୯, ୧୦ରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୩ା୯(ବ୍ୟୁରୋ): ଆନ୍ଧ୍ର ଉପକୂଳ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ୨ ସପ୍ତାହ ମଧ୍ୟରେ ୨ଟି ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସ଼ମ୍ଭାବନା ରହିଛି। ପ୍ରଥମଟି ସେପ୍ଟେମ୍ବର ୮ ମଧ୍ୟରେ ଏବଂ ଦ୍ୱିତୀୟଟି ସେପ୍ଟେମ୍ବର ୯ରୁ ୧୫ ମଧ୍ୟରେ ସୃଷ୍ଟି ହୋଇପାରେ। ଏହାର ପ୍ରଭାବରେ ରାଜ୍ୟରେ ୫ ତାରିଖରୁ ପାଗରେ ପରିବର୍ତ୍ତନ ହେବ। ଦକ୍ଷିଣ ପଶ୍ଚିମ ମୌସୁମୀ ସକ୍ରିୟ ରହିବ। ବର୍ଷା ପରିମାଣ ବଢ଼ିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ତେବେ ୪ ତାରିଖ ପର୍ଯ୍ୟନ୍ତ ପ୍ରବଳ ଖରାରୁ ମୁକ୍ତି ମିଳିବା ସମ୍ଭାବନା କମ୍‌। ଏହି ସମୟରେ ବିଭିନ୍ନ ଅଞ୍ଚଳରେ ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ଏହାକୁ ନଜରରେ ରଖି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ବିଭିନ୍ନ ଜିଲାକୁ ୟେଲୋ ୱାର୍ନିଂ ଜାରି କରାଯାଇଛି।
ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ଥିବାରୁ ଶନିବାର ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, ବଲାଙ୍ଗୀର, ସୋନପୁର, ବୌଦ୍ଧ, ନୟାଗଡ଼, ଅନୁଗୋଳ, ଢେଙ୍କାନାଳ, କଟକ, କେନ୍ଦୁଝର ଓ ମୟୂରଭଞ୍ଜ ପାଇଁ ୟେଲୋ ୱାର୍ନିଂ ଜାରି କରାଯାଇଛି। ସେହିପରି ୪ ତାରିଖରେ ଗଜପତି, ଗଞ୍ଜାମ, କନ୍ଧମାଳ, କଳାହାଣ୍ଡି, ବୌଦ୍ଧ, ଅନୁଗୋଳ, ଢେଙ୍କାନାଳ, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ଼ ଓ ବାଲେଶ୍ୱର ଜିଲାରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି।
ଅନ୍ୟପଟେ ରାଜ୍ୟରେ ଦୁଇ ସପ୍ତାହ ହେଲା ମୌସୁମୀ ଦୁର୍ବଳ ଅବସ୍ଥାରେ ରହିଛି। ଏହାର ପ୍ରଭାବରେ ତାପମାତ୍ରା ବୃଦ୍ଧି ପାଇଛି। ଏପରି କି କେତେକ ଅଞ୍ଚଳରେ ସର୍ବୋଚ୍ଚ ତାପମାତ୍ରା ୩୬ ଡିଗ୍ରୀ ସେଲ୍‌ସିୟସ ପାର୍‌ କରିଛି। ଶୁକ୍ରବାର ଚାନ୍ଦବାଲିରେ ସର୍ବୋଚ୍ଚ ତାପମାତ୍ରା ୩୬.୭ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଛି। ପ୍ରବଳ ଗ୍ରୀଷ୍ମ ଓ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରୁଛି। ଉଚ୍ଚ ତାପମାତ୍ରା ଏବଂ ଆର୍ଦ୍ରତା ପ୍ରଭାବରେ ଉପକୂଳ ସମେତ ବିଭିନ୍ନ ଆଭ୍ୟନ୍ତରୀଣ ଜିଲାଗୁଡ଼ିକରେ ଗୁଳୁଗୁଳି ଜାରି ରହିଛି ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବଦଳିଲେ ଓଡ଼ିଶାର ରାଜ୍ୟପାଳ: ହରିବାବୁ କମ୍ଭମପାଟିଙ୍କ ସ୍ଥାନ ନେଲେ…

ଭୁବନେଶ୍ୱର,୧୨।୧୦: ରାଜ୍ୟପାଳ ସ୍ତରରେ ବଡ଼ ଅଦଳବଦଳ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଓଡ଼ିଶା ସମେତ ୬ଟି ରାଜ୍ୟରେ ନୂଆ ରାଜ୍ୟପାଳଙ୍କୁ ନିଯୁକ୍ତି ଦିଆଯାଇଛି। ଏହି ଅଦଳବଦଳରେ ବର୍ତ୍ତମାନର…

୧୩ରୁ ୨୨ ଯାଏ ୧୦ ଟ୍ରେନ୍‌ ବାତିଲ, କେଉଁ କେଉଁ ଟ୍ରେନ୍‌ ହେଲା ବାତିଲ୍‌ ଜାଣନ୍ତୁ…

ଜୟପୁର,୧୨ା୧୦(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ମାଳିଗୁଡ଼ା ଓ ଛତ୍ରୀପୁଟ ରେଳ ଷ୍ଟେଶନ ମଧ୍ୟରେ ଭୂସ୍ଖଳନ ଯୋଗୁ ଚାଲିଥିବା ପୁନରୁଦ୍ଧାର କାର୍ଯ୍ୟ ପାଇଁ ପୂର୍ବତଟ ରେଲଓ୍ବେ ରାୟଗଡ଼ା…

ଅସନ୍ତୋଷ ଘେରରେ ଜିଲାପାଳଙ୍କ ଜନଶୁଣାଣି:ଘଣ୍ଟା ଘଣ୍ଟା ଅପେକ୍ଷା ପରେ ବି ସମସ୍ୟା ସମାଧାନ ନେଇ…

କୁନ୍ଦୁରା,୧୨।୧୦ ସନ୍ତୋଷ ପ୍ରହରାଜ: କୋରାପୁଟ ଜିଲାର କୁନ୍ଦୁରା ବ୍ଲକରେ ଅନୁଷ୍ଠିତ ଜିଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିରକୁ ନେଇ ଅସନ୍ତୋଷ ଦେଖାଦେଇଛି। ନିର୍ଦ୍ଧାରିତ ସମୟରେ ଶିବିର…

ସେବା ସେତୁରେ ଲୋକଙ୍କ ଗୁହାରି ଶୁଣିଲା ପ୍ରଶାସନ, ସମାଧାନର ଭରସା ଦେଲେ ଅଧିକାରୀ

ପାଟଣା, ୧୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲାର ପାଟଣା ବ୍ଲକ ଅନ୍ତର୍ଗତ ଖିରେଇଟାଙ୍ଗିରୀ ପଞ୍ଚାୟତ ପରିସରରେ ସୋମବାର ‘ସେବା ସେତୁ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ…

ଗାଁକୁ ସମ୍ପୂର୍ଣ୍ଣ ମଦମୁକ୍ତ କରିବା ପାଇଁ ଜିଲାପାଳଙ୍କଠାରେ ପହଞ୍ଚିଲେ ଶତାଧିକ ମହିଳା

ବଲାଙ୍ଗୀର,୧୨ା୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ବ୍ଲକ ବେଲପଡ଼ା ପଞ୍ଚାୟତ ଦେଓଗାଁ ଗ୍ରାମରେ ସମ୍ପୂର୍ଣ୍ଣ ମଦ ବିକ୍ରିକୁ ବନ୍ଦ କରିବା ନେଇ ସୋମବାର ଜିଲାପାଳ ଅଫିସରେ…

୧୩ରେ ଲଘୁଚାପ: ପାଣିପାଗ ବିଭାଗ କହିଲା ଏହାର ଗତିବିଧି…

ଭୁବନେଶ୍ୱର,୧୨।୧୦ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଆସନ୍ତା ୧୩ ଅକ୍ଟୋବର ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ତେବେ ଅନୁକୂଳ ପାଣିପାଗ ଓ ସାମୁଦ୍ରିକ ପରିସ୍ଥିତି…

ଅର୍ଥନୀତି କ୍ଷେତ୍ରରେ ନୋବେଲ ପୁରସ୍କାର ଘୋଷଣା: ଏହି ୨ ଜଣଙ୍କୁ ମିଳିଲା

ନୂଆଦିଲ୍ଲୀ,୧୨।୧୦: ୨୦୨୬ ମସିହାର ଅର୍ଥନୀତି କ୍ଷେତ୍ରରେ ନୋବେଲ ପୁରସ୍କାର ଆମେରିକୀୟ ଅର୍ଥନୀତିଜ୍ଞ ରବର୍ଟ ଇ. ହଲ (Robert E. Hall) ଏବଂ ମାଇକେଲ ୱୁଡଫୋର୍ଡ (Michael Woodford)ଙ୍କୁ…

କରାଟେରେ ଗଞ୍ଜାମର ୫ ଜଣଙ୍କୁ ଗୋଲ୍ଡ ମେଡାଲ, କମାଲ କଲେ ଯାଆଁଳା ଭାଇ

ଗଞ୍ଜାମ,୧୨ା୧୦(ବିଦ୍ୟାଧର ସାହୁ): ଗୁଜରାଟରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ପ୍ରଥମ ଓପନ ନ୍ୟାଶନାଲ କଣ୍ଟ୍ରାକ୍ଟ କରାଟେ ଚାମ୍ପିଅନଶିପ୍‌-୨୬ରେ ଗଞ୍ଜାମର ୫ ଜଣ ପ୍ରତିଭାବାନ ଗୋଲ୍ଡ ମେଡାଲ ଜିତି ରାଜ୍ୟ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?