Heavy rain at Mahim on Wednesday. Express photo by Nirmal Harindran, 4th September 2019, Mumbai.
ଭୁବନେଶ୍ୱର,୨୫ା୯(ବ୍ୟୁରୋ): ଓଡ଼ିଶା ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ଦୁଇଦିନ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ପାଣିପାଗ ବିଭାଗରୁ ମିଳିଥିବା ସୂଚନା ଅନୁଯାୟୀ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ନୂଆପଡା, ବଲାଙ୍ଗୀର, ବରଗଡ, ଝାରସୁଗୁଡା, ସୁନ୍ଦରଗଡ, ସମ୍ବଲପୁର, ଦେବଗଡ, କେନ୍ଦୁଝର, ଅନୁଗୋଳ, ମୟୂରଭଞ୍ଜ,ବାଲେଶ୍ୱର, ଭଦ୍ରକ ଏବଂ କନ୍ଧମାଳ ଜିଲାରେ ଘଡ଼ଘଡି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।
ସେହିପରି ୨୬ ତାରିଖରେ ମାଲକାନଗିରି, କୋରାପୁଟ, ରାୟଗଡା, ଗଜପତି ଏବଂ କନ୍ଧମାଳ ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ବାଲେଶ୍ୱର ଭଦ୍ରକ, କଟକ, ଜଗତ୍ସିଂହପୁର, କେନ୍ଦ୍ରାପଡା, ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ପୁରୀ, ନବରଙ୍ଗପୁର, କେନ୍ଦୁଝର, ମୟୂରଭଞ୍ଜ, କୋରାପୁଟ, କନ୍ଧମାଳ, ଢେଙ୍କାନାଳ, ଏବଂ କଳାହାଣ୍ଡି ଜିଲାରେ ମଧ୍ୟ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ବାନର୍ିଂ ଜାରି କରାଯାଇଛି। ବର୍ଷାକୁ ଦୃଷ୍ଟିରେ ରଖି ସତର୍କ ରହିବାକୁ ଜିଲାପାଳମାନଙ୍କୁ ସତର୍କ କରାଯାଇଛି।