Posted inରାଜ୍ୟ

ଆଜି ଲଘୁଚାପ ସମ୍ଭାବନା

ଭୁବନେଶ୍ୱର, ୨୮।୮(ବ୍ୟୁରୋ) : ଉତ୍ତର-ପଶ୍ଚିମ ତଥା ପଶ୍ଚିମବଙ୍ଗ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ପ୍ରଭାବରେ ଶନିବାର ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରେ ଏକ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପୂର୍ବାନୁମାନ କରିଛି। ଦୁଇଦିନ ପୂର୍ବରୁ ପ୍ରଥମେ ଘରୋଇ ପାଣିପାଗ ସଂସ୍ଥା ‘ସ୍କାଏମେଟ୍‌’ ଏହି ଲଘୁଚାପ ସମ୍ପର୍କରେ ପୂର୍ବାନୁମାନ କରିଥିଲା। ଶୁକ୍ରବାର ପାଣିପାଗ ବିଭାଗ ଏ ସଂକ୍ରାନ୍ତରେ ସ୍ପଷ୍ଟ କରିଛି। ଆଇଏମ୍‌ଡି ପକ୍ଷରୁ କୁହାଯାଇଛି, ଲଘୁଚାପ ଯୋଗୁ ଦୁଇଦିନ ଧରି ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବ। ଏନେଇ କିଛି ଜିଲାକୁ ୟେଲୋ ଓ୍ବାର୍ନିଂ ମଧ୍ୟ ଜାରି କରାଯାଇଛି। ଏପଟେ ସ୍କାଏମେଟ୍‌ର ରିପୋର୍ଟ ଅନୁସାରେ, ଶୁକ୍ରବାର ବଙ୍ଗୋପସାଗରରେ ଏକ ସାଇକ୍ଲୋନିକ ସର୍କୁଲେଶନ ସୃଷ୍ଟି ହୋଇଛି। ଶନିବାର ସୁଦ୍ଧା ଆହୁରି ଘନୀଭୂତ ହୋଇ ଲଘୁଚାପରେ ପରିଣତ ହେବ। ୨୮ ଓ ୨୯ ତାରିଖରେ ଓଡ଼ିଶାରେ ମଧ୍ୟମରୁ ପ୍ରବଳ ବର୍ଷା ହେବ। ଏଥିସହ ଆନ୍ଧ୍ରପ୍ରଦେଶ, ଛତିଶଗଡ଼, ମହାରାଷ୍ଟ୍ର, ମଧ୍ୟପ୍ରଦେଶ, ତେଲଙ୍ଗାନାରେ ମଧ୍ୟ ବର୍ଷାର ସମ୍ଭାବନା ରହିଛି।
ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନାନୁସାରେ, ଶନିବାର କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ଗଜପତି ଓ ଗଞ୍ଜାମରେ ପ୍ରବଳ ବର୍ଷା ହେବ। ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖେର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୋଳ, ଢେଙ୍କାନାଳ, ବୌଦ୍ଧରେ ଝଡ଼ବର୍ଷା ସହିତ ବଜ୍ରପାତ ହେବା ଆଶଙ୍କା ରହିଛି। ଏ ସମୟରେ ବାହାରକୁ ନ ବାହରିବା ପାଇଁ ପରାମର୍ଶ ଦିଆଯାଇଛି। ସେହିଭଳି ରବିବାର କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, ବଲାଙ୍ଗୀର, ବରଗଡ଼, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ରେ ପ୍ରବଳ ବର୍ଷା ହେବାକୁ ଥିବାରୁ ୟେଲୋ ଓ୍ବାର୍ନିଂ ଜାରି କରିଛି ପାଣିପାଗ କେନ୍ଦ୍ର।
ଅନ୍ୟପକ୍ଷରେ ଶୁକ୍ରବାର ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଛି। ପାରଳାଖେମୁଣ୍ଡିରେ ସର୍ବାଧିକ ୭୦ ମି.ମି. ବର୍ଷା ହୋଇଥିବାବେଳେ ନୟାଗଡ଼ରେ ୨୬, ଫୁଲବାଣୀ ୨୪, ଭବାନୀପାଟଣା ୨୨, ରାୟଗଡ଼ା ୨୦.୬, ବଲାଙ୍ଗୀର ୧୬.୫, ସୋନପୁର ୧୫ ଓ ଝାରସୁଗୁଡ଼ାରେ ୧୧ମିମି ବର୍ଷା ରେକର୍ଡ କରାଯାଇଛି। ସେହିଭଳି କଟକ, ଭୁବନେଶ୍ୱର, ଗୋପାଳପୁର, ଅନୁଗୋଳ, ସୁନ୍ଦରଗଡ଼, ଟିଟିଲାଗଡ଼, ଦାରିଙ୍ଗବାଡ଼ି, ଛତ୍ରପୁରରେ ମଧ୍ୟ ବର୍ଷା ହୋଇଥିବା ପାରିପାଗ କେନ୍ଦ୍ର ସୂଚନା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁନା ବଜାରରେ ନିଆଁ: ହଠାତ ଏତିକି ବଢ଼ିଗଲା ସୁନା ଦର, ରୂପା ବି… ଏକ୍ସପର୍ଟ ଚକିତ!

ନୂଆଦିଲ୍ଲୀ, ୨୫।୩: ଅନ୍ତର୍ଜାତୀୟ ବଜାରରେ ସୁନା ଓ ରୂପା ଦରରେ ବୃଦ୍ଧି ଯୋଗୁ ଘରୋଇ ବଜାରରେ ଏହାର ପ୍ରଭାବ ଦେଖିବାକୁ ମିଳିଛି। ଦିଲ୍ଲୀ ସର୍ରଫା ବଜାରରେ ବୁଧବାର…

ଜୀବନ ବଞ୍ଚାନ୍ତୁ, ପୁରସ୍କାର ପାଆନ୍ତୁ: ସଡ଼କ ଦୁର୍ଘଟଣାଗ୍ରସ୍ତଙ୍କୁ ସାହାଯ୍ୟ କଲେ ସରକାର ଦେବେ ୨୫,୦୦୦ ଟଙ୍କା!

ନୂଆଦିଲ୍ଲୀ,୨୫।୩: ସାଧାରଣତଃ ସଡ଼କ ଦୁର୍ଘଟଣା ସମୟରେ ପୋଲିସ କିମ୍ବା ଆଇନଗତ ଝାମେଲାରେ ପଡ଼ିବା ଭୟରେ ଲୋକମାନେ ଆହତଙ୍କୁ ସାହାଯ୍ୟ କରିବାକୁ ପଛଘୁଞ୍ଚା ଦିଅନ୍ତି। କିନ୍ତୁ ଏବେ ସରକାର…

ଚାଲିଥିଲା ପୂଜା, ହଠାତ ବନ୍ଧୁକ ଧରି ଗୁଳି ଚଳାଇଲେ ନାବାଳକ, ଚୂଡ଼ାମଣି ସାମୁଦ୍ରିକ ଥାନା କର୍ମଚାରୀ…

ବାସୁଦେବପୁର, ୨୫।୩(ନାରାୟଣ ପ୍ରସାଦ ବାରିକ): ବାସୁଦେବପୁର ବ୍ଲକ ଶାଶୁ ଭୁଆସୁଣୀ ଗ୍ରାମରେ ବୁଧବାର ଅପରାହ୍ନରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ନାବାଳକଙ୍କ ଦ୍ୱାରା ହୋଇଥିବା ଗୁଳି…

ଟ୍ରମ୍ପ ଛାନିଆ! ଯୁଦ୍ଧ ବନ୍ଦ କରିବା ପାଇଁ ଆମେରିକାର ପ୍ରସ୍ତାବକୁ ପ୍ରତ୍ୟାଖାନ କଲା ଇରାନ, ରଖିଲା ୫ ସର୍ତ୍ତ

ନୂଆଦିଲ୍ଲୀ,୨୫।୩:  ଇରାନ ଆମେରିକାର ୧୫-ସୂତ୍ରୀ ଶାନ୍ତି ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କରିଛି । ଇରାନର ସରକାରୀ ଟେଲିଭିଜନ ପକ୍ଷରୁ ଏହି ଦାବି କରାଯାଇଛି । ଆମେରିକା ଦେଇଥିବା ପ୍ରସ୍ତାବକୁ ଇରାନ…

ସର୍ବଦଳୀୟ ବୈଠକ ସମୟରେ ପାକିସ୍ତାନ ଉପରେ ବର୍ଷିଲେ ବୈଦେଶିକ ମନ୍ତ୍ରୀ, ‘ଆମେ ଦଲାଲ ଦେଶ ହୋଇପାରିବୁନି’

ନୂଆଦିଲ୍ଲୀ,୨୫।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଙ୍କଟ ଉପରେ ଆଲୋଚନା କରିବା ପାଇଁ ବୁଧବାର ଏକ ସର୍ବଦଳୀୟ ବୈଠକ ଡକାଯାଇଥିଲା। ବୈଠକ ସମୟରେ, ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କରଙ୍କୁ ଇରାନ…

ଥୁଆମୂଳ ରାମପୁରରେ କଲାପତରିଆ ବାଘ ଆତଙ୍କ: ମୁଖ୍ୟ ରାସ୍ତାରେ ମୁହାଁମୁହିଁ ହେଲେ କାର ଚାଳକ, Video ଭାଇରାଲ

ଥୁଆମୂଳ ରାମପୁର, ୨୫/୦୩ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ତଳଆମ୍ବ ପଦର ଗ୍ରାମ ପଞ୍ଚାୟତ ଅଞ୍ଚଳରେ ଏକ କଲାପତରିଆ ବାଘ ବୁଲୁଥିବା ଖବର…

ଥାନା ସମ୍ମୁଖରେ ଯୁବକଙ୍କୁ ଆକ୍ରମଣ ଘଟଣା, ୪ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ…

ବରଗଡ଼,୨୫।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ସମ୍ମୁଖ ହାଟପଦାରେ ମଙ୍ଗଳବାର ସନ୍ଧ୍ୟାରେ ସଂଘଟିତ ଆକ୍ରମଣ ଘଟଣାର ୪ଅଭିଯୁକ୍ତଙ୍କୁ ପୋଲିସ୍ ଗିରଫ କରିଛି । ଗିରଫ ଅଭିଯୁକ୍ତମାନେ ହେଲେ,…

ଅବସରପ୍ରାପ୍ତ ପ୍ରାଧ୍ୟାପକଙ୍କ ପରଲୋକ, ଅଞ୍ଚଳରେ ଶୋକର ଛାୟା 

ଦିଗପହଣ୍ଡି,୨୫।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜର ଅବସରପ୍ରାପ୍ତ ପ୍ରାଧ୍ୟାପକ ଉଜ୍ଜଳ ପଣ୍ଡାଙ୍କ ୬୬ ବର୍ଷ ବୟସରେ ପରଲୋକ ହୋଇଛି । ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri