ପ୍ରବଳ ବର୍ଷା ସମ୍ଭାବନା: ସ୍କୁଲ, ଅଙ୍ଗନୱାଡି ଛୁଟି ଘୋଷଣା କଲେ ଜିଲାପାଳ

କୋରାପୁଟ,୨୯ା୮: ଶୁକ୍ରବାର ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ସ୍କୁଲ୍ ଏବଂ ଅଙ୍ଗନୱାଡି କେନ୍ଦ୍ର ଛୁଟି ଘୋଷଣା କରିଛନ୍ତି କୋରାପୁଟ ଜିଲାପାଳ ଭି. କର୍ତ୍ତୀଭାସନ। ଆଞ୍ଚଳିକ ପାଣିପାଗ କେନ୍ଦ୍ର ଭୁବନେଶ୍ୱର ପକ୍ଷରୁ ଶୁକ୍ରବାର ପାଇଁ କୋରାପୁଟ, ମାଲକାନଗିରି ଏବଂ ଗଜପତି ଜିଲାକୁ ରେଡ୍ ଆଲର୍ଟ ଜାରି କରାଯାଇଛି।

ପ୍ରବଳ ବର୍ଷକୁ ଦୃଷ୍ଟିରେ ରଖି ଅଗ୍ନିଶମ ଏବଂ ଓଡ୍ରାଫ ଟିମ୍ କୁ ସଜାଗ ରହିବାକୁ କୁହାଯାଇଛି। ବର୍ଷା ସମୟରେ ଲୋକମାନଙ୍କୁ ଘରେ ରହିବାକୁ କହିଛନ୍ତି ଜିଲାପାଳ। କଚ୍ଚା ଘର ଥିଲେ ଲୋକମାନେ ପକ୍କା ଘର କିମ୍ବା ଆଶ୍ରୟସ୍ଥଳରେ ରହିବାକୁ କୁହାଯାଇଛି।

ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଲଘୁଚାପରେ ପରିଣତ ହୋଇଛି । ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଆସନ୍ତା ଶନିବାର ପର୍ଯ୍ୟନ୍ତ ବର୍ଷା ଲାଗିି ରହିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି ।

ରାଜ୍ୟର ଉପକୂଳ ଓ ଦକ୍ଷିଣ ଭାଗ ସମେତ ୧୧ଟି ଜିଲାରେ ପ୍ରବଳ ବର୍ଷା ଏବଂ ବଜ୍ରପାତ ନେଇ ସତର୍କ ସୂଚନା ଜାରି କରାଯାଇଛି । ତେବେ ମାଲକାନଗିରି, କୋରାପୁଟ ଏବଂ ଗଜପତି ଜିଲାର କେତେକ ଅଞ୍ଚଳରେ ଅତିପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି । ଆସନ୍ତା ରବିବାର ପର୍ଯ୍ୟନ୍ତ ସମୁଦ୍ର ମଧ୍ୟକୁ ନଯିବା ପାଇଁ ମତ୍ସ୍ୟଜୀବୀମାନଙ୍କୁ ପରାମର୍ଶ ଦିଆଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠୁ ବରଗଡ଼ ଧନୁଯାତ୍ରା: ବରଗଡ଼ ହେବ ମଥୁରା ନଗରୀ, ଅମ୍ବାପାଲି ପାଲଟିବ ଗୋପପୁର

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାରରୁ ଆରମ୍ଭ ହେବ। ପରମ୍ପରା ଅନୁଯାୟୀ, ବରଗଡ଼ ଏମ୍‌ପି ପ୍ରଦୀପ କୁମାର ପୁରୋହିତ ଏବଂ...

ଆସାମର ହାତୀ-ଟ୍ରେନ୍‌ ଧକ୍କା

ଶନିବାର(୨୦-୧୨-୨୫) ବିଳମ୍ବିତ ରାତିରେ ଆସାମରେ ଘଟିଥିବା ହାତୀ-ଟ୍ରେନ୍‌ ଧକ୍କା ଏକ ବଡ଼ ଘଟଣା। ଗୋଟିଏ ଧକ୍କାରେ ୮ଟି ହାତୀଙ୍କ ମୃତ୍ୟୁ ହୋଇଛି। ଆସାମରେ ଏହା ଏପର୍ଯ୍ୟନ୍ତ...

ଦିଲ୍ଲୀରୁ ଯିବ ରାଜଧାନୀ

ଦିଲ୍ଲୀ ଭାରତର ରାଜଧାନୀ ହୋଇଥିବାରୁ ଦେଶର ବିଭିନ୍ନ ପ୍ରାନ୍ତର ଲୋକ ସେଠାରେ ରହିବାକୁ କିମ୍ବା ବୁଲିଯିବାକୁ ପସନ୍ଦ କରିଥାଆନ୍ତି। ସେଠି ପାର୍ଲାମେଣ୍ଟ, ଲାଲ୍‌କିଲ୍ଲା, ସୁପ୍ରିମକୋର୍ଟ, ଇଣ୍ଡିଆ...

ଟ୍ୟୁସନ ସାରି ଫେରୁଥିଲେ ନାବାଳିକା, ବଳାତ୍କାର ପରେ ବୁଦା ମୂଳେ କରିଦେଲେ…

ଭଦ୍ରକ, ୨୪।୧୨(ଅଶୋକ ପଣ୍ଡା/ସନାତନ ରାଉତ): ଭଦ୍ରକ ଜିଲା ଚାନ୍ଦବାଲିରେ ଏକ ଲଜ୍ୟାଜନକ ଘଟଣା ଘଟିଯାଇଛି l ଜଣେ ୧୧ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା...

ସମସ୍ୟା ଘେରରେ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ, ଶ୍ରେଣୀଗୃହ ଅଭାବ

ନୂଆପଡ଼ା/କୋମନା,୨୪ା୧୨ (ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସିଆଲଲଟି ପଞ୍ଚାୟତ ହଲୁଆପାଲି ପ୍ରାଥମିକ ବିଦ୍ୟାଳୟ ସମ୍ପ୍ରତି ବିଭିନ୍ନ ସମସ୍ୟା ମଧ୍ୟରେ ଗତିକରୁଛି।...

ବଡ଼ଦିନରୁ ଥରିବ ଓଡ଼ିଶା

ଭୁବନେଶ୍ୱର,୨୪।୧୨: ରାଜ୍ୟକୁ ଫେରିବ ହାଡ଼ଭଙ୍ଗା ଶୀତ। ବଡ଼ଦିନରୁ ଥରିବ ଓଡ଼ିଶା। ଶୀତ ପ୍ରକୋପରେ କଲବଲ ହେବେ ରାଜ୍ୟବାସୀ। କାଲିଠୁ ହାଡ଼ଭଙ୍ଗା ଶୀତ ସହିତ ଆଗାମୀ ୫ଦିନ...

ଟ୍ୟୁଶନ ହେବେ ରାଜସ୍ବ ବାବୁ: ଯୋଜନାର କାର୍ଯ୍ୟକାରିତା ଉପରେ ସରକାରଙ୍କ ଫୋକସ୍‌

ଭୁବନେଶ୍ୱର,୨୪।୧୨(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ଗତ ୧୮ ମାସ ମଧ୍ୟରେ ରାଜସ୍ବସେବାକୁ ଲୋକଙ୍କ ନିକଟତର କରିବା ପାଇଁ ଭୂ-ବନ୍ଦୋବସ୍ତ ଆଇନଠାରୁ ଆରମ୍ଭକରି ଜମି ପଞ୍ଜୀକରଣ...

ମାସେ ପରେ ବି ତୁଟିନି ଧାନ କିଣାବିକା ସମସ୍ୟା: ପୋଲିସ-ଚାଷୀ ଧସ୍ତାଧସ୍ତି

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ଏକମାସରୁ ଊଦ୍ଧର୍‌ବ ବିତିଗଲାଣି। ଏହାସତ୍ତ୍ୱେ ଧାନ କିଣାବିକା ନେଇ ନାନା ସମସ୍ୟା ଅସମାହିତ ରହିଛି। ଧାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri