୨ରୁ ୮ ଯାଏ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୨ା୯(ଅନିଲ ଦାସ): ବର୍ଷାକୁ ଅନାଇ ଚାଷ ଉଜୁଡ଼ିବାକୁ ବସିଲାଣି। ଏଭଳି ସ୍ଥିତିରେ ଆସନ୍ତା ୩ ତାରିଖରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହେବାକୁ ଥିବା ଘୂର୍ଣ୍ଣିବଳୟ ଚାଷୀଙ୍କ ମନରେ ଆଶାସଞ୍ଚାର କରିଛି। ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଘୂର୍ଣ୍ଣିବଳୟ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇପାରେ। ଏହାର ପ୍ରଭାବରେ ଆସନ୍ତା ୩ ତାରିଖରୁ ରାଜ୍ୟରେ ପାଗ ପରିବର୍ତ୍ତନ ହେବ। ବର୍ଷା ପରିମାଣ ବଢ଼ିବ। ୩ ଓ ୪ ତାରିଖରେ ରାଜ୍ୟର କେତେକ ଜିଲାରେ ପ୍ରବଳ ବର୍ଷା ହୋଇପାରେ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି। ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ବର୍ଷାର ପରିମାଣ ବଢ଼ିବ। ଶନିବାର ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ଯାଜପୁର, ବାଲେଶ୍ୱର, ଭଦ୍ରକ, ବରଗଡ଼, ନୂଆପଡ଼ା, କଳାହାଣ୍ଡି, ନବରଙ୍ଗପୁର, ବଲାଙ୍ଗୀର, ସୋନପୁର, ମାଲକାନଗିରି, କୋରାପୁଟ, କନ୍ଧମାଳ, ବୌଦ୍ଧ, ଗଞ୍ଜାମ, ଗଜପତି ଏବଂ ରାୟଗଡ଼ା ଜିଲାରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ୩ ତାରିଖରେ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, କନ୍ଧମାଳ, ବୌଦ୍ଧ, ଅନୁଗୋଳ, ଢେଙ୍କାନାଳ, ମାଲକାନଗିରି, କୋରାପୁଟ, ନବରଙ୍ଗପୁର ଓ ରାୟଗଡ଼ା ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭବନା ରହିଛି। ମାତ୍ର ୪ ଓ ୫ ତାରିଖରେ ରାଜ୍ୟରେ ବର୍ଷା ବୃଦ୍ଧି ପାଇବ। ଆସନ୍ତା ୮ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି। କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ସୂଚନାଥାଉ କି, ଗତ ୧୫ ଦିନ ହେବ ରାଜ୍ୟରୁ ମୌସୁମୀ ଏକପ୍ରକାର ଉଭାନ ହୋଇଯାଇଛି। ରାଜ୍ୟରେ ସ୍ବାଭାବିକଠାରୁ ୧୫ ପ୍ରତିଶତ କମ୍‌ ବର୍ଷା ହୋଇଛି। ଜୁନ୍‌ ପହିଲାରୁ ସେପ୍ଟେମ୍ବର ୧ ଯାଏ ରାଜ୍ୟରେ ସ୍ବାଭାବିକ ଭାବେ ୯୨୨.୩ ମିଲିମିଟର ବର୍ଷା ହେବାକୁ ଥିବାବେଳେ ହୋଇଛି ମାତ୍ର ୭୮୪.୯ ମିଲିମିଟର। ରାଜ୍ୟର ୧୧ ଜିଲାରେ ଭୟଙ୍କର ମରୁଡ଼ି ପରିସ୍ଥିତି ସୃଷ୍ଟି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଏହି ୨ ଜିଲାରେ ଝଡ଼ବର୍ଷା! ଜାରି ହେଲା ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୮ା୭(ବନ୍ଦନା ସେଠୀ): ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତରଓଡ଼ିଶା -ପଶ୍ଚିମବଙ୍ଗ ଉପକୂଳରେ ସୃଷ୍ଟି ହୋଇଥିବା ଅବପାତ ଦୁର୍ବଳ ହୋଇ ସଦୃଶ ଲଘୁଚାପରେ ପରିଣତ ହୋଇଛି। ଅବପାତ ଦୁର୍ବଳ…

ମୁଖ୍ୟମନ୍ତ୍ରୀ ଗବେଷଣା ଫେଲୋଶିପ୍‌ ଆବେଦନ ଆରମ୍ଭ: ଶେଷ ତାରିଖ ରହିଛି…

ଭୁବନେଶ୍ୱର,୮ା୭(ସୁଚିସ୍ମିତା ସାହୁ): ଉଚ୍ଚଶିକ୍ଷା ବିଭାଗ ଅଧୀନରେ ରାଜ୍ୟ ସରକାରଙ୍କ ମୁଖ୍ୟମନ୍ତ୍ରୀ ଗବେଷଣା ଫେଲୋଶିପ୍‌ ୨୦୨୬-୨୭ ପାଇଁ ସରକାରୀ ବିଶ୍ୱବିଦ୍ୟାଳୟରେ ପିଏଚ୍‌ଡିରେ ପଞ୍ଜୀକୃତ ଗବେଷକମାନେ ସାମ୍ସ ପୋର୍ଟାଲ ମାଧ୍ୟମରେ…

ଲଗାଣ ବର୍ଷାରେ ଧୋଇଗଲା ନିର୍ମାଣାଧୀନ ରିଂ ରୋଡ୍‌: କାମ ନସରୁଣୁ ରାସ୍ତାର ସ୍ଥାୟିତ୍ୱକୁ ନେଇ ଉଠିଲା ପ୍ରଶ୍ନବାଚୀ

ବରଗଡ଼, ୭।୭ (ପ୍ରେମାନନ୍ଦ ଖମାରୀ): ପ୍ରଥମ ବର୍ଷାରେ ହିଁ ଖୋଲିଯାଇଛି ବିକାଶର ଅସଲ ଚେହେରା। ବରଗଡ଼ ସହର ଉପକଣ୍ଠ ଜୀରା ନଦୀ ପାର୍ଶ୍ୱରେ ଚାଲିଥିବା ବହୁ ପ୍ରତୀକ୍ଷିତ…

ଘେଁସ୍ କଲେଜର ନାମ ବଦଳିଲା: ସ୍ୱାଧୀନତା ସଂଗ୍ରାମୀ ଶହୀଦ ମାଧୋ ସିଂହଙ୍କ ନାମରେ ହେଲା ନାମିତ

ବରଗଡ଼, ୭।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ବ୍ଲକ ଅନ୍ତର୍ଗତ ଘେଁସ୍ ସ୍ଥିତ ‘ଘେଁସ୍ କଲେଜ’ର ନାମ ସୋମବାରଠାରୁ ଆନୁଷ୍ଠାନିକ ଭାବେ ବଦଳିଛି। ଏହି ଅଞ୍ଚଳର ମହାନ…

ପ୍ରଧାନଶିକ୍ଷକ ମାଗିଲେ ଫେବର, DWOଙ୍କୁ ଗୁହାରି କଲେ ୩ ମହିଳା କର୍ମଚାରୀ

ଭବାନୀପାଟଣା, ୭।୭ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ମଦନପୁର ସରକାରୀ ଏସଏସଡି  ସ୍କୁଲର ପ୍ରଧାନ ଶିକ୍ଷକଙ୍କ ନାମରେ ଏକ ସାଂଘାତିକ ଅଭିଯୋଗ ସାମ୍ନାକୁ ଆସିଛି। ସ୍କୁଲର…

ଫୁଲବାଣୀରୁ ବ୍ରହ୍ମପୁର ଯାଉଥିଲା ଗୁରୁତର ରୋଗୀ, ଘନ ଜଙ୍ଗଲ ଭିତରେ ଅଚଳ ହୋଇଗଲା ୧୦୮ ଆମ୍ବୁଲାନ୍ସ,;ଆଉ ତା’ ପରେ…

ଭଞ୍ଜନଗର,୭।୭ (ବାବୁଲା ପ୍ରଧାନ): ରାଜ୍ୟରେ ବିପର୍ଯ୍ୟସ୍ତ ସ୍ୱାସ୍ଥ୍ୟ ସେବାର ଆଉ ଏକ ବିକଳ ଚିତ୍ର ସାମ୍ନାକୁ ଆସିଛି। ଜଣେ ଗୁରୁତର ରୋଗୀଙ୍କୁ ମେଡିକାଲ ନେବା ସମୟରେ ଅଧା…

ପ୍ରଶାସନିକ ସ୍ତରରେ ବଡ଼ ଅଦଳବଦଳ: କେନ୍ଦୁଝର ଜିଲାର ୧୧ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ବଦଳି

ବଞ୍ଚୋ, ୭।୭(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲାରେ ପ୍ରଶାସନିକ କାର୍ଯ୍ୟକୁ ଅଧିକ ସୁଚାରୁ ଓ ସୁଦୃଢ଼ ଭାବେ ପରିଚାଳନା କରିବା ପାଇଁ ଏକ ବଡ଼ଧରଣର ଅଦଳବଦଳ…

ନାଖରା ସେତୁରେ ଅଘଟଣ: ବୁଢ଼ାବଳଙ୍ଗ ନଦୀରେ ରିଲ୍ସ କରୁଥିବା ବେଳେ ଭାସିଗଲେ ଯୁକ୍ତ ୨ ଛାତ୍ର, ୪ ସାଙ୍ଗ ଉଦ୍ଧାର

ବୈଶିଙ୍ଗା,୭|୭(ରତନ ଦାଶ ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ବୁଢ଼ାବଳଙ୍ଗ ନଦୀର ନାଖରା ସେତୁ ନିକଟରେ ଏକ ଦୁଃଖଦ ଅଘଟଣ ଘଟିଛି। ନଦୀର ବଢ଼ି ପାଣିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri