୯, ୧୦ରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୩ା୯(ବ୍ୟୁରୋ): ଆନ୍ଧ୍ର ଉପକୂଳ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ୨ ସପ୍ତାହ ମଧ୍ୟରେ ୨ଟି ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସ଼ମ୍ଭାବନା ରହିଛି। ପ୍ରଥମଟି ସେପ୍ଟେମ୍ବର ୮ ମଧ୍ୟରେ ଏବଂ ଦ୍ୱିତୀୟଟି ସେପ୍ଟେମ୍ବର ୯ରୁ ୧୫ ମଧ୍ୟରେ ସୃଷ୍ଟି ହୋଇପାରେ। ଏହାର ପ୍ରଭାବରେ ରାଜ୍ୟରେ ୫ ତାରିଖରୁ ପାଗରେ ପରିବର୍ତ୍ତନ ହେବ। ଦକ୍ଷିଣ ପଶ୍ଚିମ ମୌସୁମୀ ସକ୍ରିୟ ରହିବ। ବର୍ଷା ପରିମାଣ ବଢ଼ିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ତେବେ ୪ ତାରିଖ ପର୍ଯ୍ୟନ୍ତ ପ୍ରବଳ ଖରାରୁ ମୁକ୍ତି ମିଳିବା ସମ୍ଭାବନା କମ୍‌। ଏହି ସମୟରେ ବିଭିନ୍ନ ଅଞ୍ଚଳରେ ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ଏହାକୁ ନଜରରେ ରଖି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ବିଭିନ୍ନ ଜିଲାକୁ ୟେଲୋ ୱାର୍ନିଂ ଜାରି କରାଯାଇଛି।
ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ଥିବାରୁ ଶନିବାର ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, ବଲାଙ୍ଗୀର, ସୋନପୁର, ବୌଦ୍ଧ, ନୟାଗଡ଼, ଅନୁଗୋଳ, ଢେଙ୍କାନାଳ, କଟକ, କେନ୍ଦୁଝର ଓ ମୟୂରଭଞ୍ଜ ପାଇଁ ୟେଲୋ ୱାର୍ନିଂ ଜାରି କରାଯାଇଛି। ସେହିପରି ୪ ତାରିଖରେ ଗଜପତି, ଗଞ୍ଜାମ, କନ୍ଧମାଳ, କଳାହାଣ୍ଡି, ବୌଦ୍ଧ, ଅନୁଗୋଳ, ଢେଙ୍କାନାଳ, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ଼ ଓ ବାଲେଶ୍ୱର ଜିଲାରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି।
ଅନ୍ୟପଟେ ରାଜ୍ୟରେ ଦୁଇ ସପ୍ତାହ ହେଲା ମୌସୁମୀ ଦୁର୍ବଳ ଅବସ୍ଥାରେ ରହିଛି। ଏହାର ପ୍ରଭାବରେ ତାପମାତ୍ରା ବୃଦ୍ଧି ପାଇଛି। ଏପରି କି କେତେକ ଅଞ୍ଚଳରେ ସର୍ବୋଚ୍ଚ ତାପମାତ୍ରା ୩୬ ଡିଗ୍ରୀ ସେଲ୍‌ସିୟସ ପାର୍‌ କରିଛି। ଶୁକ୍ରବାର ଚାନ୍ଦବାଲିରେ ସର୍ବୋଚ୍ଚ ତାପମାତ୍ରା ୩୬.୭ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଛି। ପ୍ରବଳ ଗ୍ରୀଷ୍ମ ଓ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରୁଛି। ଉଚ୍ଚ ତାପମାତ୍ରା ଏବଂ ଆର୍ଦ୍ରତା ପ୍ରଭାବରେ ଉପକୂଳ ସମେତ ବିଭିନ୍ନ ଆଭ୍ୟନ୍ତରୀଣ ଜିଲାଗୁଡ଼ିକରେ ଗୁଳୁଗୁଳି ଜାରି ରହିଛି ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିପଜ୍ଜନକ ସ୍ତରରେ ହିଟ୍‌ଓ୍ବେଭ୍‌, ଚିନ୍ତା ବଢ଼ାଇଲା ଆଇଏମଡି ରିପୋର୍ଟ

ଭୁବନେଶ୍ୱର,୧୯।୪: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ତାତି। ସକାଳ ୮ ଟା ପରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ସକାଳ ସାଢ଼େ ୮ଟାରେ ୬୪% ଆର୍ଦ୍ରତା...

୨୧ରୁ ତାତିରେ ଲାଗିବ ବ୍ରେକ୍‌, ଏହି ସବୁ ଜିଲାରେ ବର୍ଷିବ

ଭୁବନେଶ୍ୱର,୧୯।୪: ତାତିରୁ ମିଳିବ ଆଶ୍ୱସ୍ତି। ୨୧ ଓ ୨୨ ତାରିଖ ବେଳକୁ ଖରାର ପ୍ରକୋପ ସାମାନ୍ୟ ହ୍ରାସ ପାଇବା ସହ ରାଜ୍ୟରେ କିଛି ସ୍ଥାନରେ ବର୍ଷା...

‘ଓଡ଼ିଶାରେ ଏତିକି ଲୋକ ସଭା ଆସନ ଜିତିବ ଭାଜପା’

ଭୁବନେଶ୍ୱର,୧୯।୪: ବିଧାନସଭା ନିର୍ବାଚନ ପାଇଁ ଭାଜପା ଦ୍ୱିତୀୟ ପର୍ଯ୍ୟାୟ ସୁଦ୍ଧା ୧୩୧ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ତେବେ ଖୁବ୍‌ଶୀଘ୍ର ଭାଜପାର ଅବଶିଷ୍ଟ ବିଧାନସଭା ପ୍ରାର୍ଥୀ...

ବିଜେଡି ଛାଡ଼ି ପାରନ୍ତି ପୂର୍ବତନ ଏମପି ପ୍ରସନ୍ନ ପାଟ୍ଟଶାଣୀ!

ଭୁବନେଶ୍ୱର,୧୯।୪: ଓଡ଼ିଶା ରାଜନୀତିରେ ଏବେ କେବଳ ଦଳ ବଦଳ ଚାଲିଛି। ଦଳରେ ଅନେକ ଦିନରୁ ଥିବା ବରିଷ୍ଠ ନେତାମାନେ ମଧ୍ୟ ଟିକେଟ ନ ମିଳିବାରୁ ଓ...

ଚାଞ୍ଜଲ୍ୟକର ଖୁଲାସା କଲେ ଭାଜପା ପ୍ରଭାରୀ: ବିଜେଡି ଛାଡିବେ..

ଭୁବନେଶ୍ୱର,୧୯।୪: ଖୁବଶୀଘ୍ର ବିଜେଡି ଛାଡିବେ ଅନେକ ବଡ଼ ନେତା। ବିଜେଡି ଛାଡୁଥିବା ନେତାମାନେ ଭାଜପାରେ ଯୋଗ ଦେବେ। ରାଜ୍ୟ ନିର୍ବାଚନ ପ୍ରଭାରୀ ବିଜୟ ପାଲ ସିଂ...

ବିଳମ୍ବିତ ରାତିରେ ଖବରଦାତାଙ୍କୁ ଆକ୍ରମଣ

ଭୁବନେଶ୍ୱର,୧୯।୪(ସତ୍ୟଜିତ ରାଉତ):ବିଳମ୍ବିତ ରାତିରେ ଅସୁରକ୍ଷିତ ହୋଇପଡ଼ିଛି ରାଜଧାନୀ। ଅସାମାଜିକ ଯୁବକମାନେ ପଥଚାରୀଙ୍କୁ ଆକ୍ରମଣ କରିବାକୁ ପଛାଉ ନାହାନ୍ତି। ଗୁରୁବାର ରାତି ପ୍ରାୟ ୧୨ଟା ୫୫ ବେଳେ...

‘କ୍ରୁଜ୍‌’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ୱର, ୧୯।୪(ମାନସ ବିଶ୍ୱାଳ):ବାଲେଶ୍ୱର ଚାନ୍ଦିପୁରସ୍ଥିତ ପ୍ରତିରକ୍ଷା ଗବେଷଣା ଓ ବିକାଶ ସଙ୍ଗଠନ (ଡିଆରଡିଓ) ପକ୍ଷରୁ ଇଣ୍ଟିଗ୍ରେଟେଡ୍‌ ଟେଷ୍ଟ ରେଞ୍ଜ (ଆଇଟିଆର୍‌)ରୁ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ‘କ୍ରୁଜ୍‌’...

ନବୀନ ନିବାସରେ ବିଜେଡି ପ୍ରାର୍ଥୀଙ୍କ ଭିଡ଼

ଭୁବନେଶ୍ୱର,୧୯ା୪(ଅନିଲ ଦାସ):ପଞ୍ଚମ ପର୍ଯ୍ୟାୟ ବିଧାନସଭା ଟିକେଟ ଘୋଷଣା ପରେ ଗୁରୁବାର ନବୀନ ନିବାସରେ ବିଜେଡି ଲୋକ ସଭା ଓ ବିଧାନସଭା ପ୍ରାର୍ଥୀଙ୍କ ଭିଡ଼ ଦେଖିବାକୁ ମିଳିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri