୨ରୁ ୮ ଯାଏ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୨ା୯(ଅନିଲ ଦାସ): ବର୍ଷାକୁ ଅନାଇ ଚାଷ ଉଜୁଡ଼ିବାକୁ ବସିଲାଣି। ଏଭଳି ସ୍ଥିତିରେ ଆସନ୍ତା ୩ ତାରିଖରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହେବାକୁ ଥିବା ଘୂର୍ଣ୍ଣିବଳୟ ଚାଷୀଙ୍କ ମନରେ ଆଶାସଞ୍ଚାର କରିଛି। ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଘୂର୍ଣ୍ଣିବଳୟ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇପାରେ। ଏହାର ପ୍ରଭାବରେ ଆସନ୍ତା ୩ ତାରିଖରୁ ରାଜ୍ୟରେ ପାଗ ପରିବର୍ତ୍ତନ ହେବ। ବର୍ଷା ପରିମାଣ ବଢ଼ିବ। ୩ ଓ ୪ ତାରିଖରେ ରାଜ୍ୟର କେତେକ ଜିଲାରେ ପ୍ରବଳ ବର୍ଷା ହୋଇପାରେ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି। ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ବର୍ଷାର ପରିମାଣ ବଢ଼ିବ। ଶନିବାର ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ଯାଜପୁର, ବାଲେଶ୍ୱର, ଭଦ୍ରକ, ବରଗଡ଼, ନୂଆପଡ଼ା, କଳାହାଣ୍ଡି, ନବରଙ୍ଗପୁର, ବଲାଙ୍ଗୀର, ସୋନପୁର, ମାଲକାନଗିରି, କୋରାପୁଟ, କନ୍ଧମାଳ, ବୌଦ୍ଧ, ଗଞ୍ଜାମ, ଗଜପତି ଏବଂ ରାୟଗଡ଼ା ଜିଲାରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ୩ ତାରିଖରେ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, କନ୍ଧମାଳ, ବୌଦ୍ଧ, ଅନୁଗୋଳ, ଢେଙ୍କାନାଳ, ମାଲକାନଗିରି, କୋରାପୁଟ, ନବରଙ୍ଗପୁର ଓ ରାୟଗଡ଼ା ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭବନା ରହିଛି। ମାତ୍ର ୪ ଓ ୫ ତାରିଖରେ ରାଜ୍ୟରେ ବର୍ଷା ବୃଦ୍ଧି ପାଇବ। ଆସନ୍ତା ୮ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି। କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ସୂଚନାଥାଉ କି, ଗତ ୧୫ ଦିନ ହେବ ରାଜ୍ୟରୁ ମୌସୁମୀ ଏକପ୍ରକାର ଉଭାନ ହୋଇଯାଇଛି। ରାଜ୍ୟରେ ସ୍ବାଭାବିକଠାରୁ ୧୫ ପ୍ରତିଶତ କମ୍‌ ବର୍ଷା ହୋଇଛି। ଜୁନ୍‌ ପହିଲାରୁ ସେପ୍ଟେମ୍ବର ୧ ଯାଏ ରାଜ୍ୟରେ ସ୍ବାଭାବିକ ଭାବେ ୯୨୨.୩ ମିଲିମିଟର ବର୍ଷା ହେବାକୁ ଥିବାବେଳେ ହୋଇଛି ମାତ୍ର ୭୮୪.୯ ମିଲିମିଟର। ରାଜ୍ୟର ୧୧ ଜିଲାରେ ଭୟଙ୍କର ମରୁଡ଼ି ପରିସ୍ଥିତି ସୃଷ୍ଟି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ତାତିରୁ ଆଶ୍ବସ୍ତି ଆଣିଦେବ କାଳବୈଶାଖୀ, ପୂର୍ବାନୁମାନ କଲା ପାଣିପାଗ ବିଭାଗ

ଭୁବନେଶ୍ୱର, ୨୭।୪: ରାଜ୍ୟରେ ସୂର୍ଯ୍ୟଦେବଙ୍କ ପ୍ରକୋପ ଜାରି ରହିଛି। ସକାଳ ୮ ଟା ଡେଇଁଲେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ପାଣିପାଗ ବିଜ୍ଞାନ କେନ୍ଦ୍ର ଭୁବନେଶ୍ୱର...

ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଜାରି, ୮ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୭।୪: ଜଳୁଛି ସାରା ଓଡ଼ିଶା। ପଶ୍ଚିମା ଓ ଉତ୍ତର-ପଶ୍ଚିମା ଶୁଷ୍କ ବାୟୁ ପ୍ରବାହ ଯୋଗୁ ରାଜ୍ୟରେ ଏବେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଛି।...

ସାଲେପୁରରେ ଆରମ୍ଭରୁ ବର୍ଷିଲେ ରାହୁଲ, କହିଲେ…

ସାଲେପୁର,୨୮ା୪: କଂଗ୍ରେସ ନେତା ରାହୁଲ ଗାନ୍ଧୀ ରବିବାର ଏକ ସ୍ବତନ୍ତ୍ର ବିମାନରେ ଆସି ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ମଧୁବାବୁଙ୍କ ଜନ୍ମସ୍ଥାନ କଟକର ସତ୍ୟଭାମାପୁରରେ ପହଞ୍ଚିଥିଲେ।...

ଟ୍ରକ୍‌ ପଛରେ ପିଟିହେଲା ବସ୍‌: ଡ୍ରାଇଭର, ହେଲପର ମୃତ

ସୋନପୁର,୨୮ା୪(ମୃତ୍ୟୁଞ୍ଜୟ ଶତପଥୀ): ବଲାଙ୍ଗୀର ୫୭ ନଂ ଜାତୀୟ ରାଜପଥର ସୋନପୁର ଥାନା ହରଡ଼ଖୋଲ ନିକଟରେ ଶନିବାର ବିଳମ୍ବିତ ରାତିରେ ଦୁର୍ଘଟଣା ଘଟିଛି। ପ୍ରଧାନ ନାମକ ଯାତ୍ରୀବାହୀ...

କାହାକୁ ଟାର୍ଗେଟ କଲେ ଦୀପାଳି ଦାସ, କହିଲେ ସିଜନାଲ ପକ୍ଷୀ…

ଭୁବନେଶ୍ୱର,୨୮।୪: ଝାରସୁଗୁଡା ନିର୍ବାଚନ ମଣ୍ଡଳୀ ଲାଇକେରା ଠାରେ ବିଜେଡିର ମହିଳା ସମାବେଶ କରିଛନ୍ତି ଦୀପାଳି ଦାସ । ଏଥିରେ ଝାରସୁଗୁଡା ବିଧାୟିକା ପ୍ରାର୍ଥୀ ଦୀପାଳି ବିରୋଧୀଙ୍କୁ...

ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ଛାତ୍ରଛାତ୍ରୀଙ୍କୁ ଦିଆଯିବ ଆଇଏଫ୍ଏ ବଟିକା

ଭୁବନେଶ୍ୱର, ୨୭।୪: ଖରା ଛୁଟିରେ ଛାତ୍ରଛାତ୍ରୀଙ୍କୁ ଆଇରନ୍ ଓ ଫଲିକ୍ ଏସିଡ୍ (ଆଇଏଫ୍ଏ) ବଟିକା ବାଣ୍ଟିବେ ଶିକ୍ଷକ ଶିକ୍ଷୟିତ୍ରୀ। ଆନେମିଆ (ରକ୍ତହୀନତା) ମୁକ୍ତ ଲକ୍ଷ୍ୟ ଅଭିଯାନ...

ଭୁବନେଶ୍ୱରରେ ପହଞ୍ଚିଲେ ରାହୁଲ ଗାନ୍ଧୀ

ଭୁବନେଶ୍ୱର,୨୮ା୪: କଂଗ୍ରେସ ନେତା ରାହୁଲ ଗାନ୍ଧୀ ରବିବାର ଓଡ଼ିଶାରେ ଆସି ପହଞ୍ଚିଛନ୍ତି। ଏକ ସ୍ବତନ୍ତ୍ର ବିମାନ ଯୋଗେ ରାହୁଲ ଦିଲ୍ଲୀରୁ ଆସି ଆଜି ଭୁବନେଶ୍ୱର ବିମାନବନ୍ଦରରେ...

ପୁରୀ ଷ୍ଟେଶନରେ ବଡ଼ ଅଘଟଣ: ଭୁଶୁଡିଲା ନିର୍ମାଣାଧୀନ କୋଠା, ଶ୍ରମିକ ଫସି ରହିଥିବା ଆଶଙ୍କା

ପୁରୀ,୨୮।୪: ପୁରୀ ରେଲୱେ ଷ୍ଟେସନରେ ଘଟିଯାଇଛି ବଡ଼ ଅଘଟଣ। ନିର୍ମାଣାଧୀନ କୋଠାର ଛାତ ଭୁଶୁଡି ୪ ଜଣ ଶ୍ରମିକ ଆହତ ହୋଇଛନ୍ତି। ଆହତମାନଙ୍କୁ ପୁରୀ ଜିଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri