ଏଭଳି ପୁଅ ବଞ୍ଚି ରହିବା ଅପେକ୍ଷା ମରିଯିବା ଭଲ, କାହିଁକି ଏମିତି କହିଛନ୍ତି ଚାଣକ୍ୟ

ଆଚାର୍ଯ୍ୟ ଚାଣକ୍ୟଙ୍କ ଉପଦେଶକୁ ଅନେକ ମାନନ୍ତି। ଜଣେ ବୁଦ୍ଧିମାନ ବ୍ୟକ୍ତି, ତର୍କରେ ପ୍ରବୀଣ ଏବଂ ତାଙ୍କର ନୀତିଗତ ନିଷ୍ପତ୍ତି ନେଉଥିବା ବ୍ୟକ୍ତିଭାବେ ତାଙ୍କୁ ଗଣାଯାଏ। ସେ ନିଜର ନୀତିଶାସ୍ତ୍ରରେ ମନୁଷ୍ୟ ଜୀବନ ସହ ଜଡ଼ିତ ଅନେକ ଦିଗ ବିଷୟରେ ବର୍ଣ୍ଣନା କରିଛନ୍ତି। ବିଶେଷକରି ଧନ, ପଦୋନ୍ନତି, ବ୍ୟବସାୟ, ଚାକିରି, ପରିବାର ଏବଂ ବୈବାହିକ ଜୀବନ ସହ ଜଡ଼ିତ ସମସ୍ୟା ଓ ତାର ସମାଧାନକୁ ନେଇ ନୀତିଶାସ୍ତ୍ରରେ ଚାଣକ୍ୟ ଅନେକ କିଛି ବର୍ଣ୍ଣନା କରିଛନ୍ତି। ଏକ ଶ୍ଲୋକରେ ଚାଣକ୍ୟ ପୁଅଙ୍କ ସଦ୍‌ଗୁଣ ଏବଂ ଦୁର୍ଗୁଣ ବିଷୟରେ କହିଛନ୍ତି।

-ଚାଣକ୍ୟ କୁହନ୍ତି ଶହେ ବୁଦ୍ଧିମାନ ପୁଅ ଅପେକ୍ଷା ଜଣେ ଯୋଗ୍ୟ ତଥା ବୁଦ୍ଧିମାନ ପୁଅ ଭଲ। ଏଭଳି ସନ୍ତାନ ପିତାମାତାଙ୍କୁ ସୁଖ ଦିଅନ୍ତି ଏବଂ ତାଙ୍କର ଦୁଃଖକୁ ନିଜ ଦୁଃଖ ବୋଲି ଭାବନ୍ତି।

-ଦୁର୍ଗୁଣ ବିଷୟରେ ଚାଣକ୍ୟ କୁହନ୍ତି, ଯଦି ପୁଅର ଖରାପ ଅଭ୍ୟାସ ରହିଛି ଅଥବା ସେ ଅଜ୍ଞ ତେବେ ଏଭଳି ପୁଅ ବଞ୍ଚିରହିବା ଅପେକ୍ଷା ମରିଯିବା ଭଲ। ଏଭଳି ପୁଅର ମୃତ୍ୟୁରେ ପିତାମାତା କିଛି ସମୟ ପାଇଁ ଦୁଃଖ ପାଇପାରନ୍ତି। ହେଲେ ଯଦି ପୁଅ ଦୀର୍ଘଦିନ ଧରି ଜୀବିତ ରୁହେ ତେବେ ସେମାନେ ସାରାଜୀବନ ଦୁଃଖୀ ହେବେ।

-ଏକ ଉଦାହରଣ ଦେଇ ଚାଣକ୍ୟ କହିଛନ୍ତି, କ୍ଷୀର ଦେଉ ନ ଥିବା ତଥା ବାଛୁରୀ ଜନ୍ମ କରୁ ନ ଥିବା ଗାଈର ମୂଲ୍ୟ ନ ଥାଏ। ସେହିଭଳି ମୁର୍ଖ ନଚେତ ମା’ବାପାଙ୍କ ପ୍ରତି ଶ୍ରଦ୍ଧାଭାବ, ସମ୍ମାନ ନ ଥିବା ପୁଅ/ସନ୍ତାନର କୌଣସି ଲାଭ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରାହ୍ମଣୀରେ ଭୟଙ୍କର ବନ୍ୟା: ବିପଦ ସଙ୍କେତ ଡେଇଁ ୨୦ ଫୁଟରେ ପ୍ରବାହିତ ଜଳ, ଅଳଭା ଠାରେ ଘଳିଆ

ପଟ୍ଟାମୁଣ୍ଡାଇ,୧୭।୮ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଦେଇ ପ୍ରବାହିତ ବ୍ରାହ୍ମଣୀ ନଦୀରେ ବନ୍ୟା ପରିସ୍ଥିତି ଅତ୍ୟନ୍ତ ଗମ୍ଭୀର ରୂପ ଧାରଣ କରିଛି। ବ୍ରାହ୍ମଣୀ ନଦୀର ବିପଦ…

ନୂଆ ଟିମ୍ ଘୋଷଣା କଲେ ନୀତିନ ନବୀନ; କିଏ ଏହି ଦୀପକ ମହସ୍କେ, ଯାହାଙ୍କୁ ମିଳିଲା ବଡ଼ ଦାୟିତ୍ବ

ନୂଆଦିଲ୍ଲୀ,୧୭।୮: ନୀତିନ ନବୀନ ତାଙ୍କ ନୂଆ ଟିମ୍‌ ଘୋଷଣା କରିଛନ୍ତି । ଏଥିରେ ସବୁଠାରୁ ବଡ଼ ଚର୍ଚ୍ଚାର ବିଷୟ ହୋଇଛି ଦଳର ଆଇଟି ସେଲ୍‌ ମୁଖ୍ୟ ପଦରେ…

ପବିତ୍ର ଶ୍ରାବଣ ସୋମବାରକୁ ସଂକ୍ରାନ୍ତି ସଂଯୋଗ: ବିଭିନ୍ନ ମନ୍ଦିରରେ କାଉଡ଼ିଆଙ୍କ ପାଇଁ….

କଲ୍ୟାଣସିଂହପୁର, ୧୭।୮ (ଦୀପକ କୁମାର ପରିଡ଼ା): ପବିତ୍ର ଶ୍ରାବଣ ମାସର ତୃତୀୟ ସୋମବାର ତଥା ସିଂହ ସଂକ୍ରାନ୍ତି ଅବସରରେ କଲ୍ୟାଣସିଂହପୁର ବ୍ଲକର ବିଭିନ୍ନ ପ୍ରମୁଖ ଶୈବପୀଠ ଓ…

ବନ୍ୟାପାଣିରେ ଭାସିଯାଇଥିଲେ ଯୁବକ, ୪ଦିନ ପରେ ମୃତଦେହ ଉଦ୍ଧାର

ଧାମନଗର,୧୭।୮(ଦେବେନ୍ଦ୍ର ଆନ୍ଦିଆ): ଧାମନଗର ବ୍ଲକ ଦିହୁଡ଼ି-ଆନନ୍ଦପୁର ପଞ୍ଚାୟତ ପାହଡ଼ପୁର ଯେନାସାହି ଗ୍ରାମର ଗଣେଶ ଜେନା (୫୨)ଙ୍କ ମୃତଦେହ ଉଦ୍ଧାର କରାଯାଇଛି । ନିଖୋଜର ୪ଦିନ ପରେ ଜଙ୍ଗଲରୁ…

ଆଜି ବୁଧ-ଶନିଙ୍କ ନବପଞ୍ଚମ ଯୋଗ, ମିଥୁନ ସମେତ ଏହି ୪ ରାଶିର କ୍ୟାରିୟରରେ ଆସିବ ବଡ଼ ସଫଳତା, ବ୍ୟବସାୟରେ…

ନବପଞ୍ଚମ ଦୃଷ୍ଟି ଯୋଗ ଦୁଇଟି ଗ୍ରହ ପରସ୍ପରଠାରୁ ୫ମ ଏବଂ ୯ମ ଭାବରେ ଅବସ୍ଥିତ ହେଲେ ଗଠିତ ହୁଏ। ଏହି ଯୋଗ ଗଠନ ହେବା ଫଳରେ ଭାଗ୍ୟଶାଳୀ…

ଅଷ୍ଟ୍ରେଲିଆକୁ ICC ଦେଲା ବଡ଼ ଦଣ୍ଡ: ବାଂଲାଦେଶଠାରୁ ଶୋଚନୀୟ ପରାଜୟ ପରେ କଙ୍ଗାରୁ ଟିମ୍‌କୁ…

ଆଡ଼ିଲେଡ,୧୭।୮: ପ୍ରଥମ ଟେଷ୍ଟ ମ୍ୟାଚ୍‌ରେ ଅଷ୍ଟ୍ରେଲିଆକୁ ୯ ଉଇକେଟେରେ ପରାସ୍ତ କରି ବାଂଲାଦେଶ ଇତିହାସ ରଚିଥିଲା। ଟେଷ୍ଟ କ୍ରିକେଟ ଇତିହାସରେ ଏହା ପ୍ରଥମ ଥର ପାଇଁ ଅଷ୍ଟ୍ରେଲିଆ…

ଅନ୍ୟ ଗ୍ରହରେ ବସତି ସମସ୍ୟା, ବୈଜ୍ଞାନିକମାନେ ତାଲିକାଭୁକ୍ତ କରି…

ବୈଜ୍ଞାନିକମାନେ ଗ୍ରହମାନଙ୍କର ବାସ୍ତବିକ ରଙ୍ଗ ଭାବେ ତାଲିକାଭୁକ୍ତ କରିଛନ୍ତି। ଏହି ଅନୁସାରେ ବୁଧ: ଧୁସର, ଶୁକ୍ର : ହଳଦିଆ ସହ ଧଳା, ପୃଥିବୀ: ନୀଳ ସହ ଧଳା,…

‘ଚାଷ ପଦ୍ଧତିରେ ଆବଶ୍ୟକ ପରିବର୍ତ୍ତନ‘: କୃଷି ବିଜ୍ଞାନ କେନ୍ଦ୍ରରେ ୨୫ ଜଣ ଅଗ୍ରଣୀ ଚାଷୀ

କର୍ଲାମୁଣ୍ଡା, ୧୭।୮ (ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ଆତ୍ମା ତଥା କଳାହାଣ୍ଡି ପିଡି ଆତ୍ମା ପକ୍ଷରୁ ୨୫ ଜଣ ଅଗ୍ରଣୀ ଚାଷୀଙ୍କୁ ନେଇ ସୋନପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri