୩ରୁ ୬ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧ା୧୦(ବ୍ୟୁରୋ):ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଆନ୍ଧ୍ର ଉପକୂଳରେ ଏକ ଘୂର୍ଣ୍ଣି ବଳୟ ସୃଷ୍ଟି ହୋଇଛି। ଆସନ୍ତା ୪୮ ଘଣ୍ଟା ମଧ୍ୟରେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ଓଡ଼ିଶା ଉପକୂଳରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଅକ୍ଟୋବର ୩ରୁ ୬ ତାରିଖ ମଧ୍ୟରେ ଉପକୂଳ, ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଅକ୍ଟୋବର ୩ ତାରିଖ ରାତିରୁ ଉପକୂଳ ଓଡ଼ିଶାର ବିଭିନ୍ନ ଜିଲାରେ ବର୍ଷା ହେବ। ୫ ଓ ୬ ତାରିଖ ରାତିରୁ ଆଭ୍ୟନ୍ତରୀଣ ଓଡ଼ିଶାର ବିଭିନ୍ନ ଜିଲାରେ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ବିଶେଷ କରି କଟକ, ପୁରୀ, ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା ଏବଂ
ଢେଙ୍କାନାଳ ଜିଲାର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ଏଥିସହିତ ଗଞ୍ଜାମ, ଅନୁଗୋଳ, ଯାଜପୁର, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ, କନ୍ଧମାଳ, ନୟାଗଡ଼, ବୌଦ୍ଧ ଏବଂ ଖୋର୍ଦ୍ଧା ଜିଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବାନ ରହିଛି। ଏ ସବୁ ଜିଲାପାଇଁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ସେହିପରି ଅକ୍ଟୋବର ୨ ତାରିଖରେ ଭଦ୍ରକ, ଯାଜପୁର, ବାଲେଶ୍ୱର, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, କଟକ, ମୟୂରଭଞ୍ଜ, କେନ୍ଦୁଝର ଏବଂ ଅନୁଗୋଳ ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୬ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗିରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ତଳିଆ ଅଞ୍ଚଳରେ ପାଣି ବୁଡି ରହିବା ସମ୍ଭାବନା ରହିଛି। ଲଘୁଚାପ ଯୋଗୁ ଉପକୂଳରେ ଘଣ୍ଟାକୁ ୪୦ରୁ ୫୦ କି.ମି. ବେଗରେ ପବନ ବହିବା ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ସମୁଦ୍ରକୁ ଯାଇଥିବା ମତ୍ସ୍ୟଜୀବୀମାନେ ଅକ୍ଟେବାର ୨ ତାରିଖ ସୁଦ୍ଧା କୂଳକୁ ଫେରିଆସିବାକୁ ପରାମର୍ଶ ଦିଆଯାଇଛି। ଏଥିସହିତ ପରିସ୍ଥିତି ଉପରେ ନଜର ରଖିବାକୁ ଜିଲାପାଳମାନଙ୍କୁ ସ୍ବତନ୍ତ୍ର ରିଲିଫ କମିଶନରଙ୍କ କାର୍ଯ୍ୟାଳୟ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ବର୍ଷା ପରିମାଣ ସମ୍ପର୍କରେ ନିୟମିତ ସୂଚନା ଦେବା ସହିତ ତଳିଆ ଅଞ୍ଚଳଗୁଡ଼ିକ ଉପରେ ନଜର ରଖିବାକୁ ଜିଲାପାଳଙ୍କୁ ପରାମର୍ଶ ଦିଆଯାଇଛି।
ଗତ ୪୮ ଘଣ୍ଟା ମଧ୍ୟରେ ଘୂର୍ଣ୍ଣିବଳୟ ଯୋଗୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଥିବା ରେକର୍ଡ କରାଯାଇଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ଗୋପାଳପୁରରେ ୮୦.୮ ମିଲିମିଟର ବର୍ଷା ରେକର୍ଡ କରାଯାଇଥିବା ବେଳେ ପୁରୀ ୩୯.୨, କୋରାପୁଟ ୨୧.୬, ଫୁଲବାଣୀ ୧୪, ମାଲକାନଗିରି ୨୨, ଦାରିଙ୍ଗବାଡ଼ି ୧୭, ନୟାଗଡ଼ ୭୦.୪, ଛତ୍ରପୁର ୫୪, ବାଲେଶ୍ୱର ୭.୬, ଚାନ୍ଦବାଲି ୯.୪, ପାରାଦୀପ ୫.୩ ଏବଂ ଭୁବନେଶ୍ୱରରେ ୧୬.୬ ମିଲିମିଟର ବର୍ଷା ହୋଇଥିବା ରେକର୍ଡ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଗାପୂଜା ପାଇଁ ଶୁଭ ଖୁଣ୍ଟି ସ୍ଥାପନ

ଦାରିଙ୍ଗବାଡ଼ି, ୧୪।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ଗଣେଶ ଚତୁର୍ଥୀ ଅବସରରେ ଆସନ୍ତା ଦଶହରା ପୂଜା ପାଇଁ…

ନୂଆଁଖାଇ ଲାଗି ପାଟଣେଶ୍ୱରୀ ମନ୍ଦିରରେ ପହଞ୍ଚିଲା ନୂଆ ଧାନ

ବଲାଙ୍ଗୀର, ୧୪।୯ (ସୁନିଲ କୁମାର ମହାନ୍ତି): ଦିନକ ପରେ ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ। ଏଥିପାଇଁ ବଲାଙ୍ଗୀର ସହର ଚଳଚଞ୍ଚଳ ହୋଇପଡ଼ିଥିବା ବେଳେ ପାଟଣା ରାଜ୍ୟର ଇଷ୍ଟଦେବୀ…

ଚାମ୍ପିୟନ ପୁରୁଷ, ମହିଳା ଦଳକୁ ରାଷ୍ଟ୍ରପତିଙ୍କ ଅଭିନନ୍ଦନ

ନୂଆଦିଲ୍ଲୀ,୧୪ା୯: ଜବରଦସ୍ତ ପ୍ରଦର୍ଶନ ସହ ଉଭୟ ଜୁନିୟର ପୁରୁଷ ଓ ମହିଳା ହକି ଏସିଆ କପ୍‌ ଜିତିଥିବା ଭାରତୀୟ ଦଳକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ଅଭିନନ୍ଦନ…

ଗଣେଶ ଚତୁର୍ଥୀରେ ଚଳଚଞ୍ଚଳ ଛତ୍ରପୁର ସହର: ଝଲସୁଛି ବିଭିନ୍ନ ପୂଜାମଣ୍ଡପ

ଛତ୍ରପୁର, ୧୪।୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଆଜି ପବିତ୍ର ଶ୍ରୀଗଣେଶ ଚତୁର୍ଥୀ। ଅଗ୍ରପୂଜ୍ୟ ପ୍ରଭୁ ଶ୍ରୀଗଣେଶଙ୍କ ଆବାହନରେ ଚଳଚଞ୍ଚଳ ହୋଇଉଠିଛି ଛତ୍ରପୁର ସହର। ଶ୍ରଦ୍ଧା, ଭକ୍ତି ଓ…

ଗଞ୍ଜାମ ସହରରେ ଧୂମଧାମରେ ଗଣେଶ ପୂଜା: ପୁଇଁତୋଳା ପୂଜା କମିଟି ପକ୍ଷରୁ….

ଗଞ୍ଜାମ, ୧୪/୯ (ବିଦ୍ୟାଧର ସାହୁ): ଗଞ୍ଜାମ ସହରର ବିଭିନ୍ନ ସ୍ଥାନରେ ମହାବିନାୟକ, ଅଗ୍ରପୂଜ୍ୟ ଶ୍ରୀଗଣେଶଙ୍କ ଚତୁର୍ଥୀ ପୂଜା ମହାଆଡ଼ମ୍ବରରେ ପାଳିତ ହେଉଛି। ଏଥିପାଇଁ ଗାଁଠାରୁ ସହର ପର୍ଯ୍ୟନ୍ତ…

ପୁଣି ମହାବୀର ପର୍ବତକୁ ଫେରିଆସିଛି ମାଈ ହାତୀ

ବଡ଼ଗାଁ,୧୩ା୯(ଅଶୋକ ଷଡ଼ଙ୍ଗୀ): ଝାଡ଼ଖଣ୍ଡ ରାଜ୍ୟ ଜଙ୍ଗଲରୁ କିଛି ମାସ ତଳେ ଆସିଥିବା ୨୬ ଟିକିଆ ହାତୀପଲ ସୁନ୍ଦରଗଡ଼ ଜିଲା ବଡ଼ଗାଁ ଫରେଷ୍ଟ ରେଞ୍ଜ ଅନ୍ତର୍ଗତ ମହାବୀର ପର୍ବତରେ…

ଟ୍ରକ୍‌-କାର୍‌ ମୁହାଁମୁହିଁ ଧକ୍କା: ତିରିଂ ହାଇସ୍କୁଲ ପ୍ରଧାନଶିକ୍ଷକ ଗୁରୁତର

ରାଇରଙ୍ଗପୁର, ୧୪।୯ (ମାନସ ରଞ୍ଜନ ମହାନ୍ତି): ବହଳଦା ଥାନା ଅନ୍ତର୍ଗତ ରାଇରଙ୍ଗପୁର-ଟାଟା ଜାତୀୟ ରାଜପଥ ୨୨୦ ନମ୍ବର କାଦୁଆଣି-ବାସିଙ୍ଗୀ ମଧ୍ୟରାସ୍ତା ତିତିଲି ଢାବା ନିକଟରେ ସୋମବାର ଏକ…

ମଦ ଦୋକାନକୁ ନେଇ ବଢୁଛି ଅସନ୍ତୋଷ, ଅନ୍ୟତ୍ର ସ୍ଥାନାନ୍ତର ଦାବି

କେନ୍ଦୁଝର,୧୪ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାପାଳ, ଆରକ୍ଷୀ ଅଧୀକ୍ଷକ, ଡିଏଫ୍‌ଓଙ୍କ କାର୍ଯ୍ୟାଳୟ ସମ୍ମୁଖ ଗୁରୁତ୍ୱପୂର୍ଣ୍ଣ ଟ୍ରାଫିକ ଛକରେ ଏକ ଠିପିବନ୍ଦ ମଦ ଦୋକାନ ପୁଣିଥରେ ଖୋଲିବାକୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?