ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା: ୨୧ ଟି ଜିଲା ପାଇଁ ସତର୍କ ସୂଚନା ଜାରି

ଭୁବନେଶ୍ୱର,୧୩।୯: ଘୁର୍ଣ୍ଣିବଳୟ ପ୍ରଭାବରେ ଦକ୍ଷିଣପୂର୍ବ ବାଂଲାଦେଶ ଏବଂ ଏହାର ନିକଟବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ପଶ୍ଚିମ-ଉତ୍ତର ଦିଗରୁ ଦକ୍ଷିଣ-ଉତ୍ତର-ଦକ୍ଷିଣ ଦିଗରେ ଅଗ୍ରସର ହେବା ସହିତ ଅବପାତରେ ପରିଣତ ହୋଇ ଶୁକ୍ରବାର ପଶ୍ଚିମବଙ୍ଗ ଏବଂ ବାଂଲାଦେଶ ଉପକୂଳକୁ ଛୁଇଁବ। ଏହା ପ୍ରଭାବରେ ଉତ୍ତର ଓଡ଼ିଶାରେ ଶୁକ୍ରବାରରୁ ଶନିବାର ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ବେଳେ ମୟୁରଭଞ୍ଜ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ସେହିଭଳି କେନ୍ଦୁଝର, ବାଲେଶ୍ୱର ଏବଂ ଭଦ୍ରକ ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଅରେଞ୍ଜ ୱାର୍ନିଂ ଜାରି କରାଯାଇଛି।

ତେବେ ରାଜ୍ୟରେ ମୌସୁମୀ ସକ୍ରିୟ ରହିଛି । ଏହାର ପ୍ରଭାବରେ କେତେକ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁସାରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ହେବା ନେଇ ୨୧ ଟି ଜିଲା ପାଇଁ ସତର୍କ ସୂଚନା ଜାରି କରାଯାଇଛି।

ଅନ୍ୟପକ୍ଷରେ, ହୀରାକୁଦ ଜଳଭଣ୍ଡାରର ଆଉ ୪ଟି ଗେଟ୍‌ ଖୋଲିବା ପରେ ବର୍ତ୍ତମାନ ୧୬ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ଜାଲରେ ଯନ୍ତ୍ରୀ: ବାବୁଙ୍କ କୋଠା ସଉକ, ଚଢ଼ାଉରେ ମିଳିଲା…

ମାଲକାନଗିରି,୨୭।୯(ଦୁର୍ଯ୍ୟୋଧନ ପାତ୍ର): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗରେ ମାଲକାନଗିରି ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ଅଧୀନ ମାଥିଲି ବ୍ଲକରେ କାର୍ଯ୍ୟରତ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ…

ଆସନ୍ତାକାଲିଠାରୁ ୩ ଦିନ ବ୍ୟାଙ୍କ ହଡ଼ତାଳ: ଚାଲିବନି UPI , ATM? ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୨୭।୯: ୨୮ ସେପ୍ଟେମ୍ବରରୁ ୩୦ ସେପ୍ଟେମ୍ବର ୨୦୨୬ ପର୍ଯ୍ୟନ୍ତ ୩ ଦିନ ପାଇଁ ଦେଶବ୍ୟାପୀ ବ୍ୟାଙ୍କ ହଡ଼ତାଳ ହେବାକୁ ଯାଉଛି। ୟୁନାଇଟେଡ ଫୋରମ ଅଫ ବ୍ୟାଙ୍କ ୟୁନିୟନ୍ସ…

ହେଲା ସାଂଘାତିକ ଖୁଲାସା: ଓଡ଼ିଶାର ସ୍କୁଲ ପାଠ୍ୟପୁସ୍ତକରେ ୧,୭୪୧ ତ୍ରୁଟି, ଖର୍ଚ୍ଚ ହୋଇଛି ଏତେ କୋଟି, ଜାଣିଲେ…

ଭୁବନେଶ୍ୱର, ୨୭।୯: ଓଡ଼ିଶାର ସରକାରୀ ସ୍କୁଲରେ ପଢ଼ୁଥିବା ପିଲାଙ୍କ ପାଠ୍ୟପୁସ୍ତକକୁ ନେଇ ଏକ ବଡ଼ ତଥ୍ୟ ସାମ୍ନାକୁ ଆସିଛି। ରାଜ୍ୟର ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ…

ପ୍ରସବ ବେଦନାରେ ଛଟପଟ ମହିଳାଙ୍କୁ ୬ କିଲୋମିଟର ଭାରରେ ବୋହିଲେ ପରିବାର ଲୋକେ, ହସ୍ପିଟାଲରେ ପହଞ୍ଚିବା ପରେ…

ମୋହନା,୨୭ା୯(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକରେ କେଉଁଠି ବିକାଶର ଚିତ୍ର ତ ଆଉ କେଉଁଠି ଜନନୀ ଯନ୍ତ୍ରଣା। ଆମ୍ବୁଲାନ୍ସ ଅଛି ହେଲେ ରାସ୍ତା ନଥିବା ହେତୁ…

ରବିବାର ଖୋଲିଲା ବ୍ୟାଙ୍କ, କଳା ପୋଷାକ ପିନ୍ଧି କାର୍ଯ୍ୟରେ ଯୋଗଦେଲେ କର୍ମଚାରୀ

ଛତ୍ରପୁର,୨୭ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଧର୍ମଘଟ ଯୋଗୁ ଲଗାତର ଛୁଟିରେ ବ୍ୟାଙ୍କିଂ ସେବା ପ୍ରଭାବିତ ହେବାର ଆଶଙ୍କା ଥିବାରୁ ଗ୍ରାହକଙ୍କ ସୁବିଧା ପାଇଁ ଆଜି ରବିବାର ଛୁଟିଦିନ ହୋଇଥିଲେ…

ପୂର୍ତ୍ତ ବିଭାଗ ସଚିବଙ୍କ ସମୀକ୍ଷା: କଳିଙ୍ଗା ଘାଟି ରାସ୍ତା ଖୋଲିବାରେ ହେବ ବିଳମ୍ବ

ଭଞ୍ଜନଗର,୨୭ା୯(ବାବୁଲା ପ୍ରଧାନ): ଗଞ୍ଜାମ-କନ୍ଧମାଳ ଜିଲା ସୀମାରେ ଥିବା କଳିଙ୍ଗା ଘାଟି ରାସ୍ତା ସ୍ବାଭାବିକ ହେବାକୁ ଆହୁରି ମାସ ମାସ ଧରି ସମୟ ଲାଗିପାରେ। ଫଳରେ ଗଞ୍ଜାମ ସହ…

ମା ବିରଜାଙ୍କ ପୀଠରେ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ପିଣ୍ଡଦାନ: ରାଜ୍ୟ ବାହାରୁ ଆସୁଛନ୍ତି ଶ୍ରଦ୍ଧାଳୁ

କଳିଙ୍ଗନଗର, ୨୭।୯ (ଶୁଭାଶିଷ ରାଉତ): ଯାଜପୁରର ଅଧିଷ୍ଠାତ୍ରୀ ଦେବୀ ମା ବିରଜାଙ୍କ ପୀଠରେ ରବିବାରଠାରୁ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ପିଣ୍ଡଦାନ ଆରମ୍ଭ ହୋଇଛି। ପ୍ରତିପଦାଠାରୁ ମହାଳୟା ପର୍ଯ୍ୟନ୍ତ ଦୀର୍ଘ…

ଶୌଚ ହେବାକୁ ଯାଇ ନଦୀରେ ଖସିଗଲା କ୍ରିଷ୍ଣାରାଣୀଙ୍କ ଗୋଡ଼, ଭାଇ ଥାନାରେ ଅଭିଯୋଗ କରି…

ଧାମନଗର,୨୭ା୯(ସନ୍ତୋଷ କୁମାର ମହାପାତ୍ର): ଧାମନଗର ଥାନା ଅନ୍ତର୍ଗତ ଦଳାଙ୍ଗ ପଞ୍ଚାୟତର ଜାହାଙ୍ଗୀର ଗ୍ରାମ (ଭୋଇ ସାହି)ର ପ୍ରଦୀପ ଜେନାଙ୍କ ଝିଅ କ୍ରିଷ୍ଣା ଜେନା (୨୧) ରବିବାର ସକାଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?