ରରେ ଚାଣକ୍ୟ କୁହନ୍ତି, କୌଣସି ବ୍ୟକ୍ତି ନିଜ ଲୋକମାନଙ୍କର ଅପମାନ ସହିପାରେନାହିଁ। ଏହାଦ୍ୱାରା ମାନସିକ କ୍ଷତି ପହଞ୍ଚିଥାଏ ଏବଂ ମଣିଷ ଭିତରୁ ଭାଙ୍ଗି ପଡ଼ିଥାଏ।

-ଗରିବ ହେବା:
ଚାଣକ୍ୟ କୁହନ୍ତି, ଅଭାବ ମଣିଷକୁ ଦୁଃଖ ଦିଏ। ଆର୍ଥିକ ଅସୁବିଧା ଦେଇ ଗତି କରୁଥିବା ମଣିଷ ଭିତରୁ ଭାଙ୍ଗି ଯାଇଥାଏ। କାରଣ ସେ ନିଜର ଆବଶ୍ୟକତାକୁ ପୂରଣ କରିପାରି ନ ଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ମିଳିମିଶି କାମ କରିବାରୁ ସଫଳତା: ରାଜ୍ୟସ୍ତରରେ ଗଞ୍ଜାମ ପୁରସ୍କୃତ

ଗଞ୍ଜାମ,୩୧।୮(ବିଦ୍ୟାଧର ସାହୁ): ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ସ୍ବାୟତ୍ତ ଶାସନ ଦିବସ ମହା ସମାରୋହରେ ସୋମବାର ପାଳିତ ହୋଇଯାଇଛି l ମୁଖ୍ୟ ଅତିଥି ବ୍ରହ୍ମପୁର ଲୋକସଭା…

ICUରେ ଆନ୍ନା ହଜାରେ: ଗୁରୁତର ଭାଇରାଲ ସଂକ୍ରମଣ ପରେ…

ନୂଆଦିଲ୍ଲୀ,୩୧।୮: ସାମାଜିକ କର୍ମୀ ଆନ୍ନା ହଜାରେଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ପରେ ତାଙ୍କୁ ମୁମ୍ବାଇର ବମ୍ବେ ହସ୍ପିଟାଲର ଆଇସିୟୁରେ ଭର୍ତ୍ତି କରାଯାଇଛି। ଗୁରୁତର ଭାଇରାଲ ସଂକ୍ରମଣ ଏବଂ…

ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଲଙ୍ଘନ ଘଟଣା: ମନ୍ଥର ଗତିରେ ଚାଲିଛି କାର୍ଯ୍ୟ, ତାଗିଦ କଲେ ଉପଜିଲାପାଳ

ଛତ୍ରପୁର, ୩୧।୮ (ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ଉପକଣ୍ଠ ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଲଙ୍ଘନ ଘଟଣାର ସୋମବାର ସମୀକ୍ଷା କରିଛନ୍ତି ଛତ୍ରପୁର ଉପଜିଲାପାଳ…

ଚାଷୀଙ୍କ ରଣହୁଙ୍କାର: ୮ଦଫା ଦାବିରେ ତାତିଲେ ଚାଷୀ

ବରଗଡ଼,୩୧।୮(ପ୍ରେମାନନ୍ଦ ଖମାରୀ)-:ବରଗଡ଼ ଜିଲାରେ ସର୍ବାଧିକ ଧାନ ଉତ୍ପାଦନ ଯୋଗୁ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ହେଲେ ଏଠାରେ ଚାଷ ଓ ଚାଷୀଙ୍କ ସମସ୍ୟା ମଧ୍ୟ ଅଧିକ ଏବଂ…

ବିଧାୟକ ସିଦ୍ଧାନ୍ତ ମହାପାତ୍ର ଦେଲେ ବଡ଼ ପ୍ରତିଶ୍ରୁତି: ଦିଗପହଣ୍ଡିକୁ ମ୍ୟୁନିସିପାଲଟିର ମାନ୍ୟତା ପାଇଁ…

ଦିଗପହଣ୍ଡି,୩୧।୮(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଏନଏସି ପକ୍ଷରୁ ୫୩ତମ ପବିତ୍ର ନିଖିଳ ଭାରତ ସ୍ବାୟତ୍ତ ଶାସନ ସପ୍ତାହ ପାଳନ ସମାରୋହ ସୋମବାର ବିଳମ୍ବିତ ସନ୍ଧ୍ୟାରେ ଉଦଯାପିତ ହୋଇଯାଇଛି।…

ରାଷ୍ଟ୍ରପତିଙ୍କ ପାଖରେ ଛାଇ ଭଳି ରହୁଥିବା ମେଜର ରିଷଭ ହଠାତ୍‌ ନେଲେ ଅବସର, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ, ୩୧।୮: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ସହ ବିଭିନ୍ନ ସରକାରୀ ଓ ଆଧିକାରିକ କାର୍ଯ୍ୟକ୍ରମରେ ନଜର ଆସି ଚର୍ଚ୍ଚାରେ ଥିବା ମେଜର ରିଷଭ ସିଂହ ସାମ୍ବ୍ୟାଲ ଏବେ…

ଅମରନାଥଙ୍କୁ ପିଟିଲା କାର୍‌, ଚାଲିଗଲା ଜୀବନ

ଗୁଣପୁର,୩୧।୮ ( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ସହର ବଳରାମ ନଗର ପୋଲାକି ଅମରନାଥ ପାତ୍ର(୨୭) (ପିତା- ମୋହନ ରାଓ ପାତ୍ର)ଙ୍କ ଏକ ମର୍ମନ୍ତୁଦ ସଡ଼କ…

ଦମ୍‌ଦାର ଜବାବ ଦେଲେ ବୈଭବ ସୂର୍ଯ୍ୟବଂଶୀ: କିଛି କହିବା ପୂର୍ବରୁ ୧୦୦୦ ଥର ଭାବିବେ କ୍ରିକେଟ ପଣ୍ଡିତ!

ନୂଆଦିଲ୍ଲୀ, ୩୧।୮: ଦୁଲୀପ ଟ୍ରଫି ଡେବ୍ୟୁ ମ୍ୟାଚରେ ବୈଭବ ସୂର୍ଯ୍ୟବଂଶୀ ମାତ୍ର ୮ ରନ କରି ଆଉଟ ହେବା ପରେ ତାଙ୍କ ରେଡ ବଲ ଟେମ୍ପରାମେଣ୍ଟକୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri